Biblia Todo Logo
Bib sou entènèt

- Piblisite -




୨ ତୀମଥି 1:7 - ପବିତ୍ର ବାଇବଲ (Re-edited) - (BSI)

7 କାରଣ ଈଶ୍ଵର ଆମ୍ଭମାନଙ୍କୁ ଭୀରୁତାର ଆତ୍ମା ଦେଇ ନାହାନ୍ତି, ମାତ୍ର ଶକ୍ତି, ପ୍ରେମ ଓ ସୁବୁଦ୍ଧିର ଆତ୍ମା ଦେଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

7 କାରଣ ଈଶ୍ୱର ଆମ୍ଭମାନଙ୍କୁ ଭୟର ଆତ୍ମା ଦେଇ ନାହାଁନ୍ତି, ମାତ୍ର ଶକ୍ତି, ପ୍ରେମ ଓ ସୁବୁଦ୍ଧିର ଆତ୍ମା ଦେଇଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଈଶ୍ୱର ଆମ୍ଭମାନଙ୍କୁ ଯେଉଁ ଆତ୍ମା ଦାନ କରିଛନ୍ତି, ତାହା ଆମ୍ଭମାନଙ୍କୁ କାପୁରୁଷ କରି ଦିଏ ନାହିଁ, ବରଂ ତଦ୍ଦ୍ୱାରା ଆମେ ଶକ୍ତି, ପ୍ରେମ ଓ ଆତ୍ମସଂଯମରେ ପରିପୂର୍ଣ୍ଣ ହେଉ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କାରଣ ଈଶ୍ବର ଆମ୍ଭମାନଙ୍କୁ ଭୟର ଆତ୍ମା ଦେଇ ନାହାନ୍ତି, ମାତ୍ର ଶକ୍ତି, ପ୍ରେମ ଓ ସୁବୁଦ୍ଧିର ଆତ୍ମା ଦେଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

7 ପରମେଶ୍ୱର ଆମ୍ଭକୁ ଭୟର ଆତ୍ମା ଦେଇ ନାହାନ୍ତି। ସେ ଆମ୍ଭକୁ ଶକ୍ତି, ପ୍ରେମ ଓ ଆତ୍ମସଂଯମର ଆତ୍ମା ପ୍ରଦାନ କରିଛନ୍ତି।

Gade chapit la Kopi




୨ ତୀମଥି 1:7
28 Referans Kwoze  

କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ଵର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ଵର ଆତ୍ମା ପାଇଅଛ; ତଦ୍ଦ୍ଵାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ।


ପ୍ରେମରେ ଭୟ ନ ଥାଏ, କିନ୍ତୁ ସିଦ୍ଧ ପ୍ରେମ ଭୟକୁ ଦୂର କରେ, କାରଣ ଭୟ ଦଣ୍ତ ସହିତ ସଂଯୁକ୍ତ, ଆଉ ଯେ ଭୟ କରେ, ସେ ପ୍ରେମରେ ସିଦ୍ଧ ନୁହେଁ।


କିନ୍ତୁ ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା,


ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ କି ଭୟଗ୍ରସ୍ତ ନ ହେଉ।


ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହିଁ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ।


କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତିପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୁଦା ପ୍ରଦେଶ ଓ ଶମିରୋଣ,, ପୁଣି ପୃଥିବୀର ପ୍ରା; ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ।


ତହିଁରେ ସେ ମୋତେ ଉତ୍ତର କରି କହିଲେ, ଏହା ଯିରୁବ୍ବାବିଲଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ଵାରା ନୁହେଁ, କିଅବା ବଳ ଦ୍ଵାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ଵାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ସେ ସତ୍ ଲୋକଙ୍କ ନିମନ୍ତେ ତତ୍ତ୍ଵଜ୍ଞାନ ସଞ୍ଚୟ କରନ୍ତି, ସେ ସରଳାଚାରୀମାନଙ୍କର ଢାଲ ସ୍ଵରୂପ ଅଟନ୍ତି।


