Biblia Todo Logo
Bib sou entènèt

- Piblisite -




୨ ପିତର 1:3 - ପବିତ୍ର ବାଇବଲ (Re-edited) - (BSI)

3 ଯେ ଆପଣା ଗୌରବ ଓ ସଦ୍ଗୁଣରେ ଆମ୍ଭମାନଙ୍କୁ ଆହ୍ଵାନ କରିଅଛନ୍ତି, ତାହାଙ୍କ ବିଷୟକ ଜ୍ଞାନ ଦ୍ଵାରା ତାହାଙ୍କ ଐଶ୍ଵରିକ ଶକ୍ତି ଆମ୍ଭମାନଙ୍କୁ ଜୀବନ ଓ ଧର୍ମପରାୟଣତା ନିମନ୍ତେ ସମସ୍ତ ଆବଶ୍ୟକୀୟ ବିଷୟ ଦାନ କରିଅଛି।

Gade chapit la Kopi

ଓଡିଆ ବାଇବେଲ

3 ଯେ ଆପଣା ଗୌରବ ଓ ସଦ୍‍ଗୁଣରେ ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ତାହାଙ୍କ ବିଷୟକ ଜ୍ଞାନ ଦ୍ୱାରା ତାହାଙ୍କ ଐଶ୍ୱରିକ ଶକ୍ତି ଆମ୍ଭମାନଙ୍କୁ ଜୀବନ ଓ ଧର୍ମପରାୟଣତା ନିମନ୍ତେ ସମସ୍ତ ଆବଶ୍ୟକୀୟ ବିଷୟ ଦାନ କରିଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଯଥାର୍ଥଭାବେ ଧାର୍ମିକ ଜୀବନ କାଟିବା ପାଇଁ ଆମର ଯାହା କିଛି ଆବଶ୍ୟକ, ତାହା ଈଶ୍ୱର ନିଜ ଐଶ୍ୱରିକ ଶକ୍ତିରେ ଆମକୁ ଦାନ କରିଛନ୍ତି। ଯେ ନିଜ ମମହିମା ଓ ଧାର୍ମିକତାରେ ଅଂଶୀ ହେବା ପାଇଁ ଆମକୁ ଆହ୍ୱାନ କରିଛନ୍ତି, ତାଙ୍କୁ ଜାଣିବା ଦ୍ୱରା ଆମେ ଏହି ଦାନ ପାଇଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଈଶ୍ବର ଆପଣା ଗୌରବ ଓ ସଦ୍‍ଗୁଣରେ ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ତାହାଙ୍କ ବିଷୟକ ଜ୍ଞାନ ଦ୍ୱାରା ତାହାଙ୍କ ଐଶ୍ବରୀୟ ଶକ୍ତି ଆମ୍ଭମାନଙ୍କୁ ଜୀବନ ଓ ଧର୍ମପରାୟଣତା ନିମନ୍ତେ ସମସ୍ତ ଆବଶ୍ୟକୀୟ ବିଷୟ ଦାନ କରିଅଛି।

Gade chapit la Kopi

ପବିତ୍ର ବାଇବଲ

3 ଯୀଶୁଙ୍କଠାରେ ପରମେଶ୍ୱରଙ୍କ ଶକ୍ତି ଅଛି। ଆମ୍ଭର ଜୀବନଯାପନ ପାଇଁ ଓ ପରମେଶ୍ୱରଙ୍କୁ ସେବା କରିବା ପାଇଁ ଯାହାକିଛି ଦରକାର ସେ ସବୁ ଆପଣା ଶକ୍ତିରେ ଆମ୍ଭକୁ ଦେଇଛନ୍ତି। ଆମ୍ଭେ ତାହାଙ୍କୁ ଜାଣିଛୁ ବୋଲି ଏହାସବୁ ପାଇଛୁ। ଯୀଶୁ ଆପଣା ମହିମା ଓ ଉତ୍ତମତାରେ ଆମ୍ଭମାନଙ୍କୁ ଡାକିଛନ୍ତି।

