Biblia Todo Logo
Bib sou entènèt

- Piblisite -




୨ ତୀମଥି 2:26 - ପବିତ୍ର ବାଇବଲ (Re-edited) - (BSI)

26 ଆଉ, ଯେଉଁ ଶୟତାନ ସେମାନଙ୍କୁ ତାହାର ଇଚ୍ଛା ସାଧନ କରିବା ନିମନ୍ତେ ବନ୍ଦୀ କରିଅଛି, ସଚେତନ ହୋଇ ତାହାର ଫାନ୍ଦରୁ ମୁକ୍ତ ହେବେ।

Gade chapit la Kopi

ଓଡିଆ ବାଇବେଲ

26 ଆଉ, ଯେଉଁ ଶୟତାନ ସେମାନଙ୍କୁ ତାହାର ଇଚ୍ଛା ସାଧନ କରିବା ନିମନ୍ତେ ବନ୍ଦୀ କରିଅଛି, ସଚେତନ ହୋଇ ତାହାର ଫାନ୍ଦରୁ ମୁକ୍ତ ହେବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 ସେତେବେଳେ ପ୍ରକୃତିସ୍ଥ ହୋଇ ସେମାନଙ୍କୁ ବଶୀଭୂତ କରି ରଖିଥିବା ଶୟତାନ ଫାନ୍ଦରୁ ସେମାନେ ନିଷ୍କୃତି ପାଇବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଆଉ, ଯେଉଁ ଶୟତାନ ସେମାନଙ୍କୁ ତାହାର ଇଚ୍ଛା ସାଧନ କରିବା ନିମନ୍ତେ ବନ୍ଦୀ କରିଅଛି, ସଚେତନ ହୋଇ ତାହାର ଫାନ୍ଦରୁ ମୁକ୍ତ ହେବେ।

Gade chapit la Kopi

ପବିତ୍ର ବାଇବଲ

26 ଶୟତାନ ସେମାନଙ୍କୁ ଫାନ୍ଦରେ ପକାଇଛି ଓ ତା ଇଚ୍ଛା ଅନୁସାରେ କାମ କରାଉଛି। ହୋଇପାରେ ଯେ ସେମାନେ ସଜାଗ ହେବେ ଓ ଶୟତାନର ସେହି କାର୍ଯ୍ୟ ଦେଖିବେ। ତା'ପରେ ସେମାନେ ଶୟତାନର ଫାନ୍ଦରୁ ମୁକ୍ତ ହେବେ।

Gade chapit la Kopi




୨ ତୀମଥି 2:26
28 Referans Kwoze  

ତାହାଙ୍କର ମଧ୍ୟ ବାହାର ଲୋକଙ୍କଠାରୁ ସୁଖ୍ୟାତି ପ୍ରାପ୍ତ ହେବା ଆବଶ୍ୟକ, କାଳେ ସେ ନିନ୍ଦା ପାଇ ଶୟତାନର ଫାନ୍ଦରେ ପଡ଼ିବେ।


ବ୍ୟାଧର ଫାନ୍ଦରୁ ପକ୍ଷୀ ପରି ଆମ୍ଭମାନଙ୍କ ପ୍ରାଣ ରକ୍ଷା ପାଇଅଛି;


ଏଣୁ ଉକ୍ତ ଅଛି, “ହେ ନିଦ୍ରିତ, ଜାଗ, ମୃତମାନଙ୍କ ମଧ୍ୟରୁ ଉଠ, ପୁଣି ଖ୍ରୀଷ୍ଟ ତୁମ୍ଭକୁ ଆଲୋକ ପ୍ରଦାନ କରିବେ।”


ଆଉ, ଅନେକ ଲୋକ ତଦ୍ଦ୍ଵାରା ବିଘ୍ନ ପାଇ ପତିତ ଓ ଭଗ୍ନ ହେବେ ଓ ଫାନ୍ଦରେ ପଡ଼ି ଧରାଯିବେ।


ସେଥିରେ ସର୍ବ ଜଗତର ପ୍ରବଞ୍ଚକ, ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ତ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।


ତହୁଁ ସଦାପ୍ରଭୁ ଶୟତାନକୁ କହିଲେ, ଦେଖ, ତାହାର ସର୍ବସ୍ଵରେ ତୁମ୍ଭର କ୍ଷମତା ଅଛି; କେବଳ ତାହାରି ଉପରେ ତୁମ୍ଭେ ହସ୍ତ ନ ଦିଅ। ତହିଁରେ ଶୟତାନ ସଦାପ୍ରଭୁଙ୍କ ସାକ୍ଷାତରୁ ବାହାରି ଗଲା।


ସେମାନଙ୍କ ମଧ୍ୟରୁ ହୁମନାୟ ଓ ଆଲେକ୍ଜାଣ୍ତର ଅନ୍ୟତମ; ଏମାନେ ଯେପରି ଶାସନପ୍ରାପ୍ତ ହୋଇ ଈଶ୍ଵରନିନ୍ଦା ନ କରନ୍ତି, ଏଥିନିମନ୍ତେ ମୁଁ ଏମାନଙ୍କୁ ଶୟତାନ ହସ୍ତରେ ସମର୍ପଣ କଲି।


ସେ ଆମ୍ଭମାନଙ୍କୁ ଅନ୍ଧକାରର କ୍ଷମତାରୁ ଉଦ୍ଧାର କରି ଆପଣା ପ୍ରେମପାତ୍ର ପୁତ୍ରଙ୍କ ରାଜ୍ୟ ମଧ୍ୟକୁ ସ୍ଥାନାନ୍ତର କରିଅଛନ୍ତି;


