Biblia Todo Logo
Bib sou entènèt

- Piblisite -




୨ ତୀମଥି 2:15 - ପବିତ୍ର ବାଇବଲ (Re-edited) - (BSI)

15 ସତ୍ୟବାକ୍ୟ ଯଥାର୍ଥ ରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀର ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଈଶ୍ଵରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯନି କର।

Gade chapit la Kopi

ଓଡିଆ ବାଇବେଲ

15 ସତ୍ୟ ବାକ୍ୟ ଯଥାର୍ଥରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀର ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଈଶ୍ୱରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯତ୍ନ କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ତୁମେ ଲଜ୍ଜାବୋଧ ନ କରି ଯଥାଶକ୍ତି ନିର୍ଭୁଲ ଭାବରେ ଈଶ୍ୱରଙ୍କ ସତ୍ୟବାର୍ତ୍ତା ପରିବେଷଣ କର; ତାହାହେଲେ, ଜଣେ ବିଶ୍ୱସ୍ତ କର୍ମୀ ରୂପେ ତୁମେ ଈଶ୍ୱରଙ୍କ ପୂର୍ଣ୍ଣ ସମର୍ଥନ ଲାଭ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସତ୍ୟ ବାକ୍ୟ ଯଥାର୍ଥ ରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀ ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଈଶ୍ବରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯତ୍ନ କର।

Gade chapit la Kopi

ପବିତ୍ର ବାଇବଲ

15 ପରମେଶ୍ୱରଙ୍କ ସୁଗ୍ରାହ୍ୟ ବ୍ୟକ୍ତି ହେବା ଲାଗି ଯଥାସାଧ୍ୟ ଚେଷ୍ଟା କର। ନିଜକୁ ତାହାଙ୍କଠାରେ ସମର୍ପଣ କର। ତାହାଙ୍କ କାମ ପାଇଁ କୌଣସି ପ୍ରକାର ଲଜ୍ଜାବୋଧ ନ କରି ଏପରି ସେବକ ହୁଅ ଯିଏ ସ‌ତ୍‌‌ଶିକ୍ଷା ଠିକ୍ ଭାବରେ କାମରେ ଲଗାଉଛି।

Gade chapit la Kopi




୨ ତୀମଥି 2:15
29 Referans Kwoze  

କିନ୍ତୁ ଆମ୍ଭମାନଙ୍କ ହସ୍ତରେ ସୁସମାଚାର ପ୍ରଚାରର ଭାର ସମର୍ପିତ ହେବା ନିମନ୍ତେ ଆମ୍ଭେମାନେ ଯେରୂପେ ଈଶ୍ଵରଙ୍କ କର୍ତ୍ତୃକ ଯୋଗ୍ୟ ଗଣିତ ହୋଇଅଛୁ, ସେହିରୂପେ ଆମ୍ଭେମାନେ ପ୍ରଚାର କରୁ; ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରିବା ଉଦ୍ଦେଶ୍ୟରେ ତାହା କରୁ ନାହୁଁ, ବରଂ ଆମ୍ଭମାନଙ୍କ ହୃଦୟର ପରୀକ୍ଷକ ଯେ ଈଶ୍ଵର , ତାହାଙ୍କୁ ସନ୍ତୁଷ୍ଟ କରିବା ଉଦ୍ଦେଶ୍ୟରେ ତାହା କରୁ।


ଅତଏବ, ହେ ଭାଇମାନେ, ତୁମ୍ଭେମାନେ ଆପଣା ଆପଣା ଆହ୍ଵାନ ଓ ମନୋନୟନକୁ ସ୍ଥିର କରିବା ନିମନ୍ତେ ଅଧିକ ଯନିଶୀଳ ହୁଅ; ଯେଣୁ ଏପରି କଲେ ତୁମ୍ଭେମାନେ କେବେହେଁ ଝୁଣ୍ଟିପଡ଼ିବ ନାହିଁ,


ଏହି ସମସ୍ତ ବିଷୟ ତୁମ୍ଭେ ଭାଇମାନଙ୍କୁ ଶିକ୍ଷା ଦେଲେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ସେବକ ହେବ, ପୁଣି ତୁମ୍ଭେ ଯେଉଁ ବିଶ୍ଵାସ ଓ ଉତ୍ତମ ଶିକ୍ଷାର ଅନୁଗାମୀ ହୋଇ ଆସିଅଛ, ତତ୍ସମ୍ଵନ୍ଧୀୟ ବାକ୍ୟ ଦ୍ଵାରା ପରିପୁଷ୍ଟ ହେବ;


