Biblia Todo Logo
Bib sou entènèt

- Piblisite -




୨ ତୀମଥି 3:6 - ପବିତ୍ର ବାଇବଲ (Re-edited) - (BSI)

6 କାରଣ ଏମାନଙ୍କ ମଧ୍ୟରେ ଏପରି ଲୋକ ଅଛନ୍ତି, ଯେଉଁମାନେ ଘରେ ଘରେ ପଶି ପାପରେ ଭାରାକ୍ରା; ଓ ବିଭିନ୍ନ କୁଅଭିଳାଷରେ ଚାଳିତ ନିର୍ବୋଧ ସ୍ତ୍ରୀମାନଙ୍କୁ ଆପଣାର ବଶବର୍ତ୍ତୀ କରନ୍ତି;

Gade chapit la Kopi

ଓଡିଆ ବାଇବେଲ

6 କାରଣ ଏମାନଙ୍କ ମଧ୍ୟରେ ଏପରିଲୋକ ଅଛନ୍ତି, ଯେଉଁମାନେ ଘରେ ଘରେ ପଶି ପାପରେ ଭାରାକ୍ରାନ୍ତ ଓ ବିଭିନ୍ନ କୁଅଭିଳାଷରେ ଚାଳିତ ନିର୍ବୋଧ ସ୍ତ୍ରୀମାନଙ୍କୁ ଆପଣାର ବଶବର୍ତ୍ତୀ କରନ୍ତି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ଏଭଳି ଲୋକମାନେ କେତେକଙ୍କ ଘରକୁ ଯାଇ ଦୁର୍ବଳମନା ସ୍ତ୍ରୀ ଲୋକମାନଙ୍କ ଉପରେ ପ୍ରଭାବ ବିସ୍ତାର କରନ୍ତି - ଯେଉଁ ସ୍ତ୍ରୀ ଲୋକମାନେ ନାନାବିଧ ଲାଳସାର ବଶବର୍ତ୍ତୀ ହୋଇ ନିଜ ପାପ ବୋଝରେ ଅବସନ୍ନ ହୋଇ ପଡ଼ିଥାନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କାରଣ ଏମାନଙ୍କ ମଧ୍ୟରେ ଏପରି ଲୋକ ଅଛନ୍ତି, ଯେଉଁମାନେ ଘରେ ଘରେ ପଶି ପାପରେ ଭାରାକ୍ରାନ୍ତ ଓ ବିଭିନ୍ନ କୁଅଭିଳାଷରେ ଚାଳିତ ନିର୍ବୋଧ ସ୍ତ୍ରୀମାନଙ୍କୁ ଆପଣାର ବଶବର୍ତ୍ତୀ କରନ୍ତି;

Gade chapit la Kopi

ପବିତ୍ର ବାଇବଲ

6 ଏମାନଙ୍କ ଭିତରୁ କେତେଜଣ ଘରକୁ ଘର ଯାଇ ଦୁର୍ବଳମନା ସ୍ତ୍ରୀମାନଙ୍କୁ ବଶୀଭୂତ କରିବେ। ସେହି ସ୍ତ୍ରୀଲୋକମାନେ ପାପରେ ପୂର୍ଣ୍ଣ। ସମସ୍ତ ପ୍ରକାର ମନ୍ଦ ଇଚ୍ଛା ଦ୍ୱାରା ପରିଗ୍ଭଳିତ ହେଉଥିବା ଯୋଗୁଁ ଏହି ସ୍ତ୍ରୀଲୋକମାନେ ପାପରେ ପଡ଼ନ୍ତି।

Gade chapit la Kopi




୨ ତୀମଥି 3:6
17 Referans Kwoze  

କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ତର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ଵରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରି ପରିଣତ କରନ୍ତି, ପୁଣି ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ଵୀକାର କରନ୍ତିକ।


ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ପୂର୍ବରୁଏହିସବୁ ଜାଣି ସତର୍କ ହୋଇଥାଅ, କାଳେ ଦୁରାଚାରୀମାନଙ୍କ ଭ୍ରାନ୍ତିରେ ପଡ଼ି ତୁମ୍ଭେମାନେ ମଧ୍ୟ ଆପଣାମାନଙ୍କ ଦୃଢ଼ତାରୁ ସ୍ଖଳିତ ହୁଅତ,


କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ, ପୁଣି ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳ କ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ।


ସେମାନେ କିପରି ତୁମ୍ଭମାନଙ୍କୁ କହୁଥିଲେ, ଶେଷକାଳରେ ଆପଣା ଆପଣା କୁଅଭିଳାଷାନୁସାରେ ଚାଳିତ ପରିହାସକ ଲୋକେ ଉପସ୍ଥିତ ହେବେ।


