Biblia Todo Logo
Bib sou entènèt

- Piblisite -




୧ ତୀମଥି 6:10 - ପବିତ୍ର ବାଇବଲ (Re-edited) - (BSI)

10 କାରଣ ଧନଲୋଭ ସମସ୍ତ ଅନିଷ୍ଟର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ଵାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି ବହୁ ଦୁଃଖରେ ଆପଣା ଆପଣା ହୃଦୟ ବିଦୀର୍ଣ୍ଣ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

10 କାରଣ ଧନଲୋଭ ସମସ୍ତ ମନ୍ଦତାର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ୱାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି, ବହୁ ଦୁଃଖରେ ଆପଣା ଆପଣା ହୃଦୟରେ ଦୁଃଖ କରିଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ଅର୍ଥ ଲୋଭ ସମସ୍ତ ଅନର୍ଥର ମୂଳ। ଯେଉଁମାନେ ସବୁବେଳେ କେବଳ ଅର୍ଥାଗମର ପନ୍ଥା ଖୋଜୁ ଥାଆନ୍ତି, ସେମାନେ ଧର୍ମବିଶ୍ୱାସକୁ ହରାଇ ବସନ୍ତି - ପରିଣାମରେ କେବଳ ବିଡ଼ମ୍ବନା ଓ ଦୁଃଖଭୋଗରେ ସେମାନଙ୍କ ହୃଦୟ ବିଦୀର୍ଣ୍ଣ ହୋଇଥାଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କାରଣ ଧନଲୋଭ ସମସ୍ତ ମନ୍ଦତାର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ୱାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି, ବହୁ ଦୁଃଖରେ ଆପଣା ଆପଣା ହୃଦୟରେ ଦୁଃଖ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

10 ଧନର ଲୋଭ ସମସ୍ତ ପ୍ରକାର ମନ୍ଦର କାରଣ। ଅଧିକରୁ ଅଧିକ ଧନ ପାଇବା ଲୋଭରେ କେତେ ଲୋକ ସତ୍ୟ ବିଶ୍ୱାସକୁ ଛାଡ଼ି ଦେଇଛନ୍ତି। କିନ୍ତୁ ସେହିପରି କରିବା ଦ୍ୱାରା ସେମାନେ ନିଜ ଉପରକୁ ଅନେକ ଦୁଃଖ ଟାଣି ଆଣିଛନ୍ତି।

Gade chapit la Kopi




୧ ତୀମଥି 6:10
49 Referans Kwoze  

ସମସ୍ତ ଧନଲୋଭୀର ଗତି ଏହି; ତାହା ଧନର ଅଧିକାରୀମାନଙ୍କର ପ୍ରାଣ ନାଶ କରେ।


ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି ଅନେକ ପ୍ରକାର ଅସଙ୍ଗତ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହିସବୁ ମନୁଷ୍ୟକୁ ଧ୍ଵଂସ ଓ ବିନାଶରୂପ ସାଗରରେ ମଗ୍ନ କରେ।


ଦୁଷ୍ଟକୁ ଅନେକ ଦୁଃଖ ଘଟିବ; ମାତ୍ର ଯେଉଁ ଜନ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ, ତାହାର ଚତୁର୍ଦ୍ଦିଗରେ ଦୟା ବେଷ୍ଟନ କରିବ।


ସେମାନଙ୍କର ମୁଖ ବନ୍ଦ କରିବାର ଆବଶ୍ୟକ। ସେମାନେ କୁତ୍ସିତ ଧନଲାଭ ନିମନ୍ତେ ଅନୁପଯୁକ୍ତ ଶିକ୍ଷା ଦେଇ ଗୋଟିଏ ଗୋଟିଏ ପରିବାରକୁ ସମ୍ପୂର୍ଣ୍ଣ ରୂପେ ପଥଭ୍ରଷ୍ଟ କରନ୍ତି।


ତେଣୁକରି ସେମାନେ ଆପଣା ଆପଣା କର୍ମର ପ୍ରତିଫଳ ଭୁଞ୍ଜିବେ ଓ ଆପଣା ଆପଣା କୁପରାମର୍ଶର ସମ୍ପୂର୍ଣ୍ଣ ଫଳ ଭୋଗ କରିବେ।


ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି।


ଆହୁରି, ସେହି କୁକ୍କୁରମାନେ ପେଟୁକ, ସେମାନେ କେବେ ତୃପ୍ତ ନୁହନ୍ତି; ଆଉ, ଏମାନେ ବିବେଚନାଶକ୍ତିଶୂନ୍ୟ ପାଳକ; ସେସମସ୍ତେ ଚାରିଆଡ଼ରୁ ଆପଣା ଆପଣା ଲାଭ ଚେଷ୍ଟାରେ ଆପଣା ଆପଣା ବାଟ ଆଡ଼େ ଫେରିଅଛନ୍ତି।


କାରଣ ଦୀମା ଏହି ବର୍ତ୍ତମାନ ସଂସାରକୁ ପ୍ରେମ କରି ମୋତେ ପରିତ୍ୟାଗ କରିଅଛି ଓ ଥେସଲନୀକୀକୁ ଯାଇଅଛି; କ୍ରେସ୍କେନ୍ସ୍ ଗାଲାତିଆକୁ ଓ ତୀତସ୍ ଦଲ୍ମତିଆକୁ ଯାଇଅଛନ୍ତି।


ମଦ୍ୟପାୟୀ କି ବିବାଦପ୍ରିୟ ନ ହୋଇ ବରଂ ମୃଦୁଶୀଳ, ନିର୍ବିରୋଧ ଓ ନିର୍ଲୋଭ ହେବେ,


କିନ୍ତୁ ହାୟ, ଦଣ୍ତର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ଵର୍ଗରାଜ୍ୟ ରୁଦ୍ଧ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।


ସେସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।


ଆଃ, ତୁମ୍ଭେମାନେ ଯେପରି ବୃଥାରେ ଆମ୍ଭ ଯଜ୍ଞବେଦି ଉପରେ ଅଗ୍ନି ଜ୍ଵଳାଇ ନ ପାରିବ, ଏଥିପାଇଁ କବାଟ ବନ୍ଦ କରିବାକୁ ଯେବେ ତୁମ୍ଭମାନଙ୍କ ମଧ୍ୟରେ ଜଣେ ଥାଆନ୍ତା ! ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କଠାରେ ଆମ୍ଭର କିଛି ସନ୍ତୋଷ ନାହିଁ, ଆଉ ତୁମ୍ଭମାନଙ୍କ ହସ୍ତରୁ ଆମ୍ଭେ ନୈବେଦ୍ୟ ଗ୍ରହଣ କରିବା ନାହିଁ।


ତୁମ୍ଭେ ଅନ୍ୟାୟ ବିଚାର କରିବ ନାହିଁ; ତୁମ୍ଭେ ମନୁଷ୍ୟର ମୁଖାପେକ୍ଷା କରିବ ନାହିଁ; କିଅବା ତୁମ୍ଭେ ଲାଞ୍ଚ ନେବ ନାହିଁ; କାରଣ ଲାଞ୍ଚ ଜ୍ଞାନୀମାନଙ୍କର ଚକ୍ଷୁ ଅନ୍ଧ କରେ ଓ ଧାର୍ମିକମାନଙ୍କ ବାକ୍ୟ ଅନ୍ୟଥା କରେ।


ହେ ମୋହର ଭାଇମାନେ, ତୁମ୍ଭମାନଙ୍କ ମଧ୍ୟରୁ ଯଦି କେହି ସତ୍ୟ ପଥରୁ ଭ୍ରାନ୍ତ ହୁଏ, ପୁଣି କେହି ତାହାକୁ ଫେରାଇ ଆଣେ,


କେହି କେହି ତାହା ଅବଲମ୍ଵନ କରି ବିଶ୍ଵାସ ସମ୍ଵନ୍ଧରେ ପଥଭ୍ରଷ୍ଟ ହୋଇଅଛନ୍ତି। ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।


ତୁମ୍ଭ ମଧ୍ୟରେ ଲୋକମାନେ ରକ୍ତପାତ କରିବା ପାଇଁ ଲାଞ୍ଚ ନେଇ ଅଛନ୍ତି; ତୁମ୍ଭେ ସୁଧ ଓ ବୃଦ୍ଧି ଗ୍ରହଣ କରିଅଛ, ଆଉ ତୁମ୍ଭେ ଲୋଭରେ ଉପଦ୍ରବ କରି ଆପଣା ପ୍ରତିବାସୀ-ଠାରୁ ଲାଭ ନେଇଅଛ, ପୁଣି, ଆମ୍ଭକୁ ପାସୋରିଅଛ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି।