କାରଣ ଯେ ନିଜର ପ୍ରଶଂସା କରେ, ସେ ପରୀକ୍ଷାସିଦ୍ଧ ନୁହେଁ, ମାତ୍ର ପ୍ରଭୁ ଯାହାର ପ୍ରଶଂସା କରନ୍ତି, ସେ ପରୀକ୍ଷାସିଦ୍ଧ।


ଏଣୁ ମଧ୍ୟ ନିବାସୀ ହେଉ ବା ପ୍ରବାସୀ ହେଉ, ତାହାଙ୍କ ନିକଟରେ ସନ୍ତୋଷପାତ୍ର ହେବା ଆମ୍ଭମାନଙ୍କର ଏକା; ବାସନା।


ମାତ୍ର ଆମ୍ଭେମାନେ ଲଜ୍ଜାଜନକ ଗୁପ୍ତ ବିଷୟସବୁ ପରିତ୍ୟାଗ କରିଅଛୁ; ଏଣୁ ଆମ୍ଭେମାନେ ଧୁର୍ତ୍ତତାରେ ଆଚରଣ କରୁ ନାହୁଁ ଅବା ଈଶ୍ଵରଙ୍କ ବାକ୍ୟ ଛଳରେ ବ୍ୟବହାର କରୁ ନାହୁଁ, କିନ୍ତୁ ସତ୍ୟ ପ୍ରକାଶ ଦ୍ଵାରା ଈଶ୍ଵରଙ୍କ ସାକ୍ଷାତରେ ପ୍ରତ୍ୟେକ ମନୁଷ୍ୟର ବିବେକ ନିକଟରେ ଆପଣା ଆପଣାକୁ ଯୋଗ୍ୟ ଦେଖାଉଅଛୁ।


ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ଏହିସମସ୍ତ ବିଷୟ ଅପେକ୍ଷା କରୁଥିବାରୁ ତାହାଙ୍କ ଛାମୁରେ ଯେପରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ଶାନ୍ତିରେ ଥିବାର ଦେଖାଯିବ, ଏଥିପାଇଁ ଯନି କର;


ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ଵା ଈଶ୍ଵରଙ୍କର ପ୍ରିୟପାତ୍ର ହେବାକୁ ଯନି କରୁଅଛି? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସାାହୁଅନ୍ତି ନାହିଁ।


ଆଉ ମୋହର ମହାପ୍ରସ୍ଥାନ ଉତ୍ତାରେ ତୁମ୍ଭେମାନେ ଏହିସମସ୍ତ ବିଷୟ ଯେପରି ସର୍ବଦା ସ୍ମରଣରେ ଆଣି ପାରିବ, ଏଥିନିମନ୍ତେ ମୁଁ ଯନି କରିବି।


ତାହାଙ୍କଠାରେ ତୁମ୍ଭେମାନେ ସୁଦ୍ଧା ସତ୍ୟ ବାକ୍ୟ, ଅର୍ଥାତ୍, ତୁମ୍ଭମାନଙ୍କ ପରିତ୍ରାଣର ସୁସମାଚାର ଶୁଣି ବିଶ୍ଵାସ କରି ପ୍ରତିଜ୍ଞାତ ପବିତ୍ର ଆତ୍ମାଙ୍କ ଦ୍ଵାରା ମଧ୍ୟ ମୁଦ୍ରାଙ୍କିତ ହୋଇଅଛ;


ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ-ହୀନମାନଙ୍କୁ ସାନ୍ତ୍ଵନା ଦିଅ, ଦୁର୍ବଳମାନଙ୍କ ତତ୍ତ୍ଵ ନିଅ, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ ।


ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାନ୍ତି, ମାତ୍ର ଆତ୍ମାଙ୍କ, ଅର୍ଥାତ୍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକା, ମାତ୍ର ଆତ୍ମା ଜୀବନଦାୟକ;


ଯେଣୁ ଯେ ଏହି ବିଷୟରେ ଖ୍ରୀଷ୍ଟଙ୍କର ସେବା କରେ, ସେ ଈଶ୍ଵରଙ୍କ ନିକଟରେ ସୁଗ୍ରାହ୍ୟ ଓ ମନୁଷ୍ୟମାନଙ୍କ ନିକଟରେ ପରୀକ୍ଷାସିଦ୍ଧ ହୁଏ।


ଏଣୁ ଆସ, ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବାକୁ ଯନି କରୁ, ଯେପରି କୌଣସି ଲୋକ ଅବାଧ୍ୟତାର ସେହି ଦୃଷ୍ଟାନ୍ତ ଅନୁସାରେ ପତିତ ନ ହୁଏ।


ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ ପ୍ରକାର ପ୍ରଥମଫଳ ସ୍ଵରୂପ ହେଉ, ଏଥିନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ଵାରା ଆମ୍ଭମାନଙ୍କୁ ଜନ୍ମ ଦେଲେ।


ତଥାପି ଆମ୍ଭେମାନେ ପରିପକ୍ଵ ଲୋକମାନଙ୍କ ମଧ୍ୟରେ ଜ୍ଞାନର କଥା କହୁ, କିନ୍ତୁ ତାହା ଏହି ଯୁଗର ଜ୍ଞାନ ନୁହେଁ କିମ୍ଵା ଏହି ଯୁଗର ନଷ୍ଟକଳ୍ପ ନେତାମାନଙ୍କ ଜ୍ଞାନ ନୁହେଁ,


ହେ ଇସ୍ରାଏଲୀୟ ଲୋକମାନେ, ଏହି ସମସ୍ତ କଥା ଶୁଣନ୍ତୁ। ନାଜରିତୀୟ ଯୀଶୁ ନାନା ଶକ୍ତିର କାର୍ଯ୍ୟ, ଅଦ୍ଭୁତ କର୍ମ ଓ ଲକ୍ଷଣ ଦ୍ଵାରା ଆପଣମାନଙ୍କ ନିକଟରେ ଈଶ୍ଵରଙ୍କ ପ୍ରେରିତ ବ୍ୟକ୍ତି ବୋଲି ପ୍ରମାଣିତ ହୋଇଅଛନ୍ତି, ତାହାଙ୍କ ଦ୍ଵାରା ଈଶ୍ଵର ଯେ ଆପଣମାନଙ୍କ ମଧ୍ୟରେ ଏହିସମସ୍ତ କର୍ମ କରିଅଛନ୍ତି, ଏହା ଆପଣମାନେ ନିଜେ ନିଜେ ଜାଣନ୍ତି;


ମୁଁ ଈଶ୍ଵରଙ୍କର ସମସ୍ତ ସଙ୍କଳ୍ପ ତୁମ୍ଭମାନଙ୍କୁ ଜଣାଇବାକୁ ସଙ୍କୁଚିତ ହୋଇ ନ ଥିଲି।


ସେଥିରେ ଯୀଶୁ ସେମାନଙ୍କୁ କହିଲେ, ତେବେ ଯେଉଁ ଗୃହକର୍ତ୍ତା ଆପଣା ଭଣ୍ତାରରୁ ନୂଆ ଓ ପୁରୁଣା ପଦାର୍ଥ ବାହାର କରେ, ସ୍ଵର୍ଗରାଜ୍ୟର ଶିଷ୍ୟ ହୋଇଥିବା ପ୍ରତ୍ୟେକ ଶାସ୍ତ୍ରୀ ତାହାରି ସଦୃଶ।


ଖ୍ରୀଷ୍ଟଙ୍କଠାରେ ପରୀକ୍ଷାସିଦ୍ଧ ଆପେଲ୍ଲାଙ୍କୁ ନମସ୍କାର ଜଣାଅ। ଆରିସ୍ତବୂଲଙ୍କ ପରିବାରସ୍ଥ ଲୋକମାନଙ୍କୁ ନମସ୍କାର ଜଣାଅ।


ପ୍ରଭୁ କହିଲେ, ଏଣୁ ଆପଣା ପରିଜନମାନଙ୍କୁ ଯଥାସମୟରେ ନିରୂପିତ ପଡ଼ି ଦେବା ନିମନ୍ତେ ପ୍ରଭୁ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କରିବେ, ଏପରି ବିଶ୍ଵସ୍ତ ଓ ବୁଦ୍ଧିମାନ ବେବର୍ତ୍ତା କିଏ?


ଯୀଶୁ ଏହିପ୍ରକାର ଅନେକ ଦୃଷ୍ଟାନ୍ତ ଦ୍ଵାରା ସେମାନଙ୍କ ଶୁଣିବା ଶକ୍ତି ଅନୁସାରେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରୁଥିଲେ,


କିମ୍ଵା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଈଶ୍ଵରଙ୍କ ନିକଟରେ ସମର୍ପଣ କର, ପୁଣି ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ଵରଙ୍କ ନିକଟରେ ସମର୍ପଣ କର।


ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ ହେବ।


Swiv nou:

Piblisite


Piblisite