Biblia Todo Logo
Bib sou entènèt

- Piblisite -




୨ ତୀମଥି 1:12 - ପବିତ୍ର ବାଇବଲ (Re-edited) - (BSI)

12 ଏହି କାରଣରୁ ମଧ୍ୟ ମୁଁ ଏହିସବୁ ଦୁଃଖ ଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ଵାସ କରିଅଛି, ତାହାଙ୍କୁ ଜାଣେ, ପୁଣି ମୁଁ ତାହାଙ୍କ ହସ୍ତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ ରୂପେ ବିଶ୍ଵାସ କରୁଅଛି।

Gade chapit la Kopi

ଓଡିଆ ବାଇବେଲ

12 ଏହି କାରଣରୁ ମଧ୍ୟ ମୁଁ ଏହି ସବୁ ଦୁଃଖଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ୱାସ କରିଅଛି, ତାହାଙ୍କୁ ଜାଣେ, ପୁଣି, ମୁଁ ତାହାଙ୍କ ହାତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ (ବିଚାର ଦିନ) ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ରୂପେ ବିଶ୍ୱାସ କରୁଅଛି |

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ସେଥିଯୋଗୁଁ ମୁଁ ଏ ସବୁ ଦୁଃଖଭୋଗ କରୁଛି। ଯାହାଙ୍କୁ ମୁଁ ବିଶ୍ୱାସ କରୁଛି, ମୁଁ ତାଙ୍କର ସ୍ପଷ୍ଟ ପରିଚୟ ପାଇଛି ଏବଂ ସେ ମୋତେ ଯେଉଁ ଦାୟିତ୍ୱ ଦେଇଛନ୍ତି, ତାହା ତୁଲାଇବାକୁ ମହାବିଚାର ଦିନ ପର୍ଯ୍ୟନ୍ତ ସେ ମୋତେ ନିରାପଦରେ ରଖିବେ, ଏହା ନିଶ୍ଚିତଭାବେ ଜାଣି ମୁଁ ଏ ପର୍ଯ୍ୟନ୍ତ ପୂରାପୂରି ଆଶାବାଦୀ ହୋଇ ରହିଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏହି କାରଣ ଯୋଗୁଁ ମୁଁ ଏହିସବୁ ମଧ୍ୟ ଦୁଃଖଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ୱାସ କରିଅଛି, ତାହାଙ୍କୁ ଜାଣେ, ପୁଣି, ମୁଁ ତାହାଙ୍କ ହାତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ରୂପେ ବିଶ୍ୱାସ କରୁଅଛି।

Gade chapit la Kopi

ପବିତ୍ର ବାଇବଲ

12 ସେହି ସୁସମାଗ୍ଭର କହିଥିବାରୁ ଏବେ ମୁଁ କଷ୍ଟ ପାଉଛି। କିନ୍ତୁ ମୁଁ ଲଜ୍ଜିତ ନୁହେଁ। ମୁଁ ଯାହାଙ୍କୁ ବିଶ୍ୱାସ କରିଛି, ତାହାଙ୍କୁ ମୁଁ ଜାଣେ। ମୋର ପୂର୍ଣ୍ଣ ଆଶା ଅଛି ଯେ, ସେ ସେହି ବିଷୟ ଗୁଡ଼ିକ ସେହି ଦିନ ପର୍ଯ୍ୟନ୍ତ ରକ୍ଷା କରିବେ, ଯେଉଁଗୁଡ଼ିକର ଦାୟିତ୍ୱ ସେ ମୋ’ ଉପରେ ନ୍ୟସ୍ତ କରିଥିଲେ।