ସେମାନଙ୍କର ମୁଖ ବନ୍ଦ କରିବାର ଆବଶ୍ୟକ। ସେମାନେ କୁତ୍ସିତ ଧନଲାଭ ନିମନ୍ତେ ଅନୁପଯୁକ୍ତ ଶିକ୍ଷା ଦେଇ ଗୋଟିଏ ଗୋଟିଏ ପରିବାରକୁ ସମ୍ପୂର୍ଣ୍ଣ ରୂପେ ପଥଭ୍ରଷ୍ଟ କରନ୍ତି।


ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ଵାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି।


କାରଣ ସେମାନେ ନିରର୍ଥକ ଅହଂକାରର କଥା କହି ଭ୍ରାନ୍ତ ଆଚରଣକାରୀମାନଙ୍କଠାରୁ ପ୍ରାୟ ଉଦ୍ଧାର ପାଉଥିବା ଲୋକମାନଙ୍କୁ ଶାରୀରିକ ସୁଖାଭିଳାଷରେ କାମୁକତା ଦ୍ଵାରା ପ୍ରଲୋଭିତ କରନ୍ତି;


ତୁମ୍ଭେମାନେ ଜାଣ ଯେ, ଯେତେବେଳେ ତୁମ୍ଭେମାନେ ବିଜାତି ଥିଲ, ସେତେବେଳେ ଯେପରି ପରିଚାଳିତ ହେଉଥିଲ, ସେହିପରି ଭ୍ରାନ୍ତ ଭାବରେ ଚାଳିତ ହୋଇ ମୂକ ପ୍ରତିମାମାନଙ୍କ ଅନୁଗତ ଥିଲ।


ସେହି ଅନ୍ୟ ପ୍ରକାର ଲୋକେ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ।


କିନ୍ତୁ ହାୟ, ଦଣ୍ତର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ଵର୍ଗରାଜ୍ୟ ରୁଦ୍ଧ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।


ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି ଅନେକ ପ୍ରକାର ଅସଙ୍ଗତ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହିସବୁ ମନୁଷ୍ୟକୁ ଧ୍ଵଂସ ଓ ବିନାଶରୂପ ସାଗରରେ ମଗ୍ନ କରେ।


ହେ ପରିଶ୍ରା; ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି।


ଆହା ପାପିଷ୍ଠ ଗୋଷ୍ଠୀ, ଅଧର୍ମରେ ଭାରଗ୍ରସ୍ତ ଲୋକେ, ଦୁଷ୍କର୍ମକାରୀମାନଙ୍କ ବଂଶ, ଭ୍ରଷ୍ଟାଚାରୀ ସନ୍ତାନଗଣ ! ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି, ସେମାନେ ଇସ୍ରାଏଲର ଧର୍ମସ୍ଵରୂପଙ୍କୁ ଅବଜ୍ଞା କରିଅଛନ୍ତି, ସେମାନେ ବିମୁଖ ହୋଇ ପଛକୁ ଚାଲି ଯାଇଅଛନ୍ତି।


କାରଣ ମୋହର ଅପରାଧ ମୋʼ ମସ୍ତକ ଉପରେ ଉଠିଅଛି; ତାହାସବୁ ମୋʼ ଶକ୍ତି ଅପେକ୍ଷା ଭାରୀ ବୋଝ ସ୍ଵରୂପ।


ଆଉ ତାହାଙ୍କ ସମ୍ଵନ୍ଧରେ ଜନରବ ସମୁଦାୟ ସୁରୀୟା ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତ ରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ।


କିନ୍ତୁ ଯେ ଭୋଗାଭିଳାଷରେ ଆସକ୍ତ, ସେ ଜୀବିତ ଥିଲେ ହେଁ ମୃତ।


[ହାୟ, ଦଣ୍ତର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀ-ମାନେ, କାରଣ ତୁମ୍ଭେମାନେ ଛଳରେ ଦୀର୍ଘ ପ୍ରାର୍ଥନା କରିବା ସଙ୍ଗେ ସଙ୍ଗେ ବିଧବାମାନଙ୍କର ଗୃହସବୁ ଗ୍ରାସ କରୁଥାଅ; ଏଣୁ ତୁମ୍ଭେମାନେ ଗୁରୁତ୍ଵର ଦଣ୍ତ ପାଇବ।]


Swiv nou:

Piblisite


Piblisite