Biblia Todo Logo
Bib sou entènèt

- Piblisite -




୨ ତୀମଥି 3:11 - ପବିତ୍ର ବାଇବଲ (Re-edited) - (BSI)

11 ଆନ୍ତିୟଖିଆ, ଇକନୀୟ ଓ ଲୁସ୍ତ୍ରାରେ ମୋʼ ପ୍ରତି ସେପରି ତାଡ଼ନା ଘଟିଥିଲା; ମୁଁ ତାହା ସହ୍ୟ କରିଥିଲି, ଆଉ ପ୍ରଭୁ ମୋତେ ସେସବୁରୁ ଉଦ୍ଧାର କରିଥିଲେ,

Gade chapit la Kopi

ଓଡିଆ ବାଇବେଲ

11 ଆନ୍ତିୟଖିଆ, ଇକନୀୟ ଓ ଲୁସ୍ତ୍ରାରେ ମୋ ପ୍ରତି ସେହିପରି ତାଡ଼ନା ଘଟିଥିଲା; ମୁଁ ତାହା ସହ୍ୟ କରିଥିଲି, ଆଉ ପ୍ରଭୁ ମୋତେ ସେସବୁରୁ ଉଦ୍ଧାର କରିଥିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆନ୍ତିୟଖିଆ, ଇକନୀୟ ଓ ଲୁସ୍ତ୍ରା ସହରମାନଙ୍କରେ ମୋʼ ପ୍ରତି ସେହିପରି ତାଡ଼ନା ଘଟିଥିଲା; ମୁଁ ତାହା ସହ୍ୟ କରିଥିଲି, ଆଉ ପ୍ରଭୁ ମୋତେ ସେସବୁରୁ ଉଦ୍ଧାର କରିଥିଲେ।

Gade chapit la Kopi

ପବିତ୍ର ବାଇବଲ

11 ତୁମ୍ଭେମାନେ ମୋ’ ପ୍ରତି ନିର୍ଯ୍ୟାତନାଗୁଡ଼ିକ ଓ ମୋର ଦୁଃଖଗୁଡ଼ିକ ବିଷୟରେ ଜାଣିଛ। ଆନ୍ତିୟଖିଆ, ଇକନିୟ ଓ ଲୁସ୍ତ୍ରାରେ ମୋ’ ପ୍ରତି ଯାହାସବୁ ଘଟିଲା, ତୁମ୍ଭେ ତାହା ଜାଣିଛ। ସେହି ସ୍ଥାନଗୁଡ଼ିକରେ ମୁଁ କିପରି ନିର୍ଯ୍ୟାତନା ଭୋଗ କଲି, ତାହା ତୁମ୍ଭେ ଜାଣିଛ। କିନ୍ତୁ ସେହିସବୁ କଷ୍ଟରୁ ପରମେଶ୍ୱର ମୋତେ ରକ୍ଷା କଲେ।

Gade chapit la Kopi




୨ ତୀମଥି 3:11
43 Referans Kwoze  

ଧାର୍ମିକର ବିପଦ ଅନେକ; ମାତ୍ର ସେସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି।


କିନ୍ତୁ ଯିହୁଦୀମାନେ ଲୋକସମୂହଙ୍କୁ ଦେଖି ଈର୍ଷାରେ ପୂର୍ଣ୍ଣ ହେଲେ, ପୁଣି ନିନ୍ଦା କରୁ କରୁ ପାଉଲଙ୍କ କଥାରେ ପ୍ରତିବାଦ କରିବାକୁ ଲାଗିଲେ।


ଏହିପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ଵ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ତର ଅଧୀନରେ ରଖିବାକୁ ଜାଣନ୍ତି।


ମୁଁ ଉତ୍ତମ ଯୁଦ୍ଧରେ ପ୍ରାଣପଣ କରିଅଛି, ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ିଅଛି, ମୁଁ ବିଶ୍ଵାସ ରକ୍ଷା କରିଅଛି;


ଅତଏବ, ଈଶ୍ଵରଙ୍କଠାରୁ ସାହାଯ୍ୟ ପ୍ରାପ୍ତ ହୋଇ ମୁଁ ଆଜି ପର୍ଯ୍ୟନ୍ତ କ୍ଷୁଦ୍ର ଓ ମହାନ ସମସ୍ତଙ୍କ ନିକଟରେ ସାକ୍ଷ୍ୟ ଦେଇ ଆସୁଅଛି, ପୁଣି ଭାବବାଦୀମାନେ ଓ ମୋଶା ଯାହା ଯାହା ଘଟିବ ବୋଲି କହିଅଛନ୍ତି, ସେହିସବୁ ଛଡ଼ା ଆଉ କିଛି କହୁ ନାହିଁ,


