Biblia Todo Logo
Bib sou entènèt

- Piblisite -




୧ ତୀମଥି 5:10 - ପବିତ୍ର ବାଇବଲ (Re-edited) - (BSI)

10 ଆଉ, ଯେ ଏକ ସ୍ଵାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ସୁଖ୍ୟାତିପ୍ରାପ୍ତ, ଅର୍ଥାତ୍, ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦପ୍ରକ୍ଷାଳନ, ଦୁଃଖୀର ଦୁଃଖମୋଚନ କରିଥାଏ, ପୁଣି ସମସ୍ତ ସତ୍କର୍ମରେ ଉଦ୍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ।

Gade chapit la Kopi

ଓଡିଆ ବାଇବେଲ

10 ଆଉ ଯେ ଏକ ସ୍ୱାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ଜଣାଶୁଣା, ଅର୍ଥାତ୍ ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦ ଧୋଇଥାଏ, ଦୁଃଖୀର ଭାର ବହନ କରିଥାଏ, ପୁଣି, ସମସ୍ତ ସତ୍କର୍ମରେ ଉଦ୍‍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ପିଲାମାନଙ୍କର ଉଚିତ୍ ଯତ୍ନ ନେବା, ଅଭ୍ୟାଗତମାନଙ୍କୁ ଆତିଥ୍ୟ କରିବା, ଖ୍ରୀଷ୍ଟୀୟ ଭାଇ ଭଉଣୀମାନଙ୍କ ପ୍ରତି ନମ୍ର ଆଚରଣ କରିବା, ଦୁର୍ଦ୍ଦଶାପନ୍ନ ଲୋକମାନଙ୍କୁ ସାହାଯ୍ୟ କରିବା ଇତ୍ୟାଦି ସତ୍କାର୍ଯ୍ୟ ଲାଗି ଯେଉଁମାନେ ସମାଜରେ ଖ୍ୟାତି ଲାଭ କରିଥିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ ଯେ ଏକ ସ୍ୱାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ଜଣାଶୁଣା, ଅର୍ଥାତ୍‍ ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦପ୍ରକ୍ଷାଳନ, ଦୁଃଖୀର ଭାର ବହନ କରିଥାଏ, ପୁଣି, ସମସ୍ତ ସତ୍କର୍ମରେ ଉଦ୍‍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ।

Gade chapit la Kopi

ପବିତ୍ର ବାଇବଲ

10 ସେ ଜୀବନରେ ଭଲ କାମ କରିଥିବେ। ଯେପରି ପିଲାମାନଙ୍କୁ ବୃଦ୍ଧି କରିବା, ଘରେ ଅତିଥିମାନଙ୍କୁ ସତ୍କାର କରିବା, ପରମେଶ୍ୱରଙ୍କ ଲୋକମାନଙ୍କର ଗୋଡ଼ ଧୋଇବ, କଷ୍ଟରେ ପଡ଼ିଥିବା ଲୋକଙ୍କୁ ସାହାଯ୍ୟ କରିବା ଓ ନିଜ ଜୀବନରେ ସମସ୍ତ ପ୍ରକାରର ଭଲ କାମ କରିବା।

Gade chapit la Kopi




୧ ତୀମଥି 5:10
42 Referans Kwoze  

ପୁଣି ପରୋପକାର କରି ସମସ୍ତ ସତ୍କର୍ମରେ ଧନୀ ହୁଅନ୍ତି; ଆଉ ମୁକ୍ତ ହସ୍ତରେ ଓ ଉଦାର ଭାବରେ ଦାନ କରନ୍ତି,ଏଥିନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ;


ଏହି କଥା ବିଶ୍ଵାସ୍ୟ, ଆଉ ଯେପରି ଈଶ୍ଵରଙ୍କଠାରେ ବିଶ୍ଵାସକାରୀମାନେ ସମସ୍ତ ସତ୍କର୍ମରେ ବ୍ୟାପୃତ ରହିବାକୁ ମନୋଯୋଗୀ ହୁଅନ୍ତି, ଏଥିନିମନ୍ତେ ଏହି ସମସ୍ତ ବିଷୟରେ ଦୃଢ଼ ରୂପେ ଶିକ୍ଷା ଦିଅ ବୋଲି ମୋହର ଇଚ୍ଛା। ଏହି ସମସ୍ତ ବିଷୟ ମନୁଷ୍ୟମାନଙ୍କ ପକ୍ଷରେ ଉତ୍ତମ ଓ ହିତଜନକ।