ଯଥାର୍ଥ ରୂପେ ଜାଗ୍ରତ ହୁଅ, ପାପ ନ କର; କାରଣ କାହାରି କାହାରି ଈଶ୍ଵରଙ୍କ ବିଷୟରେ ଜ୍ଞାନ ନାହିଁ; ମୁଁ ତୁମ୍ଭମାନଙ୍କ ଲଜ୍ଜା ନିମନ୍ତେ ଏହି କଥା କହୁଅଛି।


ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ନୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ।


ସେଥିରେ ପିତର କହିଲେ, ହେ ହନନୀୟ, ପବିତ୍ର ଆତ୍ମାଙ୍କ ନିକଟରେ ମିଥ୍ୟା କହିବାକୁ ଓ ଭୂମିର ମୂଲ୍ୟରୁ କିଛି ଲୁଚାଇ ରଖିବାକୁ କାହିଁକି ଶୟତାନ ତୁମ୍ଭ ହୃଦୟ ସମ୍ପୂର୍ଣ୍ଣ ଅଧିକାର କରିଅଛି?


ସେ ରୋଟୀଖଣ୍ତକ ପାଇଲା ଉତ୍ତାରେ ଶୟତାନ ତାହା ମଧ୍ୟରେ ପ୍ରବେଶ କଲା। ସେଥିରେ ଯୀଶୁ ତାକୁ କହିଲେ, ଯାହା କରୁଅଛ, ତାହା ଶୀଘ୍ର କର।


ଆଉ, ରାତ୍ରିଭୋଜ ସମୟରେ, ଯେତେବେଳେ ଶୟତାନ ଶିମୋନର ପୁତ୍ର ଇଷ୍କାରିୟୋତୀୟ ଯିହୂଦାର ହୃଦୟରେ ଯୀଶୁଙ୍କୁ ଶତ୍ରୁହସ୍ତରେ ସମର୍ପଣ କରିବା ନିମନ୍ତେ ସଂକଳ୍ପ ଜାତ କରିସାରିଥିଲା,


ମାତ୍ର ସେ ଚେତନା ପାଇ କହିଲା, ମୋର ବାପାଙ୍କ କେତେ ମୂଲିଆଙ୍କର ଖାଦ୍ୟ ବଳିପଡ଼ୁଅଛି, କିନ୍ତୁ ମୁଁ ଏଠାରେ ଭୋକରେ ମରୁଅଛି।


ବଳବାନ ଲୋକ ଯେପର୍ଯ୍ୟନ୍ତ ଅସ୍ତ୍ରଶସ୍ତ୍ରରେ ସୁସଜ୍ଜିତ ହୋଇ ଆପଣା ଗଡ଼ ରକ୍ଷା କରେ, ସେପର୍ଯ୍ୟନ୍ତ ତାହାର ସମ୍ପତ୍ତି ନିରାପଦରେ ଥାଏ;


ଏହେତୁ ଆମ୍ଭେ ମହତମାନଙ୍କ ମଧ୍ୟରେ ତାହାଙ୍କୁ ଅଂଶ ଦେବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟ ବିଭାଗ କରି ନେବେ; କାରଣ ସେ ମୃତ୍ୟୁମୁଖରେ ଆପଣା ପ୍ରାଣ ଢାଳି ଦେଲେ ଓ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ; ତଥାପି ସେ ଅନେକଙ୍କର ପାପଭାର ବହିଲେ ଓ ଅଧାର୍ମିକମାନଙ୍କ ନିମନ୍ତେ ପ୍ରାର୍ଥନା କଲେଜ।


ଏହେତୁ ସେମାନେ ଯେପରି ଯାଇ ପଶ୍ଚାତ୍ ପଡ଼ି ଭଗ୍ନ ହେବେ ଓ ଫାନ୍ଦରେ ପଡ଼ିବେ ଓ ଧୃତ ହେବେ, ଏଥିପାଇଁ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ ବିଧି ଉପରେ ବିଧି, ବିଧି ଉପରେ ବିଧି; ଧାଡ଼ି ଉପରେ ଧାଡ଼ି, ଧାଡ଼ି ଉପରେ ଧାଡ଼ି; ଏଠି ଅଳ୍ପ, ସେଠି ଅଳ୍ପ ହେବ।


ତହିଁରେ ସଦାପ୍ରଭୁ ଶୟତାନଙ୍କୁ କହିଲେ, ଦେଖ, ସେ ତୁମ୍ଭର ହସ୍ତଗତ, କେବଳ ତାହାର ପ୍ରାଣ ରକ୍ଷା କର।


ଯେପରି ଶୟତାନ ଆମ୍ଭମାନଙ୍କର ଅପକାର କରିବାକୁ ସୁଯୋଗ-ପ୍ରାପ୍ତ ନ ହୁଏ। କାରଣ ଆମ୍ଭେମାନେ ତାʼର ସମସ୍ତ କଳ୍ପନା ସମ୍ଵନ୍ଧରେ ଅଜ୍ଞ ନୋହୁ।


ପୁଣି, ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ, ଯେଉଁମାନେ ଶିମୋନଙ୍କର ସହଭାଗୀ ଥିଲେ, ସେମାନେ ମଧ୍ୟ ସେହିପ୍ରକାର ବିସ୍ମୟାନ୍ଵିତ ହେଲେ। ପୁଣି, ଯୀଶୁ ଶିମୋନଙ୍କୁ କହିଲେ, ଭୟ କର ନାହିଁ, ଆଜିଠାରୁ ତୁମ୍ଭେ ମନୁଷ୍ୟମାନଙ୍କୁ ଧରିବ।


Swiv nou:

Piblisite


Piblisite