Biblia Todo Logo
Bib sou entènèt

- Piblisite -




୨ ପିତର 2:2 - ପବିତ୍ର ବାଇବଲ (Re-edited) - (BSI)

2 ଆଉ, ଅନେକେ ସେମାନଙ୍କ କାମୁକତାର ଅନୁଗାମୀ ହେବେ, ଫଳତଃ ଏମାନଙ୍କ ହେତୁ ସତ୍ୟ ମାର୍ଗ ନିନ୍ଦିତ ହେବ।

Gade chapit la Kopi

ଓଡିଆ ବାଇବେଲ

2 ଆଉ, ଅନେକେ ସେମାନଙ୍କ କାମୁକତାର ଅନୁଗାମୀ ହେବେ, ଫଳତଃ ଏମାନଙ୍କ ହେତୁ ସତ୍ୟ ମାର୍ଗ ନିନ୍ଦିତ ହେବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ତଥାପି ଅନେକ ସେମାନଙ୍କର ଅଧର୍ମ ମାର୍ଗ ଅନୁସରଣ କରିବେ। ଅନ୍ୟମାନେ ସେମାନଙ୍କ କାର୍ଯ୍ୟକଳାପ ଦେଖି ଧର୍ମପଥ ବିରୁଦ୍ଧରେ କଥା କହିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ, ଅନେକେ ସେମାନଙ୍କ କାମୁକତାର ଅନୁଗାମୀ ହେବେ, ଫଳତଃ ଏମାନଙ୍କ ହେତୁ ସତ୍ୟ ମାର୍ଗ ନିନ୍ଦିତ ହେବ।

Gade chapit la Kopi

ପବିତ୍ର ବାଇବଲ

2 ସେମାନେ କହୁଥିବା ମନ୍ଦ କାମକୁ ଅନେକ ଲୋକ ଅନୁସରଣ କରିବେ। ସେମାନଙ୍କ ହେତୁରୁ ଅନ୍ୟ ଲୋକେ ମଧ୍ୟ ସତ୍ୟର ମାର୍ଗ ବିଷୟରେ ସମାଲୋଚନା କରିବେ।

Gade chapit la Kopi




୨ ପିତର 2:2
36 Referans Kwoze  

କାରଣ ଯେପରି ଲେଖାଅଛି, “ତୁମ୍ଭମାନଙ୍କ ହେତୁ ବିଜାତିମାନଙ୍କ ମଧ୍ୟରେ ଈଶ୍ଵରଙ୍କ ନାମ ନିନ୍ଦିତ ହେଉଅଛି।”


ଅନ୍ୟ ପକ୍ଷରେ ଏମାନେ ଯେଉଁ ସମସ୍ତ ବିଷୟ ଜାଣନ୍ତି ନାହିଁ, ସେହିସବୁର ନିନ୍ଦା କରନ୍ତି, ପୁଣି ଅଜ୍ଞାନ ପଶୁ ପରି ଯାହା ଯାହା ସ୍ଵାଭାବିକ ଭାବେ ବୁଝନ୍ତି, ସେସବୁ ଦ୍ଵାରା ବିନଷ୍ଟ ହୁଅନ୍ତି।


ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଣ୍ଗର୍ଯ୍ୟ କର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ଦ୍ଵାରା ସେ ପୃଥିବୀ ନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ଼୍‍ଗ ଦ୍ଵାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ।


ଦେଖ, ପ୍ରଭୁ ସମସ୍ତଙ୍କର ବିଚାର କରିବା ନିମନ୍ତେ, ପୁଣି ଅଧାର୍ମିକ ଲୋକସମସ୍ତେ ନିଜ ନିଜ ଅଧାର୍ମିକତାରେ ଯେଉଁସବୁ ଅଧର୍ମ କର୍ମ କରିଅଛନ୍ତି ଓ ଅଧାର୍ମିକ ପାପୀମାନେ ତାହାଙ୍କ ବିରୁଦ୍ଧରେ ଯେଉଁସବୁ କଟୁ କଥା କହିଅଛନ୍ତି, ସେ ସମସ୍ତ ବିଷୟରେ ସେମାନଙ୍କୁ ଦୋଷୀ କରି ଦଣ୍ତ ଦେବା ନିମନ୍ତେ ଆପଣା ଅୟୁତ ଅୟୁତ ସାଧୁଙ୍କ ସହିତ ଆସୁଅଛନ୍ତି।


