Biblia Todo Logo
Bib sou entènèt

- Piblisite -




୨ ଥେସଲନୀକୀୟ 2:3 - ପବିତ୍ର ବାଇବଲ (Re-edited) - (BSI)

3 କେହି କୌଣସି ପ୍ରକାରେ ତୁମ୍ଭମାନଙ୍କର ଭ୍ରାନ୍ତି ନ ଜନ୍ମାଉ, କାରଣ ପ୍ରଥମେ ଧର୍ମଚ୍ୟୁତି ଘଟିବ, ଆଉ ବିନାଶର ସନ୍ତାନ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବା ଆବଶ୍ୟକ; ନ ହେଲେ ପ୍ରଭୁଙ୍କ ଦିନ ଉପସ୍ଥିତ ହେବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

3 କେହି କୌଣସି ପ୍ରକାରେ ତୁମ୍ଭମାନଙ୍କୁ ପ୍ରତାରିତ ନ କରୁ, କାରଣ ପ୍ରଥମେ ଧର୍ମଚ୍ୟୁତି ଘଟିବ, ଆଉ ବିନାଶର ସନ୍ତାନ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବା ଆବଶ୍ୟକ; ନ ହେଲେ ପ୍ରଭୁଙ୍କ ଦିନ ଉପସ୍ଥିତ ହେବ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଏହିପରି କହି ତୁମ୍ଭମାନଙ୍କୁ କେହି କୌଣସି ପ୍ରକାରେ ପ୍ରତାରଣା ନ କରୁ। ଈଶ୍ୱରଙ୍କ ବିରୁଦ୍ଧରେ ଅନ୍ତିମ ବିଦ୍ରୋହ ନ ଘଟିବା ପର୍ଯ୍ୟନ୍ତ ଓ ସେହି ନରକଗାମୀ “ପାପାତ୍ମା” ଆତ୍ମପ୍ରକାଶ ନ କରିବା ପର୍ଯ୍ୟନ୍ତ ସେହି ଦିନ ଆସିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କେହି କୌଣସି ପ୍ରକାରେ ତୁମ୍ଭମାନଙ୍କୁ ପ୍ରତାରିତ ନ କରୁ, କାରଣ ପ୍ରଥମେ ଧର୍ମଚ୍ୟୁତି ଘଟିବ, ଆଉ ବିନାଶର ସନ୍ତାନ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବା ଆବଶ୍ୟକ; ନ ହେଲେ ପ୍ରଭୁଙ୍କ ଆଗମନର ଦିନ ଉପସ୍ଥିତ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

3 ଏପରି ଭାବରେ, କୌଣସି ଲୋକକୁ କୌଣସି ପ୍ରକାରେ ତୁମ୍ଭମାନଙ୍କୁ ଠକିବାକୁ ଦିଅ ନାହିଁ। ପରମେଶ୍ୱରଙ୍କ ବିରୁଦ୍ଧରେ ବିଦ୍ରୋହ ସଂଘଟିତ ନ ହେଲା ପର୍ଯ୍ୟନ୍ତ ପ୍ରଭୁଙ୍କର ସେହି ଦିନଟି ଆସିବ ନାହିଁ। ମନ୍ଦ ବ୍ୟକ୍ତିର ଦେଖା ନ ଦେବା ପର୍ଯ୍ୟନ୍ତ ସେହି ଦିନଟି ଆସିବ ନାହିଁ। ସେହି ମନ୍ଦ ବ୍ୟକ୍ତି ନରକର ଅଟେ।

Gade chapit la Kopi




୨ ଥେସଲନୀକୀୟ 2:3
17 Referans Kwoze  

ହେ ବତ୍ସଗଣ, ଶେଷକାଳ ଉପସ୍ଥିତ, ପୁଣି, ଖ୍ରୀଷ୍ଟାରି ଆସିବ ବୋଲି ତୁମ୍ଭେମାନେ ଯେପରି ଶୁଣିଥିଲ, ସେହିପରି ଏବେ ମଧ୍ୟ ଅନେକ ଖ୍ରୀଷ୍ଟାରି ଉଠିଲେଣି ; ଏତଦ୍ଦ୍ଵାରା ଆମ୍ଭେମାନେ ଜାଣୁଅଛୁ ଯେ, ଶେଷକାଳ ଉପସ୍ଥିତ।


କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଈଶ୍ଵରଙ୍କ କ୍ରୋଧ ବର୍ତ୍ତେ।


ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଶୀର୍ଣ୍ଣ କରିବ; ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ ; ପୁଣି, ଏକ କାଳ, (ଦୁଇ) କାଳ ଓ ଅର୍ଦ୍ଧ କାଳ ପର୍ଯ୍ୟନ୍ତ ସେମାନେ ତାହା ହସ୍ତରେ ସମର୍ପିତ ହେବେ।


