Biblia Todo Logo
Bib sou entènèt

- Piblisite -




ଏଫିସୀୟ 3:2 - ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭମାନଙ୍କ ନିମନ୍ତେ ମୋତେ ପ୍ରଦତ୍ତ ଈଶ୍ଵରଙ୍କ ଅନୁଗ୍ରହ ସମ୍ଵନ୍ଧୀୟ ସେବକ-କାର୍ଯ୍ୟ ବିଷୟରେ ତୁମ୍ଭେମାନେ ତ ଶୁଣିଥିବ,

Gade chapit la Kopi

ଓଡିଆ ବାଇବେଲ

2 ତୁମ୍ଭମାନଙ୍କ ନିମନ୍ତେ ପ୍ରଦତ୍ତ ଈଶ୍ୱରଙ୍କ ଅନୁଗ୍ରହ ସମ୍ବନ୍ଧୀୟ ସେବକ କାର୍ଯ୍ୟ ବିଷୟରେ ତୁମ୍ଭେମାନେ ତ ଶୁଣିଥିବ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ତୁମ୍ଭମାନଙ୍କର ମଙ୍ଗଳ ନିମନ୍ତେ ଈଶ୍ୱର ତାଙ୍କର ଅନୁଗ୍ରହରେ ମୋତେ ଯେ ଏହି କାର୍ଯ୍ୟ କରିବାକୁ ଦେଇଛନ୍ତି, ଏହା ନିଶ୍ଚୟ ଶୁଣିଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତୁମ୍ଭମାନଙ୍କ ନିମନ୍ତେ ପ୍ରଦତ୍ତ ଈଶ୍ବରଙ୍କ ଅନୁଗ୍ରହ ସମ୍ବନ୍ଧୀୟ ସେବକ କାର୍ଯ୍ୟ ବିଷୟରେ ତୁମ୍ଭେମାନେ ତ ଶୁଣିଥିବ,

Gade chapit la Kopi

ପବିତ୍ର ବାଇବଲ

2 ତୁମ୍ଭେମାନେ ଶୁଣିଥିବ, ପରମେଶ୍ୱର ତାହାଙ୍କର ମହାନ ଅନୁଗ୍ରହରେ ମୋତେ ଏହି ବିଶେଷ କାର୍ଯ୍ୟ ଦେଇଅଛନ୍ତି, ଯେପରି ମୁଁ ତୁମ୍ଭମାନଙ୍କୁ ସାହାଯ୍ୟ କରିପାରେ।

Gade chapit la Kopi




ଏଫିସୀୟ 3:2
27 Referans Kwoze  

ଏହା ତ ମୋʼ ନିକଟରେ ସମର୍ପିତ ପରମଧନ୍ୟ ଈଶ୍ଵରଙ୍କ ଗୌରବମୟ ସୁସମାଚାରର ଶିକ୍ଷା ଅନୁଯାୟୀ ଅଟେ।


ସେହି ସୁସମାଚାରର ମୁଁ ଜଣେ ପ୍ରଚାରକ, ପ୍ରେରିତ ଓ ଶିକ୍ଷକ ସ୍ଵରୂପେ ନିଯୁକ୍ତ ହୋଇଅଛି।


ଆଉ, ଯେଉଁ ବିଜାତିମାନଙ୍କ ମଧ୍ୟରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କର ଆହ୍ଵାନ ପ୍ରାପ୍ତ ହୋଇଅଛ,


କିନ୍ତୁ ଖ୍ରୀଷ୍ଟଙ୍କ ଦାନର ପରିମାଣ ଅନୁସାରେ ଆମ୍ଭମାନଙ୍କ ପ୍ରତ୍ୟେକକୁ ଅନୁଗ୍ରହ ଦତ୍ତ ହୋଇଅଛି।


ଲୋକେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କର ପରିଚାରକ, ପୁଣି ଈଶ୍ଵରଙ୍କ ନିଗୂଢ଼ ତତ୍ତ୍ଵର ଭଣ୍ତାରଘରିଆ ବୋଲି ମନେ କରନ୍ତୁ।


ଯେପରି କାଳର ପୂର୍ଣ୍ଣତା ସମ୍ଵନ୍ଧୀୟ ତାହାଙ୍କ ସଙ୍କଳ୍ପାନୁସାରେ ସ୍ଵର୍ଗରେ କି ମର୍ତ୍ତ୍ୟରେ ଥିବା ସମସ୍ତ ବିଷୟ ସେ ଆପଣା ନିମନ୍ତେ ଖ୍ରୀଷ୍ଟଙ୍କଠାରେ ଏକୀଭୂତ କରିବେ।


ପୂର୍ବେ ଯିହୁଦୀ ଧର୍ମରେ ମୋହର ଆଚାରବ୍ୟବହାର ସମ୍ଵନ୍ଧରେ ତୁମ୍ଭେମାନେ ତ ଶୁଣିଅଛ, ମୁଁ ଈଶ୍ଵରଙ୍କ ମଣ୍ତଳୀକି ଅତିରିକ୍ତ ଭାବରେ ତାଡ଼ନା କରୁଥିଲି ଓ ତାହା ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲି,


ସେଥିରେ ସେ ମୋତେ କହିଲେ, ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ବିଜାତିମାନଙ୍କ ନିକଟକୁ ପ୍ରେରଣ କରିବୁ।


ସେଥିରେ ପାଉଲ ଓ ବର୍ଣ୍ଣବ୍ବା ସାହସପୂର୍ବକ କହିଲେ, ପ୍ରଥମରେ ଆପଣମାନଙ୍କ ନିକଟରେ ଈଶ୍ଵରଙ୍କ ବାକ୍ୟ କୁହାଯିବା ଆବଶ୍ୟକ ଥିଲା; ଆପଣମାନେ ତାହା ଅଗ୍ରାହ୍ୟ କରି ଆପଣା ଆପଣାକୁ ଅନ; ଜୀବନର ଅଯୋଗ୍ୟ ବୋଲି ବିଚାର କରୁଥିବାରୁ, ଦେଖନ୍ତୁ, ଆମ୍ଭେମାନେ ବିଜାତିମାନଙ୍କ ନିକଟକୁ ଯାଉଅଛୁ ,


ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ଵାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ କର।


କିନ୍ତୁ ପ୍ରଭୁ ତାଙ୍କୁ କହିଲେ, ଯାଅ; କାରଣ ସେ ବିଜାତି, ରାଜା ଓ ଇସ୍ରାଏଲର ସନ୍ତାନମାନଙ୍କ ସମ୍ମୁଖରେ ଆମ୍ଭର ନାମ ବହନ କରିବା ନିମନ୍ତେ ଆମ୍ଭର ଜଣେ ମନୋନୀତ ପାତ୍ର ଅଟେ;


ସେଥିସକାଶେ ମୁଁ ଜଣେ ପ୍ରଚାରକ, ପ୍ରେରିତ, ପୁଣି ବିଶ୍ଵାସ ଓ ସତ୍ୟ ସମ୍ଵନ୍ଧରେ ବିଜାତିମାନଙ୍କର ଜଣେ ଶିକ୍ଷକ ସ୍ଵରୂପେ ନିଯୁକ୍ତ ହେଲି, ମୁଁ ସତ୍ୟ କହୁଅଛି, ମିଥ୍ୟା କହୁ ନାହିଁ।


କି କଳ୍ପିତ ଗଳ୍ପ ଓ ଅଶେଷ ବଂଶାବଳୀରେ ମନୋଯୋଗ ନ କରନ୍ତି, ଏଥିନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ; ସେହିସବୁ ତ ବିଶ୍ଵାସ ସମ୍ଵନ୍ଧୀୟ ଈଶ୍ଵରଙ୍କ ବିଧାନର ଉପକାରୀ ନ ହୋଇ ବରଂ ଯୁକ୍ତିତର୍କ ସୃଷ୍ଟି କରେ।


ସେହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଅଛି, ପୁଣି ତାହା ଯେପରି ସମସ୍ତ ଜଗତରେ ଫଳବାନ ଓ ବର୍ଦ୍ଧିଷ୍ଣୁ ହୋଇ ଆସୁଅଛି, ତୁମ୍ଭେମାନେ ଯେଉଁ ଦିନ ତାହା ଶୁଣି ସତ୍ୟ ରୂପେ ଈଶ୍ଵରଙ୍କ ଅନୁଗ୍ରହର ବୋଧ ପାଇଲ, ସେହି ଦିନଠାରୁ ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହିପରି ହୋଇ ଆସୁଅଛି।


ଆମ୍ଭେମାନେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ଈଶ୍ଵରଙ୍କୁ ସର୍ବଦା ଧନ୍ୟବାଦ ଦେଉଅଛୁ;


ତୁମ୍ଭେମାନେ ତ ତାହାଙ୍କ ବିଷୟ ଶୁଣିଅଛ, ପୁଣି ଯୀଶୁଙ୍କ ସମ୍ଵନ୍ଧୀୟ ସତ୍ୟ ଅନୁସାରେ ତାହାଙ୍କ ସହଭାଗିତାରେ ଥାଇ ଶିକ୍ଷିତ ହୋଇଅଛ,


ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମଠାରୁ କ୍ଷୁଦ୍ର ଯେ ମୁଁ, ମୋତେ ବିଜାତିମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,


କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ଵାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ଵର ଯାହାକୁ ଯେ ପରିମାଣରେ ବିଶ୍ଵାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର।


କିନ୍ତୁ ବିଜାତି ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି। ମୁଁ ବିଜାତିମାନଙ୍କ ନିମନ୍ତେ ପ୍ରେରିତ ହେବାରୁ ମୋʼ ସେବକପଦର ଗୌରବ କରୁଅଛି,


ଈଶ୍ଵରଙ୍କ କାର୍ଯ୍ୟସାଧକ ଶକ୍ତି ଅନୁସାରେ ମୋତେ ପ୍ରଦତ୍ତ ତାହାଙ୍କ ଅନୁଗ୍ରହର ଦାନ ପ୍ରମାଣେ ସେହି ସୁସମାଚାରର ମୁଁ ଜଣେ ସେବକ ହେଲି।


ପୁଣି ସର୍ବସୃଷ୍ଟିକର୍ତ୍ତା ଈଶ୍ଵରଙ୍କଠାରେ ଅନାଦିକାଳରୁ ଗୁପ୍ତ ହୋଇ ରହିଥିବା ନିଗୂଢ଼ତତ୍ତ୍ଵ ସମ୍ଵନ୍ଧରେ ତାହାଙ୍କ ସଂକଳ୍ପ କଅଣ, ତାହା ଆଲୋକରେ ପ୍ରକାଶ କରିବା ପାଇଁ ଅନୁଗ୍ରହ ପ୍ରଦତ୍ତ ହୋଇଅଛି,


Swiv nou:

Piblisite


Piblisite