Gade chapit la Kopi




୨ ତୀମଥି 1:12
58 Referans Kwoze  

ଅତଏବ, ଆମ୍ଭମାନଙ୍କ ପ୍ରଭୁଙ୍କ ସମ୍ଵନ୍ଧରେ ସାକ୍ଷ୍ୟ ଦେବା ବିଷୟରେ କିଅବା ତାହାଙ୍କ ନିମନ୍ତେ ବନ୍ଦୀ ଯେ ମୁଁ, ମୋʼ ବିଷୟରେ ଲଜ୍ଜିତ ନ ହୁଅ, ବରଂ ଈଶ୍ଵରଙ୍କ ଶକ୍ତି ଅନୁସାରେ ସୁସମାଚାର ନିମନ୍ତେ ମୋʼ ସହିତ କ୍ଳେଶ ସହ୍ୟ କର,।


ଯେ ତୁମ୍ଭମାନଙ୍କୁ ସ୍ଖଳନରୁ ରକ୍ଷା କରିବାକୁ ପୁଣି ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,


ଅତଏବ, ଯେଉଁମାନେ ଈଶ୍ଵରଙ୍କ ଇଚ୍ଛାମତେ ଦୁଃଖଭୋଗ କରନ୍ତି, ସେମାନେ ବିଶ୍ଵସ୍ତ ସୃଷ୍ଟିକର୍ତ୍ତାଙ୍କର ହସ୍ତରେ ଆପଣା ଆପଣା ଆତ୍ମାକୁ ସମର୍ପଣ କରି ସତ୍କାର୍ଯ୍ୟରେ ନିବିଷ୍ଟ ରହନ୍ତୁ।


ଅଦ୍ୟାବଧି ମୋʼ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ପ୍ରିୟଜ୍ଞାନ କରନ୍ତି, ସେସମସ୍ତଙ୍କୁ ଦେବେ।


ଅତଏବ, ତାହାଙ୍କ ଦ୍ଵାରା ଯେଉଁମାନେ ଈଶ୍ଵରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ।


ହେ ତୀମଥି, ତୁମ୍ଭଠାରେ ଯାହା ସମର୍ପିତ ହୋଇଅଛି, ତାହା ରକ୍ଷା କର; ଅସାର ବକୁଆପଣ ଓ ତଥାକଥିତ ଜ୍ଞାନର ଯୁକ୍ତିତର୍କରୁ ବିମୁଖ ହୁଅ;


ସଦାପ୍ରଭୁ ମଙ୍ଗଳମୟ ଓ ସଙ୍କଟ ଦିନରେ ଦୃଢ଼ ଦୁର୍ଗ ଅଟନ୍ତି; ଆଉ, ଯେଉଁମାନେ ତାହାଙ୍କଠାରେ ନିର୍ଭର କରନ୍ତି; ସେମାନଙ୍କୁ ସେ ଜାଣନ୍ତି।


କାରଣ ମୁଁ ସୁସମାଚାର ସମ୍ଵନ୍ଧରେ ଲଜ୍ଜାବୋଧ କରେ ନାହିଁ, ଯେଣୁ ତାହା ପ୍ରତ୍ୟେକ ବିଶ୍ଵାସୀ ପକ୍ଷରେ ପରିତ୍ରାଣ ନିମନ୍ତେ ଈଶ୍ଵରଙ୍କ ଶକ୍ତି ଅଟେ, ପ୍ରଥମତଃ ଯିହୁଦୀ ପକ୍ଷରେ, ଆଉ ମଧ୍ୟ ଗ୍ରୀକ୍ ପକ୍ଷରେ।


କିନ୍ତୁ ସେହି ଦିନ ଓ ଦଣ୍ତ ବିଷୟ କେହି ଜାଣନ୍ତି ନାହିଁ, ସ୍ଵର୍ଗର ଦୂତମାନେ କିମ୍ଵା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳମାତ୍ର ପିତା ଜାଣନ୍ତି।


ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ଵରଙ୍କ ଶକ୍ତିରେ ବିଶ୍ଵାସ ଦ୍ଵାରା ସୁରକ୍ଷିତ ହେଉଅଛ।


