Biblia Todo Logo
Bib sou entènèt

- Piblisite -




୧ ତୀମଥି 5:6 - ପବିତ୍ର ବାଇବଲ (Re-edited) - (BSI)

6 କିନ୍ତୁ ଯେ ଭୋଗାଭିଳାଷରେ ଆସକ୍ତ, ସେ ଜୀବିତ ଥିଲେ ହେଁ ମୃତ।

Gade chapit la Kopi

ଓଡିଆ ବାଇବେଲ

6 କିନ୍ତୁ ଯେ ଭୋଗଭିଳାଷରେ ଆସକ୍ତ, ସେ ଜୀବିତ ଥିଲେ ହେଁ ମୃତ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 କିନ୍ତୁ ଯିଏ ବିଧବା ହୋଇ ସୁଦ୍ଧା ଭୋଗବିଳାସରେ ଦିନାତିପାତ କରେ, ତାକୁ ଜୀବନ୍ମୃତ ବୋଲି ମନେ କରିବାକୁ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କିନ୍ତୁ ଯେ ଭୋଗଭିଳାଷରେ ଆସକ୍ତ, ସେ ଜୀବିତ ଥିଲେ ହେଁ ମୃତ।

Gade chapit la Kopi

ପବିତ୍ର ବାଇବଲ

6 କିନ୍ତୁ ଏଭଳି ବିଧବା ଯାହାର ଜୀବନର ଲକ୍ଷ୍ୟ କେବଳ ନିଜକୁ ସନ୍ତୁଷ୍ଟ କରିବା, ସେ ବଞ୍ଚି ଥାଉଥାଉ ମଧ୍ୟ ପ୍ରକୃତରେ ମୃତ।

Gade chapit la Kopi




୧ ତୀମଥି 5:6
29 Referans Kwoze  

ତୁମ୍ଭେମାନେ ଜଗତରେ ସୁଖଭୋଗ ଓ ବିଳାସିତାରେ କାଳକ୍ଷେପଣ କରିଅଛ, ବଧ ଦିନରେ ଆପଣା ଆପଣା ମନକୁ ତୃପ୍ତ କରିଅଛ।


ସେ ଯେତେ ନିଜର ଗୌରବ କରିଅଛି ଓ ବିଳାସିତାରେ କାଳ କାଟିଅଛି, ତାହାକୁସେତେ ଯନ୍ତ୍ରଣା ଓ ଶୋକ ଦିଅ; କାରଣ ସେ ମନେ ମନେ କହୁଅଛି, ମୁଁ ରାଣୀ ହୋଇ ବସିଅଛି, ମୁଁ ବିଧବା ନୁହେଁ, ମୋତେ କଦାପି ଶୋକ କରିବାକୁ ହେବ ନାହିଁ।


ସାର୍ଦ୍ଦୀ ମଣ୍ତଳୀର ଦୂତ ନିକଟକୁ ଲେଖ : ଯେ ଈଶ୍ଵରଙ୍କ ସପ୍ତ ଆତ୍ମା ଓ ସପ୍ତ ନକ୍ଷତ୍ର ଧାରଣ କରନ୍ତି, ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ନାମରେ ଜୀବିତ, ମାତ୍ର ପ୍ରକୃତରେ ମୃତ।


କାରଣ ମୋହର ଏହି ପୁଅ ମୃତ ହୋଇଥିଲା, ପୁନର୍ବାର ବଞ୍ଚିଲା; ହଜିଯାଇଥିଲା, ଆଉ ମିଳିଲା। ସେଥିରେ ସେମାନେ ଉତ୍ସବ କରିବାକୁ ଲାଗିଲେ।


କିନ୍ତୁ ଏହି ଯେ ତୋହର ଭାଇଟି ମୃତ ହୋଇଥିଲା, ପୁନର୍ବାର ବଞ୍ଚିଲା, ହଜିଯାଇଥିଲା, ଆଉ ମିଳିଲା, ସେହି ହେତୁରୁ ଉତ୍ସବ ଓ ଆନନ୍ଦ କରିବା ଉଚିତ ଥିଲା।


ଏଣୁ ଉକ୍ତ ଅଛି, “ହେ ନିଦ୍ରିତ, ଜାଗ, ମୃତମାନଙ୍କ ମଧ୍ୟରୁ ଉଠ, ପୁଣି ଖ୍ରୀଷ୍ଟ ତୁମ୍ଭକୁ ଆଲୋକ ପ୍ରଦାନ କରିବେ।”


