Biblia Todo Logo
Bib sou entènèt

- Piblisite -




୨ ତୀମଥି 3:17 - ପବିତ୍ର ବାଇବଲ (Re-edited) - (BSI)

17 ଯେପରି ଈଶ୍ଵରଙ୍କ ଲୋକ ସିଦ୍ଧ ହୋଇ ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ସୁସଜ୍ଜିତ ହୁଏ।

Gade chapit la Kopi

ଓଡିଆ ବାଇବେଲ

17 ଯେପରି ଈଶ୍ୱରଙ୍କ ଲୋକ ସିଦ୍ଧ ହୋଇ ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ସୁସଜ୍ଜିତ ହୁଏ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ଏହି ଧର୍ମଶାସ୍ତ୍ର ସାହାଯ୍ୟରେ ଈଶ୍ୱରଙ୍କ ସେବକ ସବୁ ପ୍ରକାର ସତ୍କାର୍ଯ୍ୟ କରିବା ପାଇଁ ଆବଶ୍ୟକୀୟ ଶକ୍ତି ଓ ଯୋଗ୍ୟତା ଲାଭ କରିପାରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଯେପରି ଈଶ୍ବରଙ୍କ ଲୋକ ସିଦ୍ଧ ହୋଇ ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ସୁସଜ୍ଜିତ ହୁଏ।

Gade chapit la Kopi

ପବିତ୍ର ବାଇବଲ

17 ପରମେଶ୍ୱରଙ୍କ ସେବକ, ଶାସ୍ତ୍ରଗୁଡ଼ିକର ବ୍ୟବହାର ଦ୍ୱାରା ସମସ୍ତ ଉତ୍ତମ କାର୍ଯ୍ୟ କରିବା ନିମନ୍ତେ ସକ୍ଷମ ହେବ ଓ ତା'ର ପ୍ରତ୍ୟେକ ଆବଶ୍ୟକ ବିଷୟ ପାଇବ।

Gade chapit la Kopi




୨ ତୀମଥି 3:17
12 Referans Kwoze  

କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେସମସ୍ତ ସତ୍କାର୍ଯ୍ୟ ଆମ୍ଭେମାନେ କରିବୁ ବୋଲି ଈଶ୍ଵର ପୂର୍ବରୁ ଆୟୋଜନ କରିଥିଲେ, ଆଚରଣରେ ସେହିସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ।


ଅତଏବ, ଯଦି କେହି ସେହି ସମସ୍ତଙ୍କଠାରୁ ଆପଣାକୁ ପରିଷ୍କାର କରେ, ତାହାହେଲେ ସେ ପବିତ୍ରୀକୃତ, କର୍ତ୍ତାଙ୍କ ବ୍ୟବହାର ପାଇଁ ଉପଯୁକ୍ତ, ପୁଣି ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ପ୍ରସ୍ତୁତ, ଏପରି ଏକ ସମାଦରର ପାତ୍ର ହେବ।


ଆଉ, ସମସ୍ତ ବିଷୟ ସର୍ବଦା ଯଥେଷ୍ଟ ରୂପେ ପାଇ ତୁମ୍ଭେମାନେ ଯେପରି ସମସ୍ତ ଉତ୍ତମ କର୍ମ ନିମନ୍ତେ ଅଧିକରୁ ଅଧିକତର ଦାନ କରି ପାର, ଏଥିନିମନ୍ତେ ଈଶ୍ଵର ତୁମ୍ଭମାନଙ୍କୁ ସର୍ବପ୍ରକାର ଅନୁଗ୍ରହ ପ୍ରଚୁର ଭାବରେ ଦେବାକୁ ସମର୍ଥ ଅଟନ୍ତି,


କିନ୍ତୁ ହେ ଈଶ୍ଵରଙ୍କ ଲୋକ, ତୁମ୍ଭେ ଏହି ସମସ୍ତରୁ ପଳାୟନ କରି ଧାର୍ମିକତା, ଈଶ୍ଵରପରାୟଣତା, ବିଶ୍ଵାସ, ପ୍ରେମ, ଧୈର୍ଯ୍ୟ ଓ ସହିଷ୍ଣୁତାର ଅନୁଗାମୀ ହୁଅ।


ପୁଣି, ପ୍ରେମ ଓ ସତ୍କ୍ରିୟାରେ ପ୍ରବର୍ତ୍ତାଇବା ନିମନ୍ତେ ପରସ୍ପର ବିଷୟରେ ମନୋଯୋଗ କରୁ,


ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ଉତ୍ତମତାରେ ଉଦ୍ଯୋଗୀ ନିଜସ୍ଵ ଲୋକ ସ୍ଵରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।


ଯାଫୋରେ ଟାବୀଥା ନାମରେ ଜଣେ ଶିଷ୍ୟା ଥିଲେ, ଅନୁବାଦ କଲେ ଏହି ନାମର ଅର୍ଥ ଦର୍କା। ସେ ନାନା ସତ୍କର୍ମ ଓ ଦାନ କ୍ରିୟାରେ ପୂର୍ଣ୍ଣ ଥିଲେ।


କର୍ତ୍ତୃପକ୍ଷ ଓ କ୍ଷମତାପ୍ରାପ୍ତ ବ୍ୟକ୍ତିମାନଙ୍କର ବଶୀଭୂତ ଓ ବାଧ୍ୟ ହେବାକୁ ପୁଣି, ସମସ୍ତ ପ୍ରକାର ସତ୍କର୍ମ କରିବା ନିମନ୍ତେ ପ୍ରସ୍ତୁତ ହେବାକୁ,


ତହୁଁ ମୋʼ ପ୍ରତି ମୋର ପରମେଶ୍ଵରଙ୍କ ମଙ୍ଗଳମୟ ହସ୍ତ ବିଷୟ, ମଧ୍ୟ ମୋʼ ପ୍ରତି ଉକ୍ତ ରାଜାଙ୍କ କଥା ବିଷୟ ମୁଁ ସେମାନଙ୍କୁ ଜଣାଇଲି। ତହିଁରେ ସେମାନେ କହିଲେ, ଆସ, ଆମ୍ଭେମାନେ ଉଠି ନିର୍ମାଣ କରିବା। ଏହିରୂପେ ସେମାନେ ସେହି ଉତ୍ତମ କାର୍ଯ୍ୟ ନିମନ୍ତେ ଆପଣାମାନଙ୍କ ହସ୍ତ ସବଳ କଲେ।


ସେମାନେ ଈଶ୍ଵରଙ୍କୁ ଜାଣନ୍ତି ବୋଲି ସ୍ଵୀକାର କରନ୍ତି, କିନ୍ତୁ ସେମାନଙ୍କ କର୍ମ ଦ୍ଵାରା ତାହାଙ୍କୁ ଅସ୍ଵୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି ସମସ୍ତ ସତ୍କର୍ମର ଅଯୋଗ୍ୟ।


ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ। ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍।


Swiv nou:

Piblisite


Piblisite