ହେ ମୋହର ପରମେଶ୍ଵର, ମୁଁ ତୁମ୍ଭଠାରେ ଶରଣ ନେଇଅଛି, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ମୋହର ଶତ୍ରୁମାନେ ମୋʼ ଉପରେ ଉଲ୍ଲାସ ନ କରନ୍ତୁ।


(ମହାଦିନରେ ସେ ଯେପରି ପ୍ରଭୁଙ୍କଠାରୁ ଦୟା ପ୍ରାପ୍ତ ହୁଅନ୍ତି, ଏହା ପ୍ରଭୁ ତାଙ୍କ ପ୍ରତି ଅନୁଗ୍ରହ କରନ୍ତୁ), ଆଉ, ଏଫିସରେ ସେ କିପରି ଅନେକ ସେବା କରିଅଛନ୍ତି, ତାହା ତୁମ୍ଭେ ଉତ୍ତମ ରୂପେ ଜାଣ।


ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ଵାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରି ପାରନ୍ତି, ତଦ୍ଦ୍ଵାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ।


ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ଵାସ କରିବେ; କାରଣ ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନ୍ଵେଷଣ-କାରୀମାନଙ୍କୁ ପରିତ୍ୟାଗ କରି ନାହଁ।


ଦେଖ, ପରମେଶ୍ଵର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ଵାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।


ସେହି ସୁସମାଚାର ସକାଶେ ମୁଁ ଅପରାଧୀ ପରି ବନ୍ଧନ ପର୍ଯ୍ୟନ୍ତ କ୍ଳେଶ ଭୋଗ କରୁଅଛି; କିନ୍ତୁ ଈଶ୍ଵରଙ୍କ ବାକ୍ୟ ଆବଦ୍ଧ ନୁହେଁ।


ଯେପରି ମୁଁ ତାହାଙ୍କୁ, ତାହାଙ୍କ ପୁନରୁତ୍ଥାନର ଶକ୍ତି ଓ ତାହାଙ୍କ ମୃତ୍ୟୁଭୋଗରେ ତାହାଙ୍କ ତୁଲ୍ୟ ହୋଇ ତାହାଙ୍କ ଦୁଃଖଭୋଗର ସହଭାଗିତା ଜ୍ଞାତ ହୁଏ,


ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ; ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟକଲି, ପୁଣି ସେହିସବୁ ଆବର୍ଜ୍ଜନା ସ୍ଵରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରି ପାରେ ଓ ତାହାଙ୍କର ବୋଲି ଜଣାଯାଏ,


ତାହାହେଲେ ପ୍ରତ୍ୟେକ ଜଣର କର୍ମ କିପ୍ରକାର, ତାହା ପ୍ରକାଶ ପାଇବ, କାରଣ ସେହିଦିନ ତାହା ପ୍ରକାଶ କରିବ, ଯେଣୁ ସେହିଦିନ ଅଗ୍ନି ସହିତ ପ୍ରକାଶିତ ହେବ, ଆଉ ପ୍ରତ୍ୟେକ ଲୋକର କର୍ମ କିପ୍ରକାର, ସେହି ଅଗ୍ନି ପରୀକ୍ଷା କରିବ।


ତୁମ୍ଭେ ସେମାନଙ୍କୁ ଜଗତରୁ ଘେନିଯାଅ ବୋଲି ମୁଁ ପ୍ରାର୍ଥନା କରୁ ନାହିଁ, କିନ୍ତୁ ସେମାନଙ୍କୁ ମନ୍ଦରୁ ରକ୍ଷା କର ବୋଲି ପ୍ରାର୍ଥନା କରୁଅଛି।


ଆଉ, ତାହାଙ୍କ ନାମରେ ବିଜାତିମାନେ ଭରସା ରଖିବେ।


ଭୟ କର ନାହିଁ କାରଣ ତୁମ୍ଭେ ଲଜ୍ଜିତ ହେବ ନାହିଁ। କିଅବା ବିଷର୍ଣ୍ଣମନା ହୁଅ ନାହିଁ; କାରଣ ତୁମ୍ଭକୁ ଲଜ୍ଜିତ କରାଯିବ ନାହିଁ; ତୁମ୍ଭେ ଆପଣା ଯୌବନ କାଳର ଲଜ୍ଜା ପାସୋରି ଯିବ ଓ ତୁମ୍ଭେ ଆପଣା ବିଧବାବସ୍ଥାର ଦୁର୍ନାମ ଆଉ ସ୍ମରଣ କରିବ ନାହିଁ।