ଏହି ସଂସାରର ଭାବ ଅନୁସାରେ, ପୁଣି ଆକାଶ-ମଣ୍ତଳ ରାଜ୍ୟର ଅଧିପତି,


ଅଳ୍ପ ଦିନ ଉତ୍ତାରେ ସାନ ପୁଅ ସବୁ ଏକାଠି କରି ଦୂର ଦେଶକୁ ଚାଲିଗଲା, ଆଉ ସେଠାରେ କଦାଚାରରେ ଆପଣାର ସମ୍ପତ୍ତି ଉଡ଼ାଇଦେଲା।


କିନ୍ତୁ ଯୀଶୁ ତାହାଙ୍କୁ କହିଲେ, ମୋହର ଅନୁଗମନ କର, ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ।


ଅପରାଧରେ ଓ ଶାରୀରିକ ଅସୁନ୍ନତ ଅବସ୍ଥାରେ ମୃତ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମଧ୍ୟ ଈଶ୍ଵର ତାହାଙ୍କ ସହିତ ସଜୀବ କରିଅଛନ୍ତି; ସେ ତ ଆମ୍ଭମାନଙ୍କର ସମସ୍ତ ଅପରାଧ କ୍ଷମା କରିଅଛନ୍ତି,


ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ସଜୀବ କରିଅଛନ୍ତି- ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ-


ଆଉ ମୁଁ ମୋର ପ୍ରାଣକୁ କହିବି, ରେ ପ୍ରାଣ, ଅନେକ ବର୍ଷ ନିମନ୍ତେ ତୋର ବହୁତ ଦ୍ରବ୍ୟ ସଞ୍ଚିତ ଅଛି, ବିଶ୍ରାମ କର୍, ଭୋଜନ କର୍, ଆମୋଦ କର୍;


ତାହା ନ ହେଲେ ତୁମ୍ଭେମାନେ କଅଣ ଦେଖିବା ପାଇଁ ବାହାରି ଯାଇଥିଲ? କଅଣ ସୂକ୍ଷ୍ମବସ୍ତ୍ର ପରିହିତ ଜଣେ ବ୍ୟକ୍ତିଙ୍କି? ଦେଖ, ଯେଉଁମାନେ ସୁନ୍ଦର ବସ୍ତ୍ର ପରିଧାନ କରି ବିଷୟସୁଖରେ କାଳ କ୍ଷେପଣ କରନ୍ତି, ସେମାନେ ରାଜବାଟୀରେ ଥାଆନ୍ତି।


ଯେଉଁମାନେ ସୁଖାଦ୍ୟ ଭୋଜନ କଲେ, ସେମାନେ ଦାଣ୍ତରେ ଅନାଥ ହୋଇଅଛନ୍ତି; ଯେଉଁମାନେ ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧି ପ୍ରତିପାଳିତ ହେଲେ, ସେମାନେ ଖତରାଶି ଅବଲମ୍ଵନ କରନ୍ତି।


ସୁନ୍ଦରୀ ଓ ସୁକୁମାରୀ ସିୟୋନ କନ୍ୟାକୁ ଆମ୍ଭେ ସଂହାର କରିବା।


ଆଗୋ ବାବିଲର ଅନୂଢ଼ା କନ୍ୟେ, ତୁମ୍ଭେ ଓହ୍ଲାଇ ଧୂଳିରେ ବସ; ଆଗୋ କଲ୍ଦୀୟର କନ୍ୟେ, ସିଂହାସନ ବିନା, ଭୂମିରେ ବସ; କାରଣ ତୁମ୍ଭେ ଆଉ କୋମଳା ଓ ସୁକୁମାରୀ ବୋଲି ଖ୍ୟାତା ନୋହିବ।


ମାତ୍ର ଦେଖ, ଆମୋଦପ୍ରମୋଦ, ଗୋବଧ ଓ ମେଷହନନ, ମାଂସ ଭୋଜନ ଓ ଦ୍ରାକ୍ଷାରସ ପାନ ହେଉଅଛି; ଆସ, ଆମ୍ଭେମାନେ ଭୋଜନ ପାନ କରୁ, କାରଣ କାଲି ଆମ୍ଭେମାନେ ମରିବା।


