Biblia Todo Logo
Bib sou entènèt

- Piblisite -




୨ ପିତର 1:4 - ପବିତ୍ର ବାଇବଲ (Re-edited) - (BSI)

4 ତଦ୍ଦ୍ଵାରା ସେ ଆମ୍ଭମାନଙ୍କୁ ବହୁମୂଲ୍ୟ ଓ ଅତି ମହତ୍ ପ୍ରତିଜ୍ଞାମାନ ଦାନ କରିଅଛନ୍ତି, ଯେପରି ସେହିସବୁ ଦ୍ଵାରା ତୁମ୍ଭେମାନେ କୁଅଭିଳାଷରୁ ଜାତ ଯେଉଁ ବିନାଶ ଜଗତରେ ଅଛି, ସେଥିରୁ ରକ୍ଷା ପାଇ ଐଶ୍ଵରିକ ସ୍ଵଭାବର, ସହଭାଗୀ ହୁଅ।

Gade chapit la Kopi

ଓଡିଆ ବାଇବେଲ

4 ତଦ୍ୱାରା ସେ ଆମ୍ଭମାନଙ୍କୁ ବହୁମୂଲ୍ୟ ଓ ଅତି ମହତ‍ ପ୍ରତିଜ୍ଞାମାନ ଦାନ କରିଅଛନ୍ତି, ଯେପରି ସେହି ସବୁ ଦ୍ୱାରା ତୁମ୍ଭେମାନେ କୁଅଭିଳାଷରୁ ଜାତ ଯେଉଁ ବିନାଶ ଜଗତରେ ଅଛି, ସେଥିରୁ ରକ୍ଷା ପାଇ ଐଶ୍ୱରିକ ସ୍ୱଭାବର ସହଭାଗୀ ହୁଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ଏହିପରି ସେ ଆମକୁ ତାଙ୍କ ପ୍ରତିଜ୍ଞାନୁସାରେ ଅତି ଶ୍ରେଷ୍ଠ ଓ ମୂଲ୍ୟବାନ ଦାନ ଦେଇଛନ୍ତି। ଏହିସବୁ ଦାନ ସାହାଯ୍ୟରେ ତୁମ୍ଭେମାନେ ଏହି ଜଗତର ଧ୍ୱଂସକାରୀ କାମନାରୁ ଉଦ୍ଧାର ପାଇ ଐଶ୍ୱରିକ ସ୍ୱଭାବର ଅଂଶୀ ହୋଇ ପାରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେ ଆମ୍ଭମାନଙ୍କୁ ବହୁମୂଲ୍ୟ ଓ ଅତି ମହତ‍ ପ୍ରତିଜ୍ଞାମାନ ଦାନ କରିଅଛନ୍ତି, ଯେପରି ସେହିସବୁ ଦ୍ୱାରା ତୁମ୍ଭେମାନେ କୁଅଭିଳାଷରୁ ଜାତ ଯେଉଁ ବିନାଶ ଜଗତରେ ଅଛି, ସେଥିରୁ ରକ୍ଷା ପାଇ ଐଶ୍ବରୀୟ ସ୍ୱଭାବର ସହଭାଗୀ ହୁଅ।

Gade chapit la Kopi

ପବିତ୍ର ବାଇବଲ

4 ଯୀଶୁ ନିଜ ମହିମା ଓ ଉତ୍ତମତା ହେତୁ, ପ୍ରତିଜ୍ଞା କରିଥିବା ଅତି ମୂଲ୍ୟବାନ୍ ଓ ମହତ ବିଷୟ ଗୁଡ଼ିକ ଆମ୍ଭକୁ ଦେଇଛନ୍ତି। ସେହି ଦାନଗୁଡ଼ିକ ସାହାଯ୍ୟରେ ତୁମ୍ଭେ ପରମେଶ୍ୱରଙ୍କ ଆଚରଣର ଅଂଶ ହୋଇପାରିବ। ଏହା ଦ୍ୱାରା ଜଗତରେ ଥିବା ମନ୍ଦ ବିଷୟ ଗୁଡ଼ିକ ତୁମ୍ଭକୁ ନଷ୍ଟ କରି ପାରିବ ନାହିଁ।

