Biblia Todo Logo
Bib sou entènèt

- Piblisite -




୨ ତୀମଥି 4:8 - ପବିତ୍ର ବାଇବଲ (Re-edited) - (BSI)

8 ଅଦ୍ୟାବଧି ମୋʼ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ପ୍ରିୟଜ୍ଞାନ କରନ୍ତି, ସେସମସ୍ତଙ୍କୁ ଦେବେ।

Gade chapit la Kopi

ଓଡିଆ ବାଇବେଲ

8 ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଏବେ ମୋର ଧର୍ମପରାୟଣତା ପାଇଁ ବିଜୟର ପୁରସ୍କାର ଗଚ୍ଛିତ ଅଛି। ନିର୍ଦ୍ଦିଷ୍ଟ ଦିବସରେ ନ୍ୟାୟବାନ ବିଚାରପତି ପ୍ରଭୁ ନିଜେ ମୋତେ ସେହି ପୁରସ୍କାର ପ୍ରଦାନ କରିବେ - କେବଳ ମୋତେ ନୁହେଁ; ପ୍ରେମ ଭକ୍ତି ସହ ଯେଉଁମାନେ ତାଙ୍କ ଆଗମନର ଅପେକ୍ଷା କରନ୍ତି, ସମସ୍ତେ ଏହି ପୁରସ୍କାର ଲାଭ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ।

Gade chapit la Kopi

ପବିତ୍ର ବାଇବଲ

8 ଏବେ ବିଜୟ ମୁକୁଟ ମୋ’ ଅପେକ୍ଷାରେ ଅଛି। ପରମେଶ୍ୱରଙ୍କ ସହିତ ଧାର୍ମିକ ହୋଇଥିବାରୁ ମୁଁ ସେହି ମୁକୁଟଟି ପାଇବି। ପ୍ରଭୁ ନ୍ୟାୟପୂର୍ଣ୍ଣ ଭାବରେ ବିଗ୍ଭର କରନ୍ତି। ସେହି ମହାଦିନରେ ସେ ମୋତେ ବିଜୟ ମୁକୁଟ ପିନ୍ଧାଇବେ। କେବଳ ମୋତେ ନୁହେଁ, ଯେଉଁମାନେ ତାହାଙ୍କର ଆଗମନ ଓ ତାହାଙ୍କୁ ଅପେକ୍ଷା କରୁଛନ୍ତି, ସମସ୍ତଙ୍କୁ ସେ ବିଜୟ ମୁକୁଟ ପିନ୍ଧାଇବେ।

Gade chapit la Kopi




୨ ତୀମଥି 4:8
39 Referans Kwoze  

ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ ହେବ।


ଯେଉଁସବୁଦୁଃଖ ଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରିକାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶ ଦିନ କ୍ଳେଶ ଭୋଗ କରିବ। ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ଵସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ।।ଦେବୁ।


ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅମ୍ଳାନ ମୁକୁଟ ପାଇବ।


ଅର୍ଥାତ୍ ଯେଉଁ ଅକ୍ଷୟ, ଅକଳଙ୍କିତ, ଅଜର ଅଧିକାର ତୁମ୍ଭମାନଙ୍କ ନିମନ୍ତେ ସ୍ଵର୍ଗରେ ସଞ୍ଚିତ ହୋଇଅଛି, ତାହା ପାଇବା ନିମନ୍ତେ ଆପଣାର ମହାଦୟାରେ ଆମ୍ଭମାନଙ୍କୁ ପୁନର୍ଜନ୍ମ ଦେଇଅଛନ୍ତି।


ଏହି କାରଣରୁ ମଧ୍ୟ ମୁଁ ଏହିସବୁ ଦୁଃଖ ଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ଵାସ କରିଅଛି, ତାହାଙ୍କୁ ଜାଣେ, ପୁଣି ମୁଁ ତାହାଙ୍କ ହସ୍ତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ ରୂପେ ବିଶ୍ଵାସ କରୁଅଛି।


ଯେକେହି କ୍ରୀଡ଼ାରେ ପ୍ରତିଦ୍ଵନ୍ଦ୍ଵିତା କରେ, ସେ ସମସ୍ତ ବିଷୟରେ ପରିମିତଭୋଗୀ ହୁଏ; ସେମାନେ କ୍ଷୟଣୀୟ ମୁକୁଟ ପାଇବା ନିମନ୍ତେ ତାହା କରନ୍ତି; ମାତ୍ର ଆମ୍ଭେମାନେ ଅକ୍ଷୟ ମୁକୁଟ ପାଇବା ନିମନ୍ତେ ତାହା କରୁ।


ସେହି ଭରସା ବିଷୟରେ ତୁମ୍ଭେମାନେ ସୁସମାଚାରର ସତ୍ୟ ବାକ୍ୟ ଦ୍ଵାରା ପୂର୍ବେ ଶୁଣିଅଛ।


ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ, ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ, ତାହା କିପରି ମହତ୍ !


