Biblia Todo Logo
Bib sou entènèt

- Piblisite -




୨ ତୀମଥି 4:16 - ପବିତ୍ର ବାଇବଲ (Re-edited) - (BSI)

16 ମୋହର ପ୍ରଥମ ଆତ୍ମପକ୍ଷ ସମର୍ଥନ ସମୟରେ କେହି ମୋହର ସପକ୍ଷ ହେଲେ ନାହିଁ, ମାତ୍ର ସମସ୍ତେ ମୋତେ ପରିତ୍ୟାଗ କଲେ; ଏହା ସେମାନଙ୍କ ବିରୁଦ୍ଧରେ ଗଣିତ ନ ହେଉ।

Gade chapit la Kopi

ଓଡିଆ ବାଇବେଲ

16 ମୋହର ବିଚାରର ପ୍ରଥମ ଶୁଣାଣି ବେଳେ କେହି ମୋହର ସପକ୍ଷ ହେଲେ ନାହିଁ, ମାତ୍ର ସମସ୍ତେ ମୋତେ ପରିତ୍ୟାଗ କଲେ; ଏହା ସେମାନଙ୍କ ବିରୁଦ୍ଧରେ ଗଣିତ ନ ହେଉ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ପ୍ରଥମ ଥର ଯେତେବେଳେ ମୋତେ ନିଜ ପକ୍ଷ ସମର୍ଥନ କରିବାକୁ ପଡ଼ିଥିଲା, କେହି ମୋ’ ନିକଟରେ ରହିଲେ ନାହିଁ, ସମସ୍ତେ ମୋତେ ଛାଡ଼ି ଚାଲିଗଲେ। ଈଶ୍ୱର ସେମାନଙ୍କର ଏହି ଦୋଷ ନ ଧରନ୍ତିୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ମୋହର ବିଚାରର ପ୍ରଥମ ଶୁଣାଣି ବେଳେ କେହି ମୋହର ସପକ୍ଷ ହେଲେ ନାହିଁ, ମାତ୍ର ସମସ୍ତେ ମୋତେ ପରିତ୍ୟାଗ କଲେ; ଏହା ସେମାନଙ୍କ ବିରୁଦ୍ଧରେ ଗଣିତ ନ ହେଉ।

Gade chapit la Kopi

ପବିତ୍ର ବାଇବଲ

16 ପ୍ରଥମଥର ନିଜକୁ ରକ୍ଷା କରିବା ପାଇଁ ମୁଁ ଅଦାଲତରେ ଠିଆ ହେଲାବେଳେ କୌଣସି ଲୋକ ମୋତେ ସମର୍ଥନ କରିବାକୁ ଆଗେଇ ଆସି ନ ଥିଲା। ସମସ୍ତେ ମୋତେ ଛାଡ଼ି ଗ୍ଭଲିଗଲେ। ମୁଁ ପ୍ରାର୍ଥନା କରେ ଯେ, ପ୍ରଭୁ ପରମେଶ୍ୱର ସେମାନଙ୍କୁ କ୍ଷମା କରନ୍ତୁ। କିନ୍ତୁ ପ୍ରଭୁ ମୋ’ ସହିତ ଥିଲେ।

Gade chapit la Kopi




୨ ତୀମଥି 4:16
16 Referans Kwoze  

ପୁଣି, ସେ ଆଣ୍ଠୋଇପଡ଼ି ଉଚ୍ଚ ସ୍ଵରରେ ଡାକି କହିଲେ, ହେ ପ୍ରଭୁ, ଏହି ପାପ ଏମାନଙ୍କ ବିରୁଦ୍ଧରେ ଗଣନା କର ନାହିଁ। ସେ ଏହା କହି ମହାନିଦ୍ରା ପ୍ରାପ୍ତ ହେଲେ।


ଦେଖ, ସମୟ ଆସୁଅଛି, ହଁ, ଆସିଲାଣି, ଯେତେ-ବେଳେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକେ ଆପଣା ଆପଣା ଘରକୁ ପଳାଇଯିବ, ଆଉ ମୋତେ ଏକାକୀ ପରିତ୍ୟାଗ କରିବ; ତଥାପି ମୁଁ ଏକାକୀ ନୁହେଁ, କାରଣ ପିତା ମୋʼ ସାଙ୍ଗରେ ଅଛନ୍ତି।


ସେତେବେଳେ ସମସ୍ତେ ତାହାଙ୍କୁ ଛାଡ଼ି ପଳାଇଗଲେ।


କିନ୍ତୁ ଖ୍ରୀଷ୍ଟଙ୍କୁ ପ୍ରଭୁ ବୋଲି ଆପଣା ଆପଣା ହୃଦୟରେ ପବିତ୍ର ରୂପେ ମାନ୍ୟ କର। ତୁମ୍ଭମାନଙ୍କଠାରେ ଥିବା ଭରସାର କାରଣ ସମ୍ଵନ୍ଧରେ ଯେକେହି ପ୍ରଶ୍ନ କରେ, ତାହାକୁ ପ୍ରତ୍ୟୁତ୍ତର ଦେବାକୁ ପ୍ରସ୍ତୁତ ରୁହ, କିନ୍ତୁ ନମ୍ର ଭାବରେ ଓ ସଭୟରେ ଉତ୍ତମ ବିବେକ ସହ ଉତ୍ତର ଦିଅ,