ମୁଁ ତୁମ୍ଭ ହସ୍ତରେ ଆପଣା ଆତ୍ମା ସମର୍ପଣ କରେ; ହେ ସଦାପ୍ରଭୋ, ସତ୍ୟମୟ ପରମେଶ୍ଵର, ତୁମ୍ଭେ ମୋତେ ମୁକ୍ତ କରିଅଛ।


ଯେପରି ଲେଖାଅଛି, “ଦେଖ, ଆମ୍ଭେ ସିୟୋନରେ ଗୋଟିଏ ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ଥାପନ କରୁଅଛୁ, ଆଉ, ଯେ ତାହାଙ୍କଠାରେ ବିଶ୍ଵାସ କରେ, ସେ ଲଜ୍ଜିତ ହେବ ନାହିଁ।”


କିନ୍ତୁ କେହି ଯଦି ଖ୍ରୀଷ୍ଟିୟାନ ହେବାରୁ ଦଣ୍ତ ଭୋଗ କରେ, ତାହାହେଲେ ସେ ଲଜ୍ଜା ବୋଧ ନ କରୁ, ବରଂ ଏହି ନାମ ହେତୁରୁ ଈଶ୍ଵରଙ୍କ ମହିମା କୀର୍ତ୍ତନ କରୁ।


ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନ ତୁଚ୍ଛଜ୍ଞାନ କରି ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁ ଭୋଗ କଲେ, ପୁଣି ଈଶ୍ଵରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ଵରେ ଉପବିଷ୍ଟ ହୋଇଅଛନ୍ତି,।


କାରଣ ସେ ନିଜେ ପରୀକ୍ଷିତ ହୋଇ ଦୁଃଖଭୋଗ କରିଥିବାରୁ ପରୀକ୍ଷିତ ହେଉଥିବା ଲୋକମାନଙ୍କ ଉପକାର କରିବା ନିମନ୍ତେ ସକ୍ଷମ ଅଟନ୍ତି।


କାରଣ ବିଜାତିମାନଙ୍କର ପରିତ୍ରାଣ ନିମନ୍ତେ ସେମାନଙ୍କ ନିକଟରେ ପ୍ରଚାର କରିବାକୁ ସେମାନେ ଆମ୍ଭମାନଙ୍କୁ ବାଧା ଦିଅନ୍ତି; ଏହି ପ୍ରକାରେ ସେମାନେ ସର୍ବଦା ଆପଣା ଆପଣାର ପାପ ପରିପୂର୍ଣ୍ଣ କରୁଥାଆନ୍ତି; କିନ୍ତୁ ସେମାନଙ୍କ ଉପରେ କ୍ରୋଧ ସମ୍ପୂର୍ଣ୍ଣ ରୂପେ ବର୍ତ୍ତିଲାଣି।


ଏ ସମ୍ଵନ୍ଧରେ ମୋହର ଏକା; ଆକାଂକ୍ଷା ଓ ଭରସା ଅଛି ଯେ ମୁଁ କୌଣସି ବିଷୟରେ ଲଜ୍ଜିତ ହେବି ନାହିଁ, କିନ୍ତୁ ସର୍ବଦା ଯେଉଁପରି, ଏବେ ମଧ୍ୟ ସେହିପରି ଅତି ସାହସରେ, ଜୀବନରେ ହେଉ ବା ମରଣରେ ହେଉ, ଖ୍ରୀଷ୍ଟଙ୍କୁ ମୋହର ଶରୀରରେ ମହିମାନ୍ଵିତ କରିବି।


