Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 7:3 - ପବିତ୍ର ବାଇବଲ (Re-edited) - (BSI)

3 ତହିଁରେ ନାଥନ ରାଜାଙ୍କୁ କହିଲେ, ଯାଅ, ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ସଦାପ୍ରଭୁ ତୁମ୍ଭ ସଙ୍ଗରେ ଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

3 ତହିଁରେ ନାଥନ ରାଜାଙ୍କୁ କହିଲେ, “ଯାଅ, ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ସଦାପ୍ରଭୁ ତୁମ୍ଭ ସଙ୍ଗରେ ଅଛନ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହିଁରେ ନାଥନ ରାଜାଙ୍କୁ କହିଲେ, “ଯାଅ, ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ସଦାପ୍ରଭୁ ତୁମ୍ଭ ସଙ୍ଗରେ ଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

3 ନାଥନ ରାଜା ଦାଉଦଙ୍କୁ କହିଲେ, “ତୁମ୍ଭର ଯାହା ଇଚ୍ଛା ତାହା କର, କାରଣ ସଦାପ୍ରଭୁ ତୁମ୍ଭ ସହିତ ଅଛନ୍ତି।”

Gade chapit la Kopi




2 ଶାମୁୟେଲ 7:3
14 Referans Kwoze  

ଆଉ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ କହିଲେ, ସଦାପ୍ରଭୁ ଆମ୍ଭ ପରମେଶ୍ଵରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବା ମୋହର ମନସ୍ଥ ଥିଲା।


ତହୁଁ ଦାଉଦ ରାଜା ଆପଣା ପାଦରେ ଠିଆ ହୋଇ କହିଲେ, ହେ ମୋହର ଭ୍ରାତୃଗଣ, ମୋହର ଲୋକମାନେ, ମୋହର କଥା ଶୁଣ; ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପାଦପୀଠ ନିମନ୍ତେ ଏକ ବିଶ୍ରାମର ଗୃହ ନିର୍ମାଣ କରିବା ମୋହର ମନସ୍ଥ ଥିଲା ଓ ମୁଁ ନିର୍ମାଣାର୍ଥେ ଆୟୋଜନ କରିଥିଲି।


ଏଉତ୍ତାରେ ସେ ପର୍ବତରେ ପରମେଶ୍ଵରଙ୍କ ଲୋକଙ୍କ ନିକଟକୁ ଆସି ତାଙ୍କ ଚରଣ ଧରି ରହିଲା। ତହିଁରେ ଗିହେଜୀ ତାହାକୁ ଛଡ଼ାଇ ଦେବା ପାଇଁ ନିକଟକୁ ଆସିଲା; ମାତ୍ର ପରମେଶ୍ଵରଙ୍କ ଲୋକ କହିଲେ, ତାହାକୁ ଛାଡ଼ିଦିଅ; କାରଣ ତାହାର ଅନ୍ତରରେ ତାହାର ପ୍ରାଣ ଶୋକାକୁଳ ହୋଇଅଛି; ମାତ୍ର ସଦାପ୍ରଭୁ ମୋʼଠାରୁ ତାହା ଗୋପନ କରି ତାହା ମୋତେ ଜଣାଇ ନାହାନ୍ତି।


ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି।


କିନ୍ତୁ ତୁମ୍ଭେମାନେ ତାହାଙ୍କଠାରୁ ଯେଉଁ ଅଭିଷେକ ପାଇଅଛ, ତାହା ତୁମ୍ଭମାନଙ୍କଠାରେ ରହିଅଛି, ପୁଣି କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦେବ, ଏହା ତୁମ୍ଭମାନଙ୍କର ଆବଶ୍ୟକ ନାହିଁ, ମାତ୍ର ତାହାଙ୍କଠାରୁ ସେହି ଅଭିଷେକ ତୁମ୍ଭମାନଙ୍କୁ ସମସ୍ତ ବିଷୟରେ ଯେଉଁ ଶିକ୍ଷା ଦିଏ, ତାହା ସତ୍ୟ ଅଟେ, ମିଥ୍ୟା ନୁହେଁ; ଏଣୁ ସେହି ଶିକ୍ଷା ଅନୁସାରେ ତାହାଙ୍କଠାରେ ରୁହ।


ମଧ୍ୟ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ତହିଁରେ ସେ ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରିବେ।


ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରନ୍ତୁ ଓ ତୁମ୍ଭର ମନ୍ତ୍ରଣାସବୁ ସିଦ୍ଧ କରନ୍ତୁ।


ଏହି ସବୁ ଚିହ୍ନ ତୁମ୍ଭ ପ୍ରତି ଘଟିଲେ, ତୁମ୍ଭ ଦ୍ଵାରା ଯେପରି ହେବ, ସେପରି କର; କାରଣ ପରମେଶ୍ଵର ତୁମ୍ଭ ସଙ୍ଗରେ ଅଛନ୍ତି।


ଏଉତ୍ତାରେ ସେହି ରାତ୍ରି ସଦାପ୍ରଭୁଙ୍କ ବାକ୍ୟ ନାଥନଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,


ତହିଁରେ ତାହାର ଅସ୍ତ୍ରବାହକ କହିଲା, ତୁମ୍ଭ ମନରେ ଯାହା ଅଛି, ସବୁ କର; ଚାଲ, ଦେଖ ଆମ୍ଭେ ତୁମ୍ଭ ମନ ପରି ତୁମ୍ଭ ସଙ୍ଗରେ ଅଛୁ।


ମାତ୍ର ସାଦୋକ ଯାଜକ ଓ ଯିହୋୟାଦାର ପୁତ୍ର ବନାୟ ଓ ନାଥନ ଭବିଷ୍ୟଦ୍ବକ୍ତା ଓ ଶିମୀୟି ଓ ରେୟି ଓ ଦାଉଦଙ୍କର ବୀରଗଣ ଅଦୋନୀୟର ପକ୍ଷ ନ ଥିଲେ।


ଏହି ଦାଉଦ ରାଜାଙ୍କର ପ୍ରଥମ ଓ ଶେଷ କ୍ରିୟାସବୁ, ଦେଖ, ଶାମୁୟେଲ ଦର୍ଶକର ଇତିହାସରେ ଓ ନାଥନ ଭବିଷ୍ୟଦ୍ବକ୍ତାଙ୍କର ଇତିହାସରେ ଓ ଗାଦ୍ ଦର୍ଶକର ଇତିହାସରେ ଲିଖିତ ଅଛି;


ଆଉ, ସେ ଦାଉଦଙ୍କର ଓ ରାଜାଙ୍କର ଦର୍ଶକ ଗାଦ୍ର ଓ ନାଥନ ଭବିଷ୍ୟଦ୍ବକ୍ତାଙ୍କର ଆଜ୍ଞାନୁସାରେ କରତାଳ ଓ ନେବଲ ଓ ବୀଣାଧାରୀ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ଗୃହରେ ସ୍ଥାପନ କଲେ; କାରଣ ସଦାପ୍ରଭୁ ଆପଣା ଭବିଷ୍ୟଦ୍-ବକ୍ତାମାନଙ୍କ ଦ୍ଵାରା ଏହି ଆଜ୍ଞା କରିଥିଲେ।


Swiv nou:

Piblisite


Piblisite