Biblia Todo Logo
Bib sou entènèt

- Piblisite -




୨ ତୀମଥି 4:10 - ପବିତ୍ର ବାଇବଲ (Re-edited) - (BSI)

10 କାରଣ ଦୀମା ଏହି ବର୍ତ୍ତମାନ ସଂସାରକୁ ପ୍ରେମ କରି ମୋତେ ପରିତ୍ୟାଗ କରିଅଛି ଓ ଥେସଲନୀକୀକୁ ଯାଇଅଛି; କ୍ରେସ୍କେନ୍ସ୍ ଗାଲାତିଆକୁ ଓ ତୀତସ୍ ଦଲ୍ମତିଆକୁ ଯାଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

10 କାରଣ ଦୀମା ଏହି ବର୍ତ୍ତମାନ ସଂସାରକୁ ପ୍ରେମ କରି ମୋତେ ପରିତ୍ୟାଗ କରିଅଛି ଓ ଥେସଲନୀକୀକୁ ଯାଇଅଛି କ୍ରେସ୍‌କେନସ୍ ଗାଲାତିଆକୁ ଓ ତୀତସ୍ ଦଲ୍ମତିଆକୁ ଯାଇଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ଦୀମା ସାଂସାରିକ ମୋହମାୟାରେ ପଡ଼ି ମୋତେ ପରିତ୍ୟାଗ କରିଛି। ସେ ବର୍ତ୍ତମାନ ଥେସଲନିକାରେ। କ୍ରେସ୍କେନ୍ସ ଗାଲାତିଆକୁ ଓ ତୀତସ ଡଲମାତିଆକୁ ଚାଲିଯାଇଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କାରଣ ଦୀମା ଏହି ବର୍ତ୍ତମାନ ସଂସାରକୁ ପ୍ରେମ କରି ମୋତେ ପରିତ୍ୟାଗ କରିଅଛି ଓ ଥେସଲନୀକୀ ସହରକୁ ଯାଇଅଛି କ୍ରେସ୍‌କେନସ୍ ଗାଲାତୀୟ ଅଞ୍ଚଳକୁ ଓ ତୀତସ ଦଲ୍ମତିଆ ଅଞ୍ଚଳକୁ ଯାଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

10 ଦୀମା ଏହି ସଂସାରକୁ ଅଧିକ ଭଲ ପାଉଥିବାରୁ ମୋତେ ଛାଡ଼ି ଗ୍ଭଲିଗଲେ। ସେ ଥେସଲନୀକୀକୁ ଯାଇଛନ୍ତି। କ୍ରେସ୍‌କେ‌ନ୍‌ସ୍ ଗାଲାତୀଆକୁ, ତୀତସ୍ ଦଲ୍ମତିଆକୁ ଯାଇଛନ୍ତି।

Gade chapit la Kopi




୨ ତୀମଥି 4:10
32 Referans Kwoze  

ଆସିଆର ସମସ୍ତ ଲୋକ ଯେ ମୋʼ ପ୍ରତି ବିମୁଖ ହୋଇଅଛନ୍ତି ଏହା ତୁମ୍ଭେ ଜାଣ; ଫୁଗେଲ ଓ ହର୍ମଗେନା ସେମାନଙ୍କ ମଧ୍ୟରେ ଅନ୍ତର୍ଗତ।


ମୋହର ଭାଇ ତୀତସଙ୍କୁ ନ ଦେଖି ଆତ୍ମାରେ ଶାନ୍ତି ନ ପାଇବାରୁ ସେମାନଙ୍କଠାରୁ ବିଦାୟ ଘେନି ମାକିଦନିଆକୁ ପ୍ରସ୍ଥାନ କଲି।


ସେମାନେ ଆସିଆରେ ବାକ୍ୟ ପ୍ରଚାର କରିବାକୁ ପବିତ୍ର ଆତ୍ମାଙ୍କ ଦ୍ଵାରା ନିବାରିତ ହୋଇ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇ ଯାତ୍ରା କଲେ,


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ।


ମୋହର ପ୍ରଥମ ଆତ୍ମପକ୍ଷ ସମର୍ଥନ ସମୟରେ କେହି ମୋହର ସପକ୍ଷ ହେଲେ ନାହିଁ, ମାତ୍ର ସମସ୍ତେ ମୋତେ ପରିତ୍ୟାଗ କଲେ; ଏହା ସେମାନଙ୍କ ବିରୁଦ୍ଧରେ ଗଣିତ ନ ହେଉ।