ସେମାନେ ଅନ୍ୟାୟ ବେତନର ଲାଳସାକାରୀ ବିୟୋରର ପୁତ୍ର ବିଲୀୟମର ମାର୍ଗ ଅନୁସରଣ କଲେ ଓ ସତ୍ୟ ମାର୍ଗ ପରିତ୍ୟାଗ କରି ବିପଥଗାମୀ ହେଲେ;


ତୁମ୍ଭେମାନେ ବିଜାତିମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଈଶ୍ଵରଙ୍କ ଗୌରବ କରିବେ।


ଯେପରି ବିପକ୍ଷ ଲୋକ ଆମ୍ଭମାନଙ୍କ ବିଷୟରେ କୌଣସି ମନ୍ଦ କଥା କହି ନ ପାରି ଲଜ୍ଜିତ ହେବ।


କିନ୍ତୁ ଏମାନେ ଯାହାକୁ ଗୋଟିଏ ବିଧର୍ମଦଳ ବୋଲି କହନ୍ତି, ମୁଁ ସେହି ମାର୍ଗ ଅନୁସାରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ଵରଙ୍କର ଉପାସନା କରିଥାଏ; ଯାହା ଯାହା ବ୍ୟବସ୍ଥା ଅନୁଯାୟୀ ଓ ଯାହା ଯାହା ଭାବବାଦୀ ଶାସ୍ତ୍ରରେ ଲିଖିତ ଅଛି, ସେହିସବୁ ମୁଁ ବିଶ୍ଵାସ କରେ;


ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରାତ୍ପର ଈଶ୍ଵରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉ ଅଛନ୍ତି।


କାରଣ ଭଣ୍ତ ଖ୍ରୀଷ୍ଟମାନେ ଓ ଭଣ୍ତ ଭାବାବାଦୀ-ମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ।


ସେଥିରେ ସର୍ବ ଜଗତର ପ୍ରବଞ୍ଚକ, ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ତ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।


କାରଣ ଧାର୍ମିକତାର ମାର୍ଗ ଜାଣି ଆପଣାମାନଙ୍କ ନିକଟରେ ସମର୍ପିତ ପବିତ୍ର ଆଜ୍ଞାରୁ ବିମୁଖ ହେବା ଅପେକ୍ଷା ବରଂ ସେହି ମାର୍ଗ ନ ଜାଣିବା ସେମାନଙ୍କ ପକ୍ଷରେ ଭଲ ହୋଇଥାଆନ୍ତା।


ସନ୍ତାନବତ୍ସଳା, ଆତ୍ମସଂଯମୀ, ସତୀ, ସୁଗୃହିଣୀ, ସୁଶୀଳା ଓ ଆପଣା ଆପଣା ସ୍ଵାମୀର ବଶୀଭୂତା ହେବାକୁ ଶିକ୍ଷା ଦିଅନ୍ତୁ;


ଅତଏବ, ମୋହର ଇଚ୍ଛା, ଯୁବତୀ ବିଧବାମାନେ ବିବାହ କରନ୍ତୁ, ସନ୍ତାନ ପ୍ରସବ କରନ୍ତୁ, ଗୃହକାର୍ଯ୍ୟ ପରିଚାଳନା କରନ୍ତୁ, ନିନ୍ଦା କରିବା ପାଇଁ ଶତ୍ରୁକୁ କୌଣସି ସୁଯୋଗ ନ ଦିଅନ୍ତୁ;


କିନ୍ତୁ ଯେତେବେଳେ କେତେକ ଲୋକ କଠିଣ ଓ ଅବାଧ୍ୟ ହୋଇ ଲୋକସମୂହ ସାକ୍ଷାତରେ ସେହି ମାର୍ଗ ବିଷୟରେ ନିନ୍ଦା କରିବାକୁ ଲାଗିଲେ, ସେତେବେଳେ ସେ ସେମାନଙ୍କୁ ପରିତ୍ୟାଗ କରି ଶିଷ୍ୟମାନଙ୍କୁ ପୃଥକ କଲେ, ଆଉ ପ୍ରତିଦିନ ତୁରାନ୍ନର ବିଦ୍ୟାଳୟରେ ଉପଦେଶ ଦେବାକୁ ଲାଗିଲେ।