ଦେଖ, ସେ ମେଘମାଳାରେ ଆଗମନ କରୁଅଛନ୍ତି, ପ୍ରତ୍ୟେକ ଚକ୍ଷୁ ତାହାଙ୍କୁ ଦର୍ଶନ କରିବ, ଯେଉଁମାନେ ତାହାଙ୍କୁ ବିନ୍ଧିଥିଲେ, ସେମାନେ ମଧ୍ୟ ଦର୍ଶନ କରିବେ, ଆଉ ପୃଥିବୀର ସମସ୍ତ ଗୋଷ୍ଠୀ ତାହାଙ୍କ ଆଗମନ ସକାଶେ ବିଳାପ କରିବେ। ହଁ, ଆମେନ୍।


ଆଉ ସେହି ଆନନ୍ଦଦାୟକ ଭରସା ପୁଣି ଆମ୍ଭମାନଙ୍କ ମହାନ ଈଶ୍ଵର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥିନିମନ୍ତେ ଆମ୍ଭମାନଙ୍କୁ ଶିକ୍ଷା ଦେଉଅଛି।


ତତ୍ପରେ ମୁଁ ସ୍ଵର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ଵେତବର୍ଣ୍ଣ ଅଶ୍ଵ; ତାହାର ଆରୋହୀଙ୍କ ନାମ ବିଶ୍ଵସ୍ତ ଓ ସତ୍ୟ ; ସେ ନ୍ୟାଯ୍ୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି।


ଆହୁରି ମଧ୍ୟ ଯଦି ଜଣେ ଲୋକ କ୍ରୀଡ଼ାରେ ପ୍ରତିଦ୍ଵନ୍ଦିତା କରେ, ସେ ନିୟମାନୁସାରେ ତାହା ନ କଲେ ମୁକୁଟ ପ୍ରାପ୍ତ ହୁଏ ନାହିଁ।


ମୁଁ ଈଶ୍ଵରଙ୍କ ସାକ୍ଷାତରେ, ଆଉ ଯେଉଁ ଖ୍ରୀଷ୍ଟ ଯୀଶୁ ଜୀବିତ ଓ ମୃତ ଉଭୟଙ୍କର ବିଚାର କରିବାକୁ ଯାଉଅଛନ୍ତି, ତାହାଙ୍କ ସାକ୍ଷାତରେ, ପୁଣି ତାହାଙ୍କ ପୁନରାଗମନ ଓ ରାଜ୍ୟର ଶପଥ ଦେଇ ତୁମ୍ଭକୁ ଦୃଢ଼ ଆଜ୍ଞା ଦେଉଅଛି,


ଏହି ପ୍ରକାର କଲେ ସେମାନେ ଭାବୀ ଜୀବନ ନିମନ୍ତେ ଉତ୍କୃଷ୍ଟ ମୂଳଧନ ଆପଣା ଆପଣା ପାଇଁ ସଞ୍ଚୟ କରିବେ, ଯେପରି ପ୍ରକୃତ ଜୀବନ ପ୍ରାପ୍ତ ହୁଅନ୍ତି।


କିନ୍ତୁ ଯେପରି ଲେଖାଅଛି, “ଚକ୍ଷୁ ଯାହା ଦେଖି ନାହିଁ, କର୍ଣ୍ଣ ଯାହା ଶୁଣି ନାହିଁ, ଆଉ ମନୁଷ୍ୟର ହୃଦୟରେ ଯାହା ଜାତ ହୋଇ ନାହିଁ, ଯେସମସ୍ତ ବିଷୟ ଈଶ୍ଵର ଆପଣା ପ୍ରେମକାରୀ ଲୋକମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି।”


