Biblia Todo Logo
Bib sou entènèt

- Piblisite -




୨ ତୀମଥି 3:8 - ପବିତ୍ର ବାଇବଲ (Re-edited) - (BSI)

8 ଆଉ ଯେପରି ଯନ୍ନୀସ୍ ଓ ଯମ୍ଵ୍ରୀସ୍ ମୋଶାଙ୍କର ପ୍ରତିରୋଧ କରିଥିଲେ, ସେହିପରି ଏହି ପୁରୁଷମାନେ ମଧ୍ୟ ସତ୍ୟର ପ୍ରତିରୋଧ କରନ୍ତି; ଏମାନେ ଭ୍ରଷ୍ଟମନା ହୋଇ ବିଶ୍ଵାସ ସମ୍ଵନ୍ଧରେ ପ୍ରମାଣସିଦ୍ଧ ନୁହନ୍ତି।

Gade chapit la Kopi

ଓଡିଆ ବାଇବେଲ

8 ଆଉ ଯେପରି ଯନ୍ନିସ୍ ଓ ଯମ୍ବ୍ରୀସ୍ ମୋଶାଙ୍କର ପ୍ରତିରୋଧ କରିଥିଲେ, ସେହିପରି ଏହି ପୁରୁଷମାନେ ମଧ୍ୟ ସତ୍ୟର ପ୍ରତିରୋଧ କରନ୍ତି, ଏମାନେ ମନରେ ଭ୍ରଷ୍ଟ ହୋଇ ବିଶ୍ୱାସ ସମ୍ବନ୍ଧରେ ପ୍ରମାଣସିଦ୍ଧ ନୁହଁନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଯନ୍ନୀସ ଓ ସମ୍ବ୍ରୀସ୍ ଯେପରି ମୋଶାଙ୍କ ବିରୁଦ୍ଧାଚରଣ କରିଥିଲେ, ସେହିପରି ଅନ୍ତିମ କାଳରେ ଏହି ଦୁରାଚାରୀମାନେ ସତ୍ୟର ବିରୋଧ କରିବେ - ସେମାନଙ୍କ ମସ୍ତିଷ୍କ-ବିକୃତି ଘଟିଛି ଏବଂ ସେମାନଙ୍କର ଧର୍ମବିଶ୍ୱାସ ବିଫଳ ହୋଇଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ ଯେପରି ଯନ୍ନିସ୍ ଓ ଯମ୍ବ୍ରୀସ୍ ମୋଶାଙ୍କର ପ୍ରତିରୋଧ କରିଥିଲେ, ସେହିପରି ଏହି ପୁରୁଷମାନେ ମଧ୍ୟ ସତ୍ୟର ପ୍ରତିରୋଧ କରନ୍ତି, ଏମାନେ ମନରେ ଭ୍ରଷ୍ଟ ହୋଇ ବିଶ୍ୱାସ ସମ୍ବନ୍ଧରେ ପ୍ରମାଣସିଦ୍ଧ ନୁହଁନ୍ତି।

Gade chapit la Kopi

ପବିତ୍ର ବାଇବଲ

8 ସେମାନେ ମୋଶାଙ୍କୁ ବିରୋଧ କରିଥିଲେ। ସେହିଭଳି ଏହି ଲୋକମାନେ ମଧ୍ୟ ସତ୍ୟର ବିରୋଧ କରନ୍ତି, ସେମାନଙ୍କର ମନ ବିପଥଗାମୀ। ଈଶ୍ୱର ବିଶ୍ୱାସର ଅନୁସରଣ କରିବାରେ ଏମାନେ ବିଫଳ ହୋଇଛନ୍ତି।

Gade chapit la Kopi




୨ ତୀମଥି 3:8
31 Referans Kwoze  

ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ଯିଜେବଲ ନାମ୍ନୀ ଯେଉଁ ନାରୀ ଆପଣାକୁ ଭାବବାଦିନୀ ବୋଲି କହି ମୋର ଦାସମାନଙ୍କୁ ବେଶ୍ୟାଗମନ ଓ ଦେବପ୍ରସାଦ ଭୋଜନ କରିବାକୁ ଶିକ୍ଷା ଦେଇ ଭୁଲାଉଅଛି, ତୁମ୍ଭେ ତାହାର ଦୁଷ୍କର୍ମ ସହ୍ୟ କରୁଅଛ।


