Biblia Todo Logo
Bib sou entènèt

- Piblisite -




୨ ପିତର 1:5 - ପବିତ୍ର ବାଇବଲ (Re-edited) - (BSI)

5 ହଁ, ଏହି କାରଣରୁ ତୁମ୍ଭେମାନେ ଅତି ଯନି ସହକାରେ ବିଶ୍ଵାସ ସହିତ ସଦ୍ଗୁଣ, ସଦ୍ଗୁଣ ସହିତ ଜ୍ଞାନ,

Gade chapit la Kopi

ଓଡିଆ ବାଇବେଲ

5 ହଁ, ଏହି କାରଣରୁ ତୁମ୍ଭେମାନେ ଅତି ଯତ୍ନ ସହକାରେ ବିଶ୍ୱାସ ସହିତ ସଦ୍‍ଗୁଣ, ସଦ୍‍ଗୁଣ ସହିତ ଜ୍ଞାନ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଏଥିପାଇଁ ତୁମ ବିଶ୍ୱାସ ସହିତ ସଦଗୁଣ; ସଦ୍ଗୁଣ ସହିତ ଜ୍ଞାନ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ହଁ, ଏହି କାରଣରୁ ତୁମ୍ଭେମାନେ ଅତି ଯତ୍ନ ସହକାରେ ବିଶ୍ୱାସ ଦ୍ୱାରା ସଦ୍‍ଗୁଣ, ସଦ୍‍ଗୁଣ ଦ୍ୱାରା ଜ୍ଞାନ,

Gade chapit la Kopi

ପବିତ୍ର ବାଇବଲ

5 ଯେହେତୁ ଏହି ଆଶୀର୍ବାଦଗୁଡ଼ିକ ତୁମ୍ଭଠାରେ ଅଛି, ତେଣୁ ତୁମ୍ଭେ ନିଜ ଜୀବନରେ ଏଗୁଡ଼ିକ ଅଧିକ ପାଇବା ପାଇଁ ପାରୁପର୍ଯ୍ୟନ୍ତ ପରିଶ୍ରମ କରିବା ଉଚିତ୍। ନିଜ ବିଶ୍ୱାସରେ ଉତ୍ତମ ଗୁଣ, ନିଜ ଉତ୍ତମଗୁଣରେ ଜ୍ଞାନ,

Gade chapit la Kopi




୨ ପିତର 1:5
25 Referans Kwoze  

ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରୀତିଭାଜନ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର।


ତୁମ୍ଭ ହୃଦୟକୁ ଅତି ଯନିରେ ରଖ; ଯେହେତୁ ତହିଁରୁ ଜୀବନର ପ୍ରବାହ ଜନ୍ମେ।


ବରଞ୍ଚ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଅନ; କାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର।


ଅତଏବ, ହେ ଭାଇମାନେ, ତୁମ୍ଭେମାନେ ଆପଣା ଆପଣା ଆହ୍ଵାନ ଓ ମନୋନୟନକୁ ସ୍ଥିର କରିବା ନିମନ୍ତେ ଅଧିକ ଯନିଶୀଳ ହୁଅ; ଯେଣୁ ଏପରି କଲେ ତୁମ୍ଭେମାନେ କେବେହେଁ ଝୁଣ୍ଟିପଡ଼ିବ ନାହିଁ,


ମାତ୍ର ଆମ୍ଭମାନଙ୍କର ଏକା; ଇଚ୍ଛା ଯେ, ତୁମ୍ଭେମାନେ ପ୍ରତ୍ୟେକେ ଶେଷ ପର୍ଯ୍ୟନ୍ତ ସୁଦ୍ଧା ଦୃଢ଼ ଭରସା ସହ ସେହିପ୍ରକାର ଯନିବାନ ହୁଅ,


ପୁଣି, ମୋହର ପ୍ରାର୍ଥନା ଏହି, ତୁମ୍ଭମାନଙ୍କର ପ୍ରେମ, ଜ୍ଞାନ ଓ ସମସ୍ତ ସୂକ୍ଷ୍ମ ବିଚାରରେ ଅଧିକରୁ ଅଧିକ ବୃଦ୍ଧି ପାଉ,


ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ଏହିସମସ୍ତ ବିଷୟ ଅପେକ୍ଷା କରୁଥିବାରୁ ତାହାଙ୍କ ଛାମୁରେ ଯେପରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ଶାନ୍ତିରେ ଥିବାର ଦେଖାଯିବ, ଏଥିପାଇଁ ଯନି କର;


ଆଉ ବିଶ୍ଵାସ ବିନା ତାହାଙ୍କ ସନ୍ତୋଷପାତ୍ର ହେବା ଅସମ୍ଭବ, କାରଣ ଈଶ୍ଵର ଯେ ଅଛନ୍ତି, ଆଉ ସେ ଯେ ତାହାଙ୍କ ଅନ୍ଵେଷଣକାରୀମାନଙ୍କର ପୁରସ୍କାରଦାତା, ଏହା ତାହାଙ୍କ ଛାମୁକୁ ଆସିବା ଲୋକର ବିଶ୍ଵାସ କରିବା ଆବଶ୍ୟକ।


ଏଣୁ ନିର୍ବୋଧ ନ ହୋଇ ପ୍ରଭୁଙ୍କର ଇଚ୍ଛା କଅଣ, ତାହା ବୁଝ।


ଅଖାଦ୍ୟ ଦ୍ରବ୍ୟ ନିମନ୍ତେ ତୁମ୍ଭେମାନେ କାହିଁକି ରୂପା ବ୍ୟୟ କରୁଅଛ? ଓ ଯାହା ତୃପ୍ତିକର ନୁହେଁ, ତହିଁ ପାଇଁ କାହିଁକି ତୁମ୍ଭେମାନେ ପରିଶ୍ରମ କରୁଅଛ? ମନୋଯୋଗ କରି ଆମ୍ଭର କଥା ଶୁଣ ଓ ଉତ୍ତମ ଦ୍ରବ୍ୟ ଭୋଜନ କର ଓ ପୁଷ୍ଟିକର ଦ୍ରବ୍ୟରେ ତୁମ୍ଭମାନଙ୍କର ପ୍ରାଣକୁ ସନ୍ତୁଷ୍ଟ ହେବାକୁ ଦିଅ।


ଅତଏବ, ହେ ମୋହର ପ୍ରିୟମାନେ, ଯେପରି ତୁମ୍ଭେମାନେ ସର୍ବଦା ଆଜ୍ଞାବହ ହୋଇଅଛ, କେବଳ ମୋହର ସାକ୍ଷାତରେ କଲା ପରି ନୁହେଁ, କିନ୍ତୁ ବର୍ତ୍ତମାନ ମୋହର ଅସାକ୍ଷାତରେ ଆହୁରି ଅଧିକ ରୂପେ ଭୟ ଓ କମ୍ପ ସହ ଆପଣା ଆପଣା ପରିତ୍ରାଣ ସାଧନ କର,


ଆମ୍ଭେମାନେ ଯନିପୂର୍ବକ ଯେପରି ତୁମ୍ଭର ବିଧାନସବୁ ପାଳନ କରିବା, ଏଥିପାଇଁ ତୁମ୍ଭେ ତାହାସବୁ ଆଜ୍ଞା କରିଅଛ।


ସେହି ଖ୍ରୀଷ୍ଟଙ୍କଠାରେ ଜ୍ଞାନ ଓ ବୁଦ୍ଧିରୂପ ସମସ୍ତ ଧନ ନିହିତ ଅଛି।


କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଞ୍ଚ ଯେଉଁ ଅନ; ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍, ଈଶ୍ଵର ମୁଦ୍ରାଙ୍କିତ କଲେପ।


କିନ୍ତୁ ଯେ ଇସ୍ରାଏଲକୁ ମୁକ୍ତ କରିବେ, ସେ ଯେ ଏହି ବ୍ୟକ୍ତି, ତାହା ଆମ୍ଭେମାନେ ଆଶା କରିଥିଲୁ; ମାତ୍ର ଏହା ଛଡ଼ା ଏସମସ୍ତ ଘଟିବାର ଆଜିକି ତିନି ଦିନ ହେଲା।