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେଦିନ ସେମାନେ ଆମ୍ଭର ଲୋକ, ଅର୍ଥାତ୍, ଆମ୍ଭର ସଞ୍ଚିତ ଧନ ହେବେ; ପୁଣି, କୌଣସି ମନୁଷ୍ୟ ଯେପରି ଆପଣାର ସେବାକାରୀ ନିଜ ପୁତ୍ର ପ୍ରତି ଦୟା କରେ, ସେପରି ଆମ୍ଭେ ସେମାନଙ୍କ ପ୍ରତି ଦୟା କରିବାଣ।


ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି, ସେ କହନ୍ତି, ସତ୍ୟ, ଆମ୍ଭେ ଶୀଘ୍ର ଆସୁଅଛୁ। ଆମେନ୍, ହେ ପ୍ରଭୁ ଯୀଶୁ, ଆସନ୍ତୁ।


ସେତେବେଳେ ଚବିଶ ପ୍ରାଚୀନ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କ ଛାମୁରେ ଉବୁଡ଼ ହୋଇ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ପ୍ରଣାମ କରନ୍ତି ଓ ସିଂହାସନ ସମ୍ମୁଖରେ ଆପଣା ଆପଣା ମୁକୁଟ ଥୋଇଦେଇ କହନ୍ତି,


ପୁଣି, ସିଂହାସନର ଚତୁର୍ଦ୍ଦିଗରେ ଚବିଶଟି ସିଂହାସନ ସ୍ଥାପିତ ଓ ସିଂହାସନଗୁଡ଼ିକ ଉପରେ ଚବିଶ ପ୍ରାଚୀନ ଉପବିଷ୍ଟ, ସେମାନେ ଶୁକ୍ଳ ବସ୍ତ୍ର ପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ।


ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେମାତ୍ର ଉତ୍ସର୍ଗୀକୃତ ହୋଇ ଦ୍ଵିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି , ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ।


(ମହାଦିନରେ ସେ ଯେପରି ପ୍ରଭୁଙ୍କଠାରୁ ଦୟା ପ୍ରାପ୍ତ ହୁଅନ୍ତି, ଏହା ପ୍ରଭୁ ତାଙ୍କ ପ୍ରତି ଅନୁଗ୍ରହ କରନ୍ତୁ), ଆଉ, ଏଫିସରେ ସେ କିପରି ଅନେକ ସେବା କରିଅଛନ୍ତି, ତାହା ତୁମ୍ଭେ ଉତ୍ତମ ରୂପେ ଜାଣ।


ପୁଣି, ସେ ଆପଣା ଯେଉଁ ପୁତ୍ରଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ଆଗାମୀ କ୍ରୋଧରୁ ଆମ୍ଭମାନଙ୍କ ସେହି ଉଦ୍ଧାରକର୍ତ୍ତା ଯୀଶୁଙ୍କ ସ୍ଵର୍ଗରୁ ଆଗମନ କରିବାର ଅପେକ୍ଷାରେ ରହିବା ନିମନ୍ତେ ଈଶ୍ଵରଙ୍କ ପ୍ରତି ଫେରିଲ।


ଆଉ କେବଳ ତାହା ନୁହେଁ, କିନ୍ତୁ ପ୍ରଥମ ଫଳ ସ୍ଵରୂପେ ଆତ୍ମାଙ୍କୁ ପାଇଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ନିଜେ ନିଜେ ମଧ୍ୟ ପୁତ୍ରତ୍ଵ, ଅର୍ଥାତ୍ ଆପଣା ଆପଣା ଶରୀରର ମୁକ୍ତି ନିମନ୍ତେ ଅପେକ୍ଷା କରୁ କରୁ ଆପଣା ଆପଣା ଅନ୍ତରରେ ଆର୍ତ୍ତନାଦ କରୁଅଛୁ।


କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଈଶ୍ଵରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ;


କିନ୍ତୁ ସେହି ଦିନ ଓ ଦଣ୍ତ ବିଷୟ କେହି ଜାଣନ୍ତି ନାହିଁ, ସ୍ଵର୍ଗର ଦୂତମାନେ କିମ୍ଵା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳମାତ୍ର ପିତା ଜାଣନ୍ତି।


ସେଦିନ ଅନେକେ ମୋତେ କହିବେ, ହେ ପ୍ରଭୁ, ହେ ପ୍ରଭୁ, ଆମ୍ଭେମାନେ କି ତୁମ୍ଭ ନାମରେ ଭାବବାଣୀ କହିଲୁ ନାହିଁ? ପୁଣି, ତୁମ୍ଭ ନାମରେ କି ଭୂତମାନଙ୍କୁ ଛଡ଼ାଇଲୁ ନାହିଁ? ଆଉ, ତୁମ୍ଭ ନାମରେ କି ଅନେକ ଶକ୍ତିର କାର୍ଯ୍ୟ କଲୁ ନାହିଁ?


