Biblia Todo Logo
Bib sou entènèt

- Piblisite -




୨ ପିତର 3:4 - ପବିତ୍ର ବାଇବଲ (Re-edited) - (BSI)

4 ତାହାଙ୍କ ଆଗମନର ପ୍ରତିଜ୍ଞା କାହିଁ? କାରଣ ପିତୃପୁରୁଷମାନଙ୍କର ମହାନିଦ୍ରାପ୍ରାପ୍ତ ହେବା ସମୟଠାରୁ ଏପର୍ଯ୍ୟନ୍ତ ସମସ୍ତ ବିଷୟ ସୃଷ୍ଟିର ଆରମ୍ଭରେ ଯେପରି ଥିଲା, ସେହିପରି ରହିଅଛି।

Gade chapit la Kopi

ଓଡିଆ ବାଇବେଲ

4 ତାହାଙ୍କ ଆଗମନର ପ୍ରତିଜ୍ଞା କାହିଁ ? କାରଣ ପିତୃପୁରୁଷମାନଙ୍କର ମହାନିଦ୍ରାପ୍ରାପ୍ତ ହେବା ସମୟଠାରୁ ଏପର୍ଯ୍ୟନ୍ତ ସମସ୍ତ ବିଷୟ ସୃଷ୍ଟିର ଆରମ୍ଭରେ ଯେପରି ଥିଲା, ସେହିପରି ରହିଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ସେମାନେ ତୁମକୁ ପରିହାସ କରି ପଚାରିବେ, “ସେ ଆସିବେ ବୋଲି ପ୍ରତିଜ୍ଞା କରିଥିଲେ, ନୁହେଁ କି? ସେ ଏବେ କେଉଁଠାରେ? ଆମ ପିତୃପୁରୁଷମାନେ ମୃତ୍ୟଭୋଗ କଲେଣି କିନ୍ତୁ ସୃଷ୍ଟିର ଆରମ୍ଭରୁ ଯାହା ଯେପରି ଥିଲା, ବର୍ତ୍ତମାନ ମଧ୍ୟ ସବୁ ତ ସେହିପରି ଅଛି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତାହାଙ୍କ ଆଗମନର ପ୍ରତିଜ୍ଞା କାହିଁ? କାରଣ ପିତୃ-ପୁରୁଷମାନଙ୍କର ମହାନିଦ୍ରାପ୍ରାପ୍ତ ହେବା ସମୟଠାରୁ ଏପର୍ଯ୍ୟନ୍ତ ସମସ୍ତ ବିଷୟ ସୃଷ୍ଟିର ଆରମ୍ଭରେ ଯେପରି ଥିଲା, ସେହିପରି ରହିଅଛି।

Gade chapit la Kopi

ପବିତ୍ର ବାଇବଲ

4 ସେମାନେ କହିବେ, “ଯୀଶୁ ପୁନର୍ବାର ଆସିବା ପାଇଁ କହିଥିଲେ। ସେ କାହାନ୍ତି? ଆମ୍ଭର ପିତାମାନେ ମରିଛନ୍ତି। କିନ୍ତୁ ଜଗତ ସୃଷ୍ଟି ହେଲା ବେଳୁ ସେହିପରି ଭାବରେ ଗ୍ଭଲିଛି।”

Gade chapit la Kopi




୨ ପିତର 3:4
20 Referans Kwoze  

ଦେଖ, ସେମାନେ ମୋତେ କୁହନ୍ତି, ସଦାପ୍ରଭୁଙ୍କର ବାକ୍ୟ କାହିଁ। ତାହା ଏବେ ଉପସ୍ଥିତ ହେଉ।


ତୁମ୍ଭେମାନେ ଆପଣାମାନଙ୍କର ବାକ୍ୟ ଦ୍ଵାରା ସଦାପ୍ରଭୁଙ୍କୁ କ୍ଳା; କରିଅଛ। ତଥାପି ତୁମ୍ଭେମାନେ କହୁଅଛ, ଆମ୍ଭେମାନେ କାହିଁରେ ତାହାଙ୍କୁ କ୍ଳା; କରିଅଛୁ? ଯେ ପ୍ରତ୍ୟେକ ଲୋକ କୁକର୍ମ କରେ, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଉତ୍ତମ ଓ ସେମାନଙ୍କଠାରେ ସେ ସନ୍ତୁଷ୍ଟ ହୁଅନ୍ତି; ନୋହିଲେ ବିଚାରକର୍ତ୍ତା ପରମେଶ୍ଵର କାହାନ୍ତି? ଏପରି କହି କ୍ଳା; କରୁଅଛ।


କିନ୍ତୁ ଯଦି ସେହି ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ଵ ଅଛି ବୋଲି ମନେ ମନେ କହି ଦାସଦାସୀମାନଙ୍କୁ ପ୍ରହାର କରିବାକୁ ଏବଂ ଭୋଜନପାନ କରି ମତ୍ତ ହେବାକୁ ଆରମ୍ଭ କରେ,