ଏଣୁ ତାହା ଶୁଣିବା ଦିନଠାରୁ ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା ଓ ବିନତି କରିବାରୁ କ୍ଷା; ହେଉ ନାହୁଁ, ଯେପରି ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଈଶ୍ଵରଙ୍କ ଅଭିମତ ଜ୍ଞାତ ହୋଇ


ସେହି ପ୍ରକାରେ, ହେ ସ୍ଵାମୀମାନେ, ତୁମ୍ଭମାନଙ୍କ ପ୍ରାର୍ଥନାରେ ଯେପରି ବାଧା ନ ଜନ୍ମେ, ଏଥିନିମନ୍ତେ ସ୍ତ୍ରୀମାନଙ୍କୁ ଅପେକ୍ଷାକୃତ ଦୁର୍ବଳା ପାତ୍ରୀ ଓ ଆପଣାମାନଙ୍କ ସହିତ ଜୀବନରୂପ ଅନୁଗ୍ରହଦାନର ସହାଧିକାରିଣୀ ଜାଣି ସେମାନଙ୍କୁ ସମାଦର କର, ପୁଣି ଜ୍ଞାନରେ ସେମାନଙ୍କର ସହିତ ବାସ କର।


କାଳେ କେହି ଈଶ୍ଵରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ଦ୍ଵାରା ଅନେକେ କଳୁଷିତ ହୁଅନ୍ତି;


ହେ ଭାଇମାନେ, ବୁଦ୍ଧିରେ ବାଳକ ପରି ହୁଅ ନାହିଁ, ବରଂ ମନ୍ଦ ବିଷୟରେ ଶିଶୁ ପରି ହୁଅ, କିନ୍ତୁ ବୁଦ୍ଧିରେ ପୂର୍ଣ୍ଣ-ବୟସ୍କ ହୁଅ।


ତାହା ଛଡ଼ା ତୁମ ଆମ ମଧ୍ୟରେ ଅତି ବୃହତ୍ ବ୍ୟବଧାନ ଅବସ୍ଥିତ, ଯେପରି ଯେଉଁମାନେ ଏ ସ୍ଥାନରୁ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ଇଚ୍ଛା କରନ୍ତି, ସେମାନେ ଯାଇ ପାରନ୍ତି ନାହିଁ, ପୁଣି ସେସ୍ଥାନରୁ କେହି ଆମ୍ଭମାନଙ୍କ ନିକଟକୁ ପାର ହୋଇ ଆସି ପାରନ୍ତି ନାହିଁ।


ଆଉ, ଯେଉଁମାନେ ଦୂରରେ ଅଛନ୍ତି, ସେମାନେ ଆସି ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ମୋତେ ତୁମ୍ଭମାନଙ୍କ ନିକଟକୁ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେମାନେ ଜାଣିବ। ପୁଣି, ତୁମ୍ଭେମାନେ ଯେବେ ଯନିପୂର୍ବକ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ବାକ୍ୟରେ ମନୋଯୋଗ କରିବ, ତେବେ ଏହା ଘଟିବ।


ଆଉ ଏହି ପ୍ରକାରେ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଅନ; ରାଜ୍ୟରେ ସ୍ଵଚ୍ଛନ୍ଦରେ ପ୍ରବେଶ କରିବାକୁ ତୁମ୍ଭମାନଙ୍କୁ ଦିଆଯିବ।


ଏଉତ୍ତାରେ ସେମାନେ ଯିହୋଶୂୟଙ୍କ ନିକଟକୁ ଫେରି ଆସି ତାଙ୍କୁ କହିଲେ, ସମସ୍ତ ଲୋକ ନ ଯାଉନ୍ତୁ; କେବଳ ଦୁଇ ତିନି ସହସ୍ର ଲୋକ ଯାଇ ଅୟ ନଗର ପରାସ୍ତ କରନ୍ତୁ; ସେଠାରେ ସମସ୍ତ ଲୋକଙ୍କୁ ପରିଶ୍ରମ କରାଅ ନାହିଁ, ଯେହେତୁ ସେଠାର ଲୋକେ ଅଳ୍ପ ମାତ୍ର।


Swiv nou:

Piblisite


Piblisite