ଲୋକେ ବେଶ୍ୟାମାନଙ୍କୁ ଭଡ଼ା ଦିଅନ୍ତି; ମାତ୍ର ତୁମ୍ଭେ ଆପଣା ପ୍ରେମିକ ସମସ୍ତଙ୍କୁ ଭଡ଼ା ଦେଉଅଛ, ଆଉ ତୁମ୍ଭର ବେଶ୍ୟାବୃତ୍ତିକ୍ରମେ ସେମାନେ ଯେପରି ଚତୁର୍ଦ୍ଦିଗରୁ ତୁମ୍ଭ ନିକଟକୁ ଆସନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କୁ ଲାଞ୍ଚ ଦେଉଅଛ।


ପୁଣି, ଆମ୍ଭର ଯେଉଁ ଲୋକମାନେ ମିଥ୍ୟା କଥା ଶୁଣନ୍ତି, ସେମାନଙ୍କୁ ମିଥ୍ୟା କଥା କହି, ବଧର ଅଯୋଗ୍ୟ ପ୍ରାଣକୁ ବଧ କରିବା ପାଇଁ ଓ ବଞ୍ଚିବାର ଅଯୋଗ୍ୟ ପ୍ରାଣକୁ ଜୀବିତ ରଖିବା ପାଇଁ ତୁମ୍ଭେମାନେ ମୁଠିଏ ମୁଠିଏ ଯବ ଓ ଖଣ୍ତିଏ ଖଣ୍ତିଏ ରୁଟୀ ନିମନ୍ତେ ଆମ୍ଭ ଲୋକଙ୍କ ମଧ୍ୟରେ ଆମ୍ଭକୁ ଅଶୁଚି କରିଅଛ।


ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପାʼନ୍ତି ଓ ପାରିତୋଷିକର ପଶ୍ଚାଦ୍ବର୍ତ୍ତୀ ହୁଅନ୍ତି ; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ।


ତୁମ୍ଭେ କୌଣସି ମାନତ ନିମନ୍ତେ କୌଣସି ବେଶ୍ୟାର ବେତନ କିଅବା କୁକ୍କୁରର ମୂଲ୍ୟ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଗୃହକୁ ଆଣିବ ନାହିଁ; କାରଣ ସେ ଉଭୟ, ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଘୃଣ୍ୟ ବିଷୟ।


ତହିଁରେ ଲାବନ କହିଲା, ଜ୍ୟେଷ୍ଠା ଥାଉ ଥାଉ କନିଷ୍ଠାକୁ ଦାନ କରିବା ଆମ୍ଭମାନଙ୍କ ଦେଶାଚାର ନୁହେଁ।


ଦାରୁଚିନି, ସୁଗନ୍ଧି ଦ୍ରବ୍ୟ, ଧୂପ, ସୁଗନ୍ଧି ଲେପ୍ୟଦ୍ରବ୍ୟ, କୁନ୍ଦୁରୁ, ମଦ୍ୟ, ତୈଳ, ମଇଦା, ଗହମ, ଗୋରୁ, ମେଷ, ଅଶ୍ଵ, ରଥ, କ୍ରୀତଦାସ ଓ ମନୁଷ୍ୟମାନଙ୍କ ପ୍ରାଣ।


ଏହେତୁ ନାମାନ୍ର କୁଷ୍ଠରୋଗ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଦାକାଳ ଲାଗି ରହିବ। ଏଥିରେ ଗିହେଜୀ ହିମ ତୁଲ୍ୟ ଶ୍ଵେତକୁଷ୍ଠଗ୍ରସ୍ତ ହୋଇ ତାଙ୍କ ସାକ୍ଷାତରୁ ବାହାରି ଗଲା।


ଏନିମନ୍ତେ ସେ ପଥପାର୍ଶ୍ଵରେ ତାହା ନିକଟକୁ ଯାଇ ପୁତ୍ରବଧୂକୁ ଚିହ୍ନି ନ ପାରି କହିଲା, ନିବେଦନ କରୁଅଛି, ତୁମ୍ଭ କତିକି ମୋତେ ଯିବାକୁ ଦିଅ। ତହୁଁ ତାମର କହିଲା, ତୁମ୍ଭେ ମୋʼ କତିକି ଆସିବା ପାଇଁ କଅଣ ଦେବ?


