Biblia Todo Logo
Bib sou entènèt

- Piblisite -




୨ ତୀମଥି 3:14 - ପବିତ୍ର ବାଇବଲ (Re-edited) - (BSI)

14 କିନ୍ତୁ ତୁମ୍ଭେ ଯାହା ଯାହା ଶିକ୍ଷା କରିଅଛ, ଆଉ, ଯେସମସ୍ତ ବିଷୟର ନିଶ୍ଚିତ ବୋଧ ପାଇଅଛ, ସେସବୁରେ ସ୍ଥିର ହୋଇ ରହିଥାଅ, କାରଣ ତୁମ୍ଭେ ଜାଣୁଅଛ, କେଉଁମାନଙ୍କଠାରୁ ସେହିସବୁ ଶିକ୍ଷା କରିଅଛ;

Gade chapit la Kopi

ଓଡିଆ ବାଇବେଲ

14 କିନ୍ତୁ ତୁମ୍ଭେ ଯାହା ଯାହା ଶିକ୍ଷା କରିଅଛ ଆଉ ଯେ ସମସ୍ତ ବିଷୟରେ ନିଶ୍ଚିତ ବିଶ୍ୱାସ କରିଅଛ, ସେସବୁରେ ସ୍ଥିର ହୋଇ ରହିଥାଅ, କାରଣ ତୁମ୍ଭେ ଜାଣୁଅଛ, କେଉଁମାନଙ୍କଠାରୁ ସେହି ସବୁ ଶିକ୍ଷା କରିଅଛ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 କିନ୍ତୁ ଯେଉଁ ସବୁ ସତ୍ୟ ଶିକ୍ଷା କରି ଦୃଢ଼ ଭାବରେ ବିଶ୍ୱାସ କରୁଛ, ସେ ସବୁରେ ତୁମେ ଅଟଳ ରୁହ। ତୁମର ଶିକ୍ଷକମାନେ କିଏ, ତୁମେ ଜାଣିଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କିନ୍ତୁ ତୁମ୍ଭେ ଯାହା ଯାହା ଶିକ୍ଷା କରିଅଛ ଆଉ ଯେ ସମସ୍ତ ବିଷୟରେ ନିଶ୍ଚିତ ବିଶ୍ୱାସ କରିଅଛ, ସେସବୁରେ ସ୍ଥିର ହୋଇ ରହିଥାଅ, କାରଣ ତୁମ୍ଭେ ଜାଣୁଅଛ, କେଉଁମାନଙ୍କଠାରୁ ସେହିସବୁ ଶିକ୍ଷା କରିଅଛ;

Gade chapit la Kopi

ପବିତ୍ର ବାଇବଲ

14 କିନ୍ତୁ ତୁମ୍ଭେ ଯେଉଁ ଉପଦେଶ ଶିଖିଛ, ସେଗୁଡ଼ିକୁ ପାଳନ କରି ଗ୍ଭଲ। ତୁମ୍ଭେ ଜାଣ ଯେ ସେହି ଶିକ୍ଷାଗୁଡ଼ିକ ସତ୍ୟ। ଯେଉଁମାନେ ସେହି ଶିକ୍ଷାଗୁଡ଼ିକ ପ୍ରଦାନ କଲେ ତାହାଙ୍କୁ ତୁମ୍ଭେ ବିଶ୍ୱାସ କରି ପାରିବ।

Gade chapit la Kopi




୨ ତୀମଥି 3:14
12 Referans Kwoze  

ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ଵରଙ୍କର ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ଵାରା ପ୍ରଚାରିତ ଈଶ୍ଵରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ତାହା ମନୁଷ୍ୟର ବାକ୍ୟ ସ୍ଵରୂପେ ଗ୍ରହଣ ନ କରି ବରଂ ଈଶ୍ଵରଙ୍କ ବାକ୍ୟ ସ୍ଵରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ଵରଙ୍କ ବାକ୍ୟ ଅଟେ, ପୁଣି ବିଶ୍ଵାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି।


ଆଉ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଯେଉଁସବୁ ବାକ୍ୟ ମୋʼଠାରୁ ଶୁଣିଅଛ, ଯେଉଁମାନେ ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେବାକୁ ସମର୍ଥ, ଏପରି ବିଶ୍ଵସ୍ତ ଲୋକମାନଙ୍କ ନିକଟରେ ସେହିସବୁ ଅର୍ପଣ କର।


