Biblia Todo Logo
Bib sou entènèt

- Piblisite -




୨ ତୀମଥି 2:24 - ପବିତ୍ର ବାଇବଲ (Re-edited) - (BSI)

24 ପ୍ରଭୁଙ୍କ ଦାସ ବିରୋଧ କରିବା ଉଚିତ ନୁହେଁ, ମାତ୍ର ସମସ୍ତଙ୍କ ପ୍ରତି କୋମଳ, ଶିକ୍ଷାଦାନରେ ନିପୁ ପ୍ର.ତୀମ. ୩:୩; ତୀତ. ୧:୭

Gade chapit la Kopi

ଓଡିଆ ବାଇବେଲ

24 ପ୍ରଭୁଙ୍କର ଦାସ ବିରୋଧ କରିବା ଉଚିତ୍ ନୁହେଁ, ମାତ୍ର ସମସ୍ତଙ୍କ ପ୍ରତି କୋମଳ, ଶିକ୍ଷା ଦେବାରେ ନିପୁଣ ଓ ସହିଷ୍ଣୁ ହେବା ଏବଂ ବିରୋଧ କରୁଥିବା ଲୋକମାନଙ୍କୁ ମୃଦୁ ଭାବରେ ଉପଦେଶ ଦେବା ଉଚିତ୍;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ଈଶ୍ୱରଙ୍କ କର୍ମୀ କଳହ କରିବା ଅନୁଚିତ। ସେ ସମସ୍ତଙ୍କ ପ୍ରତି ସହାନୁଭୂତିଶୀଳ ହୋଇ ଜଣେ ନିପୁଣ ଧୈର୍ଯ୍ୟଶୀଳ ଶିକ୍ଷକ ହେବା ଆବଶ୍ୟକ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ପ୍ରଭୁଙ୍କର ଦାସ ବିରୋଧ କରିବା ଉଚିତ୍ ନୁହେଁ, ମାତ୍ର ସମସ୍ତଙ୍କ ପ୍ରତି କୋମଳ, ଶିକ୍ଷା ଦେବାରେ ନିପୁଣ ଓ ସହିଷ୍ଣୁ ହେବା ଏବଂ ବିରୋଧ କରୁଥିବା ଲୋକମାନଙ୍କୁ ମୃଦୁ ଭାବରେ ଉପଦେଶ ଦେବା ଉଚିତ;

Gade chapit la Kopi

ପବିତ୍ର ବାଇବଲ

24 ପ୍ରଭୁଙ୍କର ସେବକ ଯୁକ୍ତି କରିବା ଉଚିତ୍ ନୁହେଁ। ସେ ସବୁ ଲୋକଙ୍କ ପ୍ରତି ଦୟାଳୁ ହେବା ଉଚିତ୍। ସେ ଜଣେ ଭଲ ଶିକ୍ଷକ ହେବା ଉଚିତ୍। ସେ ସହନଶୀଳ ହେଉ।

Gade chapit la Kopi




୨ ତୀମଥି 2:24
31 Referans Kwoze  

କାହାରି ନିନ୍ଦା ନ କରିବାକୁ, କାହାରି ବିରୋଧୀ ନ ହେବାକୁ, ମୃଦୁଶୀଳ ହେବାକୁ, ପୁଣି ସମସ୍ତ ଲୋକଙ୍କ ପ୍ରତି ସର୍ବପ୍ରକାରେ କୋମଳ ଭାବ ଦେଖାଇବାକୁ ସେମାନଙ୍କୁ ସ୍ମରଣ କରାଅ।


କାରଣ ଅଧ୍ୟକ୍ଷ, ଈଶ୍ଵରଙ୍କର ବେବର୍ତ୍ତା ସ୍ଵରୂପେ ନିର୍ଦ୍ଦୋଷ ହେବା ଆବଶ୍ୟକ; ସେ ସ୍ଵେଚ୍ଛାଚାରୀ କି ଆଶୁକ୍ରୋଧୀ କି ମଦ୍ୟପାୟୀ କି ବିବାଦପ୍ରିୟ କି କୁତ୍ସିତ ଧନଲାଭର ଅଭିଳାଷୀ ନ ହୋଇ ଆତିଥ୍ୟପ୍ରିୟ,