ଯେଣୁ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟ ଚେଷ୍ଟା ନ କରି ସ୍ଵାର୍ଥ ଚେଷ୍ଟା କରନ୍ତି।


ତଥାପି ଭଗ୍ନୋତ୍ସାହମାନଙ୍କୁ ସାନ୍ତ୍ଵନା ଦିଅନ୍ତି ଯେ ଈଶ୍ଵର, ସେ ତୀତସଙ୍କ ଆଗମନ ଦ୍ଵାରା ଆମ୍ଭମାନଙ୍କୁ ସାନ୍ତ୍ଵନା ଦେଲେ,


ଥେସଲନୀକୀରେ ଥିବା ଯିହୁଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ। ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି ଏହିସମସ୍ତ ସତ୍ୟକି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ।


ପରେ ସେମାନେ ଆଂଫିପଲି ଓ ଆପଲ୍ଲୋନିଆ ଦେଇ ଯାତ୍ରା କରି ଥେସଲନୀକୀକୁ ଆସିଲେ; ସେଠାରେ ଯିହୁଦୀମାନଙ୍କର ଗୋଟିଏ ସମାଜଗୃହ ଥିଲା।


ସେମାନେ ଅନ୍ୟାୟ ବେତନର ଲାଳସାକାରୀ ବିୟୋରର ପୁତ୍ର ବିଲୀୟମର ମାର୍ଗ ଅନୁସରଣ କଲେ ଓ ସତ୍ୟ ମାର୍ଗ ପରିତ୍ୟାଗ କରି ବିପଥଗାମୀ ହେଲେ;


ପିତା ଈଶ୍ଵର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭ ପ୍ରତି ହେଉ।


ଯେଉଁମାନେ ଇହକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୁଅନ୍ତି ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରନ୍ତି, ବରଞ୍ଚ ଭୋଗ ନିମନ୍ତେ ସକଳ ବିଷୟ ପ୍ରଚୁର ରୂପେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ଵର,, ତାହାଙ୍କ ଉପରେ ନିର୍ଭର କରନ୍ତି,


କାରଣ ଧନଲୋଭ ସମସ୍ତ ଅନିଷ୍ଟର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ଵାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି ବହୁ ଦୁଃଖରେ ଆପଣା ଆପଣା ହୃଦୟ ବିଦୀର୍ଣ୍ଣ କରିଅଛନ୍ତି।


ଆଉ ମୋହର ସାଙ୍ଗରେ ଥିବା ଭାଇ ସମସ୍ତେ ଗାଲାତୀୟ ମଣ୍ତଳୀ-ସମୂହକୁ ଲେଖୁଅଛୁ;


କିନ୍ତୁ ଈଶ୍ଵରଙ୍କର ଧନ୍ୟବାଦ ହେଉ, ସେ ତୁମ୍ଭମାନଙ୍କ ନିମନ୍ତେ ତୀତସଙ୍କ ହୃଦୟରେ ସମାନ ଉଦ୍ଯୋଗ ଜନ୍ମାଇଅଛନ୍ତି;


ଏଣୁ ତୀତସ ତୁମ୍ଭମାନଙ୍କ ମଧ୍ୟରେ ଏହି ଅନୁଗ୍ରହ- କାର୍ଯ୍ୟ ଯେଉଁ ପ୍ରକାରେ ଆରମ୍ଭ କରିଥିଲେ, ସେହି ପ୍ରକାରେ ତାହା ଯେପରି ସମାପ୍ତ ମଧ୍ୟ କରନ୍ତି, ଏଥିନିମନ୍ତେ ତାହାଙ୍କୁ ଉତ୍ସାହ ଦେଲୁ।


ସେ ସ୍ଥାନରେ କେତେକ ସମୟ ଯାପନ କଲା ଉତ୍ତାରେ ସେ ପ୍ରସ୍ଥାନ କଲେ, ପୁଣି କ୍ରମାନ୍ଵୟେ ଗାଲାତୀୟ ଅଞ୍ଚଳ ଓ ଫ୍ରୁଗିଆ ଦେଇ ଯାତ୍ରା କରୁ କରୁ ଶିଷ୍ୟ ସମସ୍ତଙ୍କୁ ସୁସ୍ଥିର କରୁଥିଲେ।


