Biblia Todo Logo
Bib sou entènèt

- Piblisite -




୨ ତୀମଥି 2:2 - ପବିତ୍ର ବାଇବଲ (Re-edited) - (BSI)

2 ଆଉ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଯେଉଁସବୁ ବାକ୍ୟ ମୋʼଠାରୁ ଶୁଣିଅଛ, ଯେଉଁମାନେ ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେବାକୁ ସମର୍ଥ, ଏପରି ବିଶ୍ଵସ୍ତ ଲୋକମାନଙ୍କ ନିକଟରେ ସେହିସବୁ ଅର୍ପଣ କର।

Gade chapit la Kopi

ଓଡିଆ ବାଇବେଲ

2 ଆଉ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଯେଉଁ ସବୁ ବାକ୍ୟ ମୋଠାରୁ ଶୁଣିଅଛ, ଯେଉଁମାନେ ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେବାକୁ ସମର୍ଥ, ଏପରି ବିଶ୍ୱସ୍ତ ଲୋକମାନଙ୍କ ନିକଟରେ ସେହି ସବୁ ଅର୍ପଣ କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ବହୁ ସାକ୍ଷୀଙ୍କ ଉପସ୍ଥିତିରେ ମୁଁ ପ୍ରଚାର କରିଥିବା ବିଷୟଗୁଡ଼ିକ ତୁମେ ଶୁଣିଛ। ଅନ୍ୟମାନଙ୍କୁ ଶିକ୍ଷା ଦେବା ପାଇଁ ଦକ୍ଷ ଓ ବିଶ୍ୱାସଯୋଗ୍ୟ ବ୍ୟକ୍ତିମାନଙ୍କୁ ଏ ସବୁ ବିଷୟ ଅବଗତ କରାଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ ଅନେକ ସାକ୍ଷୀମାନଙ୍କ ସାକ୍ଷାତରେ ଯେଉଁ ସବୁ ବାକ୍ୟ ମୋʼଠାରୁ ଶୁଣିଅଛ, ଯେଉଁମାନେ ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେବାକୁ ସମର୍ଥ, ଏପରି ବିଶ୍ୱସ୍ତ ଲୋକମାନଙ୍କ ନିକଟରେ ସେହିସବୁ ଅର୍ପଣ କର।

Gade chapit la Kopi

ପବିତ୍ର ବାଇବଲ

2 ମୁଁ ଶିକ୍ଷା ଦେଇଥିବା କଥାସବୁ ତୁମ୍ଭେ ଶୁଣିଛ। ଅନେକ ଅନ୍ୟ ଲୋକ ମଧ୍ୟ ସେହି କଥା ଶୁଣିଛନ୍ତି। ତୁମ୍ଭେ ସେହି ବିଷୟ ଗୁଡ଼ିକ ଶିକ୍ଷାଦେବା ଉଚିତ୍। ଯେଉଁ କେତେକଙ୍କୁ ତୁମ୍ଭେ ବିଶ୍ୱାସ କରି ପାରିବ, ସେମାନଙ୍କୁ ସେହି ଉପଦେଶଗୁଡ଼ିକ ଦିଅ। ତା'ହେଲେ ସେମାନେ ଅନ୍ୟଲୋକମାନଙ୍କୁ ସେହି ଉପଦେଶଗୁଡ଼ିକ ଦେଇ ପାରିବେ।

Gade chapit la Kopi




୨ ତୀମଥି 2:2
33 Referans Kwoze  

ଏହି ସମସ୍ତ ବିଷୟ ତୁମ୍ଭେ ଭାଇମାନଙ୍କୁ ଶିକ୍ଷା ଦେଲେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ସେବକ ହେବ, ପୁଣି ତୁମ୍ଭେ ଯେଉଁ ବିଶ୍ଵାସ ଓ ଉତ୍ତମ ଶିକ୍ଷାର ଅନୁଗାମୀ ହୋଇ ଆସିଅଛ, ତତ୍ସମ୍ଵନ୍ଧୀୟ ବାକ୍ୟ ଦ୍ଵାରା ପରିପୁଷ୍ଟ ହେବ;