କିନ୍ତୁ ଆମ୍ଭେମାନେ ତୁମ୍ଭମାନଙ୍କ ମଧ୍ୟରେ ମୃଦୁଶୀଳ ହୋଇ, ମାତା ଯେପରି ଆପଣା ସନ୍ତାନମାନଙ୍କୁ ଲାଳନପାଳନ କରେ,


କିନ୍ତୁ ହେ ଈଶ୍ଵରଙ୍କ ଲୋକ, ତୁମ୍ଭେ ଏହି ସମସ୍ତରୁ ପଳାୟନ କରି ଧାର୍ମିକତା, ଈଶ୍ଵରପରାୟଣତା, ବିଶ୍ଵାସ, ପ୍ରେମ, ଧୈର୍ଯ୍ୟ ଓ ସହିଷ୍ଣୁତାର ଅନୁଗାମୀ ହୁଅ।


ପରସ୍ପର ପ୍ରତି ସହନଶୀଳ ହୁଅ, ଆଉ ଯଦି କାହାରି କାହାରି ବିରୁଦ୍ଧରେ କୌଣସି କଥା ଥାଏ, ତେବେ ଏକକୁଆରେକ କ୍ଷମା କର; ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି କର।


ବଚସା ଓ ତର୍କବିତର୍କ ବିନା ସମସ୍ତ କାର୍ଯ୍ୟ କର,


ସ୍ଵାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର;


ଅର୍ଥାତ୍ ସର୍ବପ୍ରକାର ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁତା ସହ ପ୍ରେମରେ ପରସ୍ପର ପ୍ରତି ସହନଶୀଳ ହୁଅ;


ଶେଷ କଥା ଏହି, ତୁମ୍ଭେମାନେ ସମସ୍ତେ ଏକମନା, ପରସ୍ପରର ସୁଖଦୁଃଖର ସହଭାଗୀ, ଭ୍ରାତୃପ୍ରେମୀ, କୋମଳ ହୃଦୟ ଓ ନମ୍ରଚିତ୍ତ ହୁଅ;


କିନ୍ତୁ ଊର୍ଦ୍ଧ୍ଵରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ଵିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ।


ପୁଣି, ଯେପରି ସେ ହିତଜନକ ଶିକ୍ଷା ଦେଇ ଉତ୍ସାହ ଦେବାକୁ ଓ ବିପକ୍ଷବାଦୀମାନଙ୍କୁ ଅନୁଯୋଗ କରିବାକୁ ସକ୍ଷମ ହୁଅନ୍ତି, ଏଥିନିମନ୍ତେ ପ୍ରାପ୍ତ ଶିକ୍ଷାନୁଯାୟୀ ବିଶ୍ଵାସ-ଯୋଗ୍ୟ ବାକ୍ୟକୁ ଦୃଢ଼ ଭାବରେ ଧରନ୍ତୁ।


ତୁମ୍ଭମାନଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ମଧ୍ୟରେ ନମ୍ର, କିନ୍ତୁ ଅସାକ୍ଷାତରେ ତୁମ୍ଭମାନଙ୍କ ପ୍ରତି ସାହସିକ ଯେ ମୁଁ ପାଉଲ, ମୁଁ ନିଜେ ଖ୍ରୀଷ୍ଟଙ୍କ ମୃଦୁ ଓ କୋମଳ ଭାବ ସ୍ମରଣ କରାଇ ତୁମ୍ଭମାନଙ୍କୁ ଅନୁରୋଧ କରେ;


ପରିଦିନ ସେମାନେ ମରାମରି ହେଉଥିବା ସମୟରେ ସେ ଦେଖା ଦେଇ ସେମାନଙ୍କୁ ମିଳନ କରିବା ଉଦ୍ଦେଶ୍ୟରେ କହିଲେ, ଆହେ, ତୁମ୍ଭେମାନେ ପରସ୍ପର ଭାଇ, କାହିଁକି ଏକଆରେକ ପ୍ରତି ଅନ୍ୟାୟ କରୁଅଛ?


