Biblia Todo Logo
Bib sou entènèt

- Piblisite -




୧ ତୀମଥି 6:1 - ପବିତ୍ର ବାଇବଲ (Re-edited) - (BSI)

1 ଯେତେ ଲୋକ ଦାସତ୍ଵରୂପ ଯୁଆଳିର ଅଧୀନ, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କୁ ଯଥୋଚିତ ସମାଦରଯୋଗ୍ୟ ବୋଲି ଜ୍ଞାନ କରନ୍ତୁ, ଯେପରି ଈଶ୍ଵରଙ୍କ ନାମ ଓ ଶିକ୍ଷାର ନିନ୍ଦା ନ ହୁଏ,।

Gade chapit la Kopi

ଓଡିଆ ବାଇବେଲ

1 ଯେତେ ଲୋକ ଦାସତ୍ୱରୂପ ଯୁଆଳିର ଅଧିନରେ ଅଛନ୍ତି, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କୁ ଯଥୋଚିତ ସମ୍ମାନ ପାଇବାର ଯୋଗ୍ୟ ବୋଲି ଜାଣନ୍ତୁ, ଯେପରି ଈଶ୍ୱରଙ୍କ ନାମ ଓ ଶିକ୍ଷାର ନିନ୍ଦା ନ ହୁଏ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଖ୍ରୀଷ୍ଟବିଶ୍ୱାସୀ କ୍ରୀତଦାସମାନେ କର୍ତ୍ତାମାନଙ୍କୁ ଯଥାବିଧି ସମ୍ମାନ ଦିଅନ୍ତୁ। ତାହାହେଲେ, ଈଶ୍ୱରଙ୍କ ବିରୁଦ୍ଧରେ କିମ୍ବା ଆମ ଶିକ୍ଷା ସମ୍ପର୍କରେ କେହି କୌଣସି ଆକ୍ଷେପ କରିପାରିବେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯେତେ ଲୋକ ଦାସତ୍ୱରୂପ ଜୁଆଳିର ଅଧୀନରେ ଅଛନ୍ତି, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କୁ ଯଥୋଚିତ ସମ୍ମାନ ପାଇବାର ଯୋଗ୍ୟ ବୋଲି ଜାଣନ୍ତୁ, ଯେପରି ଈଶ୍ବରଙ୍କ ନାମ ଓ ଶିକ୍ଷାର ନିନ୍ଦା ନ ହୁଏ।

Gade chapit la Kopi

ପବିତ୍ର ବାଇବଲ

1 କ୍ରୀତଦାସମାନେ ନିଜ ମାଲିକକୁ ପୂର୍ଣ୍ଣ ସମ୍ମାନ ଦେବା ଉଚିତ୍। ସେମାନେ ସେହିପରି କଲେ ପରମେଶ୍ୱରଙ୍କ ନାମ ଏବଂ ଖ୍ରୀଷ୍ଟିୟାନ ଉପଦେଶଗୁଡ଼ିକ ସମାଲୋଚିତ ହେବ ନାହିଁ।

Gade chapit la Kopi




୧ ତୀମଥି 6:1
35 Referans Kwoze  

ସନ୍ତାନବତ୍ସଳା, ଆତ୍ମସଂଯମୀ, ସତୀ, ସୁଗୃହିଣୀ, ସୁଶୀଳା ଓ ଆପଣା ଆପଣା ସ୍ଵାମୀର ବଶୀଭୂତା ହେବାକୁ ଶିକ୍ଷା ଦିଅନ୍ତୁ;


କାରଣ ଯେପରି ଲେଖାଅଛି, “ତୁମ୍ଭମାନଙ୍କ ହେତୁ ବିଜାତିମାନଙ୍କ ମଧ୍ୟରେ ଈଶ୍ଵରଙ୍କ ନାମ ନିନ୍ଦିତ ହେଉଅଛି।”


ଯେପରି ତୁମ୍ଭମାନଙ୍କ ନିନ୍ଦକମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କର ଖ୍ରୀଷ୍ଟୀୟ ଆଚରଣର ଦୋଷାରୋପ କରନ୍ତି, ସେଥିରେ ସେମାନେ ଲଜ୍ଜିତ ହେବେ।


