Biblia Todo Logo
Bib sou entènèt

- Piblisite -




୨ ତୀମଥି 2:22 - ପବିତ୍ର ବାଇବଲ (Re-edited) - (BSI)

22 କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ଵାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ।

Gade chapit la Kopi

ଓଡିଆ ବାଇବେଲ

22 କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ୱାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 ଯେଉଁମାନେ ନିର୍ମଳ ହୃଦୟରେ ଈଶ୍ୱରଙ୍କ ସାହାଯ୍ୟ ପ୍ରାର୍ଥନା କରୁଥାନ୍ତି, ସେମାନଙ୍କ ସଂସ୍ପର୍ଶରେ ରହି ତୁମେ ଯୌବନର ଉତ୍ତେଜନାଗୁଡ଼ିକୁ ଆୟତ୍ତ କର - ପୁଣି ଧାର୍ମିକତା, ବିଶ୍ୱସ୍ତତା, ପ୍ରେମ ଓ ଶାନ୍ତି ପ୍ରତିଷ୍ଠା ପାଇଁ କାର୍ଯ୍ୟ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ୱାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ।

Gade chapit la Kopi

ପବିତ୍ର ବାଇବଲ

22 ଯୁବକମାନେ ଯେଉଁସବୁ ମନ୍ଦ କାମ କରିବାକୁ ଇଚ୍ଛା କରନ୍ତି, ସେଗୁଡ଼ିକରୁ ଦୂରରେ ରୁହ। ଧାର୍ମିକ ଭାବରେ ବଞ୍ଚିବା ପାଇଁ କଠିନ ପରିଶ୍ରମ କର। ବିଶ୍ୱାସ, ପ୍ରେମ ଓ ଶାନ୍ତି ପାଇବା ପାଇଁ ଚେଷ୍ଟା କର। ଯେଉଁ ଲୋକମାନେ ପ୍ରଭୁଙ୍କୁ ବିଶ୍ୱାସ କରନ୍ତି ଓ ଯେଉଁମାନଙ୍କର ଶୁଦ୍ଧ ହୃଦୟ, ସେମାନଙ୍କ ସହିତ ମିଶି ଉକ୍ତ ଆଚରଣ କର।

Gade chapit la Kopi




୨ ତୀମଥି 2:22
28 Referans Kwoze  

ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ାକରୁ, ବିମୁଖ ହୁଅ, ସେଗୁଡ଼ାକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।


ସେ ମନ୍ଦରୁ ବିମୁଖ ହୋଇ ସତ୍କର୍ମ କରୁନ୍ତ ସେ ଶାନ୍ତି ଅନ୍ଵେଷଣ କରି ସେଥିର ଅନୁଗାମୀ ହେଉ।


ବ୍ୟଭିଚାରଠାରୁ ପଳାୟନ କର। ମନୁଷ୍ୟ ଅନ୍ୟ ଯେକୌଣସି ପାପ କରେ, ତାହା ଶରୀରର ବହିର୍ଭୂତ; କିନ୍ତୁ ଯେ ବ୍ୟଭିଚାର କରେ, ସେ ଆପଣା ନିଜ ଶରୀର ବିରୁଦ୍ଧରେ ପାପ କରେ।


କିନ୍ତୁ ହେ ଈଶ୍ଵରଙ୍କ ଲୋକ, ତୁମ୍ଭେ ଏହି ସମସ୍ତରୁ ପଳାୟନ କରି ଧାର୍ମିକତା, ଈଶ୍ଵରପରାୟଣତା, ବିଶ୍ଵାସ, ପ୍ରେମ, ଧୈର୍ଯ୍ୟ ଓ ସହିଷ୍ଣୁତାର ଅନୁଗାମୀ ହୁଅ।


ଯୁବା ମନୁଷ୍ୟ କିପ୍ରକାରେ ଆପଣା ପଥ ପରିଷ୍କାର କରିବ? ତୁମ୍ଭ ବାକ୍ୟାନୁଯାୟୀ ତହିଁ ବିଷୟରେ ସାବଧାନ ହେଲେ କରିବ।


ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି ଯେଉଁ ପବିତ୍ରତା ବିନୁ କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର,


ତୁମ୍ଭର ଯୌବନାବସ୍ଥା ସକାଶେ କେହି ତୁମ୍ଭକୁ ତୁଚ୍ଛ ନ କରୁ, କିନ୍ତୁ ବାକ୍ୟରେ, ଆଚରଣରେ, ପ୍ରେମରେ, ବିଶ୍ଵାସରେ ଓ ପବିତ୍ରତାରେ ବିଶ୍ଵାସୀମାନଙ୍କର ଆଦର୍ଶ ସ୍ଵରୂପ ହୁଅ।


