Biblia Todo Logo
Bib sou entènèt

- Piblisite -




୨ ତୀମଥି 2:14 - ପବିତ୍ର ବାଇବଲ (Re-edited) - (BSI)

14 ଏହି ସମସ୍ତ କଥା ସ୍ମରଣ କରାଇ ଶ୍ରୋତାମାନଙ୍କର ଅହିତକର ଓ ବିନାଶଜନକ ବାଗ୍ଯୁଦ୍ଧ ନ କରିବାକୁ ସେମାନଙ୍କୁ ପ୍ରଭୁଙ୍କ ସାକ୍ଷାତରେ ଦୃଢ଼ ରୂପେ ଆଜ୍ଞା ଦିଅ।

Gade chapit la Kopi

ଓଡିଆ ବାଇବେଲ

14 ଏହି ସମସ୍ତ କଥା ସ୍ମରଣ କରାଇ ଶ୍ରୋତାମାନଙ୍କର ଅହିତକର ଓ ବିନାଶଜନକ ବାଦାନୁବାଦ ନ କରିବାକୁ ସେମାନଙ୍କୁ ପ୍ରଭୁଙ୍କ ସାକ୍ଷାତରେ ଦୃଢ଼ରୂପେ ଆଦେଶ ଦିଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ତୁମ ମଣ୍ଡଳୀର ଲୋକମାନଙ୍କୁ ଏହି ସବୁ ବିଷୟ ସ୍ମରଣ କରାଇ ଦିଅ ଏବଂ ଶାସ୍ତ୍ରର ଶବ୍ଦାର୍ଥ ବିଷୟରେ ବୃଥା ବାଗ୍ୟୁଦ୍ଧ ନ କରିବାକୁ ସେମାନଙ୍କୁ ସତର୍କ କରିଦିଅ। ଏଭଳି ବାଗ୍ୟୁଦ୍ଧ କାହାରି କିଛି ମଙ୍ଗଳ କରେ ନାହିଁ - ବରଂ ଯେଉଁମାନେ ସେଥିରେ କର୍ଣ୍ଣପାତ କରନ୍ତି, ସେମାନଙ୍କର ସର୍ବନାଶ ହୁଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏହି ସମସ୍ତ କଥା ସ୍ମରଣ କରାଇ ଶ୍ରୋତାମାନଙ୍କର ଅହିତକର ଓ ବିନାଶଜନକ ବାଦାନୁବାଦ ନ କରିବାକୁ ସେମାନଙ୍କୁ ପ୍ରଭୁଙ୍କ ସାକ୍ଷାତରେ ଦୃଢ଼ରୂପେ ଆଦେଶ ଦିଅ।

Gade chapit la Kopi

ପବିତ୍ର ବାଇବଲ

14 ଉକ୍ତ କଥାଗୁଡ଼ିକୁ ଲୋକମାନଙ୍କୁ ସର୍ବଦା କୁହ। ପରମେଶ୍ୱରଙ୍କ ଆଗରେ ସତର୍କ କରିଦିଅ ଯେ, ସେମାନେ ଅଯଥା ବାଦାନୁବାଦ କରନ୍ତୁ ନାହିଁ। ଯୁକ୍ତିତର୍କ କରିବା ଦ୍ୱାରା କାହାରିକୁ ଲାଭ ହୁଏ ନାହିଁ। ଯେଉଁମାନେ ଏହା ଶୁଣନ୍ତି, ସେମାନଙ୍କୁ ତାହା ନଷ୍ଟ କରିଦିଏ।

Gade chapit la Kopi




୨ ତୀମଥି 2:14
30 Referans Kwoze  

ନିର୍ବୋଧ ଓ ବିତଣ୍ତା ବାଦାନୁବାଦ ଯେ ବିରୋଧ ଜନ୍ମାଏ, ଏହା ଜାଣି ସେହିସବୁ ଅଗ୍ରାହ୍ୟ କର।


ମୁଁ ଈଶ୍ଵରଙ୍କ ସାକ୍ଷାତରେ, ଆଉ ଯେଉଁ ଖ୍ରୀଷ୍ଟ ଯୀଶୁ ଜୀବିତ ଓ ମୃତ ଉଭୟଙ୍କର ବିଚାର କରିବାକୁ ଯାଉଅଛନ୍ତି, ତାହାଙ୍କ ସାକ୍ଷାତରେ, ପୁଣି ତାହାଙ୍କ ପୁନରାଗମନ ଓ ରାଜ୍ୟର ଶପଥ ଦେଇ ତୁମ୍ଭକୁ ଦୃଢ଼ ଆଜ୍ଞା ଦେଉଅଛି,