ତହିଁରେ ଲାବନ କହିଲା, ତୁମ୍ଭେ ନିତା; ଆମ୍ଭର ଅସ୍ଥି ଓ ମାଂସସ୍ଵରୂପ। ତେଣୁ ଯାକୁବ ତାହାର ଗୃହରେ ମାସେ କାଳ ବାସ କଲା।


ମୁଁ ଲୁଟିତ ଦ୍ରବ୍ୟ ମଧ୍ୟରେ ଖଣ୍ତିଏ ସୁନ୍ଦର ବାବିଲୀୟ ବସ୍ତ୍ର ଓ ଦୁଇଶହ ଶେକଲ ରୂପା ଓ ପଚାଶ ଶେକଲ ପରିମିତ ଏକ ସୁନାମୁଣ୍ତା ଦେଖି ଲୋଭ କରି ତାହା ନେଲି; ଆଉ ଦେଖ, ସେସବୁ ମୋʼ ତମ୍ଵୁ ମଧ୍ୟରେ ଭୂମିରେ ପୋତା ଅଛି, ଆଉ ରୂପା ତହିଁ ତଳେ ଅଛି।


ଦୌରାତ୍ମ୍ୟରେ ନିର୍ଭର ରଖ ନାହିଁ ଓ ଅପହରଣରେ ଦର୍ପୀ ହୁଅ ନାହିଁ; ଧନ ବଢ଼ିଲେ ତହିଁରେ ମନ ଦିଅ ନାହିଁ।


ଲୋଭୀ ଆପଣା ପରିଜନକୁ ଦୁଃଖ ଦିଏ, ମାତ୍ର ଯେଉଁ ଲୋକ ଲାଞ୍ଚ ଘୃଣା କରେ, ସେ ବଞ୍ଚିବ।


ଆଉ, ସେ ଜ୍ଞାନୀ କି ମୂର୍ଖ ହେବ, କିଏ ଜାଣେ? ତଥାପି ମୁଁ ସୂର୍ଯ୍ୟ ତଳେ ଯେ ଯେ ପରିଶ୍ରମରେ ପରିଶ୍ରା; ହୋଇ ଜ୍ଞାନ ପ୍ରକାଶ କଲି, ସେ ମୋହର ସେହି ସକଳ ପରିଶ୍ରମର ଫଳାଧିକାରୀ ହେବ; ଏହା ହିଁ ଅସାର।


ଯେଉଁଠାରେ କୀଟ ଓ କଳଙ୍କ କ୍ଷୟ କରେ, ପୁଣି ଚୋରମାନେ ସିନ୍ଧି କାଟି ଚୋରି କରନ୍ତି, ଏପରି ପୃଥିବୀରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର ନାହିଁ;


ଯେ ବାକ୍ୟ ଶୁଣେ, ପୁଣି ସାଂସାରିକ ଚିନ୍ତା ଓ ଧନର ମାୟା ବାକ୍ୟକୁ ଚାପିପକାଏ, ଆଉ ସେ ଫଳହୀନ ହୁଏ, ସେହି ଜଣକ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ।


ସେହି ଅନ୍ୟ ପ୍ରକାର ଲୋକେ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ।


ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁପ୍ରବୃତ୍ତିଗୁଡ଼ିକ, ଅର୍ଥାତ୍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି ପ୍ରତିମାପୂଜା ରୂପ ଲୋଭ, ଏହିସବୁ ପ୍ରତି ମୃତ ହୁଅ;


କାରଣ ଲୋକମାନେ ଆତ୍ମପ୍ରିୟ, ଧନଲୋଭୀ, ଆତ୍ମଗର୍ବୀ, ଅହଂକାରୀ, ନିନ୍ଦକ, ପିତାମାତାଙ୍କର ଅବାଧ୍ୟ,


ଯାକୁବର ପୁତ୍ରମାନେ ହତ ଲୋକମାନଙ୍କ ନିକଟକୁ ଆସି ନଗର ଲୁଟ କଲେ, କାରଣ ସେମାନଙ୍କ ଭଉଣୀକି ସେହି ଲୋକମାନେ ଭ୍ରଷ୍ଟା କରିଥିଲେ।


ତହୁଁ ଶିମୀୟି ଉଠି ଗର୍ଦ୍ଦଭ ସଜାଇ ଆପଣା ଦାସମାନଙ୍କୁ ଅନ୍ଵେଷଣ କରିବା ପାଇଁ ଗାଥ୍ ନଗରକୁ ଆଖୀଶ୍ କତିକି ଗଲା; ପୁଣି ଶିମୀୟି ଯାଇ ଗାଥ୍ରୁ ଆପଣା ଦାସମାନଙ୍କୁ ଆଣିଲା।


Swiv nou:

Piblisite


Piblisite