କିନ୍ତୁ ଯେତେବେଳେ ଥେସଲନୀକୀୟ ଯିହୁଦୀମାନେ ଜାଣିଲେ ଯେ, ଈଶ୍ଵରଙ୍କ ବାକ୍ୟ ପାଉଲଙ୍କ ଦ୍ଵାରା ବେରୟାରେ ସୁଦ୍ଧା ପ୍ରଚାରିତ ହେଉଅଛି, ସେତେବେଳେ ସେମାନେ ସେସ୍ଥାନକୁ ମଧ୍ୟ ଆସି ଲୋକସମୂହଙ୍କୁ ଉତ୍ତେଜିତ ଓ ଉଦ୍ବିଗ୍ନ କଲେ।


କିନ୍ତୁ ସେ ସେମାନଙ୍କୁ ଛାଡ଼ି ପଂଫୂଲିଆରୁ ଚାଲିଆସିଥିଲେ ଓ ସେମାନଙ୍କ ସହିତ କାର୍ଯ୍ୟକୁ ଯାଇ ନ ଥିଲେ, ତାଙ୍କୁ ସାଙ୍ଗରେ ନେବାକୁ ପାଉଲ ଉଚିତ ମନେ କଲେ ନାହିଁ।


ପରେ ପାଉଲ ଓ ତାଙ୍କ ସଙ୍ଗୀମାନେ ପାଫରୁ ଜଳଯାତ୍ରା କରି ପଂଫୂଲିଆର ପର୍ଗୀକୁ ଆସିଲେ; କିନ୍ତୁ ଯୋହନ ସେମାନଙ୍କୁ ପରିତ୍ୟାଗ କରି ଯିରୂଶାଲମକୁ ବାହୁଡ଼ିଗଲେ।


ଲୋଟଙ୍କ ସ୍ତ୍ରୀର କଥା ସ୍ମରଣ କର।


କୌଣସି ଭୃତ୍ୟ ଦୁଇ ପ୍ରଭୁଙ୍କର ଦାସ ହୋଇ ପାରେ ନାହିଁ; କାରଣ ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣକ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣକୁ ଅବଜ୍ଞା କରିବ। ତୁମ୍ଭେମାନେ ଈଶ୍ଵର ଓ ଧନ ଭଭୟର ଦାସ ହୋଇ ପାର ନାହିଁ।


ସେହିପ୍ରକାରେ ତୁମ୍ଭମାନଙ୍କ ମଧ୍ୟରୁ ଯେକେହି ଆପଣାର ସର୍ବସ୍ଵ ତ୍ୟାଗ ନ କରେ, ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ।


ମାତ୍ର ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ସେଥିନିମନ୍ତେ ଏସମସ୍ତ ଘଟିଅଛି। ସେତେବେଳେ ଶିଷ୍ୟମାନେ ସମସ୍ତେ ତାହାଙ୍କୁ ଛାଡ଼ି ପଳାଇଗଲେ।


ଆଉ, ଯେକେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ, ମାତ୍ର ଯେକେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ କଥା କହିବ, ଇହଯୁଗରେ କି ପରଯୁଗରେ ତାହାକୁ କ୍ଷମା ଦିଆଯିବ ନାହିଁ।


ତୀତସଙ୍କ ବିଷୟରେ ଯଦି କେହି ପଚାରେ, ସେ ମୋହର ସହଭାଗୀ ଓ ତୁମ୍ଭମାନଙ୍କ ନିମନ୍ତେ ମୋହର ସହକର୍ମୀ; କିଅବା ଯଦି ଆମ୍ଭମାନଙ୍କ ଭାଇମାନଙ୍କ ସମ୍ଵନ୍ଧରେ ପଚାରେ, ସେମାନେ ମଣ୍ତଳୀସମୂହ ଦ୍ଵାରା ପ୍ରେରିତ, ପୁଣି ଖ୍ରୀଷ୍ଟଙ୍କ ଗୌରବ ସ୍ଵରୂପ।


Swiv nou:

Piblisite


Piblisite