ବିଶ୍ଵାସର ଉତ୍ତମ ଯୁଦ୍ଧରେ ପ୍ରାଣପଣ କର, ଅନ; ଜୀବନ ଧରି ରଖ; ସେଥିପାଇଁ ତ ତୁମ୍ଭେ ଆହୂତ ହୋଇଅଛ ଓ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଉତ୍ତମ ସାକ୍ଷ୍ୟ ଦେଇଅଛ।


କାରଣ ଯାଜକର ଓଷ୍ଠାଧର ଜ୍ଞାନ ରକ୍ଷା କରିବାର ଉପଯୁକ୍ତ ଓ ତାହାର ମୁଖରୁ ବ୍ୟବସ୍ଥା ଅନ୍ଵେଷଣ କରିବାର ଲୋକମାନଙ୍କର ଉପଯୁକ୍ତ; କାରଣ ସେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଦୂତ।


କିନ୍ତୁ ତୁମ୍ଭେ ମୋହର ଶିକ୍ଷା, ଆଚାରବ୍ୟବହାର, ସଂକଳ୍ପ, ବିଶ୍ଵାସ, ସହିଷ୍ଣୁତା, ପ୍ରେମ, ଧୈର୍ଯ୍ୟ, ତାଡ଼ନା ଓ ଦୁଃଖଭୋଗର ଅନୁଗାମୀ ହୋଇଅଛ;


ଯେଉଁ ଭବିଷ୍ୟଦ୍ବକ୍ତା ସ୍ଵପ୍ନ ଦେଖିଅଛି, ସେ ସ୍ଵପ୍ନ କଥା ପ୍ରକାଶ କରୁ, ପୁଣି ଯେ ଆମ୍ଭର ବାକ୍ୟ ପାଇଅଛି, ସେ ବିଶ୍ଵସ୍ତ ରୂପେ ଆମ୍ଭର ବାକ୍ୟ କହୁ। ସଦାପ୍ରଭୁ କହନ୍ତି, ଶସ୍ୟ ନିକଟରେ ପାଳ କଅଣ?


ପ୍ରଭୁ କହିଲେ, ଏଣୁ ଆପଣା ପରିଜନମାନଙ୍କୁ ଯଥାସମୟରେ ନିରୂପିତ ପଡ଼ି ଦେବା ନିମନ୍ତେ ପ୍ରଭୁ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କରିବେ, ଏପରି ବିଶ୍ଵସ୍ତ ଓ ବୁଦ୍ଧିମାନ ବେବର୍ତ୍ତା କିଏ?


ଆଉ, ହେ ଏଜ୍ରା, ତୁମ୍ଭ ପରମେଶ୍ଵରଙ୍କ ବିଷୟକ ଯେଉଁ ଜ୍ଞାନ ତୁମ୍ଭ ହସ୍ତରେ ଅଛି, ତଦନୁସାରେ ନଦୀ ସେପାରିସ୍ଥ ସମସ୍ତ ଲୋକଙ୍କର ବିଚାରାର୍ଥେ ଯେଉଁମାନେ ତୁମ୍ଭ ପରମେଶ୍ଵରଙ୍କ ବ୍ୟବସ୍ଥା ଜାଣନ୍ତି, ଏପରି ଶାସନକର୍ତ୍ତା ଓ ବିଚାରକର୍ତ୍ତାମାନଙ୍କୁ ତୁମ୍ଭେ ନିଯୁକ୍ତ କର; ଆଉ, ଯେ ତାହା ନ ଜାଣେ, ତାହାକୁ ତୁମ୍ଭେମାନେ ଶିକ୍ଷା ଦିଅ।


ହେ ବତ୍ସ ତୀମଥି, ତୁମ୍ଭ ବିଷୟରେ ପୂର୍ବରେ ଉକ୍ତ ସମସ୍ତ ଭାବବାଣୀ ଅନୁସାରେ ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଅଛି, ଯେପରି ତୁମ୍ଭେ ସେହି ସମସ୍ତ ଭାବବାଣୀ ସାହାଯ୍ୟରେ ଉତ୍ତମ ଯୁଦ୍ଧ କରି ପାର;