ତୁମ୍ଭେମାନେ ବିଜାତିମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଈଶ୍ଵରଙ୍କ ଗୌରବ କରିବେ।


ସ୍ଵାଧୀନତା ନିମନ୍ତେ ଖ୍ରୀଷ୍ଟ ଆମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି; ଅତଏବ ସ୍ଥିର ହୋଇ ରୁହ ଏବଂ ଦାସତ୍ଵ ଯୁଆଳିରେ। ଆଉ ଥରେ ଯୋଚା ନ ଯାଅ।


ଏଣୁ ଯେଉଁ ଯୁଆଳି ଆମ୍ଭମାନଙ୍କ ପିତୃପୁରୁଷ ଓ ଆମ୍ଭେମାନେ ବହିବାକୁ ଅକ୍ଷମ ହେଲୁ, ସେହି ଯୁଆଳି ଶିଷ୍ୟମାନଙ୍କ କାନ୍ଧରେ ଦେଇ କାହିଁକି ଆପଣମାନେ ଈଶ୍ଵରଙ୍କୁ ପରୀକ୍ଷା କରୁଅଛନ୍ତି?


ସେମାନେ କହିଲେ, କର୍ଣ୍ଣିଲୀୟ ନାମକ ଜଣେ ଶତସେନାପତି, ଯେ ଧାର୍ମିକ ବ୍ୟକ୍ତି ଓ ଈଶ୍ଵରଙ୍କୁ ଭୟ କରନ୍ତି, ପୁଣି, ସମସ୍ତ ଯିହୁଦୀ ଜାତିଙ୍କ ନିକଟରେ ସୁଖ୍ୟାତିପ୍ରାପ୍ତ, ସେ ନିଜ ଗୃହକୁ ଆପଣଙ୍କୁ ଡକାଇପଠାଇ ଆପଣଙ୍କଠାରୁ କଥା ଶୁଣିବା ନିମନ୍ତେ ପବିତ୍ର ଦୂତଙ୍କ ଦ୍ଵାରା ପ୍ରତ୍ୟାଦେଶ ପାଇଅଛନ୍ତି।


ତାଙ୍କ ସାଙ୍ଗରେ କଥା କହୁଥିବା ଦୂତ ପ୍ରସ୍ଥାନ କଲା ଉତ୍ତାରେ ସେ ଆପଣା ଗୃହର ଦାସମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ, ପୁଣି ତାଙ୍କର ସେବା କରୁଥିବା ସୈନ୍ୟମାନଙ୍କ ମଧ୍ୟରୁ ଜଣେ ଭକ୍ତ ସୈନ୍ୟକୁ ଡାକିଲେ,


ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ବିଘ୍ନ ଯେ ନ ଘଟିବ, ଏହା ଅସମ୍ଭବ, କିନ୍ତୁ ଯାହା ଦ୍ଵାରା ତାହା ଘଟିବ, ହାୟ, ସେ ଦଣ୍ତର ପାତ୍ର;


ଯେଣୁ ମୋହର ଜୁଆଳି ସହଜ ଓ ମୋହର ଭାର ଉଶ୍ଵାସ।


ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯେବେ ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ? ଓ ଆମ୍ଭେ ଯେବେ ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି। ପୁଣି, ତୁମ୍ଭେମାନେ କହୁଅଛ, ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ ?


ଅତଏବ, ମୋହର ଇଚ୍ଛା, ଯୁବତୀ ବିଧବାମାନେ ବିବାହ କରନ୍ତୁ, ସନ୍ତାନ ପ୍ରସବ କରନ୍ତୁ, ଗୃହକାର୍ଯ୍ୟ ପରିଚାଳନା କରନ୍ତୁ, ନିନ୍ଦା କରିବା ପାଇଁ ଶତ୍ରୁକୁ କୌଣସି ସୁଯୋଗ ନ ଦିଅନ୍ତୁ;