ପୁଣି ଯେଉଁମାନେ ଈଶ୍ଵରପରାୟଣତାକୁ ଲାଭର ଉପାୟ ବୋଲି ମନେ କରନ୍ତି, ଏପରି ଭ୍ରଷ୍ଟମନା ଓ ସତ୍ୟବର୍ଜିତ ଲୋକମାନଙ୍କର ନିତ୍ୟ ବିରୋଧ ଜନ୍ମେ।


ତେବେ ଫାରୋ ଆପଣା ପଣ୍ତିତ ଓ ଗୁଣିଆ-ମାନଙ୍କୁ ଡାକିଲେ; ତହିଁରେ ମିସ୍ରୀୟ ମନ୍ତ୍ରଜ୍ଞମାନେ ମଧ୍ୟ ଆପଣାମାନଙ୍କ ମାୟାରେ ସେହିପରି କଲେ।


ସେମାନେ ଈଶ୍ଵରଙ୍କୁ ଜାଣନ୍ତି ବୋଲି ସ୍ଵୀକାର କରନ୍ତି, କିନ୍ତୁ ସେମାନଙ୍କ କର୍ମ ଦ୍ଵାରା ତାହାଙ୍କୁ ଅସ୍ଵୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି ସମସ୍ତ ସତ୍କର୍ମର ଅଯୋଗ୍ୟ।


ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ଵାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ଵରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ତ ଭାବବାଦୀ ବାହାରିଅଛନ୍ତି।


ସେମାନଙ୍କର ଚକ୍ଷୁ ବ୍ୟଭିଚାରରେ ପରିପୂର୍ଣ୍ଣ ହୋଇ ପାପରୁ କ୍ଷା; ହୁଏ ନାହିଁ, ସେମାନେ ଚଞ୍ଚଳମତି ଲୋକମାନଙ୍କୁ ପ୍ରଲୋଭିତ କରନ୍ତି, ସେମାନଙ୍କର ହୃଦୟ ଧନଲୋଭରେ ଅଭ୍ୟସ୍ତ, ସେମାନେ ଅଭିଶାପର ସନ୍ତାନ,


ତୁମ୍ଭେ ମଧ୍ୟ ତାହାଠାରୁ ସାବଧାନ ଥାଅ, କାରଣ ସେ ଆମ୍ଭମାନଙ୍କ ବାକ୍ୟର ଘୋର ପ୍ରତିରୋଧ କରିଥିଲା।


ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ଶଠତା ଓ ଭ୍ରାନ୍ତିଯୁକ୍ତ କଳ୍ପନା ଅନୁସାରେ ଧୂର୍ତ୍ତତା ଦ୍ଵାରା ବିଭିନ୍ନ ଶିକ୍ଷାରୂପ ବାୟୁରେ ଇତସ୍ତତଃ ଚାଳିତ ନ ହେଉ,


ଭ୍ରାନ୍ତିଜନକ ଆତ୍ମାମାନଙ୍କ ପ୍ରତି ଓ ଭୂତମାନଙ୍କ ଶିକ୍ଷା ପ୍ରତି ମନୋଯୋଗ କରି ବିଶ୍ଵାସ ପରିତ୍ୟାଗ କରିବେ;


ବିଶ୍ଵାସ ଓ ଶୁଚି ବିବେକ ଧରି ରଖ; ତାହା ପରିତ୍ୟାଗ କରିବାରୁ କେତେକଙ୍କର ବିଶ୍ଵାସରୂପ ଜାହାଜ ଭଗ୍ନ ହୋଇଅଛି;