ଯାଫୋରେ ଟାବୀଥା ନାମରେ ଜଣେ ଶିଷ୍ୟା ଥିଲେ, ଅନୁବାଦ କଲେ ଏହି ନାମର ଅର୍ଥ ଦର୍କା। ସେ ନାନା ସତ୍କର୍ମ ଓ ଦାନ କ୍ରିୟାରେ ପୂର୍ଣ୍ଣ ଥିଲେ।


କର୍ତ୍ତୃପକ୍ଷ ଓ କ୍ଷମତାପ୍ରାପ୍ତ ବ୍ୟକ୍ତିମାନଙ୍କର ବଶୀଭୂତ ଓ ବାଧ୍ୟ ହେବାକୁ ପୁଣି, ସମସ୍ତ ପ୍ରକାର ସତ୍କର୍ମ କରିବା ନିମନ୍ତେ ପ୍ରସ୍ତୁତ ହେବାକୁ,


ତୁମ୍ଭେ ନିଜେ ଆପଣା ଆଚରଣରେ ଉତ୍ତମତାର ଆଦର୍ଶ ଦେଖାଅ, ଶିକ୍ଷାରେ ଅକୃତ୍ରିମ ଓ ଗଭୀର ଭାବ ଏବଂ ହିତଜନକ ଅଖଣ୍ତନୀୟ ବାକ୍ୟ ପ୍ରକାଶ କର,


ଯେପରି ଈଶ୍ଵରଙ୍କ ଲୋକ ସିଦ୍ଧ ହୋଇ ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ସୁସଜ୍ଜିତ ହୁଏ।


ସାଧୁମାନଙ୍କ ଅଭାବ ମୋଚନ କର; ଆତିଥ୍ୟ-ସତ୍କାରରେ ବ୍ରତୀ ହୁଅ।


ଆଉ, ସେ ସେହି ସ୍ତ୍ରୀ ପ୍ରତି ମୁଖ ଫେରାଇ ଶିମୋନଙ୍କୁ କହିଲେ, ଏହି ସ୍ତ୍ରୀକି ଦେଖୁଅଛ? ମୁଁ ତୁମ୍ଭ ଗୃହକୁ ଆସିଲି, ତୁମ୍ଭେ ମୋʼ ପାଦ ପାଇଁ ପାଣି ଦେଲ ନାହିଁ, କିନ୍ତୁ ଏ ଅଶ୍ରୁଜଳରେ ମୋର ପାଦ ସିକ୍ତ କରି ନିଜ କେଶରେ ତାହା ପୋଛିଦେଲା।


ସେହିପ୍ରକାରେ ତୁମ୍ଭମାନଙ୍କର ଆଲୋକ ଲୋକଙ୍କ ସାକ୍ଷାତରେ ପ୍ରକାଶ ପାଉ, ଯେପରି ସେମାନେ ତୁମ୍ଭମାନଙ୍କ ସତ୍କର୍ମ ଦେଖି ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତାଙ୍କର ମହିମା କୀର୍ତ୍ତନ କରିବେ।


ତୁମ୍ଭେମାନେ ବିଜାତିମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଈଶ୍ଵରଙ୍କ ଗୌରବ କରିବେ।


ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ। ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍।


ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ଦ୍ଵାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି।


ପୁଣି, ପ୍ରେମ ଓ ସତ୍କ୍ରିୟାରେ ପ୍ରବର୍ତ୍ତାଇବା ନିମନ୍ତେ ପରସ୍ପର ବିଷୟରେ ମନୋଯୋଗ କରୁ,


ଆମ୍ଭମାନଙ୍କ ଲୋକମାନେ ମଧ୍ୟ ପ୍ରୟୋଜନୀୟ ଉପକାର ନିମନ୍ତେ ସତ୍କର୍ମରେ ବ୍ୟାପୃତ ରହିବାକୁ ଶିଖନ୍ତୁ, ଯେପରି ସେମାନେ ଫଳହୀନ ନ ହୁଅନ୍ତି।


ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ଉତ୍ତମତାରେ ଉଦ୍ଯୋଗୀ ନିଜସ୍ଵ ଲୋକ ସ୍ଵରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।


ପଛଆଡ଼େ ତାହାଙ୍କ ପାଦ ପାଖରେ ଠିଆ ହୋଇ ରୋଦନ କରୁ କରୁ ଅଶ୍ରୁଜଳରେ ତାହାଙ୍କ ପାଦ ସିକ୍ତ କରି ନିଜ ମସ୍ତକର କେଶରେ ତାହା ପୋଛିବାକୁ ଲାଗିଲା, ଆଉ ତାହାଙ୍କ ପାଦକୁ ଚୁମ୍ଵନ କରୁ କରୁ ସେହି ସୁଗନ୍ଧ ତୈଳ ଲଗାଇ ଦେବାକୁ ଲାଗିଲା।


ବିନୟ କରୁଅଛି, ଅଳ୍ପ ଜଳ ଅଣାଇ ଦେଉଅଛି, ଆପଣମାନେ ପାଦ ପ୍ରକ୍ଷାଳନ କରି ଏହି ବୃକ୍ଷ ତଳେ ବିଶ୍ରାମ କରନ୍ତୁ


ଦୀମିତ୍ରୀୟଙ୍କ ସପକ୍ଷରେ ସମସ୍ତେ ସାକ୍ଷ୍ୟ ଦେଇଅଛନ୍ତି; ସତ୍ୟ ନିଜେ ସୁଦ୍ଧା ସାକ୍ଷ୍ୟ ଦେଇଅଛି; ଆମ୍ଭେମାନେ ମଧ୍ୟ ସାକ୍ଷ୍ୟ ଦେଉଅଛୁ, ଆଉ ଆମ୍ଭମାନଙ୍କ ସାକ୍ଷ୍ୟ ଯେ ସତ୍ୟ; ଏହା ତୁମ୍ଭେ ଜାଣୁଅଛ।


କୁଣ୍ଠିତ ନ ହୋଇ ପରସ୍ପରର ଆତିଥ୍ୟ କର;


ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ଵାସ ଦ୍ଵାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟକାଳଠାରୁ ଜ୍ଞାତ ଅଛ।


ଅତଏବ, ଯଦି କେହି ସେହି ସମସ୍ତଙ୍କଠାରୁ ଆପଣାକୁ ପରିଷ୍କାର କରେ, ତାହାହେଲେ ସେ ପବିତ୍ରୀକୃତ, କର୍ତ୍ତାଙ୍କ ବ୍ୟବହାର ପାଇଁ ଉପଯୁକ୍ତ, ପୁଣି ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ପ୍ରସ୍ତୁତ, ଏପରି ଏକ ସମାଦରର ପାତ୍ର ହେବ।


କାରଣ ଯେଉଁ ଅକପଟ ବିଶ୍ଵାସ ତୁମ୍ଭର ମାତାମହୀ ଲୋୟି ଓ ତୁମ୍ଭର ମାତା ଇଉନୀକୀଙ୍କଠାରେ ଥିଲା, ପୁଣି ତୁମ୍ଭଠାରେ ମଧ୍ୟ ଅଛି ବୋଲି ମୋହର ଦୃଢ଼ ବିଶ୍ଵାସ, ତୁମ୍ଭର ସେହି ଅକପଟ ବିଶ୍ଵାସ ବିଷୟରେ ମୁଁ ସମ୍ଵାଦ ପାଇଅଛି।


ସେହି ପ୍ରକାରେ ମଧ୍ୟ ସତ୍କାର୍ଯ୍ୟ ପୂର୍ବରୁ ପ୍ରକାଶିତ ହୁଏ, ଆଉ ଯାହା ପ୍ରକାଶିତ ହୁଏ ନାହିଁ, ତାହା ଗୁପ୍ତ ରଖାଯାଇ ପାରେ ନାହିଁ।


ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ସତ୍କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ।