Gade chapit la Kopi




୨ ପିତର 1:3
39 Referans Kwoze  

ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ଵର ଆପଣା ଅନ; ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ଵାରା ତୁମ୍ଭମାନଙ୍କୁ ଆହ୍ଵାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।


ସେ ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି ଓ ପବିତ୍ର ଆହ୍ଵାନରେ ଆହ୍ଵାନ କରିଅଛନ୍ତି; ଆମ୍ଭମାନଙ୍କ କର୍ମାନୁସାରେ ସେ ତାହା କରି ନାହାନ୍ତି, ମାତ୍ର ତାହାଙ୍କ ନିଜ ସଂକଳ୍ପ ଓ ଅନୁଗ୍ରହ ଅନୁସାରେ କରିଅଛନ୍ତି ; ସେହି ଅନୁଗ୍ରହ ଅନାଦିକାଳ ପୂର୍ବରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ପ୍ରଦତ୍ତ ହୋଇଥିଲା,


କାରଣ ସଦାପ୍ରଭୁ ପରମେଶ୍ଵର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।


ଯେ ଆପଣା ପୁତ୍ରଙ୍କୁ ସୁଦ୍ଧା ରକ୍ଷା କଲେ ନାହିଁ, ମାତ୍ର ଆମ୍ଭ ସମସ୍ତଙ୍କ ନିମନ୍ତେ ତାହାଙ୍କୁ ସମର୍ପଣ କଲେ, ସେ କିପରି ତାହାଙ୍କ ସହିତ ମଧ୍ୟ ସମସ୍ତ ବିଷୟ ଆମ୍ଭମାନଙ୍କୁ ଅନୁଗ୍ରହରେ ଦାନ ନ କରିବେ?


ଆଉ, ସେ ମୋତେ କହିଅଛନ୍ତି, ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ। ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋʼ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଞ୍ଚ ମୋହର ଦୁର୍ବଳତାରେ ଦର୍ପ କରିବି।


ଏଥିନିମନ୍ତେ ହିଁ ତୁମ୍ଭେମାନେ ଆହୂତ ହୋଇଅଛ, କାରଣ ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ପଦଚିହ୍ନ ଦେଇ ଗମନ କର, ସେଥିପାଇଁ ସେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ଦୁଃଖଭୋଗ କରି ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଦେଇ ଯାଇଅଛନ୍ତି;


ସେଥିସକାଶେ ମଧ୍ୟ ସେ ଆମ୍ଭମାନଙ୍କ ସୁସମାଚାର ଦ୍ଵାରା ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଗୌରବ ପ୍ରାପ୍ତି ନିମନ୍ତେ ତୁମ୍ଭମାନଙ୍କୁ ଆହ୍ଵାନ କରିଅଛନ୍ତି।


କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ଵାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି ଈଶ୍ଵରଙ୍କ ନିଜସ୍ଵ ପ୍ରଜା ହୋଇଅଛ।


ଯେପରି ତୁମ୍ଭମାନଙ୍କ ଆହ୍ଵାନକାରୀ ଯେଉଁ ଈଶ୍ଵର, ତାହାଙ୍କ ରାଜ୍ୟ ଓ ଗୌରବର ଅଂଶୀ ହେବା ନିମନ୍ତେ ତୁମ୍ଭେମାନେ ତାହାଙ୍କର ଯୋଗ୍ୟ ଆଚରଣ କର।


କାରଣ ଈଶ୍ଵର ଆମ୍ଭମାନଙ୍କୁ ଅଶୁଚିତାରେ ଜୀବନ ଯାପନ କରିବା ନିମନ୍ତେ ଆହ୍ଵାନ ନ କରି ପବିତ୍ର ହେବା ନିମନ୍ତେ ଆହ୍ଵାନ କରିଅଛନ୍ତି।