ମନ୍ତ୍ରଣା ଓ ତତ୍ତ୍ଵଜ୍ଞାନ ମୋʼଠାରେ ଥାଏ; ମୁଁ ହିଁ ସୁବିବେଚନା; ମୋʼଠାରେ ବଳ ଅଛି।


ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ଵାରା ଆମ୍ଭମାନଙ୍କ ହୃଦୟରେ ଈଶ୍ଵରଙ୍କ ପ୍ରେମ ପରିବ୍ୟାପ୍ତ ହୋଇଅଛି।


ପୁଣି ମୃତ୍ୟୁର ଭୟରେ ଯେଉଁମାନେ ଯାବଜ୍ଜୀବନ ଦାସତ୍ଵର ବନ୍ଧନରେ ଥିଲେ, ସେମାନଙ୍କୁ ସେ ଉଦ୍ଧାର କରନ୍ତି।


କିନ୍ତୁ ମୁଁ ଯେପରି ମୋହର ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ି ପାରେ, ଆଉ ଈଶ୍ଵରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯେଉଁ ସେବାର କାର୍ଯ୍ୟ ପ୍ରଭୁ ଯୀଶୁଙ୍କଠାରୁ ପାଇଅଛିଦ ତାହା ସଂପୂର୍ଣ୍ଣ କରି ପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ନଗଣ୍ୟ ମନେ କରୁଅଛି।


ତୁମ୍ଭମାନଙ୍କ ବିଶ୍ଵାସ ଯେପରି ମନୁଷ୍ୟର ଜ୍ଞାନ ଉପରେ ସ୍ଥାପିତ ନ ହୋଇ ଈଶ୍ଵରଙ୍କ ଶକ୍ତି ଉପରେ ସ୍ଥାପିତ ହୁଏ,


ଆଉ ଦେଖ, ମୋହର ପିତା ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ମୁଁ ତୁମ୍ଭମାନଙ୍କ ନିକଟକୁ ପଠାଉଅଛି, କିନ୍ତୁ ଊର୍ଦ୍ଧ୍ଵରୁ ଶକ୍ତିପ୍ରାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହି ନଗରରେ ରହିଥାଅ।


ଅର୍ଥାତ୍, ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ଵର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ଵର ତାହାଙ୍କ ସହବର୍ତ୍ତୀ ଥିଲେ।


ମାତ୍ର ଯାକୁବକୁ ତାହାର ଆଜ୍ଞାଲଙ୍ଘନ ଓ ଇସ୍ରାଏଲକୁ ତାହାର ପାପ ଜ୍ଞାତ କରାଇବା ନିମନ୍ତେ ଆମ୍ଭେ ପ୍ରକୃତରେ ସଦାପ୍ରଭୁଙ୍କ ଆତ୍ମା ଦ୍ଵାରା ଶକ୍ତିରେ, ନ୍ୟାୟ-ବିଚାରରେ ଓ ପରାକ୍ରମରେ ପରିପୂର୍ଣ୍ଣ ଅଛୁ।


ମୁଁ ଯେପରି ଲଜ୍ଜିତ ନୋହିବି, ଏଥିପାଇଁ ତୁମ୍ଭ ବିଧିସବୁରେ ମୋʼ ଅନ୍ତଃକରଣ ସିଦ୍ଧ ହେଉ। କଫ୍।


ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର ;


ସେଥିରେ ପାଉଲ ଉତ୍ତର ଦେଲେ, ତୁମ୍ଭେମାନେ କ୍ରନ୍ଦନ କରି ଓ ମୋହର ହୃଦୟକୁ ବିଦୀର୍ଣ୍ଣ କରି କʼଣ କରୁଅଛ? କାରଣ ମୁଁ ପ୍ରଭୁ ଯୀଶୁଙ୍କ ନାମ ନିମନ୍ତେ ଯିରୂଶାଲମରେ କେବଳ ବନ୍ଧା ହେବାକୁ ପ୍ରସ୍ତୁତ, ତାହା ନୁହେଁ, ମାତ୍ର ମରିବାକୁ ସୁଦ୍ଧା ପ୍ରସ୍ତୁତ ଅଛି।