ସେଥିରେ ପାଉଲ ଉତ୍ତର ଦେଲେ, ତୁମ୍ଭେମାନେ କ୍ରନ୍ଦନ କରି ଓ ମୋହର ହୃଦୟକୁ ବିଦୀର୍ଣ୍ଣ କରି କʼଣ କରୁଅଛ? କାରଣ ମୁଁ ପ୍ରଭୁ ଯୀଶୁଙ୍କ ନାମ ନିମନ୍ତେ ଯିରୂଶାଲମରେ କେବଳ ବନ୍ଧା ହେବାକୁ ପ୍ରସ୍ତୁତ, ତାହା ନୁହେଁ, ମାତ୍ର ମରିବାକୁ ସୁଦ୍ଧା ପ୍ରସ୍ତୁତ ଅଛି।


କିନ୍ତୁ ଯିହୁଦୀମତାବଲମ୍ଵୀ ବିଜାତୀୟ ସମ୍ଭ୍ରାନ୍ତ ମହିଳାମାନଙ୍କୁ ଓ ନଗରର ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଯିହୁଦୀମାନେ ଉତ୍ତେଜିତ କଲେ, ପୁଣି ପାଉଲ ଓ ବର୍ଣ୍ଣବ୍ବାଙ୍କ ପ୍ରତି ତାଡ଼ନା ଘଟାଇ ଆପଣାମାନଙ୍କ ସୀମାରୁ ସେମାନଙ୍କୁ ବାହାର କରିଦେଲେ।


ସେଥିରେ ପାଉଲ ଓ ବର୍ଣ୍ଣବ୍ବା ସାହସପୂର୍ବକ କହିଲେ, ପ୍ରଥମରେ ଆପଣମାନଙ୍କ ନିକଟରେ ଈଶ୍ଵରଙ୍କ ବାକ୍ୟ କୁହାଯିବା ଆବଶ୍ୟକ ଥିଲା; ଆପଣମାନେ ତାହା ଅଗ୍ରାହ୍ୟ କରି ଆପଣା ଆପଣାକୁ ଅନ; ଜୀବନର ଅଯୋଗ୍ୟ ବୋଲି ବିଚାର କରୁଥିବାରୁ, ଦେଖନ୍ତୁ, ଆମ୍ଭେମାନେ ବିଜାତିମାନଙ୍କ ନିକଟକୁ ଯାଉଅଛୁ ,


ଯେଣୁ ଆମ୍ଭର ନାମ ସକାଶେ ତାହାକୁ ଯେ କେତେ ଦୁଃଖ ଭୋଗ କରିବାକୁ ହେବ, ତାହା ଆମ୍ଭେ ତାହାକୁ ଜଣାଇବା।


ଯେତେବେଳେ ସେମାନେ ସ୍ତିଫାନଙ୍କୁ ପଥର ଫୋପାଡ଼ି ମାରୁଥିଲେ, ସେତେବେଳେ ସେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ଯୀଶୁ, ମୋର ଆତ୍ମା ଗ୍ରହଣ କର।


ମୋହର ପ୍ରେରଣକର୍ତ୍ତା ପିତା ଯାହାକୁ ଆକର୍ଷଣ କରନ୍ତି, କେବଳ ସେ ମୋʼ ନିକଟକୁ ଆସି ପାରେ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି।


ଆଉ, ଯୀଶୁ ଉଚ୍ଚ ସ୍ଵରରେ ଡାକି କହିଲେ, ହେ ପିତା, ତୁମ୍ଭ ହସ୍ତରେ ମୁଁ ଆପଣାର ଆତ୍ମା ସମର୍ପଣ କରୁଅଛି। ଏହା କହି ସେ ପ୍ରାଣତ୍ୟାଗ କଲେ।