ସମସ୍ତ ଆତ୍ମିକ ଜ୍ଞାନ ଓ ବୁଦ୍ଧିରେ ପ୍ରଭୁଙ୍କୁ ସର୍ବପ୍ରକାରେ ସନ୍ତୁଷ୍ଟ କରିବା ନିମନ୍ତେ ତାହାଙ୍କ ଯୋଗ୍ୟ ଆଚରଣ କର, ଅର୍ଥାତ୍, ଈଶ୍ଵରଙ୍କ ତତ୍ତ୍ଵଜ୍ଞାନରେ ବଢ଼ି, ସମସ୍ତ ସତ୍କର୍ମର ଫଳରେ ଫଳବାନ ହୁଅ


କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେସମସ୍ତ ସତ୍କାର୍ଯ୍ୟ ଆମ୍ଭେମାନେ କରିବୁ ବୋଲି ଈଶ୍ଵର ପୂର୍ବରୁ ଆୟୋଜନ କରିଥିଲେ, ଆଚରଣରେ ସେହିସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ।


ସେହି ସ୍ଥାନନିବାସୀ ସମସ୍ତ ଯିହୁଦୀଙ୍କ ନିକଟରେ ସୁଖ୍ୟାତିସମ୍ପନ୍ନ ହନନିୟ ନାମକ ବ୍ୟବସ୍ଥା ଅନୁସାରେ ଜଣେ ଭକ୍ତ ଲୋକ ପ୍ରେରିତ. ୯:୧୭


ସେମାନେ କହିଲେ, କର୍ଣ୍ଣିଲୀୟ ନାମକ ଜଣେ ଶତସେନାପତି, ଯେ ଧାର୍ମିକ ବ୍ୟକ୍ତି ଓ ଈଶ୍ଵରଙ୍କୁ ଭୟ କରନ୍ତି, ପୁଣି, ସମସ୍ତ ଯିହୁଦୀ ଜାତିଙ୍କ ନିକଟରେ ସୁଖ୍ୟାତିପ୍ରାପ୍ତ, ସେ ନିଜ ଗୃହକୁ ଆପଣଙ୍କୁ ଡକାଇପଠାଇ ଆପଣଙ୍କଠାରୁ କଥା ଶୁଣିବା ନିମନ୍ତେ ପବିତ୍ର ଦୂତଙ୍କ ଦ୍ଵାରା ପ୍ରତ୍ୟାଦେଶ ପାଇଅଛନ୍ତି।


ଏଣୁ ପିତର ଉଠି ସେମାନଙ୍କ ସାଙ୍ଗରେ ଗଲେ। ସେ ଆସନ୍ତେ, ସେମାନେ ତାଙ୍କୁ ସେହି ଉପର କୋଠରୀକୁ ଘେନିଗଲେ, ଆଉ ବିଧବାମାନେ ସମସ୍ତେ ତାଙ୍କୁ ଘେରି ବିଳାପ କରୁ କରୁ, ଦର୍କା ସେମାନଙ୍କ ସାଙ୍ଗରେ ଥିବା ସମୟରେ ଯେଉଁସବୁ ଅଙ୍ଗରଖା ଓ ବସ୍ତ୍ରଗୁଡ଼ିକ ବନାଇଥିଲେ, ସେହିସବୁ ଦେଖାଇବାକୁ ଲାଗିଲେ।


ଅତଏବ ହେ ଭାଇମାନେ, ଯେଉଁମାନଙ୍କୁ ଆମ୍ଭେମାନେ ଏହି କାର୍ଯ୍ୟରେ ନିଯୁକ୍ତ କରି ପାରୁ, ଏପରି ସୁଖ୍ୟାତିସମ୍ପନ୍ନ ଏବଂ ଆତ୍ମା ଓ ଜ୍ଞାନରେ ପରିପୂର୍ଣ୍ଣ ସାତ ଜଣଙ୍କୁ ଆପଣ-ମାନଙ୍କ ମଧ୍ୟରୁ ବାଛି ସ୍ଥିର କରନ୍ତୁ;


ସୁକ୍ରିୟା କରିବାକୁ ଶିଖ; ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର, ପିତୃହୀନମାନଙ୍କର ନ୍ୟାୟ ବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର।


ଆମ୍ଭେମାନେ ଯନିପୂର୍ବକ ଯେପରି ତୁମ୍ଭର ବିଧାନସବୁ ପାଳନ କରିବା, ଏଥିପାଇଁ ତୁମ୍ଭେ ତାହାସବୁ ଆଜ୍ଞା କରିଅଛ।