ଯେ ପିଲାଦିନୁ ଆପଣା ଦାସକୁ ଗେହ୍ଲା କରି ପାଳେ, ଶେଷରେ ସେହି ଦାସ ତାହାର ପୁତ୍ର ହୋଇ ଉଠେ।


ପୁଣି ତାହାକୁ ଏପରି କୁହ, ତୁମ୍ଭେ ଚିରଜୀବୀ ହୁଅ, ତୁମ୍ଭର ମଙ୍ଗଳ ହେଉ, ତୁମ୍ଭ ଗୃହର ମଙ୍ଗଳ ହେଉ ଓ ତୁମ୍ଭ ସର୍ବସ୍ଵର ମଙ୍ଗଳ ହେଉ।


ଅନନ୍ତର ଶାମୁୟେଲ କହିଲେ, ତୁମ୍ଭେମାନେ ଅମାଲେକୀୟମାନଙ୍କ ରାଜା ଅଗାଗକୁ ଏଠାରେ ଆମ୍ଭ ନିକଟକୁ ଆଣ। ତହିଁରେ ଅଗାଗ ଖୁସି ହୋଇ ତାଙ୍କ ନିକଟକୁ ଆସିଲା; କାରଣ ଅଗାଗ କହିଲା, ଅବଶ୍ୟ ମୃତ୍ୟୁର ତିକ୍ତତା ଗଲା।


ଅବରୋଧ କାଳେ ଓ ଶତ୍ରୁ ତୁମ୍ଭ ନଗରଦ୍ଵାର-ମାନଙ୍କରେ ତୁମ୍ଭକୁ ଯେଉଁ ଅକଳରେ ପକାଇବ ସେହି ଅକଳରେ, ତୁମ୍ଭମାନଙ୍କ ମଧ୍ୟବର୍ତ୍ତିନୀ ଯେଉଁ କୋମଳାଙ୍ଗୀ ଓ ସୁକୁମାରୀ ସ୍ତ୍ରୀ ଆପଣା ସୁକୁମାରତା ଓ କୋମଳତା ହେତୁରୁ ଆପଣା ତଳିପା ଭୂମିରେ ରଖିବାକୁ ଭରସେ ନାହିଁ, ସେ ଆପଣା ବକ୍ଷସ୍ଥାୟୀ ସ୍ଵାମୀ ପ୍ରତି ଓ ଆପଣା ପୁତ୍ର ପ୍ରତି ଓ ଆପଣା କନ୍ୟା ପ୍ରତି କୁଦୃଷ୍ଟି କରିବ;


ଅବରୋଧ କାଳେ ଓ ଶତ୍ରୁ ତୁମ୍ଭ ସମସ୍ତ ନଗରଦ୍ଵାରରେ ତୁମ୍ଭକୁ ଯେଉଁ ଅକଳରେ ପକାଇବ, ସେହି ଅକଳରେ, ତୁମ୍ଭମାନଙ୍କ ମଧ୍ୟବର୍ତ୍ତୀ କୋମଳ ଓ ଅତି ସୁକୁମାର ଲୋକ ଆପଣା ଭାଇ ପ୍ରତି ଓ ଆପଣା ବକ୍ଷଃସ୍ଥାୟିନୀ ଭାର୍ଯ୍ୟା ପ୍ରତି ଓ ଆପଣାର ଅବଶିଷ୍ଟ ରହିଥିବା ସନ୍ତାନମାନଙ୍କ ପ୍ରତି ଏପରି କୁଦୃଷ୍ଟି କରିବ;


ଜଣେ ଧନୀ ଲୋକ ଥିଲା, ସେ ବହୁମୂଲ୍ୟ ବସ୍ତ୍ର ପିନ୍ଧି ମହା ଆଡ଼ମ୍ଵରରେ ପ୍ରତିଦିନ ଆମୋଦପ୍ରମୋଦ କରୁଥିଲା;


ମାତ୍ର ସଦସତ୍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ, ଯେହେତୁ ଯେଉଁ ଦିନ ତାହା ଖାଇବ, ସେହି ଦିନ ନିତା; ମରିବ।


କାରଣ ଏମାନଙ୍କ ମଧ୍ୟରେ ଏପରି ଲୋକ ଅଛନ୍ତି, ଯେଉଁମାନେ ଘରେ ଘରେ ପଶି ପାପରେ ଭାରାକ୍ରା; ଓ ବିଭିନ୍ନ କୁଅଭିଳାଷରେ ଚାଳିତ ନିର୍ବୋଧ ସ୍ତ୍ରୀମାନଙ୍କୁ ଆପଣାର ବଶବର୍ତ୍ତୀ କରନ୍ତି;


Swiv nou:

Piblisite


Piblisite