Biblia Todo Logo
Bib sou entènèt

- Piblisite -




୨ ତୀମଥି 3:12 - ପବିତ୍ର ବାଇବଲ (Re-edited) - (BSI)

12 ପ୍ରକୃତରେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଧର୍ମଜୀବନ ଯାପନ କରିବାକୁ ଇଚ୍ଛା କରନ୍ତି, ସେମାନେ ତାଡ଼ନା ଭୋଗ କରିବେ।

Gade chapit la Kopi

ଓଡିଆ ବାଇବେଲ

12 ପ୍ରକୃତରେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଧର୍ମଜୀବନ ଯାପନ କରିବାକୁ ଇଚ୍ଛା କରନ୍ତି, ସେମାନେ ତାଡ଼ନା ଭୋଗ କରିବେ |

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଯେଉଁ ସମସ୍ତେ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହୋଇ ଈଶ୍ୱରପରାୟଣ ଜୀବନ ଯାପନ କରିବାକୁ ଇଚ୍ଛା କରିବେ, ସେମାନଙ୍କୁ ନିର୍ଯ୍ୟାତନାର ସମ୍ମୁଖୀନ ହେବାକୁ ପଡ଼ିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପ୍ରକୃତରେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଧାର୍ମିକ ଜୀବନଯାପନ କରିବାକୁ ଇଚ୍ଛା କରନ୍ତି, ସେମାନେ ତାଡ଼ନା ଭୋଗ କରିବେ।

Gade chapit la Kopi

ପବିତ୍ର ବାଇବଲ

12 ପରମେଶ୍ୱରଙ୍କ ଇଚ୍ଛାନୁଯାୟୀ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସପୂର୍ବକ ଜୀବନ ଅତିବାହିତ କରିବାକୁ ଗ୍ଭହୁଁଥିବା ପ୍ରତ୍ୟେକ ଲୋକ ନିର୍ଯ୍ୟାତିତ ହେବେ। ମନ୍ଦ ଲୋକେ ଓ ଅନ୍ୟମାନଙ୍କୁ ଠକୁଥିବା ଲୋକେ ମନ୍ଦରୁ ମନ୍ଦ ହୋଇଯିବେ।

Gade chapit la Kopi




୨ ତୀମଥି 3:12
32 Referans Kwoze  

ପୁଣି ଯଦିବା ଧାର୍ମିକତା ସକାଶେ ତୁମ୍ଭମାନଙ୍କୁ ଦୁଃଖଭୋଗ କରିବାକୁ ପଡ଼େ, ତାହାହେଲେ ତୁମ୍ଭେମାନେ ଧନ୍ୟ। ସେମାନେ ଭୟ ଦେଖାଇଲେ ଭୀତ କିଅବା ଉଦ୍ବିଗ୍ନ ହୁଅ ନାହିଁ;


ପୁଣି, ସେସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ଵାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଳେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଈଶ୍ଵରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ।


ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ଵୀକାର କରୁ, ପୁଣି ଆପଣା କ୍ରୁଶ ଘେନିମୋହର ଅନୁଗମନ କରୁ।


ସେମାନେ ତୁମ୍ଭମାନଙ୍କୁ ସମାଜଚ୍ୟୁତ କରିବେ, ହଁ, ଏପରି ସମୟ ଆସୁଅଛି, ଯେତେବେଳେ ଯେକେହି ତୁମ୍ଭମାନଙ୍କୁ ବଧ କରେ, ସେ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ଉପାସନାରୂପ ବଳି ଉତ୍ସର୍ଗ କରୁଅଛି ବୋଲି ମନେ କରିବ।


ତୁମ୍ଭେମାନେ ଯେପରି ମୋʼଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।


ଆଉ ଏବେ ଇହକାଳରେ ତାଡ଼ନା ସଙ୍ଗେ ସଙ୍ଗେ ଶତ ଗୁଣରେ ଗୃହ, ଭ୍ରାତା, ଭଗ୍ନୀ, ମାତା, ସନ୍ତାନସନ୍ତତି ଓ ଭୂମି, ପୁଣି ପରକାଳରେ ଅନ; ଜୀବନ ନ ପାଇବ, ଏପରି ଲୋକ କେହି ନାହିଁ।


ପୁଣି, ଆମ୍ଭେମାନେ ଯେପରି ଅଧର୍ମ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନ ଯାପନ କରୁ,


ଏହିସମସ୍ତ ବିଷୟ ଏହି ପ୍ରକାରେ ଲୁପ୍ତ ହେବାରୁ, ଈଶ୍ଵରଙ୍କ ଯେଉଁ ଦିନରେ ଆକାଶମଣ୍ତଳ ଜ୍ଵଳିଉଠି ଲୁପ୍ତ ହେବ ଓ ମୌଳିକ ବସ୍ତୁସବୁ ପ୍ରଚଣ୍ତ ଉତ୍ତାପରେ ତରଳିଯିବ,


ଯଦି କେବଳ ଏହି ଜୀବନ ନିମନ୍ତେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଭରସା ରଖିଅଛୁ, ତେବେ ସମସ୍ତ ମନୁଷ୍ୟଙ୍କଠାରୁ ଆମ୍ଭେମାନେ ଦୁର୍ଭାଗ୍ୟ।