ସ୍ଵଜାତି ଓ ବିଜାତିମାନେ ଯେପରି ଅନ୍ଧକାରରୁ ଆଲୋକ ପ୍ରତି ଓ ଶୟତାନର ଶକ୍ତିରୁ ଈଶ୍ଵରଙ୍କ ପ୍ରତି ଫେରନ୍ତି, ପୁଣି ପାପକ୍ଷମା ଓ ଆମ୍ଭଠାରେ ବିଶ୍ଵାସ ଦ୍ଵାରା ପବିତ୍ରୀକୃତ ଲୋକମାନଙ୍କ ମଧ୍ୟରେ ଅଧିକାରପ୍ରାପ୍ତ ହୁଅନ୍ତି,


ଏହିପ୍ରକାରେ ମହା ବିବାଦ ଘଟନ୍ତେ, କାଳେ ପାଉଲ ସେମାନଙ୍କ ଦ୍ଵାରା ଖଣ୍ତବିଖଣ୍ତ ହୁଅନ୍ତି, ଏହି ଭୟରେ ସହସ୍ରସେନାପତି ସେମାନଙ୍କ ମଧ୍ୟରୁ ତାଙ୍କୁ ବଳପୂର୍ବକ ଗଡ଼ ଭିତରକୁ ଘେନି ଆସିବା ନିମନ୍ତେ ସୈନ୍ୟମାନଙ୍କୁ ଯିବାକୁ ଆଜ୍ଞା ଦେଲେ।


ସମ୍ପୂର୍ଣ୍ଣ ନମ୍ର ମନରେ ଅଶ୍ରୁପାତ ସହିତ ଯିହୁଦୀ-ମାନଙ୍କର ନାନା ଷଡ଼ଯନ୍ତ୍ର ହେତୁ ମୋତେ ଯେ ଯେ ପରୀକ୍ଷା ଘଟୁଥିଲା, ସେହିସବୁ ମଧ୍ୟରେ କିପରି ପ୍ରଭୁଙ୍କ ସେବା କରୁଥିଲି,


ସେମାନେ ପର୍ଗୀଠାରୁ ଯାତ୍ରା କରି ପିସିଦିଆର ଆନ୍ତିୟଖିଆରେ ପହଞ୍ଚିଲେ, ଆଉ ବିଶ୍ରାମବାରରେ ସମାଜଗୃହକୁ ଯାଇ ବସିଲେ।


ଯେଣୁ ଆମ୍ଭର ନାମ ସକାଶେ ତାହାକୁ ଯେ କେତେ ଦୁଃଖ ଭୋଗ କରିବାକୁ ହେବ, ତାହା ଆମ୍ଭେ ତାହାକୁ ଜଣାଇବା।


ସେ ଉଦ୍ଧାର କରନ୍ତି ଓ ରକ୍ଷା କରନ୍ତି, ପୁଣି ସେ ସ୍ଵର୍ଗରେ ଓ ପୃଥିବୀରେ ଚିହ୍ନ ଓ ଅଦ୍ଭୁତ କ୍ରିୟା ସାଧନ କରନ୍ତି; ସେ ଦାନିୟେଲଙ୍କୁ ସିଂହମାନଙ୍କ ବଳରୁ ଉଦ୍ଧାର କରିଅଛନ୍ତି।


ପୁଣି, ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ; ମାତ୍ର ତୁମ୍ଭ ଉପରେ ଜୟଯୁକ୍ତ ହେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭର ସଙ୍ଗେ ସଙ୍ଗେ ଅଛୁ।


ତୁମ୍ଭେ ଜଳ ମଧ୍ୟ ଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦନଦୀ ମଧ୍ୟରେ ଗମନ କଲେ, ସେସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ନୋହିବ , କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ।


ହେ କୀଟ ସ୍ଵରୂପ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ; ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା ଓ ଇସ୍ରାଏଲର ଧର୍ମସ୍ଵରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।


ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ଵର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ଵରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।