ସେ ବିବାଦ କରିବେ ନାହିଁ, କିମ୍ଵା ଉଚ୍ଚ ସ୍ଵର କରିବେ ନାହିଁ, କିମ୍ଵା ଦାଣ୍ତରେ କେହି ତାହାଙ୍କ ସ୍ଵର ଶୁଣିବ ନାହିଁ।


ତୁମ୍ଭେମାନେ କାମନା କରିଥାଅ; କିନ୍ତୁ ପାଇ ନ ଥାଅ; ତୁମ୍ଭେମାନେ ବଧ ଓ ଈର୍ଷା କରିଥାଅ, କିନ୍ତୁ ପ୍ରାପ୍ତ ହେବାକୁ ଅକ୍ଷମ ହୋଇଥାଅ; ତୁମ୍ଭେମାନେ ବିବାଦ ଓ ଯୁଦ୍ଧ କରିଥାଅ, ତୁମ୍ଭେମାନେ ପାଇ ନ ଥାଅ, କାରଣ ତୁମ୍ଭେମାନେ ମାଗି ନ ଥାଅ;


ଈଶ୍ଵରଙ୍କ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦାସ ଯାକୁବର ଛିନ୍ନଭିନ୍ନ ଦ୍ଵାଦଶ ଗୋଷ୍ଠୀଙ୍କୁ ନମସ୍କାର।


ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆ-ମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ।


ହେ ପ୍ରିୟମାନେ, ମୁଁ ଆମ୍ଭମାନଙ୍କର ସାଧାରଣ ପରିତ୍ରାଣ ସମ୍ଵନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାକୁ ବିଶେଷ ଯନିଶୀଳ ହୋଇ ସାଧୁମାନଙ୍କ ନିକଟରେ ଏକାଥରକେ ସମର୍ପିତ ବିଶ୍ଵାସ ସପକ୍ଷରେ ପ୍ରାଣପଣରେ ଯୁଦ୍ଧ କରିବା ପାଇଁ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ଲେଖିବା ଆବଶ୍ୟକ ମନେ କଲି।


ଏଥିରେ ମହା କୋଳାହଳ ଘଟିଲା, ଆଉ ଫାରୂଶୀ-ମାନଙ୍କ ଦଳର କେତେକ ଶାସ୍ତ୍ରୀ ଉଠି ବାଗ୍ଯୁଦ୍ଧ କରି କହିଲେ, ଆମ୍ଭେମାନେ ଏହି ଲୋକଠାରେ କୌଣସି ଦୋଷ ଦେଖୁ ନାହୁଁ, କେଜାଣି କୌଣସି ଆତ୍ମା କିମ୍ଵା କୌଣସି ଦୂତ ତାହା ସାଙ୍ଗରେ କଥା କହିଅଛନ୍ତି।


ପୁଣି, ସେ ଗର୍ତ୍ତ ନିକଟରେ ଦାନିୟେଲଙ୍କ ପାଖରେ ଉପସ୍ଥିତ ହୋଇ ବିଳାପ ସ୍ଵରରେ ଡାକିଲା; ରାଜା ଦାନିୟେଲଙ୍କୁ କହିଲା, ହେ ଜୀବିତ ପରମେଶ୍ଵରଙ୍କ ସେବକ ଦାନିୟେଲ, ତୁମ୍ଭେ ନିତ୍ୟ ନିତ୍ୟ ଯାହାଙ୍କର ସେବା କରୁଅଛ, ତୁମ୍ଭର ସେହି ପରମେଶ୍ଵର ସିଂହମାନଙ୍କଠାରୁ ତୁମ୍ଭଙ୍କୁ ଉଦ୍ଧାର କରିବାକୁ କି ସମର୍ଥ ଅଟନ୍ତି?