ବିଶ୍ଵାସରେ ଯେ ଦୁର୍ବଳ, ତାକୁ ଗ୍ରହଣ କର, କିନ୍ତୁ ବିଭିନ୍ନ ମତ ସମ୍ଵନ୍ଧରେ ତର୍କବିତର୍କ କରିବା ନିମନ୍ତେ ତାହା କର ନାହିଁ।


ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ଵାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ଵାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହୋଇ ନାହିଁ।


ଈଶ୍ଵରଙ୍କ, ଖ୍ରୀଷ୍ଟ ଯୀଶୁଙ୍କ ଓ ମନୋନୀତ ଦୂତମାନଙ୍କ ସାକ୍ଷାତରେ ମୁଁ ଦୃଢ଼ ରୂପେ ଆଜ୍ଞା ଦେଉଅଛି, ତୁମ୍ଭେ ପୂର୍ବଧାରଣା ଦ୍ଵାରା ଚାଳିତ ନ ହୋଇ ଏହି ସମସ୍ତ ପାଳନ କର, ପୁଣି ପକ୍ଷପାତ ଭାବରେ କୌଣସି କାର୍ଯ୍ୟ କର ନାହିଁ।


ଆମ୍ଭେମାନେ ଶୁଣିଅଛୁ ଯେ, ଆମ୍ଭେମାନେ ଯେଉଁ ଲୋକମାନଙ୍କୁ କୌଣସି ଆଜ୍ଞା ଦେଇ ନାହୁଁ, ଆମ୍ଭମାନଙ୍କ ମଧ୍ୟରୁ ଏପ୍ରକାର କେତେକ ଲୋକ କଥା ଦ୍ଵାରା ଆପଣମାନଙ୍କର ମନକୁ ଅସ୍ଥିର କରି ଆପଣମାନଙ୍କୁ ଉଦ୍ବିଗ୍ନ କରିଅଛନ୍ତି;


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ମୋତେ ଯେପରି ଜଣାଇ ଅଛନ୍ତି, ତଦନୁସାରେ ଶୀଘ୍ର ମୋତେ ଏହି ଶରୀରରୂପ ତମ୍ଵୁ ଯେ ତ୍ୟାଗ କରିବାକୁ ହେବ,


ସମସ୍ତଙ୍କ ଜୀବନଦାତା ଈଶ୍ଵରଙ୍କ ସାକ୍ଷାତରେ, ପୁଣି ପନ୍ତୀୟ ପୀଲାତଙ୍କ ସମ୍ମୁଖରେ ଉତ୍ତମ ସାକ୍ଷ୍ୟଦାତା ଖ୍ରୀଷ୍ଟ ଯୀଶୁଙ୍କ ସାକ୍ଷାତରେ ମୁଁ ତୁମ୍ଭକୁ ଆଦେଶ ଦେଉଅଛି,


ହେ ଭ୍ରାତୃବୃନ୍ଦ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଉଅଛୁ, ଯେକୌଣସି ଭାଇ ଆମ୍ଭମାନଙ୍କଠାରୁ ପ୍ରାପ୍ତ ଶିକ୍ଷା ଅନୁସାରେ ଆଚରଣ ନ କରି ଆଳସ୍ୟ ପରାୟଣ ଆଚରଣ କରେ, ତାହାଠାରୁ ଆପଣା ଆପଣାକୁ ପୃଥକ କର।