ସେ ତୁମ୍ଭ ମସ୍ତକରେ ଅନୁଗ୍ରହରୂପ ଭୂଷଣ ଦେବ; ସେ ତୁମ୍ଭକୁ ଶୋଭାର ମୁକୁଟ ଅର୍ପଣ କରିବ।


ପରମେଶ୍ଵର ଧର୍ମମୟ ବିଚାରକର୍ତ୍ତା, ହଁ, ସେ ପ୍ରତିଦିନ ଦୁଷ୍ଟଙ୍କ ପାଇଁ କ୍ରୋଧକାରୀ ପରମେଶ୍ଵର।


କିନ୍ତୁ, ହେ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ନାହଁ ଯେ ସେହି ଦିନ ଚୋର ପରି ଅନପେକ୍ଷିତ ଭାବରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବ,


ଯେଣୁ ଆମ୍ଭେମାନେ ତ ଆମ୍ଭମାନଙ୍କ ସ୍ଵର୍ଗୀୟ ଗୃହରୂପ ବସ୍ତ୍ରରେ ପରିହିତ ହେବାକୁ ଏକା; ଇଚ୍ଛା କରି ଏହି ଗୃହରେ ଥାଉ ଥାଉ ଆର୍ତ୍ତନାଦ କରୁଅଛୁ;


ମୁଁ ତୁମ୍ଭମାନଙ୍କୁ କହୁଅଛି, ସେଦିନରେ ସେହି ନଗରର ଦଶା ଅପେକ୍ଷା ସଦୋମର ଦଶା ସହନୀୟ ହେବ।


ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ। ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟ ବିଚାର କରିବେ ନାହିଁ?


ତାହାହେଲେ ପ୍ରତ୍ୟେକ ଜଣର କର୍ମ କିପ୍ରକାର, ତାହା ପ୍ରକାଶ ପାଇବ, କାରଣ ସେହିଦିନ ତାହା ପ୍ରକାଶ କରିବ, ଯେଣୁ ସେହିଦିନ ଅଗ୍ନି ସହିତ ପ୍ରକାଶିତ ହେବ, ଆଉ ପ୍ରତ୍ୟେକ ଲୋକର କର୍ମ କିପ୍ରକାର, ସେହି ଅଗ୍ନି ପରୀକ୍ଷା କରିବ।


ଏବଂ କୌଣସି ପ୍ରକାରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହୋଇ ପାରେ।


ସେତେବେଳେ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବ, ତାହାକୁ ପ୍ରଭୁ ଯୀଶୁ ଆପଣା ମୁଖର ନିଶ୍ଵାସ ଦ୍ଵାରା ସଂହାର କରିବେ ଓ ଆପଣା ଆଗମନର ପ୍ରକାଶ ଦ୍ଵାରା ବିନାଶ କରିବେ।


କିନ୍ତୁ ଏବେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କର ଆବିର୍ଭାବ ଦ୍ଵାରା ପ୍ରକାଶିତ ହୋଇଅଛି; ସେ ମୃତ୍ୟୁକୁ ଲୋପ କରିଅଛନ୍ତି; ପୁଣି, ସୁସମାଚାର ଦ୍ଵାରା ଜୀବନ ଓ ଅମରତାକୁ ଆଲୋକରେ ପ୍ରକାଶ କରିଅଛନ୍ତି;


ଶାସନ ବର୍ତ୍ତମାନ ଆନନ୍ଦଜନକ ବୋଧ ନ ହୋଇ ଦୁଃଖଜନକ ବୋଧ ହୁଏ; ତଥାପି ଯେଉଁମାନେ ତଦ୍ଦ୍ଵାରା ଶିକ୍ଷାପ୍ରାପ୍ତ ହୋଇଅଛନ୍ତି, ତାହା ପରେ ସେମାନଙ୍କୁ ଶାନ୍ତିର ଫଳ ସ୍ଵରୂପ ଧାର୍ମିକତା ପ୍ରଦାନ କରେ।


Swiv nou:

Piblisite


Piblisite