ଅତଏବ, ହେ ମୋହର ପ୍ରିୟମାନେ, ପ୍ରତିମା ପୂଜାରୁ ପଳାୟନ କର।


କିନ୍ତୁ ଶୁଦ୍ଧ ହୃଦୟ, ଶୁଚି ବିବେକ ଓ ନିଷ୍କପଟ ବିଶ୍ଵାସରୁ ଜାତ ଯେଉଁ ପ୍ରେମ,


ପ୍ରିୟ ବନ୍ଧୁ, ତୁମ୍ଭେ ଦୁଷ୍କର୍ମର ଅନୁକାରୀ ନ ହୋଇ ସତ୍କର୍ମର ଅନୁକାରୀ ହୁଅ। ଯେ ସତ୍କର୍ମ କରେ, ସେ ଈଶ୍ଵରଙ୍କଠାରୁ ଜାତ; ଯେ ଦୁଷ୍କର୍ମ କରେ, ସେ ଈଶ୍ଵରଙ୍କୁ ଦର୍ଶନ କରି ନାହିଁ।


ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଯେପରି ତୁମ୍ଭେମାନେ ସମସ୍ତେ ଏକ କଥା କୁହ, ଆଉ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ନ ହୁଏ, କିନ୍ତୁ ତୁମ୍ଭେମାନେ ଏକ ମନରେ ଓ ଏକ ବିଚାରରେ ସମ୍ମିଳିତ ହୁଅ।


ଅତଏବ ଆସ, ଯେ ଯେ ବିଷୟ ଶାନ୍ତିଜନକ, ଆଉ ଯେ ଯେ ବିଷୟ ଦ୍ଵାରା ପରସ୍ପରର ନିଷ୍ଠା ହୁଏ, ସେହିସବୁର ଆମ୍ଭେମାନେ ଅନୁଗମନ କରୁ।


ପ୍ରେମର ଅନୁସରଣ କର, ପୁଣି ଆତ୍ମିକ ଦାନସବୁ ପାଇବା ନିମନ୍ତେ, ବିଶେଷତଃ ଯେପରି ଭାବବାଣୀ କହି ପାର, ଏଥିନିମନ୍ତେ ଏକା; ଚେଷ୍ଟା କର।


କରିନ୍ଥରେ ଥିବା ଈଶ୍ଵରଙ୍କ ମଣ୍ତଳୀ ନିକଟକୁ ଲେଖୁଅଛନ୍ତି; ଯେଉଁମାନେ ସର୍ବତ୍ର, ସେମାନଙ୍କ ଓ ଆମ୍ଭମାନଙ୍କ ସ୍ଥାନରେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପ୍ରାର୍ଥନା କରନ୍ତି, ସେସମସ୍ତଙ୍କ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ରୀକୃତ ଓ ଆହୂତ ସାଧୁ ଯେ ତୁମ୍ଭେମାନେ,


କାରଣ ଈଶ୍ଵରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ।


ଆଉ, ଏହି ସ୍ଥାନରେ ଯେତେ ଲୋକ ଆପଣଙ୍କ ନାମରେ ପ୍ରାର୍ଥନା କରନ୍ତି, ସେମାନଙ୍କୁ ବାନ୍ଧିବା ନିମନ୍ତେ ସେ ପ୍ରଧାନ ଯାଜକମାନଙ୍କ ପାଖରୁ କ୍ଷମତା ପାଇଅଛି।


ଆପଣାକୁ ହରିଣ ପରି ବ୍ୟାଧର ହାତରୁ, ପକ୍ଷୀ ପରି ଜାଲିଆର ହାତରୁ ଉଦ୍ଧାର କର।


ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ।


ଆଉ, ଆମ୍ଭମାନଙ୍କ ପ୍ରଭୁଙ୍କ ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ବିଶ୍ଵାସ ଓ ପ୍ରେମ ସହକାରେ ମୋʼ ପ୍ରତି ଅତି ପ୍ରଚୁର ହେଲା।


ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣା ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର।


ହେ ସଦାପ୍ରଭୋ, ନ୍ୟାୟବାଦ ଶୁଣ, ମୋʼ କାକୂକ୍ତିରେ ମନୋଯୋଗ କର; ନିଷ୍କପଟ ଓଷ୍ଠରୁ ନିର୍ଗତ ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର।


ଯେତେବେଳେ ସେମାନେ ସ୍ତିଫାନଙ୍କୁ ପଥର ଫୋପାଡ଼ି ମାରୁଥିଲେ, ସେତେବେଳେ ସେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ଯୀଶୁ, ମୋର ଆତ୍ମା ଗ୍ରହଣ କର।


ମଧ୍ୟ ସେ ସ୍ତ୍ରୀ, ଯାହା ସଙ୍ଗେ ସ୍ଖଳିତ-ବୀର୍ଯ୍ୟ ପୁରୁଷ ଶୟନ କରିବ, ସେ ଦୁହେଁ ଜଳରେ ସ୍ନାନ କରିବେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବେ।


(ବ୍ୟଭିଚାରିଣୀର) ଗୃହକୋଣ ନିକଟସ୍ଥ ଗଳି ଦେଇ ଯାଉ ଯାଉ ତାହାର ଗୃହକୁ ଯିବା ପଥରେ ଚାଲିଲା।


Swiv nou:

Piblisite


Piblisite