ଯିହୁଦୀ ବା ଗ୍ରୀକ୍ ବା ଈଶ୍ଵରଙ୍କ ମଣ୍ତଳୀ, କାହାରି ଝୁଣ୍ଟିବାର କାରଣ ହୁଅ ନାହିଁ,


ତାହା ନ ହେଲେ କି ନିମନ୍ତେ ବାହାରିଯାଇଥିଲ? କଅଣ ଜଣେ ଭାବବାଦୀଙ୍କି ଦେଖିବାକୁ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭାବବାଦୀଙ୍କ ଅପେକ୍ଷା ଅଧିକ ଶ୍ରେଷ୍ଠ ବ୍ୟକ୍ତିଙ୍କି;


ପୁଣି, ଯାହା ନାନା ଗୋଷ୍ଠୀ ମଧ୍ୟରେ ଅପବିତ୍ରୀକୃତ ହୋଇଅଛି, ଯାହା ତୁମ୍ଭେମାନେ ସେମାନଙ୍କ ମଧ୍ୟରେ ଅପବିତ୍ର କରିଅଛ, ଆମ୍ଭେ ଆପଣାର ସେହି ମହାନାମ ପବିତ୍ର କରିବା; ଆଉ, ଯେତେବେଳେ ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ପବିତ୍ରୀକୃତ ହେବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।


ପୁଣି, ଯେଉଁ ସ୍ଥାନକୁ ସେମାନେ ଗଲେ, ସେସ୍ଥାନରେ ଗୋଷ୍ଠୀୟମାନଙ୍କ ମଧ୍ୟକୁ ଯାଇ ସେମାନେ ଆମ୍ଭର ପବିତ୍ର ନାମ ଅପବିତ୍ର କଲେ; ତହିଁରେ ଲୋକମାନେ ସେମାନଙ୍କ ବିଷୟରେ କହିଲେ, ଏମାନେ ସଦାପ୍ରଭୁଙ୍କର ଲୋକ ଓ ତାହାଙ୍କ ଦେଶରୁ ବାହାରି ଯାଇଅଛନ୍ତି।


ଦୁଷ୍ଟତାରୂପ ବନ୍ଧନ ଫିଟାଇ ଦେବାର, ଯୁଆଳିର ବନ୍ଧନ ମୁକ୍ତ କରିବାର ଓ ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତ କରି ଛାଡ଼ି ଦେବାର, ପୁଣି ପ୍ରତ୍ୟେକ ଯୁଆଳି ଭଗ୍ନ କରିବାର,


ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭର ଲୋକମାନେ ତ ଅକାରଣରେ ନିଆ ଯାଉଅଛନ୍ତି, ଆମ୍ଭେ ଏଠାରେ ଥାଇ କଅଣ କରୁଅଛୁ? ସଦାପ୍ରଭୁ କହନ୍ତି, ସେମାନଙ୍କ ଉପରେ କର୍ତ୍ତୃତ୍ଵକାରୀମାନେ ଗର୍ଜ୍ଜନ କରୁଅଛନ୍ତି ଓ ଆମ୍ଭର ନାମ ଦିନଯାକ ନିରନ୍ତର ନିନ୍ଦିତ ହେଉଅଛି।


ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ ।


ଯେଶୂୟ ଓ କଦ୍ମୀୟେଲ, ବାନି, ହଶବନୀୟ, ଶେରେବୀୟ, ହୋଦୀୟ, ଶବନୀୟ ଓ ପଥାହୀୟ, ଏହି ଲେବୀୟମାନେ କହିଲେ, ଉଠ, ଅନାଦି କାଳରୁ ଅନ; କାଳସ୍ଥାୟୀ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ଧନ୍ୟବାଦ କର; ପୁଣି, ସକଳ ଧନ୍ୟବାଦ ଓ ପ୍ରଶଂସାରୁ ଉନ୍ନତ ତୁମ୍ଭ ପ୍ରତାପାନ୍ଵିତ ନାମ ଧନ୍ୟ ହେଉ।