ଆମ୍ଭମାନଙ୍କର ଯେଉଁ ପ୍ରଭୁ ଖ୍ରୀଷ୍ଟ ଯୀଶୁ ମୋତେ ସକ୍ଷମ କରିଅଛନ୍ତି, ତାହାଙ୍କୁ ମୁଁ ଧନ୍ୟବାଦ ଦେଉଅଛି ଯେ, ସେ ମୋତେ ବିଶ୍ଵସ୍ତ ଜ୍ଞାନ କରି ସେବକ ପଦରେ ନିଯୁକ୍ତ କରିଅଛନ୍ତି,


ଦୁଷ୍ଟ ବାର୍ତ୍ତାବାହକ ଆପଦରେ ପଡ଼େ; ମାତ୍ର ବିଶ୍ଵସ୍ତ ଦୂତ ସ୍ଵାସ୍ଥ୍ୟଜନକ।


ଭାବବାଣୀ ଓ ପ୍ରାଚୀନମାନଙ୍କର ହସ୍ତାର୍ପଣ ଦ୍ଵାରା ତୁମ୍ଭକୁ ଯେଉଁ ଅନୁଗ୍ରହ ଦାନ ଦତ୍ତ ହୋଇଅଛି, ତାହା ଅବହେଳା ନ କର।


ଆଉ, ଭଣ୍ତାରଘରିଆ ବିଷୟରେ ଏହା ନିତା; ଆବଶ୍ୟକ, ଯେପରି ସେ ବିଶ୍ଵସ୍ତ ଦେଖାଯାଏ।


ଯେଣୁ ଏଜ୍ରା ସଦାପ୍ରଭୁଙ୍କ ବ୍ୟବସ୍ଥା ଅନୁସନ୍ଧାନ ଓ ପାଳନ କରିବାକୁ, ପୁଣି ଇସ୍ରାଏଲ ମଧ୍ୟରେ ବିଧି ଓ ଶାସନ ଶିକ୍ଷା ଦେବାକୁ ଆପଣା ମନ ନିବେଶ କରିଥିଲା।


କିନ୍ତୁ ତୁମ୍ଭେ ଯାହା ଯାହା ଶିକ୍ଷା କରିଅଛ, ଆଉ, ଯେସମସ୍ତ ବିଷୟର ନିଶ୍ଚିତ ବୋଧ ପାଇଅଛ, ସେସବୁରେ ସ୍ଥିର ହୋଇ ରହିଥାଅ, କାରଣ ତୁମ୍ଭେ ଜାଣୁଅଛ, କେଉଁମାନଙ୍କଠାରୁ ସେହିସବୁ ଶିକ୍ଷା କରିଅଛ;


ଆମ୍ଭମାନଙ୍କର ପ୍ରିୟ ସହଦାସ ଏପାଫ୍ରାଙ୍କଠାରୁ ତୁମ୍ଭେମାନେ ସେହି ପ୍ରକାରେ ଶିକ୍ଷା କରିଅଛ; ସେ ତୁମ୍ଭମାନଙ୍କ ନିମନ୍ତେ ଖ୍ରୀଷ୍ଟଙ୍କର ଜଣେ ବିଶ୍ଵସ୍ତ ସେବକ;


ଦେଶର ବିଶ୍ଵସ୍ତ ଲୋକେ ଯେପରି ମୋʼ ସଙ୍ଗେ ବାସ କରିବେ, ଏଥିପାଇଁ ସେମାନଙ୍କ ଉପରେ ମୋହର ଦୃଷ୍ଟି ରହିବ। ଯେଉଁ ଜନ ସିଦ୍ଧ ପଥରେ ଚାଲେ, ସେ ମୋହର ସେବା କରିବ।


ତହୁଁ ମୁଁ ଆପଣା ଭ୍ରାତା ହନାନିକି ଓ ଦୁର୍ଗର ଶାସନକର୍ତ୍ତା ହନାନୀୟକୁ ଯିରୂଶାଲମ ଉପରେ ନିଯୁକ୍ତ କଲି; କାରଣ ହନାନୀୟ ବିଶ୍ଵସ୍ତ ଲୋକ ଥିଲା ଓ ସେ ଅନେକଙ୍କ ଅପେକ୍ଷା ପରମେଶ୍ଵରଙ୍କୁ ଭୟ କଲା।


