Biblia Todo Logo
Bib sou entènèt

- Piblisite -




୨ ଥେସଲନୀକୀୟ 3:3 - ପବିତ୍ର ବାଇବଲ (Re-edited) - (BSI)

3 କିନ୍ତୁ ପ୍ରଭୁ ବିଶ୍ଵସ୍ତ, ସେ ତୁମ୍ଭମାନଙ୍କୁ ସ୍ଥିର କରି ମନ୍ଦରୁ ରକ୍ଷା କରିବେ।

Gade chapit la Kopi

ଓଡିଆ ବାଇବେଲ

3 କିନ୍ତୁ ପ୍ରଭୁ ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ ସ୍ଥିର କରି ମନ୍ଦରୁ ରକ୍ଷା କରିବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 କିନ୍ତୁ ପ୍ରଭୁ ବିଶ୍ୱସ୍ତ! ସେ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରିବେ ଓ ପାପାତ୍ମାଠାରୁ ରକ୍ଷା କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କିନ୍ତୁ ପ୍ରଭୁ ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ ସ୍ଥିର କରି ମନ୍ଦରୁ ରକ୍ଷା କରିବେ।

Gade chapit la Kopi

ପବିତ୍ର ବାଇବଲ

3 ପରମେଶ୍ୱର ହେଉଛନ୍ତି ବିଶ୍ୱସନୀୟ। ସେ ତୁମ୍ଭମାନଙ୍କୁ ଶକ୍ତି ପ୍ରଦାନ କରିବେ ଓ ସେହି ଦୁଷ୍ଟାତ୍ମାଠାରୁ ରକ୍ଷା କରିବେ।

Gade chapit la Kopi




୨ ଥେସଲନୀକୀୟ 3:3
16 Referans Kwoze  

ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ଵର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍।


ଯେ ତୁମ୍ଭମାନଙ୍କୁ ଆହ୍ଵାନ କରୁଅଛନ୍ତି, ସେ ବିଶ୍ଵସ୍ତ; ସେ ତାହା ମଧ୍ୟ ସାଧନ କରିବେ।


ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ଵାଭାବିକ, ତାହା ଛଡ଼ା ଅନ୍ୟପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ଵର ବିଶ୍ଵାସ୍ୟ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ପରୀକ୍ଷାରେ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରି ପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ।


ସଦାପ୍ରଭୁ ସମସ୍ତ ଅମଙ୍ଗଳରୁ ତୁମ୍ଭକୁ ରକ୍ଷା କରିବେ; ସେ ତୁମ୍ଭର ପ୍ରାଣକୁ ରକ୍ଷା କରିବେ।


ଈଶ୍ଵର ବିଶ୍ଵାସ୍ୟ, ଯାହାଙ୍କ ଦ୍ଵାରା ତୁମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟ, ଆମ୍ଭମାନଙ୍କ ପ୍ରଭୁଙ୍କର ସହଭାଗିତା ନିମନ୍ତେ ଆହୂତ ହୋଇଅଛ।


ତୁମ୍ଭେ ସେମାନଙ୍କୁ ଜଗତରୁ ଘେନିଯାଅ ବୋଲି ମୁଁ ପ୍ରାର୍ଥନା କରୁ ନାହିଁ, କିନ୍ତୁ ସେମାନଙ୍କୁ ମନ୍ଦରୁ ରକ୍ଷା କର ବୋଲି ପ୍ରାର୍ଥନା କରୁଅଛି।


ଯେ ତୁମ୍ଭମାନଙ୍କୁ ସ୍ଖଳନରୁ ରକ୍ଷା କରିବାକୁ ପୁଣି ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,


ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍ଣାିଁ


ଏହିପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ଵ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ତର ଅଧୀନରେ ରଖିବାକୁ ଜାଣନ୍ତି।


ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ; ତାହାସବୁ ମୋʼ ଉପରେ କର୍ତ୍ତୃତ୍ଵ ନ କରୁ; ତହିଁରେ ମୁଁ ସିଦ୍ଧ ହେବି, ପୁଣି ମହାପରାଧରୁ ପରିଷ୍କୃତ ହେବି।


ସେ ନିଜେ ତୁମ୍ଭମାନଙ୍କ ହୃଦୟକୁ ସାନ୍ତ୍ଵନା ଦେଇ ତୁମ୍ଭମାନଙ୍କୁ ସମସ୍ତ ଉତ୍ତମ କର୍ମ ଓ ବାକ୍ୟରେ ସୁସ୍ଥିର କରନ୍ତୁ।


ଆମ୍ଭମାନଙ୍କର ପାପସବୁ କ୍ଷମା କର, କାରଣ ଆମ୍ଭେମାନେ ମଧ୍ୟ ଆପଣା ଆପଣାର ପ୍ରତ୍ୟେକ ଅପରାଧୀକି କ୍ଷମା କରୁ। ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ।


କିନ୍ତୁ ତୁମ୍ଭମାନଙ୍କ ହଁ କଥା ହଁ ହେଉ, ନା କଥା ନା ହେଉ; ଏଥିରୁ ଯାହା ଅଧିକ, ତାହା ମନ୍ଦରୁ ଜନ୍ମେ।


ମାତ୍ର ଏହି ଯାବେଷ୍ ଇସ୍ରାଏଲର ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କରି କହିଲା, ଆହା, ଏହା ଯେପରି ଆମ୍ଭ ଦୁଃଖର କାରଣ ନ ହୁଏ, ଏଥିପାଇଁ ତୁମ୍ଭେ ଆମ୍ଭକୁ ନିତା; ଆଶୀର୍ବାଦ କର ଓ ଆମ୍ଭ ସୀମା ବୃଦ୍ଧି କର ଓ ତୁମ୍ଭ ହସ୍ତ ଆମ୍ଭର ସହାୟ ହେଉ, ପୁଣି ତୁମ୍ଭେ ଆମ୍ଭକୁ ମନ୍ଦରୁ ରକ୍ଷା କର। ତହିଁରେ ପରମେଶ୍ଵର ତାହାର ନିବେଦିତ ବିଷୟ ତାହାକୁ ପ୍ରଦାନ କଲେ।


ଯେଉଁ ଦୂତ ସମସ୍ତ ଆପଦରୁ ମୋତେ ମୁକ୍ତ କରିଅଛନ୍ତି, ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ; ଏମାନେ ମୋʼ ନାମରେ ଓ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‍ହାକଙ୍କ ନାମରେ ବିଖ୍ୟାତ ହେଉନ୍ତୁ, ପୁଣି ଏମାନେ ଦେଶ ମଧ୍ୟରେ ବୃଦ୍ଧି ପାଇ ଲୋକାରଣ୍ୟ ହେଉନ୍ତୁ।


ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ଵର ଆପଣା ଅନ; ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ଵାରା ତୁମ୍ଭମାନଙ୍କୁ ଆହ୍ଵାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।


Swiv nou:

Piblisite


Piblisite