ସେ ସମାଜଗୃହରେ ସାହସ ସହିତ କଥା କହିବାକୁ ଲାଗିଲେ। କିନ୍ତୁ ପ୍ରୀସ୍କିଲ୍ଲା ଓ ଆକ୍ଵିଲା ତାଙ୍କ କଥା ଶୁଣି ତାଙ୍କୁ ଆପଣାମାନଙ୍କ ସାଙ୍ଗରେ ରଖି ଅଧିକ ସୂକ୍ଷ୍ମ ରୂପେ ଈଶ୍ଵରଙ୍କ ମାର୍ଗ ବିଷୟ ତାଙ୍କୁ ବୁଝାଇଦେଲେ।


କିନ୍ତୁ ଯେଉଁ ଯିହୁଦୀମାନେ ବିଶ୍ଵାସ କଲେ ନାହିଁ, ସେମାନେ ବିଜାତିମାନଙ୍କର ମନକୁ ଉତ୍ତେଜିତ କରି ଭାଇମାନଙ୍କ ବିରୁଦ୍ଧରେ ମନ୍ଦ ଭାବ ଜନ୍ମାଇଦେଲେ।


ଆରେ ସମସ୍ତ ପ୍ରକାର ଛଳ ଓ ଧୂର୍ତ୍ତତାରେ ପରିପୂର୍ଣ୍ଣ, ଆଉ ସମସ୍ତ ପ୍ରକାର ଧାର୍ମିକତାର ଶତ୍ରୁ, ଶୟତାନର ସନ୍ତାନ, ତୁମ୍ଭେ ପ୍ରଭୁଙ୍କର ସରଳ ପଥକୁ ବକ୍ର କରିବାରୁ କି କ୍ଷା; ହେବ ନାହିଁ?


ଯୀଶୁ ତାଙ୍କୁ କହିଲେ, ମୁଁ ପଥ, ସତ୍ୟ ଓ ଜୀବନ; ମୋʼ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।


ଭଣ୍ତ ଖ୍ରୀଷ୍ଟମାନେ ଓ ଭଣ୍ତ ଭାବବାଦୀମାନେ ଉଠି ଏପରି ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ଭ୍ରାନ୍ତ କରିବେ।


ସେମାନେ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଓ କାହାରିକି ଭୟ କରନ୍ତି ନାହିଁ; କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ଵରଙ୍କ ମାର୍ଗ ଶିକ୍ଷା ଦିଅନ୍ତି। କାଇସରଙ୍କୁ କର ଦେବା ବିଧିସଙ୍ଗତ କି ନା?


ଆଉ, ସେମାନେ ହେରୋଦୀୟମାନଙ୍କ ସହିତ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିକଟକୁ କହି ପଠାଇଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଏବଂ ସତ୍ୟ ରୂପେ ଈଶ୍ଵରଙ୍କ ମାର୍ଗ ଶିକ୍ଷା ଦିଅନ୍ତି, ପୁଣି କାହାରିକି ଭୟ କରନ୍ତି ନାହିଁ, କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ।


ଆଉ, ଜୀବନକୁ ଘେନିଯିବା ଦ୍ଵାର ସଂକୀର୍ଣ୍ଣ ଓ ପଥ ଦୁର୍ଗମ, ପୁଣି ତାହାର ସନ୍ଧାନ ପାଇବା ଲୋକେ ଅଳ୍ପ।


କାରଣ ମୁଁ ସଦାପ୍ରଭୁଙ୍କ ପଥ ଧରିଅଛି ଓ ଦୁଷ୍ଟ ଭାବରେ ମୁଁ ପରମେଶ୍ଵରଙ୍କ ନିକଟରୁ ପ୍ରସ୍ଥାନ କରି ନାହିଁ।