ଏଥିରେ ତାହାର ଦାସମାନେ ନିକଟକୁ ଆସି ତାହାକୁ କହିଲେ, ଆମ୍ଭ ପିତଃ, ଯେବେ ସେ ଭବିଷ୍ୟଦ୍ବକ୍ତା କୌଣସି ବଡ଼ କାର୍ଯ୍ୟ କରିବାକୁ ଆପଣଙ୍କୁ ଆଜ୍ଞା କରିଥାʼନ୍ତେ, ତେବେ କି ଆପଣ ତାହା କରି ନ ଥାʼନ୍ତେ? ତେବେ ସ୍ନାନ କରି ଶୁଚି ହୁଅ, ଏହି କଥା ଯେତେବେଳେ ସେ ଆପଣଙ୍କୁ କହନ୍ତି, ତାହା ମାନିବା କେତେ ଅଧିକ କର୍ତ୍ତବ୍ୟ?


ତଥାପି ଏହି କର୍ମ ଦ୍ଵାରା ନିନ୍ଦା କରିବା ପାଇଁ ସଦାପ୍ରଭୁଙ୍କ ଶତ୍ରୁମାନଙ୍କୁ ତୁମ୍ଭେ ନିତା; ସୁଯୋଗ ଦେଇଅଛ, ଏହେତୁ ତୁମ୍ଭର ଏହି ଯେ ସନ୍ତାନ ଜନ୍ମିଅଛି, ସେ ନିଶ୍ଚୟ ମରିବ।


ଏହେତୁ ସଦାପ୍ରଭୁ ଯେଉଁ ଶତ୍ରୁମାନଙ୍କୁ ତୁମ୍ଭ ବିରୁଦ୍ଧରେ ପଠାଇବେ, ତୁମ୍ଭେ କ୍ଷୁଧାରେ ଓ ତୃଷାରେ ଓ ଉଲଙ୍ଗତାରେ ଓ ସର୍ବପ୍ରକାର ଅଭାବରେ ସେମାନଙ୍କର ଦାସ୍ୟକର୍ମ କରିବ; ଆଉ ଶତ୍ରୁ ତୁମ୍ଭକୁ ବିନଷ୍ଟ କରିବା ଯାଏ ତୁମ୍ଭ କାନ୍ଧରେ ଲୁହାର ଯୁଆଳି ଦେବ।


ମୋର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ଵର ଧନ୍ୟ ହେଉନ୍ତୁ, ଯେହେତୁ ସେ ମୋʼ କର୍ତ୍ତା ପ୍ରତି ଅନୁଗ୍ରହ ଓ ସତ୍ୟାଚରଣ କରିବାରୁ ନିବୃତ୍ତ ହୋଇ ନାହାନ୍ତି; ପୁଣି ସଦାପ୍ରଭୁ ମୋତେ ମୋʼ କର୍ତ୍ତାର ଜ୍ଞାତିମାନଙ୍କ ଗୃହ ପଥରେ କଢ଼ାଇ ଆଣିଅଛନ୍ତି।


ପୁଣି ଏହି ପ୍ରାର୍ଥନା କଲା, ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ଵର, ବିନୟ କରୁଅଛି, ଆଜି ମୋʼ ସମ୍ମୁଖରେ ଶୁଭଫଳ ଉପସ୍ଥିତ କର, ଆଉ ମୋʼ ପ୍ରଭୁ ଅବ୍ରହାମଙ୍କ ପ୍ରତି ଦୟା କର।


ଏଣୁ ସେ ଆପଣା ଗୃହର ସର୍ବକାର୍ଯ୍ୟାଧ୍ୟକ୍ଷ ବୃଦ୍ଧ ଦାସକୁ କହିଲେ, ମୁଁ ବିନୟ କରୁଅଛି, ତୁମ୍ଭେ ମୋʼ ଜଙ୍ଘରେ ହସ୍ତ ଦିଅ;


ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, ତୁମ୍ଭେ ଆପଣା ସାଆନ୍ତାଣୀ ନିକଟକୁ ଫେରି ଯାଇ ନମ୍ର ଭାବରେ ତାଙ୍କର ହସ୍ତର ବଶୀଭୂତା ହୁଅ।


Swiv nou:

Piblisite


Piblisite