Gade chapit la Kopi




୨ ପିତର 1:4
25 Referans Kwoze  

କିନ୍ତୁ ଆମ୍ଭେମାନେ ସମସ୍ତେ ଅନାଚ୍ଛାଦିତ ମୁଖରେ ଦର୍ପଣରେ ଦେଖିବା ପରି ପ୍ରଭୁଙ୍କ ଗୌରବ ଦେଖୁ ଦେଖୁ ଗୌରବଯୁକ୍ତ ଅବସ୍ଥାରୁ ଅଧିକ ଗୌରବଯୁକ୍ତ ଅବସ୍ଥା ପ୍ରାପ୍ତ ହୋଇ ତାହାଙ୍କ ସେହି ମୂର୍ତ୍ତିରେ ପରିବର୍ତ୍ତିତ ହେଉଅଛୁ; ଯେଣୁ ପ୍ରଭୁ ଯେ କି ଆତ୍ମା, ତାହାଙ୍କଠାରୁ ଏହିସବୁ ହେଉଅଛି।


ସେଥିର ସମସ୍ତ କର୍ମ ପରିତ୍ୟାଗ କରି ନୂତନ ସ୍ଵଭାବ।। ପରିଧାନ କରିଅଛ; ସେହି ନୂତନ ସ୍ଵଭାବ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତିମୂର୍ତ୍ତି ଅନୁସାରେ ସମ୍ପୂର୍ଣ୍ଣ ଜ୍ଞାନ ପ୍ରାପ୍ତି ନିମନ୍ତେ ନୂତନୀକୃତ ହେଉଅଛି;


କାରଣ ସେମାନଙ୍କୁ ଯେପରି ବିହିତ ବୋଧ ହେଲା, ତଦନୁସାରେ ସେମାନେ ଅଳ୍ପ ଦିନ ନିମନ୍ତେ ଆମ୍ଭମାନଙ୍କୁ ଶାସନ କଲେ; କିନ୍ତୁ ଆମ୍ଭେମାନେ ଯେପରି ତାହାଙ୍କ ପବିତ୍ରତାର ସହଭାଗୀ ହେଉ, ଏଥିପାଇଁ ସେ ଆମ୍ଭମାନଙ୍କ ମଙ୍ଗଳ ନିମନ୍ତେ ଶାସନ କରନ୍ତି।


ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଈଶ୍ଵରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କଅଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ। ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା।, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା।


ଏଣୁ ପ୍ରଭୁ ଏହା କହନ୍ତି, “ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ୍ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା,”


ଯେଣୁ ଯେ ଆପଣା ଶରୀର ଉଦ୍ଦେଶ୍ୟରେ ବୁଣେ, ସେ ଶରୀରରୁ ଉତ୍ପନ୍ନ କ୍ଷୟଣୀୟ ଶସ୍ୟ କାଟିବ; କିନ୍ତୁ ଯେ ଆତ୍ମାଙ୍କ ଉଦ୍ଦେଶ୍ୟରେ ବୁଣେ, ସେ ଆତ୍ମାଙ୍କଠାରୁ ଉତ୍ପନ୍ନ ଅନ; ଜୀବନରୂପ ଶସ୍ୟ କାଟିବ।


ଆଉ ସେ ଆମ୍ଭମାନଙ୍କୁ ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ଅନ; ଜୀବନ।


ଶିମୀୟୋନ ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ଦାସ ଓ ପ୍ରେରିତ, ଆମ୍ଭମାନଙ୍କ ଈଶ୍ଵର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଧାର୍ମିକତା ହେତୁ ଯେଉଁମାନେ ଆମ୍ଭମାନଙ୍କ ସହିତ ସମାନ ଭାବରେ ବହୁମୂଲ୍ୟ ବିଶ୍ଵାସ ପ୍ରାପ୍ତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।