କାରଣ ଦୀମା ଏହି ବର୍ତ୍ତମାନ ସଂସାରକୁ ପ୍ରେମ କରି ମୋତେ ପରିତ୍ୟାଗ କରିଅଛି ଓ ଥେସଲନୀକୀକୁ ଯାଇଅଛି; କ୍ରେସ୍କେନ୍ସ୍ ଗାଲାତିଆକୁ ଓ ତୀତସ୍ ଦଲ୍ମତିଆକୁ ଯାଇଅଛନ୍ତି।


ଆସିଆର ସମସ୍ତ ଲୋକ ଯେ ମୋʼ ପ୍ରତି ବିମୁଖ ହୋଇଅଛନ୍ତି ଏହା ତୁମ୍ଭେ ଜାଣ; ଫୁଗେଲ ଓ ହର୍ମଗେନା ସେମାନଙ୍କ ମଧ୍ୟରେ ଅନ୍ତର୍ଗତ।


କିନ୍ତୁ ଅନ୍ୟ ପକ୍ଷ ମୋହର ବନ୍ଧନରେ ମୋତେ କ୍ଳେଶ ଦେବାକୁ ଭାବି ଅସରଳ ଭାବରେ ସ୍ଵାର୍ଥପରତା ସକାଶେ ଖ୍ରୀଷ୍ଟଙ୍କୁ ପ୍ରଚାର କରନ୍ତି।


ଆଉ ତୁମ୍ଭସମସ୍ତଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ, ଯେଣୁ ତୁମ୍ଭେ ସମସ୍ତେ ମୋହର ବନ୍ଧନରେ ଯେପରି, ସୁସମାଚାର ପକ୍ଷ ସମର୍ଥନ ଓ ସେଥିର ସତ୍ୟ ପ୍ରମାଣ କରିବାରେ ସେହିପରି ମୋʼ ସହିତ ଅନୁଗ୍ରହର ସହଭାଗୀ ଅଟ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ହୃଦୟରେ ଧାରଣ କରିଅଛି।


ଯେଣୁ ଦେଖ, ଈଶ୍ଵରଙ୍କ ଇଚ୍ଛାନୁସାରେ ତୁମ୍ଭେମାନେ ଏହି ଯେଉଁ ଦୁଃଖ ପାଇଲ, ତାହା ତୁମ୍ଭମାନଙ୍କଠାରେ କେତେ ଉତ୍ସାହ, ହଁ, କେତେ ଅଭିଯୋଗ ଖଣ୍ତନ, ହଁ, କେତେ ବିରକ୍ତି, ହଁ, କେତେ ଭୟ, ହଁ କେତେ ଆଗ୍ରହ, ହଁ, କେତେ ଉଦ୍ଯୋଗ, ହଁ, କେତେ ପ୍ରତିକାର ଜନ୍ମାଇଅଛି। ଏବିଷୟରେ ତୁମ୍ଭେମାନେ ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ବୋଲି ପ୍ରମାଣ ଦେଇଅଛ।


ମୋହର ସମାଲୋଚକମାନଙ୍କୁ ମୋହର ଉତ୍ତର ଏହି।


ମୁଁ ସେମାନଙ୍କୁ ଉତ୍ତର ଦେଲି, ବାଦୀ ଓ ପ୍ରତିବାଦୀ ମୁଖାମୁଖି ନ ହେବା ପର୍ଯ୍ୟନ୍ତ, ପୁଣି ପ୍ରତିବାଦୀ ତାହା ବିରୁଦ୍ଧରେ କରାଯାଇଥିବା ଅଭିଯୋଗ ସମ୍ଵନ୍ଧରେ ଆତ୍ମ-ପକ୍ଷସମର୍ଥନ କରିବାର ସୁଯୋଗ ନ ପାଇବା ପର୍ଯ୍ୟନ୍ତ ତାକୁ ସମର୍ପଣ କରିବା ରୋମୀୟମାନଙ୍କର ବିଧି ନୁହେଁ।


ଭ୍ରାତୃ ଓ ପିତୃବୃନ୍ଦ, ମୁଁ ବର୍ତ୍ତମାନ ଆପଣ-ମାନଙ୍କ ନିକଟରେ ଯେଉଁ ଆତ୍ମପକ୍ଷ ସମର୍ଥନର କଥା କହୁଅଛି, ତାହା ଶ୍ରବଣ କରନ୍ତୁ।


ଆଉ, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମାଜଗୃହ, କର୍ତ୍ତୃପକ୍ଷ ଓ କ୍ଷମତାପ୍ରାପ୍ତ ବ୍ୟକ୍ତିମାନଙ୍କ ନିକଟକୁ ଘେନିଯିବେ, ସେତେବେଳେ ତୁମ୍ଭେମାନେ ଆପଣା ସପକ୍ଷରେ କିପରି ବା କି କଥା ଉତ୍ତର ଦେବ କିମ୍ଵା କଅଣ କହିବ, ସେ ବିଷୟରେ ଚିନ୍ତିତ ହୁଅ ନାହିଁ;


ଅନୁଚିତ ବ୍ୟବହାର କରେ ନାହିଁ, ସ୍ଵାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ,


ତୁମ୍ଭେ ମଧ୍ୟ ତାହାଠାରୁ ସାବଧାନ ଥାଅ, କାରଣ ସେ ଆମ୍ଭମାନଙ୍କ ବାକ୍ୟର ଘୋର ପ୍ରତିରୋଧ କରିଥିଲା।


Swiv nou:

Piblisite


Piblisite