ସେ ଆମ୍ଭ ଉପରେ ଆପଣା ସ୍ନେହ ରଖିଅଛି, ଏହେତୁ ଆମ୍ଭେ ତାହାକୁ ଉଦ୍ଧାର କରିବା; ସେ ଆମ୍ଭ ନାମ ଜାଣିଅଛି, ଏହେତୁ ଆମ୍ଭେ ତାହାକୁ ଉଚ୍ଚରେ ରଖିବା।


ପୁଣି, ସଦାପ୍ରଭୁ ସେମାନଙ୍କର ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି; ସେ ଦୁଷ୍ଟମାନଙ୍କଠାରୁ ସେମାନଙ୍କୁ ରକ୍ଷା କରି ପରିତ୍ରାଣ କରନ୍ତି, କାରଣ ସେମାନେ ତାହାଙ୍କର ଶରଣାଗତ।


ପୁଣି ସେ ମୋʼ ଶତ୍ରୁଗଣଠାରୁ ମୋତେ ବାହାର କରି ଆଣନ୍ତି; ହଁ, ତୁମ୍ଭେ ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ରକ୍ଷା କରୁଅଛ।


ଯେଉଁ ସମୟରେ ସଦାପ୍ରଭୁ ସମସ୍ତ ଶତ୍ରୁ ହସ୍ତରୁ ଓ ଶାଉଲଙ୍କର ହସ୍ତରୁ ଦାଉଦଙ୍କୁ ଉଦ୍ଧାର କଲେ, ସେସମୟରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତର କଥା ନିବେଦନ କଲେ;


ଯେଉଁ ଦୂତ ସମସ୍ତ ଆପଦରୁ ମୋତେ ମୁକ୍ତ କରିଅଛନ୍ତି, ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ; ଏମାନେ ମୋʼ ନାମରେ ଓ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‍ହାକଙ୍କ ନାମରେ ବିଖ୍ୟାତ ହେଉନ୍ତୁ, ପୁଣି ଏମାନେ ଦେଶ ମଧ୍ୟରେ ବୃଦ୍ଧି ପାଇ ଲୋକାରଣ୍ୟ ହେଉନ୍ତୁ।


ଲୁସ୍ତ୍ରାରେ ଜଣେ ଲୋକ ରହୁଥିଲା, ତାʼର ପାଦ ଦୁର୍ବଳ, ସେ ମାତୃଗର୍ଭରୁ ଖଞ୍ଜ, ଆଉ ସେ କେବେ ଚାଲି ନ ଥିଲା।


ଯେପରି ମୁଁ ଯିହୁଦା ପ୍ରଦେଶରେ ଅନାଜ୍ଞାବହ ଲୋକମାନଙ୍କଠାରୁ ଉଦ୍ଧାର ପାଏ, ଆଉ ଯିରୂଶାଲମ ନିମନ୍ତେ ମୋହର ଯେଉଁ ସେବା, ତାହା ଯେପରି ସାଧୁମାନଙ୍କ ନିକଟରେ ସୁଗ୍ରାହ୍ୟ ହୁଏ,


କାରଣ ଖ୍ରୀଷ୍ଟଙ୍କ ସକାଶେ ଆମ୍ଭମାନଙ୍କ ଦୁଃଖଭୋଗ ଯେପରି ପ୍ରଚୁର, ସେହିପରି ଖ୍ରୀଷ୍ଟଙ୍କ ଦ୍ଵାରା ଆମ୍ଭମାନଙ୍କର ସାନ୍ତ୍ଵନା ମଧ୍ୟ ପ୍ରଚୁର।


ଆଉ, ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଭରସା ଅଟଳ, ଯେଣୁ ତୁମ୍ଭେମାନେ ଯେପରି ଦୁଃଖଭୋଗର ସହଭାଗୀ, ସେହିପରି ମଧ୍ୟ ସାନ୍ତ୍ଵନାର ଯେ ସହଭାଗୀ ଅଟ, ଏହା ଆମ୍ଭେମାନେ ଜାଣୁ।


ତେଣୁ ଖ୍ରୀଷ୍ଟଙ୍କ ନିମନ୍ତେ ଦୁର୍ବଳତାରେ, ଅପମାନରେ, ଦୁର୍ଦ୍ଦଶାରେ, ତାଡ଼ନାରେ, ସଙ୍କଟରେ ମୁଁ ସନ୍ତୁଷ୍ଟ ହୁଏ; କାରଣ ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ବଳବାନ।


Swiv nou:

Piblisite


Piblisite