କାରଣ ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ଏଥିପାଇଁ ମୁଁ ଘାବରା ହୋଇ ନାହିଁ; ଏଥିପାଇଁ ମୁଁ ଚକ୍ମକି ପଥର ପରି ଆପଣା ମୁଖ ରଖିଅଛି, ଆଉ ମୁଁ ଯେ ଲଜ୍ଜିତ ନୋହିବି, ଏହା ଜାଣେ।


ତେବେ ମୁଁ ପ୍ରାର୍ଥନା କରିବା ବେଳେ ମୋʼ ଶତ୍ରୁଗଣ ଫେରିଯିବେ; ମୁଁ ଏହା ଜାଣେ ଯେ, ପରମେଶ୍ଵର ମୋହର ସପକ୍ଷ।


କିନ୍ତୁ, ହେ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ନାହଁ ଯେ ସେହି ଦିନ ଚୋର ପରି ଅନପେକ୍ଷିତ ଭାବରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବ,


ମୁଁ ତୁମ୍ଭମାନଙ୍କୁ କହୁଅଛି, ସେଦିନରେ ସେହି ନଗରର ଦଶା ଅପେକ୍ଷା ସଦୋମର ଦଶା ସହନୀୟ ହେବ।


ସେଦିନ ଅନେକେ ମୋତେ କହିବେ, ହେ ପ୍ରଭୁ, ହେ ପ୍ରଭୁ, ଆମ୍ଭେମାନେ କି ତୁମ୍ଭ ନାମରେ ଭାବବାଣୀ କହିଲୁ ନାହିଁ? ପୁଣି, ତୁମ୍ଭ ନାମରେ କି ଭୂତମାନଙ୍କୁ ଛଡ଼ାଇଲୁ ନାହିଁ? ଆଉ, ତୁମ୍ଭ ନାମରେ କି ଅନେକ ଶକ୍ତିର କାର୍ଯ୍ୟ କଲୁ ନାହିଁ?


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦିବସରେ ଯେପରି ତୁମ୍ଭେମାନେ ଅନିନ୍ଦନୀୟ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଶେଷ ପର୍ଯ୍ୟନ୍ତ ମଧ୍ୟ ସ୍ଥିର ରଖିବେ।


ତୁମ୍ଭ ହସ୍ତରେ ସମର୍ପିତ ଯେଉଁ ଉତ୍ତମ ବିଷୟ, ତାହା ଆମ୍ଭମାନଙ୍କଠାରେ ବାସ କରୁଥିବା ପବିତ୍ର ଆତ୍ମାଙ୍କ ଦ୍ଵାରା ସୁରକ୍ଷା କର।


ଅନୀସିଫରଙ୍କ ପରିବାରକୁ ପ୍ରଭୁ ଦୟା କରନ୍ତୁ, କାରଣ ସେ ବାରମ୍ଵାର ମୋତେ ସାନ୍ତ୍ଵନା କରିଅଛନ୍ତି, ପୁଣି ମୋହର ଶୃଙ୍ଖଳ ସମ୍ଵନ୍ଧରେ ଲଜ୍ଜିତ ହୋଇ ନାହାନ୍ତି,


ଏହି କଥା ବିଶ୍ଵାସ୍ୟ, ଆଉ ଯେପରି ଈଶ୍ଵରଙ୍କଠାରେ ବିଶ୍ଵାସକାରୀମାନେ ସମସ୍ତ ସତ୍କର୍ମରେ ବ୍ୟାପୃତ ରହିବାକୁ ମନୋଯୋଗୀ ହୁଅନ୍ତି, ଏଥିନିମନ୍ତେ ଏହି ସମସ୍ତ ବିଷୟରେ ଦୃଢ଼ ରୂପେ ଶିକ୍ଷା ଦିଅ ବୋଲି ମୋହର ଇଚ୍ଛା। ଏହି ସମସ୍ତ ବିଷୟ ମନୁଷ୍ୟମାନଙ୍କ ପକ୍ଷରେ ଉତ୍ତମ ଓ ହିତଜନକ।


Swiv nou:

Piblisite


Piblisite