ପାଉଲ, ଈଶ୍ଵରଙ୍କ ଦାସ ଓ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ବିଶ୍ଵାସର ସହଭାଗିତା ଅନୁସାରେ ଯଥାର୍ଥ ପୁତ୍ର ତୀତସଙ୍କ ନିକଟକୁ ପତ୍ର ଲେଖୁଅଛି;


କିନ୍ତୁ ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା,


(ଯେଣୁ ଆମ୍ଭମାନଙ୍କ ଯୁଦ୍ଧର ଅସ୍ତ୍ରଶସ୍ତ୍ର ଶାରୀରିକ ନୁହେଁ, ମାତ୍ର ଦୃଢ଼ ଗଡ଼ ଭୂମିସାତ୍ କରିବା ନିମନ୍ତେ ଈଶ୍ଵରଙ୍କ ଦୃଷ୍ଟିରେ ସେହିସବୁ ଶକ୍ତିଯୁକ୍ତ ଅଟେ) ;


ଏଥିରେ ପାଉଲ ବର୍ଣ୍ଣବ୍ବାଙ୍କର ସେମାନଙ୍କ ସାଙ୍ଗରେ ଅନେକ ବାଗ୍ଯୁଦ୍ଧ ଓ ବାଦାନୁବାଦ ହେବାରୁ ଭାଇମାନେ ପାଉଲ, ବର୍ଣ୍ଣବ୍ବା ଓ ଆପଣାମାନଙ୍କ ମଧ୍ୟରୁ ଆଉ କେତେକ ଜଣ ଏହି ପ୍ରଶ୍ନ ଘେନି ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନ-ମାନଙ୍କ ନିକଟକୁ ଯାଆନ୍ତୁ ବୋଲି ସ୍ଥିର କଲେ।


ଏଥିରେ ରାଜା ପ୍ରଧାନ ଯିହୋୟାଦାକୁ ଡାକି କହିଲେ, ସାକ୍ଷ୍ୟ-ତମ୍ଵୁ ନିମନ୍ତେ ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ-ମଣ୍ତଳୀ ଦ୍ଵାରା ଯେଉଁ କର ନିରୂପିତ ହୋଇଅଛି, ତାହା ତୁମ୍ଭେ ଯିହୁଦା ଓ ଯିରୂଶାଲମରୁ ଆଣିବା ପାଇଁ କାହିଁକି ଲେବୀୟମାନଙ୍କୁ ଆଦେଶ କରି ନାହଁ?


ତହୁଁ ସଦାପ୍ରଭୁଙ୍କ ସେବକ ମୋଶା ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେହି ସ୍ଥାନରେ ମୋୟାବ ଦେଶରେ ମଲେ।


ଏଥିରେ ଯିହୁଦୀମାନେ ପରସ୍ପର ବାଗ୍ଯୁଦ୍ଧ କରି କହିବାକୁ ଲାଗିଲେ, ଏ କିପରି ଆମ୍ଭମାନଙ୍କୁ ଆପଣା ମାଂସ ଖାଇବାକୁ ଦେଇ ପାରେ?


ସଦାପ୍ରଭୁଙ୍କ ସେବକ ମୋଶାଙ୍କର ମୃତ୍ୟୁ ଉତ୍ତାରେ ସଦାପ୍ରଭୁ ନୂନର ପୁତ୍ର ଯିହୋଶୂୟ ନାମକ ମୋଶାଙ୍କର ପରିଚାରକଙ୍କୁ କହିଲେ, ଆମ୍ଭର ସେବକ ମୋଶା ମରିଅଛି,


ବରଂ ବହୁ ଧୈର୍ଯ୍ୟରେ, କ୍ଳେଶରେ, ଦୁର୍ଦ୍ଦଶାରେ, ସଙ୍କଟରେ,


Swiv nou:

Piblisite


Piblisite