ମାତ୍ର ତୁମ୍ଭମାନଙ୍କର ଆହ୍ଵାନକର୍ତ୍ତା ଯେପରି ପବିତ୍ର, ତୁମ୍ଭେମାନେ ମଧ୍ୟ ଆଜ୍ଞାବହ ସନ୍ତାନମାନଙ୍କ ପରି ସମସ୍ତ ଆଚରଣରେ ସେହିପରି ପବିତ୍ର ହୁଅ।


ଅତଏବ, ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ଵାନରେ ଆହୂତ ହୋଇଅଛ, ସେଥିର ଯୋଗ୍ୟଆଚରଣ କର,


ଈଶ୍ଵର ବିଶ୍ଵାସ୍ୟ, ଯାହାଙ୍କ ଦ୍ଵାରା ତୁମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟ, ଆମ୍ଭମାନଙ୍କ ପ୍ରଭୁଙ୍କର ସହଭାଗିତା ନିମନ୍ତେ ଆହୂତ ହୋଇଅଛ।


ଈଶ୍ଵର ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ବିଷୟକ ଜ୍ଞାନ ଦ୍ଵାରା ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ଓ ଶାନ୍ତି ପ୍ରଚୁର ପରିମାଣରେ ହେଉ।


ହଁ, ଏହି କାରଣରୁ ତୁମ୍ଭେମାନେ ଅତି ଯନି ସହକାରେ ବିଶ୍ଵାସ ସହିତ ସଦ୍ଗୁଣ, ସଦ୍ଗୁଣ ସହିତ ଜ୍ଞାନ,


ଅନିଷ୍ଟ ପରିବର୍ତ୍ତରେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତରେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ।


କାରଣ ଦୃଶ୍ୟ ଓ ଅଦୃଶ୍ୟ, ସ୍ଵର୍ଗରେ ଓ ପୃଥିବୀରେ ସମସ୍ତ ବିଷୟ ତାହାଙ୍କ ଦ୍ଵାରା ସୃଷ୍ଟି ହେଲା, ସିଂହାସନ କି ପ୍ରଭୁତ୍ଵ କି ଆଧିପତ୍ୟ କି କର୍ତ୍ତାପଣ, ସମସ୍ତ ତାହାଙ୍କ ଦ୍ଵାରା ଓ ତାହାଙ୍କ ନିମନ୍ତେ ସୃଷ୍ଟ ହୋଇଅଛି;


କାରଣ ଶାରୀରିକ ବ୍ୟାୟାମ ଅଳ୍ପ ବିଷୟରେ ଲାଭଜନକ, କିନ୍ତୁ ଈଶ୍ଵରପରାୟଣତା ଇହକାଳ ଓ ପରକାଳରେ ପ୍ରତିଜ୍ଞାଯୁକ୍ତ ହୋଇ ସମସ୍ତ ବିଷୟରେ ଲାଭଜନକ ଅଟେ।


ଏକ ଶରୀର ଓ ଏକ ଆତ୍ମା, ଯେଉଁ ରୂପେ ତୁମ୍ଭେମାନେ ତୁମ୍ଭମାନଙ୍କ ଆହ୍ଵାନର ଏକ ଭରସାରେ ମଧ୍ୟ ଆହୂତ ହୋଇଅଛ;


ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରୀତିଭାଜନ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର।


ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, ସ୍ଵର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ପ୍ରଦତ୍ତ ହୋଇଅଛି।


ସେ ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ଵର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ଵାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି ପାପ ମାର୍ଜ୍ଜନା କଲା ଉତ୍ତାରେ, ଊର୍ଦ୍ଧ୍ଵସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ଵରେ ଉପବେଶନ କରିଅଛନ୍ତି,


ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ଵେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।


ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ଵରଙ୍କ ଶକ୍ତିରେ ବିଶ୍ଵାସ ଦ୍ଵାରା ସୁରକ୍ଷିତ ହେଉଅଛ।


