Biblia Todo Logo
Bib sou entènèt

- Piblisite -




୨ ତୀମଥି 1:16 - ପବିତ୍ର ବାଇବଲ (Re-edited) - (BSI)

16 ଅନୀସିଫରଙ୍କ ପରିବାରକୁ ପ୍ରଭୁ ଦୟା କରନ୍ତୁ, କାରଣ ସେ ବାରମ୍ଵାର ମୋତେ ସାନ୍ତ୍ଵନା କରିଅଛନ୍ତି, ପୁଣି ମୋହର ଶୃଙ୍ଖଳ ସମ୍ଵନ୍ଧରେ ଲଜ୍ଜିତ ହୋଇ ନାହାନ୍ତି,

Gade chapit la Kopi

ଓଡିଆ ବାଇବେଲ

16 ଅନୀସିଫରଙ୍କ ପରିବାରକୁ ପ୍ରଭୁ ଦୟା କରନ୍ତୁ, କାରଣ ସେ ବାରମ୍ବାର ମୋତେ ସାନ୍ତ୍ୱନା କରିଅଛନ୍ତି, ପୁଣି, ମୋର ବନ୍ଦୀ ଅବସ୍ଥା ପାଇଁ ଲଜ୍ଜିତ ହୋଇ ନାହାଁନ୍ତି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 କେବଳ ଅନୀସିଫର ବହୁବାର ଆସି ମୋତେ ସାନ୍ତ୍ୱନା ଓ ଉତ୍ସାହ ଦେଇଛନ୍ତି; ମୁଁ ବନ୍ଦୀ ବୋଲି ସେ ଲଜ୍ଜିତ ହୋଇ ନାହାନ୍ତି। ତାଙ୍କ ପରିବାର ପ୍ରତି ଈଶ୍ୱରଙ୍କ କୃପାଶୀଷ ନିବେଦନ କରୁଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଅନୀସିଫରଙ୍କ ପରିବାରକୁ ପ୍ରଭୁ ଦୟା କରନ୍ତୁ, କାରଣ ସେ ବାରମ୍ବାର ମୋତେ ସାନ୍ତ୍ୱନା ଦେଇଅଛନ୍ତି, ପୁଣି, ମୋହର ବନ୍ଦୀ ଅବସ୍ଥା ପାଇଁ ଲଜ୍ଜିତ ହୋଇ ନାହାନ୍ତି,

Gade chapit la Kopi

ପବିତ୍ର ବାଇବଲ

16 ମୁଁ ଜେ‌‌‌‌‌‌‌‌ଲ୍‌‌‌‌‌‌‌ରେ ରହିବା ଦ୍ୱାରା ସେ ଲଜ୍ଜିତ ହୋଇ ନାହାନ୍ତି।

Gade chapit la Kopi




୨ ତୀମଥି 1:16
27 Referans Kwoze  

ପ୍ରୀସ୍କା ଓ ଆକ୍ଵିଲା ପୁଣି ଅନୀସିଫରଙ୍କ ପରିବାରଙ୍କୁ ମୋହର ନମସ୍କାର ଜଣାଅ।


ହଁ, ଭାଇ, ପ୍ରଭୁଙ୍କ ସହଭାଗିତାରେ ତୁମ୍ଭ ଦ୍ଵାରା ମୋହର ଲାଭ ହେଉ, ଖ୍ରୀଷ୍ଟଙ୍କଠାରେ ମୋହର ହୃଦୟକୁ ଆଶ୍ଵାସ ଦିଅ।


କାରଣ, ହେ ଭାଇ, ସାଧୁମାନଙ୍କ ହୃଦୟ ତୁମ୍ଭ ଦ୍ଵାରା ଆଶ୍ଵାସ ପ୍ରାପ୍ତ ହୋଇଥିବାରୁ ମୁଁ ତୁମ୍ଭ ପ୍ରେମରୁ ବହୁତ ଆନନ୍ଦ ଓ ଉତ୍ସାହ ଲାଭ କଲି।


ପୁଣି, ମୁଁ ଯେପରି ତତ୍ସମ୍ଵନ୍ଧରେ ଯଥୋଚିତ କଥା କହିବାକୁ ସାହସ ପ୍ରାପ୍ତ ହେବି।


ଅତଏବ, ଏହି କାରଣରୁ ମୁଁ ଆପଣମାନଙ୍କୁ ମୋʼ ସହିତ ସାକ୍ଷାତ ଓ କଥାବାର୍ତ୍ତା କରିବାକୁ ଅନୁରୋଧ କଲି, କାରଣ ଇସ୍ରାଏଲର ଭରସା ଯୋଗୁ ମୁଁ ଏହି ଜଞ୍ଜିରରେ ବନ୍ଧାଯାଇଅଛି।