ଆଉ ଯେବେ ତୁମ୍ଭର ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ତାହାର ହାତ ପଡ଼ିଯାଏ, ତେବେ ତୁମ୍ଭେ ତାହାକୁ ଧରି ରଖିବ; ସେ ବିଦେଶୀ ଓ ପ୍ରବାସୀ ପରି ତୁମ୍ଭ ସହିତ ଜୀବନଧାରଣ କରିବ।


ତହିଁରେ ସେହି ମନୁଷ୍ୟ ଗୃହରେ ପ୍ରବେଶ କରି ଓଟମାନଙ୍କର ସାଜ ଫିଟାନ୍ତେ, ସେ ସେମାନଙ୍କୁ ପାଳକୁଟା ଓ ଦାନା ଦେଲା, ପୁଣି ତାହାର ଓ ତାହାର ସଙ୍ଗୀମାନଙ୍କର ପାଦପ୍ରକ୍ଷାଳନ ନିମନ୍ତେ ଜଳ ଦେଲା।


ହେ ମୋହର ପ୍ରଭୁମାନେ, ମୁଁ ବିନୟ କରୁଅଛି, ଆଜି ରାତ୍ର ଆପଣମାନଙ୍କ ଏହି ଦାସର ଗୃହରେ ପଦାର୍ପଣ କରି ବାସ କରନ୍ତୁ ଓ ପାଦ ପ୍ରକ୍ଷାଳନ କରନ୍ତୁ; ତହୁଁ ସକାଳୁ ଉଠି ଯାତ୍ରା କରିବେ। ତହିଁରେ ସେମାନେ କହିଲେ, ନା; ଆମ୍ଭେମାନେ ଦାଣ୍ତରେ ସମସ୍ତ ରାତ୍ରି କ୍ଷେପଣ କରିବୁ।


ଯଦି କୌଣସି ବିଶ୍ଵାସିନୀ ମହିଳାଙ୍କ ଗୃହରେ ବିଧବାମାନେ ଥାଆନ୍ତି, ତେବେ ସେ ସେମାନଙ୍କର ଦୁଃଖ ମୋଚନ କରନ୍ତୁ, ଆଉ ମଣ୍ତଳୀ ଭାରଗ୍ରସ୍ତ ନ ହେଉ, ଯେପରି ମଣ୍ତଳୀ ନିରାଶ୍ରୟ ବିଧବାମାନଙ୍କର ଦୁଃଖ ମୋଚନ କରି ପାରେ।


ତାହାଙ୍କର ମଧ୍ୟ ବାହାର ଲୋକଙ୍କଠାରୁ ସୁଖ୍ୟାତି ପ୍ରାପ୍ତ ହେବା ଆବଶ୍ୟକ, କାଳେ ସେ ନିନ୍ଦା ପାଇ ଶୟତାନର ଫାନ୍ଦରେ ପଡ଼ିବେ।


ଅନନ୍ତର ସେ ସେମାନଙ୍କୁ ଯୋଷେଫଙ୍କ ଗୃହ ଭିତରକୁ ନେଇ ଜଳ ଦିଅନ୍ତେ, ସେମାନେ ପାଦ ପ୍ରକ୍ଷାଳନ କଲେ; ପୁଣି ସେ ସେମାନଙ୍କ ଗର୍ଦ୍ଦଭମାନଙ୍କୁ ଆହାର ଦେଲା।


ଅତଏବ, ଅଧ୍ୟକ୍ଷଙ୍କର ଅନିନ୍ଦନୀୟ ହେବା ଆବଶ୍ୟକ, ସେ ଅବଶ୍ୟ ଏକ ସ୍ତ୍ରୀର ସ୍ଵାମୀ, ମିତଭୋଗୀ, ସୁବୁଦ୍ଧି, ସଦାଚାରୀ, ଆତିଥ୍ୟପ୍ରିୟ ଓ ଶିକ୍ଷାଦାନରେ ନିପୁଣ ହେବେ,


ସେହି ପ୍ରକାରେ ଯେ ଦୁଇଟି ପାଇଥିଲା, ସେ ଆଉ ଦୁଇଟି ଲାଭ କଲା।


Swiv nou:

Piblisite


Piblisite