ତାହାର ଲାଙ୍ଗୁଳ ଆକାଶର ତୃତୀୟାଂଶ ନକ୍ଷତ୍ରକୁ ଆକର୍ଷଣ କରି ପୃଥିବୀରେ ନିକ୍ଷେପ କଲା। ଆଉ ସେହି ସର୍ପ ପ୍ରସବ କରିବାକୁ ଉଦ୍ୟତ ସ୍ତ୍ରୀଲୋକ ପ୍ରସବ କରିବାମାତ୍ର ତାହାଙ୍କ ସନ୍ତାନକୁ ଗ୍ରାସ କରିବା ନିମନ୍ତେ ତାହାଙ୍କ ସମ୍ମୁଖରେ ଠିଆ ହେଲା।


ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଳେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି।


ପାଉଲ, ଈଶ୍ଵରଙ୍କ ଦାସ ଓ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ବିଶ୍ଵାସର ସହଭାଗିତା ଅନୁସାରେ ଯଥାର୍ଥ ପୁତ୍ର ତୀତସଙ୍କ ନିକଟକୁ ପତ୍ର ଲେଖୁଅଛି;


କେହି ଯଦି ଭିନ୍ନ ପ୍ରକାର ଶିକ୍ଷା ଦେଇ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ହିତଜନକ ବାକ୍ୟ ଓ ଈଶ୍ଵର-ପରାୟଣତା ଅନୁଯାୟୀ ଶିକ୍ଷା ସ୍ଵୀକାର ନ କରେ,


ଈଶ୍ଵରପରାୟଣତାର ନିଗୂଢ଼ ତତ୍ତ୍ଵ ଯେ ମହତ୍, ଏହା ସମସ୍ତେ ସ୍ଵୀକାର କରନ୍ତି। ତାହା ଏହି, ସେ ଦେହବ; ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ଵାରା ଦେଖାଗଲେ,, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ଵାସପାତ୍ର ହେଲେଜ, ଗୌରବରେ ଗୃହୀତ ହେଲେ।।


ଏଥିନିମନ୍ତେ ସର୍ବସାଧାରଣ ଲୋକଙ୍କ ପାଇଁ, ରାଜା ଓ ଶାସନକର୍ତ୍ତା ସମସ୍ତଙ୍କ ପାଇଁ ନିବେଦନ, ପ୍ରାର୍ଥନା, ବିନତି ଓ ଧନ୍ୟବାଦ ଉତ୍ସର୍ଗ କରିବା ନିମନ୍ତେ ମୁଁ ସର୍ବପ୍ରଥମେ ଅନୁରୋଧ କରୁଅଛି।


ଜଗତରେ, ବିଶେଷତଃ ତୁମ୍ଭମାନଙ୍କ ପ୍ରତି, ଆମ୍ଭେମାନେ ସାଂସାରିକ ଜ୍ଞାନରେ ଆଚରଣ ନ କରି ବରଂ ଈଶ୍ଵରଙ୍କ ଅନୁଗ୍ରହରେ, ତାହାଙ୍କ ପବିତ୍ର ଓ ସରଳ ଭାବ ଅନୁସାରେ ଆଚରଣ କରିଥିଲୁ ବୋଲି ଆମ୍ଭମାନଙ୍କର ବିବେକ ଯେ ସାକ୍ଷ୍ୟ ଦେଉଅଛି, ଏହା ଆମ୍ଭମାନଙ୍କ ଦର୍ପର ବିଷୟ।


ମୁଁ ସେମାନଙ୍କୁ ତୁମ୍ଭର ବାକ୍ୟ ଦାନ କରିଅଛି, ଆଉ ଜଗତ ସେମାନଙ୍କୁ ଘୃଣା କରିଅଛି, କାରଣ ମୁଁ ଯେପରି ଏ ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେହିପରି ଏହି ଜଗତରୁ ଉତ୍ପନ୍ନ ନୁହନ୍ତି।


ଏଣୁ ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଜ୍ଞାନୀ ଓ ଶାସ୍ତ୍ରୀମାନଙ୍କୁ ପ୍ରେରଣ କରୁଅଛି; ସେମାନଙ୍କ ମଧ୍ୟରୁ କାହା କାହାକୁ ତୁମ୍ଭେମାନେ ହତ୍ୟା କରିବ ଓ କ୍ରୁଶରେ ବଧ କରିବ, ଆଉ କାହାକାହାକୁ ତୁମ୍ଭମାନଙ୍କ ସମାଜଗୃହରେ କୋରଡ଼ା ମାରିବ ଓ ନଗରକୁ ନଗର ତାଡ଼ନା କରିବ,


ଏଉତ୍ତାରେ ଯୋଷେଫ-ସନ୍ତାନଗଣ ଯିହୋଶୂୟଙ୍କ ନିକଟକୁ ଆସି କହିଲେ, ତୁମ୍ଭେ ଅଧିକାରାର୍ଥେ ଆମ୍ଭକୁ କେବଳ ଏକ ବାଣ୍ଟ ଓ ଏକ ଅଂଶ କାହିଁକି ଦେଲ? ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ଆଶୀର୍ବାଦ କରିବାରୁ ଆମ୍ଭେ ତ ବହୁପ୍ରଜ ହୋଇଅଛୁ।


ତାଡ଼ନା ପ୍ରାପ୍ତ ହେଉଅଛୁ, ତଥାପି ପରିତ୍ୟକ୍ତ ନୋହୁଁ; ଅଧଃପତିତ ହେଉଅଛୁ, ତଥାପି ବିନଷ୍ଟ ନୋହୁଁ;


Swiv nou:

Piblisite


Piblisite