Biblia Todo Logo
Bib sou entènèt

- Piblisite -




ଏଫିସୀୟ 5:3 - ପବିତ୍ର ବାଇବଲ (Re-edited) - (BSI)

3 କିନ୍ତୁ ବ୍ୟଭିଚାର, ସମସ୍ତ ପ୍ରକାର ଅଶୁଚିତା କିମ୍ଵା ଲୋଭ, ଏହିସବୁ ନାମରେ ସୁଦ୍ଧା ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ନ ପାଉ, ତାହା ସାଧୁମାନଙ୍କ ପକ୍ଷରେ ଅନୁଚିତ;

Gade chapit la Kopi

ଓଡିଆ ବାଇବେଲ

3 କିନ୍ତୁ ବ୍ୟଭିଚାର, ସମସ୍ତ ପ୍ରକାର ଅଶୁଚିତା କିମ୍ବା ଲୋଭ, ଏହି ସବୁ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ନ ପାଉ; ତାହା ସାଧୁମାନଙ୍କ ପକ୍ଷରେ ଅନୁଚିତ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଈଶ୍ୱରଙ୍କ ଲୋକ ଥିବାରୁ ତୁମ୍ଭମାନଙ୍କ ମଧ୍ୟରେ ବ୍ୟଭିଚାର, ଅଶୁଚିତା ବା ଲୋଲୁପତା ଲେଶମାତ୍ର ନ ରହୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କିନ୍ତୁ ବ୍ୟଭିଚାର, ସମସ୍ତ ପ୍ରକାର ଅଶୁଚିତା କିମ୍ବା ଲୋଭ, ଏହିସବୁ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ନ ପାଉ; ତାହା ସାଧୁମାନଙ୍କ ପକ୍ଷରେ ଅନୁଚିତ;

Gade chapit la Kopi

ପବିତ୍ର ବାଇବଲ

3 ତୁମ୍ଭ ଭିତରେ କୌଣସି ଯୌନ-ପାପ, କୌଣସି ପ୍ରକାର ମନ୍ଦ କାମ, ଏବଂ ଲୋଭ ଆଦୌ ନ ରହୁ। କାରଣ ଏଗୁଡ଼ିକ ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କ ନିମନ୍ତେ ଉପଯୁକ୍ତ ନୁହେଁ।

Gade chapit la Kopi




ଏଫିସୀୟ 5:3
58 Referans Kwoze  

ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁପ୍ରବୃତ୍ତିଗୁଡ଼ିକ, ଅର୍ଥାତ୍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି ପ୍ରତିମାପୂଜା ରୂପ ଲୋଭ, ଏହିସବୁ ପ୍ରତି ମୃତ ହୁଅ;


କାରଣ ତୁମ୍ଭେମାନେ ନିଶ୍ଚୟରୂପେ ଜାଣ ଯେ, କୌଣସି ବ୍ୟଭିଚାରୀ ବା ଅଶୁଦ୍ଧାଚାରୀ ବ୍ୟକ୍ତି ବା ଲୋଭୀ- ସେ ତ ଦେବ ପୂଜକ- ଏମାନଙ୍କର ଖ୍ରୀଷ୍ଟ ଓ ଈଶ୍ଵରଙ୍କର ରାଜ୍ୟରେ ଅଧିକାର ନାହିଁ।


କାରଣ ତୁମ୍ଭେମାନେ ଯେପରି ପବିତ୍ର ହୁଅ, ଏହା ହିଁ ଈଶ୍ଵରଙ୍କର ଇଚ୍ଛା, ଅର୍ଥାତ୍, ତୁମ୍ଭେମାନେ ଯେପରି ବ୍ୟଭିଚାରରୁ ପୃଥକ୍ ରୁହ,,


ବ୍ୟଭିଚାରଠାରୁ ପଳାୟନ କର। ମନୁଷ୍ୟ ଅନ୍ୟ ଯେକୌଣସି ପାପ କରେ, ତାହା ଶରୀରର ବହିର୍ଭୂତ; କିନ୍ତୁ ଯେ ବ୍ୟଭିଚାର କରେ, ସେ ଆପଣା ନିଜ ଶରୀର ବିରୁଦ୍ଧରେ ପାପ କରେ।


କାରଣ ଈଶ୍ଵର ଆମ୍ଭମାନଙ୍କୁ ଅଶୁଚିତାରେ ଜୀବନ ଯାପନ କରିବା ନିମନ୍ତେ ଆହ୍ଵାନ ନ କରି ପବିତ୍ର ହେବା ନିମନ୍ତେ ଆହ୍ଵାନ କରିଅଛନ୍ତି।


ଖାଦ୍ୟ ଉଦର ନିମନ୍ତେ, ପୁଣି ଉଦର ଖାଦ୍ୟ ନିମନ୍ତେ; କିନ୍ତୁ ଈଶ୍ଵର ଉଭୟକୁ ଲୋପ କରିବେ। ଶରୀର ବ୍ୟଭିଚାର ନିମନ୍ତେ ନୁହେଁ, କିନ୍ତୁ ପ୍ରଭୁଙ୍କ ନିମନ୍ତେନ,,ଆଉ ପ୍ରଭୁ ଶରୀର ନିମନ୍ତେ;


କାରଣ ସେମାନେ ଯାହାସବୁ ଗୁପ୍ତରେ କରନ୍ତି, ସେହିସବୁ କଥା କହିବା ସୁଦ୍ଧା ଲଜ୍ଜାଜନକ,


କାରଣ ହୃଦୟରୁ କୁଚିନ୍ତା, ନରହତ୍ୟା, ବ୍ୟଭିