Biblia Todo Logo
Bib sou entènèt

- Piblisite -




ଏଫିସୀୟ 2:4 - ପବିତ୍ର ବାଇବଲ (Re-edited) - (BSI)

4 ମାତ୍ର ଏପରି ଅପରାଧରେ ମୃତ ହେଲେ ହେଁ ଦୟାସାଗର ଯେ ଈଶ୍ଵର, ସେ ଆମ୍ଭମାନଙ୍କୁ ଯେଉଁ ମହା ପ୍ରେମରେ ପ୍ରେମ କଲେ,

Gade chapit la Kopi

ଓଡିଆ ବାଇବେଲ

4 ମାତ୍ର ଏପରି ଅପରାଧରେ ମୃତ ହେଲେ ହେଁ ଦୟାସାଗର ଯେ ଈଶ୍ୱର, ସେ ଆମ୍ଭମାନଙ୍କୁ ଯେଉଁ ମହା ପ୍ରେମରେ ପ୍ରେମ କଲେ, ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ଜୀବିତ କରିଅଛନ୍ତି, ଏଣୁ ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4-5 କିନ୍ତୁ ଈଶ୍ୱରଙ୍କ ଅନୁଗ୍ରହ ଏତେ ପ୍ରଚୁର ଓ ଆମ ପ୍ରତି ତାଙ୍କ ପ୍ରେମ ଏତେ ମହାନ୍ ଯେ, ଆମ ଅବାଧ୍ୟତା ହେତୁ ଆମେ ଆଧ୍ୟାତ୍ମିକ ଭାବେ ମୃତ ଥିବା ସମୟରେ ସେ ଖ୍ରୀଷ୍ଟଙ୍କ ସହିତ ଆମକୁ ସଞ୍ଜୀବିତ କଲେ। ଈଶ୍ୱରଙ୍କ ଅନୁଗ୍ରହ ଦ୍ୱାରା ହିଁ ତୁମ୍ଭେମାନେ ପରିତ୍ରାଣ ପାଉଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ମାତ୍ର ଏପରି ଅପରାଧରେ ମୃତ ହେଲେ ହେଁ ଦୟାସାଗର ଯେ ଈଶ୍ବର, ସେ ଆମ୍ଭମାନଙ୍କୁ ଯେଉଁ ମହା ପ୍ରେମରେ ପ୍ରେମ କଲେ,

Gade chapit la Kopi

ପବିତ୍ର ବାଇବଲ

4 କିନ୍ତୁ ପରମେଶ୍ୱର ଆମ୍ଭକୁ ଅତିଶୟ ପ୍ରେମ କଲେ କାରଣ ତାହାଙ୍କ ଦୟା ଅତି ମହାନ୍।

Gade chapit la Kopi




ଏଫିସୀୟ 2:4
34 Referans Kwoze  

ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ଵର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ଵାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,


ତାହାଙ୍କ ଅନୁଗ୍ରହରୂପ ନିଧି ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କଠାରେ ତାହାଙ୍କ ରକ୍ତ ଦ୍ଵାରା ମୁକ୍ତି, ଅର୍ଥାତ୍, ଅପରାଧସବୁରୁ କ୍ଷମା ପ୍ରାପ୍ତ ହୋଇଅଛୁ।


ମାତ୍ର ହେ ପ୍ରଭୋ, ତୁମ୍ଭେ ସ୍ନେହଶୀଳ ଓ କୃପାବାନ ପରମେଶ୍ଵର, କ୍ରୋଧରେ ଧୀର, ପୁଣି ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।


କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ଵର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି।


ଯେପରି ଖ୍ରୀଷ୍ଟ ଯୀଶୁଙ୍କଠାରେ ସେ ଆମ୍ଭମାନଙ୍କ ପ୍ରତି କରୁଣା କରି ଆଗାମୀ ଯୁଗରେ ଆପଣା ଅନୁଗ୍ରହର ଅତ୍ୟଧିକ ଧନ ପ୍ରକାଶ କରନ୍ତି।


ସଦାପ୍ରଭୁ କୃପାବାନ ଓ ସ୍ନେହଶୀଳ; କ୍ରୋଧରେ ଧୀର ଓ ଦୟାରେ ମହାନ।


କାରଣ ଯିହୁଦୀ ଓ ଗ୍ରୀକ୍ ମଧ୍ୟରେ କିଛି ପ୍ରଭେଦ ନାହିଁ; ଯେଣୁ ସମସ୍ତଙ୍କର ତ ଏକ ପ୍ରଭୁ, ଆଉ ଯେତେ ଲୋକ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେସମସ୍ତଙ୍କ ପ୍ରତି ସେ ଅନୁଗ୍ରହର ନିଧିସ୍ଵରୂପ।


ଆଉ, ଆମ୍ଭମାନଙ୍କ ପ୍ରଭୁଙ୍କ ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ବିଶ୍ଵାସ ଓ ପ୍ରେମ ସହକାରେ ମୋʼ ପ୍ରତି ଅତି ପ୍ରଚୁର ହେଲା।


ସଦାପ୍ରଭୁ ପୁରାତନ କାଳରେ ମୋତେ ଦର୍ଶନ ଦେଇ କହିଲେ, ହଁ, ଆମ୍ଭେ ଚିରସ୍ଥାୟୀ ପ୍ରେମରେ ତୁମ୍ଭକୁ ପ୍ରେମ କରି ଆସିଅଛୁ, ଏହେତୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିଅଛୁ,।


ଯେହେତୁ ହେ ପ୍ରଭୋ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ, ପୁଣି ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।


ସେ ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି ଓ ପବିତ୍ର ଆହ୍ଵାନରେ ଆହ୍ଵାନ କରିଅଛନ୍ତି; ଆମ୍ଭମାନଙ୍କ କର୍ମାନୁସାରେ ସେ ତାହା କରି ନାହାନ୍ତି, ମାତ୍ର ତାହାଙ୍କ ନିଜ ସଂକଳ୍ପ ଓ ଅନୁଗ୍ରହ ଅନୁସାରେ କରିଅଛନ୍ତି ; ସେହି ଅନୁଗ୍ରହ ଅନାଦିକାଳ ପୂର୍ବରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ପ୍ରଦତ୍ତ ହୋଇଥିଲା,


ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମଠାରୁ କ୍ଷୁଦ୍ର ଯେ ମୁଁ, ମୋତେ ବିଜାତିମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,


ଆଉ, ଯଦି ଗୌରବ ନିମନ୍ତେ ତାହାଙ୍କ ଦ୍ଵାରା ପୂର୍ବରୁ ପ୍ରସ୍ତୁତ ହୋଇଥିବା ଦୟାର ପାତ୍ର ଯେ ଆମ୍ଭେମାନେ, ଆମ୍ଭମାନଙ୍କ ନିକଟରେ ଆପଣା ଗୌରବରୂପ ଧନ ପ୍ରକାଶ କରିବା ନିମନ୍ତେ ତାହା କରିଅଛନ୍ତି; ତାହାହେଲେ ତୁମ୍ଭେ କଅଣ କହିବ?


କିମ୍ଵା ଈଶ୍ଵରଙ୍କ କୃପା ଯେ ତୁମ୍ଭକୁ ମନପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର କୃପା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ?


ଆଉ ପାଳିବାକୁ ଅସମ୍ମତ ହେଲେ, କିଅବା ତୁମ୍ଭେ ସେମାନଙ୍କ ମଧ୍ୟରେ ଯେଉଁ ଆଶ୍ଚର୍ଯ୍ୟ କର୍ମ କରିଥିଲ, ତାହା ସ୍ମରଣରେ ରଖିଲେ ନାହିଁ; ମାତ୍ର ଆପଣା ଆପଣା ଗ୍ରୀବା ଶକ୍ତ କଲେ ଓ ଦାସତ୍ଵାବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତ କଲେ; ତଥାପି ତୁମ୍ଭେ କ୍ଷମା କରିବାକୁ ଉଦ୍ୟତ, କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ଵର ଅଟ , ଏଣୁ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।


କିନ୍ତୁ, ହେ ପ୍ରଭୁଙ୍କ ପ୍ରିୟପାତ୍ର ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ସବୁବେଳେ ଈଶ୍ଵରଙ୍କୁ ଧନ୍ୟବାଦ ଦେବା ଆମ୍ଭମାନଙ୍କର କର୍ତ୍ତବ୍ୟ, କାରଣ ଈଶ୍ଵର, ଆତ୍ମାଙ୍କ ପବିତ୍ରତା ଓ ସତ୍ୟରେ ବିଶ୍ଵାସ ଦ୍ଵାରା ପରିତ୍ରାଣ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ପ୍ରଥମଫଳ ସ୍ଵରୂପେ ମନୋନୀତ କରିଅଛନ୍ତି;


ପୁଣି ଆମ୍ଭମାନଙ୍କ ପଦ ଶାନ୍ତିପଥକୁ ଆଣିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ଵରଙ୍କର ଯେଉଁ ସ୍ନେହପୂର୍ଣ୍ଣ କରୁଣା ହେତୁ ଆମ୍ଭମାନଙ୍କ ପ୍ରତି ଊର୍ଦ୍ଧ୍ଵରୁ ସୂର୍ଯ୍ୟୋଦୟ ହେବ,


ଆଉ, ସେ ସଦାପ୍ରଭୁଙ୍କର ନିକଟରେ ପ୍ରାର୍ଥନା କରି କହିଲେ, ହେ ସଦାପ୍ରଭୁ, ବିନତି କରେ, ମୁଁ ସ୍ଵଦେଶରେ ଥିବା ବେଳେ କି ଏହି କଥା କହି ନ ଥିଲି? ଏଥିପାଇଁ ଶୀଘ୍ର କରି ତର୍ଶୀଶକୁ ପଳାଇଲି; କାରଣ ତୁମ୍ଭେ ଯେ କୃପାମୟ, ସ୍ନେହଶୀଳ, କ୍ରୋଧରେ ଧୀର, ଦୟାରେ ମହାନ ଓ ଅମଙ୍ଗଳର ବିଷୟରେ ଅନିଚ୍ଛୁକ ପରମେଶ୍ଵର ଅଟ, ଏହା ମୁଁ ଜାଣିଲି।


ବିବିଧ ଦୟା ଓ କ୍ଷମା ଆମ୍ଭମାନଙ୍କ ପ୍ରଭୁ ପରମେଶ୍ଵରଙ୍କର ଅଟେ; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ବିଦ୍ରୋହା-ଚରଣ କରିଅଛୁ ଗୀତ. ୧୩୦:୪,୭


ହେ ପରମେଶ୍ଵର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର।


ସେ ଉତ୍ତର କଲେ, ଆମ୍ଭେ ତୁମ୍ଭ ସମ୍ମୁଖ ଦେଇ ଆପଣାର ସମସ୍ତ ଉତ୍ତମତା ଗମନ କରାଇବା, ତୁମ୍ଭ ସମ୍ମୁଖରେ ସଦାପ୍ରଭୁଙ୍କର ନାମ ଘୋଷଣା କରିବା; ଆମ୍ଭେ ଯାହାକୁ ଅନୁଗ୍ରହ କରୁ, ତାହାକୁ ଅନୁଗ୍ରହ କରିବା ଓ ଯାହାକୁ ଦୟା କରୁ, ତାହାକୁ ଦୟା କରିବା।


ଆମ୍ଭ ସଦାପ୍ରଭୁଙ୍କର ସ୍ନେହପୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେସବୁ ଉପକାର କରିଅଛନ୍ତି, ପୁଣି ଆପଣାର ନାନାବିଧ ଦୟା ଓ ପ୍ରଚୁର ସ୍ନେହପୂର୍ଣ୍ଣ-କରୁଣା ଅନୁସାରେ ଇସ୍ରାଏଲ-ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସାରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା କୀର୍ତ୍ତନ କରିବା।


Swiv nou:

Piblisite


Piblisite