ସେ ମଧ୍ୟ ଆତ୍ମାଙ୍କ ଦତ୍ତ ତୁମ୍ଭମାନଙ୍କ ପ୍ରେମ ବିଷୟ ଆମ୍ଭମାନଙ୍କୁ ଜଣାଇଅଛନ୍ତି।


ସ୍ତିଫାନ ଅନୁଗ୍ରହ ଓ ଶକ୍ତିରେ ପରିପୂର୍ଣ୍ଣ ହୋଇ ଲୋକମାନଙ୍କ ମଧ୍ୟରେ ମହା ମହା ଅଦ୍ଭୁତ କର୍ମ ଓ ଲକ୍ଷଣ ସାଧନ କରିବାକୁ ଲାଗିଲେ।


କିନ୍ତୁ, ଶାଉଲ ଅଧିକତର ଶକ୍ତିଶାଳୀ ହୋଇ ଉଠିଲେ, ପୁଣି ଏ ଯେ ଖ୍ରୀଷ୍ଟ, ଏହା ପ୍ରମାଣ କରି ଦାମାସ୍କସ୍ନିବାସୀ ଯିହୁଦୀମାନଙ୍କୁ ନିରୁତ୍ତର କରିଦେଉଥିଲେ।


ସେଥିରେ ଲୋକେ ସେହି ଘଟଣା ଦେଖିବାକୁ ବାହାରି ଆସିଲେ; ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି, ଯେଉଁ ମନୁଷ୍ୟଠାରୁ ଭୂତଗୁଡ଼ାକ ବାହାରିଥିଲେ, ତାହାକୁ ଲୁଗା ପିନ୍ଧି ଭଲ ମନରେ ଯୀଶୁଙ୍କ ପାଦ ତଳେ ବସିଥିବା ଦେଖି ଭୀତ ହେଲେ।


କିନ୍ତୁ ପାଉଲ କହିଲେ, ହେ ମହାମହିମ ଫେଷ୍ଟ, ମୁଁ ପାଗଳ ନୁହେଁ; ମାତ୍ର ସତ୍ୟ ଓ ସ୍ଥିର ବୁଦ୍ଧିର ବାକ୍ୟ ବ୍ୟକ୍ତ କରୁଅଛି।


ମାତ୍ର ସେ ଚେତନା ପାଇ କହିଲା, ମୋର ବାପାଙ୍କ କେତେ ମୂଲିଆଙ୍କର ଖାଦ୍ୟ ବଳିପଡ଼ୁଅଛି, କିନ୍ତୁ ମୁଁ ଏଠାରେ ଭୋକରେ ମରୁଅଛି।


ଆଉ ସମସ୍ତ ସମାଜଗୃହରେ ଥରକୁଥର ସେମାନଙ୍କୁ ଶାସ୍ତି ଦେଇ ଯୀଶୁଙ୍କ ନିନ୍ଦା କରିବା ନିମନ୍ତେ ସେମାନଙ୍କୁ ବାଧ୍ୟ କରୁଥିଲି, ପୁଣି ସେମାନଙ୍କ ବିରୁଦ୍ଧରେ ଅତ୍ୟ; ଉନ୍ମତ୍ତ ହୋଇ ବିଦେଶୀୟ ନଗରଗୁଡ଼ିକ ପର୍ଯ୍ୟନ୍ତ ସୁଦ୍ଧା ସେମାନଙ୍କୁ ତାଡ଼ନା କରୁଥିଲି।


ପୁଣି, ସଦାପ୍ରଭୁଙ୍କର ଆତ୍ମା, ଜ୍ଞାନ ଓ ବିବେଚନାର ଆତ୍ମା, ମନ୍ତ୍ରଣା ଓ ପରାକ୍ରମର ଆତ୍ମା, ବୁଦ୍ଧି ଓ ସଦାପ୍ରଭୁ ବିଷୟକ ଭୟର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିବେ;


Swiv nou:

Piblisite


Piblisite