ଯେଉଁମାନଙ୍କ ନାମ ଜଗତର ପତ୍ତନାବଧି ବଳିକୃତ ମେଷଶାବକଙ୍କ ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ପୃଥିବୀ ନିବାସୀ ସେହି ସମସ୍ତ ଲୋକ ତାହାକୁ ପ୍ରଣାମ କରିବେ।


କିନ୍ତୁ ଏମାନେ ଅଜ୍ଞାନ ପଶୁ ତୁଲ୍ୟ ସ୍ଵଭାବାନୁସାରେ ଧୃତ ଓ ବିନଷ୍ଟ ହେବା ନିମନ୍ତେ ଜାତ ହୋଇ, ଯେଉଁ ଯେଉଁ ବିଷୟ ଅଜ୍ଞାତ, ସେହି ସେହି ବିଷୟର ନିନ୍ଦା କରି ସେଗୁଡ଼ାକର ବିନାଶରେ ନିଜେ ବିନଷ୍ଟ ହେବେ,


ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ; ମାତ୍ର ସେମାନେ କହିଲେ, ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ।


ପୁଣି, ସେଠାରେ ଏକ ରାଜଦାଣ୍ତ ଓ ପଥ ହେବ, ତାହା ପବିତ୍ରତାର ପଥ ବୋଲି ବିଖ୍ୟାତ ହେବ; ତାହା କେବଳ ସେମାନଙ୍କ ନିମନ୍ତେ ହେବ, ମାତ୍ର କୌଣସି ଅଶୁଚି ଲୋକ ତହିଁ ଉପରେ ଗମନ କରିବ ନାହିଁ; ପଥିକମାନେ ଓ ଅଜ୍ଞାନମାନେ ହେଁ ତହିଁରେ ଭ୍ରାନ୍ତ ହେବେ ନାହିଁ।


ପୁଣି ଲୋଟକୁ ଡାକି କହିଲେ, ଆଜି ରାତ୍ରିରେ ଯେଉଁ ମନୁଷ୍ୟମାନେ ତୁମ୍ଭ ଘରକୁ ଆସିଲେ, ସେମାନେ କାହାନ୍ତି? ସେମାନଙ୍କୁ ବାହାର କରି ଆମ୍ଭମାନଙ୍କ ପାଖକୁ ଆଣ। ଆମ୍ଭେମାନେ ସେମାନଙ୍କଠାରେ ଉପଗତ ହେବା।


ମୁଁ ଏହି ମାର୍ଗର ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ବାନ୍ଧି କାରାଗାରରେ ପକାଇ ମୃତ୍ୟୁ ପର୍ଯ୍ୟନ୍ତ ତାଡ଼ନା କରୁଥିଲି।


ପୁଣି, ସେ ଦୁରାଚାରୀମାନଙ୍କ କାମୁକତାପୂର୍ଣ୍ଣ ଆଚରଣରେ ବ୍ୟଥିତ ଧାର୍ମିକ ଲୋଟଙ୍କୁ ଉଦ୍ଧାର କଲେ,


କାରଣ ସେମାନେ ନିରର୍ଥକ ଅହଂକାରର କଥା କହି ଭ୍ରାନ୍ତ ଆଚରଣକାରୀମାନଙ୍କଠାରୁ ପ୍ରାୟ ଉଦ୍ଧାର ପାଉଥିବା ଲୋକମାନଙ୍କୁ ଶାରୀରିକ ସୁଖାଭିଳାଷରେ କାମୁକତା ଦ୍ଵାରା ପ୍ରଲୋଭିତ କରନ୍ତି;


କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ତର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ଵରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରି ପରିଣତ କରନ୍ତି, ପୁଣି ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ଵୀକାର କରନ୍ତିକ।


ସେହିପରି ସଦୋମ ଓ ଗମୋରା ପୁଣି ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ଵାଭାବିକ କାମୁକତାରେ ଆସକ୍ତ ହେବାରୁ ଅନ; ଅଗ୍ନିରୂପ ଦଣ୍ତ ଭୋଗ କରି ଦୃଷ୍ଟାନ୍ତ ସ୍ଵରୂପ ହୋଇ ଅଛନ୍ତି।


Swiv nou:

Piblisite


Piblisite