ସେଥିନିମନ୍ତେ ତ ସେ କେବଳ ଯିହୁଦୀମାନଙ୍କ ମଧ୍ୟରୁ ନୁହେଁ, ମାତ୍ର ବିଜାତିମାନଙ୍କ ମଧ୍ୟରୁ ସୁଦ୍ଧା ଆମ୍ଭମାନଙ୍କୁ ଆହ୍ଵାନ କରିଅଛନ୍ତି,


ଗୁଣବତୀ ସ୍ତ୍ରୀ ଆପଣା ସ୍ଵାମୀର ମୁକୁଟ ସ୍ଵରୂପ; ମାତ୍ର ଲଜ୍ଜାଦାୟିନୀ ସ୍ତ୍ରୀ ତାହାର ହାଡ଼ସବୁର କ୍ଷୟ ସ୍ଵରୂପ।


ଏଣୁ ଆଗୋ ମୋହର କନ୍ୟେ, ଭୟ କର ନାହିଁ, ତୁମ୍ଭେ ଯାହା କହିଲ, ମୁଁ ତୁମ୍ଭ ପାଇଁ ସେସମସ୍ତ କରିବି;


ଅନେକ କନ୍ୟା ଗୁଣ ଦେଖାଇ ଅଛନ୍ତି, ମାତ୍ର ତୁମ୍ଭେ ସେସମସ୍ତଙ୍କ ଅପେକ୍ଷା ଶ୍ରେଷ୍ଠ।


ଗୁଣବତୀ ସ୍ତ୍ରୀ କିଏ ପାଇପାରେ? ମୁକ୍ତାଠାରୁ ହିଁ ତାହାର ମୂଲ୍ୟ ଅଧିକ।


ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ; ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟକଲି, ପୁଣି ସେହିସବୁ ଆବର୍ଜ୍ଜନା ସ୍ଵରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରି ପାରେ ଓ ତାହାଙ୍କର ବୋଲି ଜଣାଯାଏ,


ଜ୍ଞାନ ସହିତ ସଂଯମ, ସଂଯମ ସହିତ ଧୈର୍ଯ୍ୟ, ଧୈର୍ଯ୍ୟ ସହିତ ଧର୍ମପରାୟଣତା,


ଏହିସବୁ ତୁମ୍ଭମାନଙ୍କଠାରେ ବୃଦ୍ଧି ପାଇଲେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନରେ ପୂର୍ଣ୍ଣତା ଲାଭ କରିବା ନିମନ୍ତେ ତୁମ୍ଭମାନଙ୍କୁ ଶିଥିଳ ଓ ଫଳଶୂନ୍ୟ ହେବାକୁ ଦେବ ନାହିଁ।


ଅତଏବ, ହେ ଭାଇମାନେ, ତୁମ୍ଭେମାନେ ଆପଣା ଆପଣା ଆହ୍ଵାନ ଓ ମନୋନୟନକୁ ସ୍ଥିର କରିବା ନିମନ୍ତେ ଅଧିକ ଯନିଶୀଳ ହୁଅ; ଯେଣୁ ଏପରି କଲେ ତୁମ୍ଭେମାନେ କେବେହେଁ ଝୁଣ୍ଟିପଡ଼ିବ ନାହିଁ,


ଯେଣୁ ସେମାନେ ଯଦି ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନ ଦ୍ଵାରା ସଂସାରର ଅଶୁଚିତାରୁ ରକ୍ଷା ପାଇ ପୁନର୍ବାର ସେଥିର ବନ୍ଧନରେ ଆବଦ୍ଧ ହୋଇ ପରାସ୍ତ ହୁଅନ୍ତି, ତାହାହେଲେ ସେମାନଙ୍କ ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ,।


ବରଞ୍ଚ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଅନ; କାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର।


Swiv nou:

Piblisite


Piblisite