ପୁଣି, ଆପଣା କୌଶଳ ଦ୍ଵାରା ତାହାର ହସ୍ତରେ ଛଳ ସଫଳ ହେବ ଓ ସେ ଆପଣା ଅନ୍ତଃକରଣରେ ଆତ୍ମବଡ଼ାଇ କରିବ ଓ ସେମାନଙ୍କ ନିରାପଦ କାଳରେ ଅନେକଙ୍କୁ ବିନାଶ କରିବ; ଆହୁରି, ସେ ଅଧିପତିଗଣର ଅଧିପତିଙ୍କ ପ୍ରତିକୂଳରେ ଠିଆ ହେବ; ମାତ୍ର ସେ ବିନା ହସ୍ତରେ ଭଗ୍ନ ହେବ।


ସେମାନଙ୍କ ସହିତ ରହୁଥିବା ସମୟରେ ମୁଁ ସେମାନଙ୍କୁ ତୁମ୍ଭ ନାମରେ ରକ୍ଷା କରି ଆସିଅଛି (ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ), ଆଉ ମୁଁ ସେମାନଙ୍କୁ ସାବଧାନରେ ରକ୍ଷା କରିଅଛି ଓ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ଏଥିନିମନ୍ତେ ବିନାଶର ସନ୍ତାନ ବିନା ସେମାନଙ୍କ ମଧ୍ୟରୁ ଜଣେ କେହି ବିନଷ୍ଟ ହୋଇ ନାହିଁ।


ସେହି ଯେଉଁ ପଶୁକୁ ତୁମ୍ଭେ ଦେଖିଲ, ତାହା ଥିଲା, ଏବେ ନାହିଁ, ପୁଣି ତାହା ପାତାଳକୁଣ୍ତରୁ ଉଠି ବିନାଶ ପାଇବ। ସେଥିରେ ପୃଥିବୀ ନିବାସୀ ଯେତେ ଲୋକଙ୍କ ନାମ ଜଗତର ପତ୍ତନାବଧି ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ସେମାନେ ଯେତେବେଳେ ସେହି ପଶୁକୁ ଦେଖିବେ ଯେ ତାହା ଥିଲା, ଏବେ ନାହିଁ ଓ ପରେ ଆସିବ, ସେତେ-ବେଳେ ସେମାନେ ଆଶ୍ଚର୍ଯ୍ୟାନ୍ଵିତ ହେବେ।


ପୁଣି ଯେଉଁ ପଶୁ ଥିଲା ଆଉ ଏବେ ନାହିଁ, ସେ ଅଷ୍ଟମ; ତଥାପି ସେ ସେହି ସପ୍ତ ରାଜାଙ୍କ ମଧ୍ୟରୁ ଜଣେ, ଆଉ ସେ ବିନାଶ ପାଇବ।


ଅବା, ଅଧାର୍ମିକମାନେ ଯେ ଈଶ୍ଵରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ


ଆଉ, ରାଜା ଆପଣା ଇଚ୍ଛାନୁସାରେ କର୍ମ କରିବ ଓ ସକଳ ଦେବତା ଅପେକ୍ଷା ଆପଣାକୁ ବଡ଼ କରି ଦର୍ପ କରିବ, ପୁଣି ଈଶ୍ଵରଗଣର ଈଶ୍ଵରଙ୍କ ବିରୁଦ୍ଧରେ ଅଦ୍ଭୁତ କଥା କହିବ ଓ କ୍ରୋଧ ସଫଳ ହେବା ପର୍ଯ୍ୟନ୍ତ ସମୃଦ୍ଧି ହେବ; କାରଣ ଯାହା ନିରୂପିତ ହୋଇଅଛି, ତାହା କରାଯିବ।


ଆଉ ଯେକୌଣସି ଆତ୍ମା ଯୀଶୁଙ୍କୁ ସ୍ଵୀକାର ନ କରେ, ସେ ଈଶ୍ଵରଙ୍କଠାରୁ ଆଗତ ନୁହେଁ; ଏହା ଖ୍ରୀଷ୍ଟାରିର ଆତ୍ମା, ଯାହାର ଆଗମନ କଥା ତୁମ୍ଭେମାନେ ଶୁଣିଅଛ, ପୁଣି ତାହା ଏବେ ହେଁ ଜଗତରେ ଉପସ୍ଥିତ ହୋଇଅଛି।


Swiv nou:

Piblisite


Piblisite