କାରଣ ଏହିପରି ଲୋକେ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟଙ୍କର ଦାସ ନୁହନ୍ତି, କିନ୍ତୁ ଆପଣା ଆପଣା ଉଦରର ଦାସ ଅଟନ୍ତି, ପୁଣି ମିଷ୍ଟବାକ୍ୟ ଓ ଚାଟୁଭାଷାରେ ସରଳହୃଦୟ ଲୋକଙ୍କର ମନ ଭୁଲାନ୍ତି।


ହେଲେ, ତୁମ୍ଭର ଏହି ସଦ୍ଗୁଣ ଅଛି ଯେ, ଆମ୍ଭେ ନୀକଲାୟତୀୟମାନଙ୍କର ଯେଉଁ ସବୁ କର୍ମ ଘୃଣା କରୁ, ତୁମ୍ଭେ ମଧ୍ୟ ସେହିସବୁ ଘୃଣା କରୁଅଛ।


ହେ ବତ୍ସଗଣ, ଶେଷକାଳ ଉପସ୍ଥିତ, ପୁଣି, ଖ୍ରୀଷ୍ଟାରି ଆସିବ ବୋଲି ତୁମ୍ଭେମାନେ ଯେପରି ଶୁଣିଥିଲ, ସେହିପରି ଏବେ ମଧ୍ୟ ଅନେକ ଖ୍ରୀଷ୍ଟାରି ଉଠିଲେଣି ; ଏତଦ୍ଦ୍ଵାରା ଆମ୍ଭେମାନେ ଜାଣୁଅଛୁ ଯେ, ଶେଷକାଳ ଉପସ୍ଥିତ।


କାରଣ ଅନେକ ଅବାଧ୍ୟ ଲୋକ, ଅସାର ବାକ୍ୟବାଦୀ ଓ ପ୍ରବଞ୍ଚକ ଅଛନ୍ତି, ବିଶେଷରେ ସୁନ୍ନତପ୍ରାପ୍ତ ଲୋକମାନଙ୍କ ମଧ୍ୟରେ ଅଛନ୍ତି;


ସେତେବେଳେ ମନ୍ତ୍ରଜ୍ଞମାନେ ଆପଣା ଆପଣା ମାୟାରେ ସେପ୍ରକାର ଉକୁଣିଆ ପୋକ ଉତ୍ପନ୍ନ କରିବାକୁ ଯନି କଲେ, ମାତ୍ର ପାରିଲେ ନାହିଁ; ତହିଁରେ ମନୁଷ୍ୟ ଓ ପଶୁମାନଙ୍କ ଉପରେ ଉକୁଣିଆ ପୋକ ହେଲା।


ସେତେବେଳେ ମିସ୍ରୀୟ ମନ୍ତ୍ରଜ୍ଞମାନେ ହେଁ ଆପଣାମାନଙ୍କ ମାୟାରେ ସେହିପରି କଲେ; ତହିଁରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା ଓ ସେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।


ଆଉ, ଯେପରି ସେମାନେ ଈଶ୍ଵର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ଵୀକୃତ ହେଲେ, ସେହିପରି ଈଶ୍ଵର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ।


ଆମ୍ଭେମାନେ ଶୁଣିଅଛୁ ଯେ, ଆମ୍ଭେମାନେ ଯେଉଁ ଲୋକମାନଙ୍କୁ କୌଣସି ଆଜ୍ଞା ଦେଇ ନାହୁଁ, ଆମ୍ଭମାନଙ୍କ ମଧ୍ୟରୁ ଏପ୍ରକାର କେତେକ ଲୋକ କଥା ଦ୍ଵାରା ଆପଣମାନଙ୍କର ମନକୁ ଅସ୍ଥିର କରି ଆପଣମାନଙ୍କୁ ଉଦ୍ବିଗ୍ନ କରିଅଛନ୍ତି;


ସେତେବେଳେ ମନ୍ତ୍ରଜ୍ଞମାନେ ଆପଣାମାନଙ୍କ ମାୟାରେ ସେପ୍ରକାର କରି ମିସର ଦେଶ ଉପରେ ବେଙ୍ଗ ଆଣିଲେ।


Swiv nou:

Piblisite


Piblisite