ଦେଖ, ଯଦ୍ଦ୍ଵାରା ଉପକାର ହୋଇ ନ ପାରେ, ଏପରି ମିଥ୍ୟା କଥାରେ ତୁମ୍ଭେମାନେ ବିଶ୍ଵାସ କରୁଅଛ।


ପୁଣି ତୁମ୍ଭେମାନେ ବିପଥଗାମୀ ନ ହୁଅ; ଯଦି ହୁଅ, ତେବେ ତୁମ୍ଭେମାନେ ଅବସ୍ତୁସକଳର ଅନୁଗାମୀ ହେବ; ସେମାନେ ଉପକାର କି ରକ୍ଷା କରିବାକୁ ଅସମର୍ଥ, ଯେହେତୁ ସେମାନେ ଅବସ୍ତୁ।


କିନ୍ତୁ ଅସାର ବକୁଆପଣରୁ ପୃଥକ ରୁହ; କାରଣ ଯେଉଁମାନେ ସେଥିରେ ଲିପ୍ତ ହେବେ, ସେମାନେ ଅଧର୍ମରେ ଅଧିକ ବୃଦ୍ଧି ପାଇବେ,


କାରଣ ଶାରୀରିକ ବ୍ୟାୟାମ ଅଳ୍ପ ବିଷୟରେ ଲାଭଜନକ, କିନ୍ତୁ ଈଶ୍ଵରପରାୟଣତା ଇହକାଳ ଓ ପରକାଳରେ ପ୍ରତିଜ୍ଞାଯୁକ୍ତ ହୋଇ ସମସ୍ତ ବିଷୟରେ ଲାଭଜନକ ଅଟେ।


ଅତଏବ, ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ବିଜାତିମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ;


ତାହା ଅନ୍ୟ ସୁସମାଚାର ସୁଦ୍ଧା ନୁହେଁ, କେବଳ କେତେକ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି ଓ ଖ୍ରୀଷ୍ଟଙ୍କ ସୁସମାଚାରକୁ ବିକୃତ କରିବାକୁ ଇଚ୍ଛା କରୁଅଛନ୍ତି।


ଆରେ ସମସ୍ତ ପ୍ରକାର ଛଳ ଓ ଧୂର୍ତ୍ତତାରେ ପରିପୂର୍ଣ୍ଣ, ଆଉ ସମସ୍ତ ପ୍ରକାର ଧାର୍ମିକତାର ଶତ୍ରୁ, ଶୟତାନର ସନ୍ତାନ, ତୁମ୍ଭେ ପ୍ରଭୁଙ୍କର ସରଳ ପଥକୁ ବକ୍ର କରିବାରୁ କି କ୍ଷା; ହେବ ନାହିଁ?


ଆଉ, ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣା ଜୀବନ ହରାଏ, ତେବେ ତାହାର କି ଲାଭ ହେବ? କିମ୍ଵା ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେବ?


ଖୋଦିତ ପ୍ରତିମାରେ କି ଲାଭ ଯେ, ତହିଁର ନିର୍ମାଣକର୍ତ୍ତା ତାହା ଖୋଦନ କରେ? ଛାଞ୍ଚରେ ଢଳା ପ୍ରତିମାରେ ଓ ମିଥ୍ୟା ଶିକ୍ଷକରେ କି ଲାଭ ଯେ, ଆପଣାର ନିର୍ମିତ ବସ୍ତୁର ନିର୍ମାଣକାରୀ ତହିଁରେ ବିଶ୍ଵାସ କରି ମୂକ ଦେବତା ନିର୍ମାଣ କରେ?


ପୁଣି, ସଦାପ୍ରଭୁଙ୍କର ଭାରୋକ୍ତି ବୋଲି ଆଉ ଉଚ୍ଚାରଣ କରିବ ନାହିଁ; କାରଣ ପ୍ରତ୍ୟେକ ମନୁଷ୍ୟର ନିଜ କଥା ତାହାର ଭାରୋକ୍ତି ହେବ; ଯେହେତୁ ତୁମ୍ଭେମାନେ ଜୀବିତ ପରମେଶ୍ଵରଙ୍କର, ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କର ବାକ୍ୟସକଳ ବିପରୀତ କରିଅଛ।


ସଦାପ୍ରଭୁ କହନ୍ତି, ଦେଖ,ଯେଉଁମାନେ ମିଥ୍ୟା ସ୍ଵପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ଵାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।