କାରଣ ତୁମ୍ଭେମାନେ ବନ୍ଦୀମାନଙ୍କ ସହିତ ଦୁଃଖଭୋଗ କରିଥିଲ, ଆଉ ତୁମ୍ଭମାନଙ୍କ ନିଜର ଯେ ଅଧିକ ଉତ୍ତମ ଓ ନିତ୍ୟସ୍ଥାୟୀ ସମ୍ପତ୍ତି ଅଛି, ଏହା ଜାଣି ଆନନ୍ଦରେ ତୁମ୍ଭମାନଙ୍କ ସମ୍ପତ୍ତିର ଲୁଣ୍ଠନ ସହ୍ୟ କରିଥିଲ।


କାରଣ ଈଶ୍ଵର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକ-ମାନଙ୍କର ସେବା କରିଥିବା ଦ୍ଵାରା ଓ ଏବେ ମଧ୍ୟ କରୁଥିବା ଦ୍ଵାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ ପ୍ରକାଶ କରିଅଛ, ତାହା ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହନ୍ତି।


(ମହାଦିନରେ ସେ ଯେପରି ପ୍ରଭୁଙ୍କଠାରୁ ଦୟା ପ୍ରାପ୍ତ ହୁଅନ୍ତି, ଏହା ପ୍ରଭୁ ତାଙ୍କ ପ୍ରତି ଅନୁଗ୍ରହ କରନ୍ତୁ), ଆଉ, ଏଫିସରେ ସେ କିପରି ଅନେକ ସେବା କରିଅଛନ୍ତି, ତାହା ତୁମ୍ଭେ ଉତ୍ତମ ରୂପେ ଜାଣ।


ଅତଏବ, ଆମ୍ଭମାନଙ୍କ ପ୍ରଭୁଙ୍କ ସମ୍ଵନ୍ଧରେ ସାକ୍ଷ୍ୟ ଦେବା ବିଷୟରେ କିଅବା ତାହାଙ୍କ ନିମନ୍ତେ ବନ୍ଦୀ ଯେ ମୁଁ, ମୋʼ ବିଷୟରେ ଲଜ୍ଜିତ ନ ହୁଅ, ବରଂ ଈଶ୍ଵରଙ୍କ ଶକ୍ତି ଅନୁସାରେ ସୁସମାଚାର ନିମନ୍ତେ ମୋʼ ସହିତ କ୍ଳେଶ ସହ୍ୟ କର,।


ଯେଣୁ ସେମାନେ ମୋହର ଓ ତୁମ୍ଭମାନଙ୍କ ଆତ୍ମାକୁ ସଞ୍ଜୀବିତ କରିଅଛନ୍ତି; ଅତଏବ, ତୁମ୍ଭେମାନେ ଏହିପ୍ରକାର ଲୋକମାନଙ୍କୁ ଯୋଗ୍ୟ ଜାଣି ମାନ୍ୟ କର।


ଦୟାଳୁ ଲୋକେ ଧନ୍ୟ, କାରଣ ସେମାନେ ଦୟାପ୍ରାପ୍ତ ହେବେ।


ସେ ଦିନଯାକ ଦୟା ବ୍ୟବହାର କରି ଉଧାର ଦିଏ; ପୁଣି, ତାହାର ବଂଶ ଆଶୀର୍ବାଦ ପାଆନ୍ତି।


ଦୟାଳୁ ପ୍ରତି ତୁମ୍ଭେ ଆପଣାକୁ ଦୟାଳୁ ଦେଖାଇବ; ସିଦ୍ଧ ଲୋକ ପ୍ରତି ତୁମ୍ଭେ ଆପଣାକୁ ସିଦ୍ଧ ଦେଖାଇବ;


ଆଉ, ନିରୂପିତ ସମୟରେ କାଷ୍ଠ ଓ ପ୍ରଥମଜାତ ଫଳର ଉପହାର ନିମନ୍ତେ ଲୋକ ନିଯୁକ୍ତ କଲି। ହେ ମୋହର ପରମେଶ୍ଵର, ମଙ୍ଗଳ ନିମନ୍ତେ ମୋତେ ସ୍ମରଣ କର।