ପୁଣି, ଆମ୍ଭେ ଆପଣା ନିମନ୍ତେ ଏକ ବିଶ୍ଵସ୍ତ ଯାଜକ ଉତ୍ପନ୍ନ କରିବା, ସେ ଆମ୍ଭ ମନ ଓ ଆମ୍ଭ ହୃଦୟ ଅନୁସାରେ କର୍ମ କରିବ; ଆଉ ଆମ୍ଭେ ତାହାର ବଂଶ ସ୍ଥିର କରିବା; ପୁଣି ସେ ଆମ୍ଭ ଅଭିଷିକ୍ତଙ୍କ ସମ୍ମୁଖରେ ସର୍ବଦା ଗମନାଗମନ କରିବ।


ଅତଏବ, ସମସ୍ତ ବିଷୟରେ ଆପଣା ଭ୍ରାତାମାନଙ୍କ ସଦୃଶ ହେବା ତାହାଙ୍କର ଉଚିତ ଥିଲା, ଯେପରି ସେ ଲୋକମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଈଶ୍ଵରଙ୍କ ସେବା ସମ୍ଵନ୍ଧରେ ଜଣେ ଦୟାଳୁ ଓ ବିଶ୍ଵସ୍ତ ମହାଯାଜକ ହୁଅନ୍ତି।


ଅକସ୍ମାତ୍ କାହାରି ଉପରେ ହସ୍ତାର୍ପଣ କର ନାହିଁ, କିମ୍ଵା ଅନ୍ୟମାନଙ୍କ ପାପର ସହଭାଗୀ ହୁଅ ନାହିଁ; ଆପଣାକୁ ସାଧୁ କରି ରଖ।


ଦେଖ, ମୁଁ ପୂର୍ବରୁ ତୁମ୍ଭମାନଙ୍କୁ ଜଣାଇଲି।


ସେଥିରେ ଯୀଶୁ ସେମାନଙ୍କୁ କହିଲେ, ତେବେ ଯେଉଁ ଗୃହକର୍ତ୍ତା ଆପଣା ଭଣ୍ତାରରୁ ନୂଆ ଓ ପୁରୁଣା ପଦାର୍ଥ ବାହାର କରେ, ସ୍ଵର୍ଗରାଜ୍ୟର ଶିଷ୍ୟ ହୋଇଥିବା ପ୍ରତ୍ୟେକ ଶାସ୍ତ୍ରୀ ତାହାରି ସଦୃଶ।


ଆମ୍ଭର ସେବକ ମୋଶା ତଦ୍ରୂପ ନୁହେଁ; ସେ ଆମ୍ଭର ସମସ୍ତ ଗୃହ ମଧ୍ୟରେ ବିଶ୍ଵାସପାତ୍ର ଅଟେ।


କିନ୍ତୁ ଈଶ୍ଵରଙ୍କର ଧନ୍ୟବାଦ ହେଉ, ସେ ସବୁବେଳେ ଆମ୍ଭମାନଙ୍କୁ ଘେନି ଖ୍ରୀଷ୍ଟଙ୍କଠାରେ ବିଜୟଯାତ୍ରା କରୁଅଛନ୍ତି, ଆଉ ସବୁ ସ୍ଥାନରେ ତାହାଙ୍କ ଜ୍ଞାନରୂପ ସୁବାସ ଆମ୍ଭମାନଙ୍କ ଦ୍ଵାରା ପ୍ରକାଶ କରୁଅଛନ୍ତି,


ଆମ୍ଭେମାନେ ଯେ ନିଜଠାରୁ କିଛି ଉଦ୍ଭାବନ କରିବାକୁ ସମର୍ଥ, ଏପରି ନୁହେଁ, ମାତ୍ର ଆମ୍ଭମାନଙ୍କର ସାମର୍ଥ୍ୟ ଈଶ୍ଵରଙ୍କଠାରୁ;


ଆଉ, ସେମାନେ ଅନ୍ୟ ପ୍ରସ୍ତର ନେଇ ସେହି ପ୍ରସ୍ତର ସ୍ଥାନରେ ବସାଇବେ ଓ ଅନ୍ୟ ଲେପ ନେଇ ଗୃହ ଲେପନ କରିବେ।


Swiv nou:

Piblisite


Piblisite