ଏହି କାରଣରୁ ମୁଁ ତୁମ୍ଭକୁ ସ୍ମରଣ କରାଉଅଛି ଯେ, ତୁମ୍ଭଠାରେ ଈଶ୍ଵରଙ୍କର ଯେଉଁ ଅନୁଗ୍ରହ ଦାନ ଅଛି, ତାହା ପୁନଃ ପ୍ରଜ୍ଜ୍ଵଳିତ କର।


ତାହା ଧର୍ମଶିକ୍ଷାର ଉଦ୍ଦେଶ୍ୟ ଅଟେ; କେହି କେହି ଏ ସମସ୍ତ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅସାର କଥାରେ ଆସକ୍ତ ହୋଇ ପଥଭ୍ରଷ୍ଟ ହୋଇଅଛନ୍ତି;


କି କଳ୍ପିତ ଗଳ୍ପ ଓ ଅଶେଷ ବଂଶାବଳୀରେ ମନୋଯୋଗ ନ କରନ୍ତି, ଏଥିନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ; ସେହିସବୁ ତ ବିଶ୍ଵାସ ସମ୍ଵନ୍ଧୀୟ ଈଶ୍ଵରଙ୍କ ବିଧାନର ଉପକାରୀ ନ ହୋଇ ବରଂ ଯୁକ୍ତିତର୍କ ସୃଷ୍ଟି କରେ।


ଅତଏବ, ହେ ଭାଇମାନେ, ଅବଶେଷରେ କିପ୍ରକାରେ ଆଚରଣ କରି ଈଶ୍ଵରଙ୍କୁ ସନ୍ତୁଷ୍ଟ କରିବା ଉଚିତ, ସେ ସମ୍ଵନ୍ଧରେ ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଯେପ୍ରକାର ଶିକ୍ଷା ପ୍ରାପ୍ତ ହେଲ, ଆଉ ତୁମ୍ଭେମାନେ ମଧ୍ୟ ଯେପ୍ରକାର ଆଚରଣ କରୁଅଛ, ତଦନୁସାରେ ଆହୁରି ଅଧିକ ଅଗ୍ରସର ହେବା ନିମନ୍ତେ ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭମାନଙ୍କୁ ଅନୁରୋଧ କରି ଉତ୍ସାହ ଦେଉଅଛୁ।


ହେ ମୋର ବଳ ଓ ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟସ୍ଵରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍, ଅସାର ଓ ନିଷ୍ଫଳ ବସ୍ତୁି ଅଧିକାର କରିଅଛନ୍ତି।


ଦେବତାମାନେ ଈଶ୍ଵର ନୋହିଲେ ହେଁ କୌଣସି ଦେଶୀୟ ଲୋକେ କି ଆପଣା ଦେବତାମାନଙ୍କୁ ବଦଳ କରିଅଛନ୍ତି? ମାତ୍ର ଆମ୍ଭର ଲୋକମାନେ ନିଷ୍ଫଳ ବସ୍ତୁ ନିମନ୍ତେ ଆପଣାମାନଙ୍କର ଗୌରବସ୍ଵରୂପଙ୍କୁ ବଦଳ କରିଅଛନ୍ତି ।


ସଦାପ୍ରଭୁ କାହାନ୍ତି, ଏହା ଯାଜକମାନେ କହିଲେ ନାହିଁ, ଆଉ ଯେଉଁମାନେ ବ୍ୟବସ୍ଥା ହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ; ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍ବକ୍ତାମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନର ପଶ୍ଚାଦ୍-ଗମନ କଲେ।


କର୍ତ୍ତୃପକ୍ଷ ଓ କ୍ଷମତାପ୍ରାପ୍ତ ବ୍ୟକ୍ତିମାନଙ୍କର ବଶୀଭୂତ ଓ ବାଧ୍ୟ ହେବାକୁ ପୁଣି, ସମସ୍ତ ପ୍ରକାର ସତ୍କର୍ମ କରିବା ନିମନ୍ତେ ପ୍ରସ୍ତୁତ ହେବାକୁ,


Swiv nou:

Piblisite


Piblisite