ଏଉତ୍ତାରେ ମୁଁ ଲେବୀୟମାନଙ୍କୁ ବିଶ୍ରାମଦିନ ପବିତ୍ର କରିବା ନିମନ୍ତେ ଆପଣା ଆପଣାକୁ ଶୁଚି କରିବାକୁ ଓ ଆସି ଦ୍ଵାରସବୁ ରକ୍ଷା କରିବାକୁ ଆଜ୍ଞା କଲି। ହେ ମୋହର ପରମେଶ୍ଵର, ମୋʼ ପକ୍ଷରେ ଏହା ମଧ୍ୟ ସ୍ମରଣ କର ଓ ଆପଣା ଦୟାର ମହତ୍ତ୍ଵାନୁସାରେ ମୋତେ ରକ୍ଷା କର।


ହେ ମୋହର ପରମେଶ୍ଵର, ଏ ବିଷୟରେ ମୋତେ ସ୍ମରଣ କର, ଆଉ ମୁଁ ମୋହର ପରମେଶ୍ଵରଙ୍କ ଗୃହ ଓ ତହିଁର ପାଳନୀୟ ବିଷୟ ନିମନ୍ତେ ଯାହା କରିଅଛି, ମୋହର କୃତ ସେହି ସୁକର୍ମସବୁ ନିଭାଇ ନ ଦିଅ।


ହେ ମୋହର ପରମେଶ୍ଵର, ମୁଁ ଏହି ଲୋକମାନଙ୍କ ନିମନ୍ତେ ଯେ ଯେ କାର୍ଯ୍ୟ କରିଅଛି, ମୋʼ ପକ୍ଷରେ ମଙ୍ଗଳ ନିମନ୍ତେ ତାହାସବୁ ସ୍ମରଣ କର।


ଏଥିରେ ନୟମୀ ଆପଣା ଦୁଇ ପୁତ୍ରବଧୂଙ୍କୁ କହିଲା, ତୁମ୍ଭେମାନେ ଆପଣା ଆପଣା ମାତାର ଗୃହକୁ ଫେରି ଯାଅ; ପୁଣି ମୃତମାନଙ୍କ ପ୍ରତି ଓ ଆମ୍ଭ ପ୍ରତି ତୁମ୍ଭେମାନେ ଯେରୂପ ଦୟା କରିଅଛ, ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ତଦ୍ରୂପ ଦୟା କରନ୍ତୁ।


ଏଣୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୟା ଓ ସତ୍ୟତା ପ୍ରକାଶ କରନ୍ତୁ; ପୁଣି ତୁମ୍ଭେମାନେ ଏହି କର୍ମ କରିବାରୁ ମୁଁ ମଧ୍ୟ ତୁମ୍ଭମାନଙ୍କୁ ସେହି ଦୟାର ପ୍ରତିଦାନ କରିବି।


ସେତେବେଳେ ସହସ୍ରସେନାପତି ପାଖକୁ ଆସି ତାଙ୍କୁ ଧରି ଦୁଇଟା ଶିକୁଳିରେ ତାଙ୍କୁ ବାନ୍ଧିବା ପାଇଁ ଆଜ୍ଞା ଦେଲେ, ପୁଣି ସେ କିଏ ଓ କʼଣ କରିଅଛି ବୋଲି ପଚାରିଲେ।


ଏହି କାରଣରୁ ମଧ୍ୟ ମୁଁ ଏହିସବୁ ଦୁଃଖ ଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ଵାସ କରିଅଛି, ତାହାଙ୍କୁ ଜାଣେ, ପୁଣି ମୁଁ ତାହାଙ୍କ ହସ୍ତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ ରୂପେ ବିଶ୍ଵାସ କରୁଅଛି।


ବରଂ ସେ ରୋମରେ ଥିବା ସମୟରେ ମୋତେ ଯନି ସହକାରେ ଅନ୍ଵେଷଣ କରି ମୋʼ ସହିତ ସାକ୍ଷାତ କଲେ,


ମାତ୍ର ସଦାପ୍ରଭୁ କହନ୍ତି, ସେଦିନରେ ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା; ପୁଣି, ତୁମ୍ଭେ ଯେଉଁ ଲୋକମାନଙ୍କ ବିଷୟରେ ଭୟ କରୁଅଛ, ସେମାନଙ୍କ ହସ୍ତରେ ସମର୍ପିତ ନୋହିବ।


ସେହି ପ୍ରକାରେ ଯେ ଦୁଇଟି ପାଇଥିଲା, ସେ ଆଉ ଦୁଇଟି ଲାଭ କଲା।


Swiv nou:

Piblisite


Piblisite