ମୋʼଠାରୁ ଯେଉଁସବୁ ହିତଜନକ ବାକ୍ୟ ଶୁଣିଅଛ, ଖ୍ରୀଷ୍ଟ ଯୀଶୁଙ୍କ ସମ୍ଵନ୍ଧୀୟ ବିଶ୍ଵାସ ଓ ପ୍ରେମରେ ତାହା ଆଦର୍ଶ ରୂପେ ଧରି ରଖ।


ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟ; ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲା; ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ନିମନ୍ତେ ଆମ୍ଭେମାନେ କିପ୍ରକାରେ ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ।


ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ଵାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ଵାସରେ ଈଶ୍ଵରଙ୍କ ନିକଟବର୍ତ୍ତୀ ହେଉ;


ମାତ୍ର ଆମ୍ଭମାନଙ୍କର ଏକା; ଇଚ୍ଛା ଯେ, ତୁମ୍ଭେମାନେ ପ୍ରତ୍ୟେକେ ଶେଷ ପର୍ଯ୍ୟନ୍ତ ସୁଦ୍ଧା ଦୃଢ଼ ଭରସା ସହ ସେହିପ୍ରକାର ଯନିବାନ ହୁଅ,


ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ, ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ।


ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ଵାସ ଦ୍ଵାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟକାଳଠାରୁ ଜ୍ଞାତ ଅଛ।


ଜଣେ ଲୋକ ଏକ ଦିନ ଅପେକ୍ଷା ଅନ୍ୟ ଦିନକୁ ଅଧିକ ମାନ୍ୟ କରେ, ଆଉ ଜଣେ ସବୁ ଦିନକୁ ସମାନ ରୂପେ ମାନ୍ୟ କରେ। ପ୍ରତ୍ୟେକ ଲୋକ ଆପଣା ମନରେ ସ୍ଥିର ବୋଧ କରୁ।


ମୋହର ଉଦ୍ଦେଶ୍ୟ ଏହି, ଯେପରି ସେମାନଙ୍କ ହୃଦୟ ଉତ୍ସାହିତ ହୁଏ, ପୁଣି ସେମାନେ ଜ୍ଞାନର ପୂର୍ଣ୍ଣ ନିଶ୍ଚୟତାରୂପ ସମସ୍ତ ଧନ ପ୍ରାପ୍ତ ହେବା ନିମନ୍ତେ, ଅର୍ଥାତ୍ ଈଶ୍ଵରଙ୍କ ନିଗୂଢ଼ ତତ୍ତ୍ଵ ଯେ ଖ୍ରୀଷ୍ଟ, ତାହାଙ୍କୁ ଜାଣିବା ନିମନ୍ତେ ପରସ୍ପର ପ୍ରେମରେ ସଂଯୁକ୍ତ ହୁଅନ୍ତି।


କାରଣ ଯେଉଁଦିନ ସେ ଆପଣା ନିରୂପିତ ବ୍ୟକ୍ତିଙ୍କ ଦ୍ଵାରା ଧାର୍ମିକତାରେ ଜଗତର ବିଚାର କରିବେ, ଏହିପରି ଗୋଟିଏ ଦିନ ସ୍ଥିର କରିଅଛନ୍ତି, ଆଉ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କରି ଏ ବିଷୟରେ ସମସ୍ତଙ୍କ ନିକଟରେ ପ୍ରମାଣ ଦେଇଅଛନ୍ତି।


ପୁଣି, ଯେପରି ସେ ହିତଜନକ ଶିକ୍ଷା ଦେଇ ଉତ୍ସାହ ଦେବାକୁ ଓ ବିପକ୍ଷବାଦୀମାନଙ୍କୁ ଅନୁଯୋଗ କରିବାକୁ ସକ୍ଷମ ହୁଅନ୍ତି, ଏଥିନିମନ୍ତେ ପ୍ରାପ୍ତ ଶିକ୍ଷାନୁଯାୟୀ ବିଶ୍ଵାସ-ଯୋଗ୍ୟ ବାକ୍ୟକୁ ଦୃଢ଼ ଭାବରେ ଧରନ୍ତୁ।


Swiv nou:

Piblisite


Piblisite