ଆଉ ଏହି କାରଣରୁ ସେ ନୂତନ ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ଯେପରି ପ୍ରଥମ ନିୟମକାଳୀନ ଅପରାଧ ମାର୍ଜ୍ଜନାର୍ଥେ ମୃତ୍ୟୁଭୋଗ କରିଯାଇଥିବାରୁ ଆହୂତ ଲୋକମାନେ ଅନ; ଅଧିକାର ସମ୍ଵନ୍ଧୀୟ ପ୍ରତିଜ୍ଞାର ଫଳ ପ୍ରାପ୍ତ ହୁଅନ୍ତି।


ଯେଣୁ ଈଶ୍ଵରଙ୍କର ଯେତେ ପ୍ରତିଜ୍ଞା, ସେସମସ୍ତର ହଁ ତାହାଙ୍କଠାରେ ଅଛି; ଏଥିସକାଶେ ମଧ୍ୟ ତାହାଙ୍କ ଦ୍ଵାରା ଈଶ୍ଵରଙ୍କ ଗୌରବ ଉଦ୍ଦେଶ୍ୟରେ ଆମ୍ଭେମାନେ ଆମେନ୍ କହିଥାଉ।


ଅବ୍ରହାମ ଓ ତାହାଙ୍କ ସନ୍ତାନ ପ୍ରତି ପ୍ରତିଜ୍ଞାସମୂହ ଉକ୍ତ ହୋଇଥିଲା। ଅନେକଙ୍କୁ ଲକ୍ଷ୍ୟ କରି ସନ୍ତାନମାନଙ୍କୁ ବୋଲି କୁହାଯାଏ ନାହିଁ, କିନ୍ତୁ ଜଣଙ୍କୁ ଅର୍ଥାତ୍ ଖ୍ରୀଷ୍ଟଙ୍କୁ ଲକ୍ଷ୍ୟ କରି ତୁମ୍ଭର ସନ୍ତାନକୁ ବୋଲି କୁହାଯାଏ।


ସେମାନେ ତ ଇସ୍ରାଏଲୀୟ; ପୁତ୍ରତ୍ଵ, ଗୌରବ, ନିୟମସମୂହ, ବ୍ୟବସ୍ଥାପ୍ରଦାନ, ଉପାସନା ଓ ପ୍ରତିଜ୍ଞା-ସମୂହ ସେମାନଙ୍କର;


ଶେଷରେ ଯେପରି ଆମ୍ଭେମାନେ ସମସ୍ତେ ବିଶ୍ଵାସରେ ଓ ଈଶ୍ଵରଙ୍କ ପୁତ୍ର ବିଷୟକ ଜ୍ଞାନରେ ଏକତା ପ୍ରାପ୍ତ ହେଉ, ଅର୍ଥାତ୍ ଖ୍ରୀଷ୍ଟଙ୍କ ପୂର୍ଣ୍ଣତାର ପରିମାଣାନୁସାରେ ପୂର୍ଣ୍ଣବୟସ୍କ ପୁରୁଷ ହେଉ,


ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ଵର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ।


ବିଳମ୍ଵ ବୋଲି ଯେପରି କେତେକ ଭାବନ୍ତି, ପ୍ରଭୁ ଆପଣା ପ୍ରତିଜ୍ଞା ବିଷୟରେ ସେପରି ବିଳମ୍ଵ କରନ୍ତି ନାହିଁ କିନ୍ତୁ ଯେପରି କେହି ବିନଷ୍ଟ ନ ହୁଅନ୍ତି, ବରଂ ସମସ୍ତେ ମନ ପରିବର୍ତ୍ତନ କରନ୍ତି, ଏହା ଇଚ୍ଛା କରି, ସେ ତୁମ୍ଭମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି।


ଆମ୍ଭେମାନେ ତାହାଙ୍କ ପ୍ରତିଜ୍ଞାନୁସାରେ ଗୋଟିଏ ନୂତନ ଆକାଶମଣ୍ତଳ ଓ ନୂତନ ପୃଥିବୀର ଅପେକ୍ଷାରେ ଅଛୁ, ଯାହା ଧାର୍ମିକତାର ଆବାସସ୍ଥଳ ହେବ।


Swiv nou:

Piblisite


Piblisite