କୁକର୍ମ ବିରୁଦ୍ଧରେ ଦଣ୍ତାଜ୍ଞା ତ୍ଵରିତ ସିଦ୍ଧ ନୋହିବାରୁ ମନୁଷ୍ୟ-ସନ୍ତାନମାନଙ୍କ ଅନ୍ତଃକରଣ କୁକର୍ମ କରିବାକୁ ସମ୍ପୂର୍ଣ୍ଣ ଆସକ୍ତ ହୁଏ।


କିନ୍ତୁ ଯଦି ସେହି ଦୁଷ୍ଟ ଦାସ ମୋର ପ୍ରଭୁଙ୍କ ଆସିବାର ବିଳମ୍ଵ ଅଛି ବୋଲି ମନେ ମନେ କହି


କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭମାନଙ୍କ ଭରସା, ବା ଆନନ୍ଦ ବା ଦର୍ପର ମୁକୁଟ କଅଣ ଅଟେ? କି ତୁମ୍ଭେମାନେ ନୁହଁ?


ତହୁଁ ଲୋଟ ବାହାରକୁ ଯାଇ ଆପଣା କନ୍ୟାମାନଙ୍କ ସହିତ ବିବାହ କରିବାକୁ ଉଦ୍ୟତ ଜୁଆଁଇମାନଙ୍କୁ କହିଲା, ଉଠ, ଏଠାରୁ ବାହାର ହୁଅ, ସଦାପ୍ରଭୁ ଏ ନଗର ଉଚ୍ଛିନ୍ନ କରିବେ; ମାତ୍ର ଜୁଆଁଇମାନେ ତାହାକୁ ପରିହାସକ ପରି ମଣିଲେ।


କାରଣ ସେହି କାଳରେ ଏପରି କ୍ଳେଶ ଘଟିବ ଯେ, ଈଶ୍ଵରଙ୍କ କୃତ ସୃଷ୍ଟି ଆରମ୍ଭରୁ ଆଜି ପର୍ଯ୍ୟନ୍ତ ସେପରି ଘଟି ନାହିଁ, ପୁଣି କେବେ ହେଁ ଘଟିବ ନାହିଁ।


ଯାହା ହୋଇଅଛି, ତାହା ହିଁ ହେବ ଓ ଯାହା କରାଯାଇଅଛି, ତାହା ହିଁ କରାଯିବ; ପୁଣି, ସୂର୍ଯ୍ୟ ତଳେ କୌଣସି ନୂତନ ବିଷୟ ନାହିଁ।


ଲାଅଦିକୀଆ ମଣ୍ତଳୀର ଦୂତ ନିକଟକୁ ଲେଖ : ଯେ ସତ୍, ଯେ ବିଶ୍ଵସ୍ତ ଓ ସତ୍ୟ ସାକ୍ଷୀ, ଯେ ଈଶ୍ଵରଙ୍କ ସୃଷ୍ଟିର ଆଦିକର୍ତ୍ତା, ସେ ଏହା କହନ୍ତି,


ସେମାନେ କହନ୍ତି, ଗୃହ ଗାନ୍ଥିବାର ସମୟ ସନ୍ନିକଟ ହୋଇ ନାହିଁ; ଏହି ନଗର ହଣ୍ତା ଓ ଆମ୍ଭେମାନେ ମାଂସ।


କିନ୍ତୁ ସୃଷ୍ଟିର ଆରମ୍ଭରୁ ସେ ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ।


ଯେଉଁଠାରେ ମଢ଼ା ପଡ଼ିଥାଏ, ସେହିଠାରେ ଶାଗୁଣାଗୁଡ଼ାକ ଏକାଠି ହେବେ।


ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ।


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟପୁତ୍ରଙ୍କର ଆପଣା ରାଜ୍ୟରେ ଆଗମନ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ଵାଦ ପାଇବେ ନାହିଁ।


ପୁଣି, ସେ ଆଣ୍ଠୋଇପଡ଼ି ଉଚ୍ଚ ସ୍ଵରରେ ଡାକି କହିଲେ, ହେ ପ୍ରଭୁ, ଏହି ପାପ ଏମାନଙ୍କ ବିରୁଦ୍ଧରେ ଗଣନା କର ନାହିଁ। ସେ ଏହା କହି ମହାନିଦ୍ରା ପ୍ରାପ୍ତ ହେଲେ।


ସେହି ଦିନର ଆଗମନର ଅପେକ୍ଷା କରି, ତାହା ଯେପରି ଶୀଘ୍ର ଆସିବ, ଏଥିପାଇଁ ତୁମ୍ଭମାନଙ୍କର କିପରି ସଦାଚାରୀ ଓ ଧର୍ମପରାୟଣ ହେବା ଉଚିତ।


Swiv nou:

Piblisite


Piblisite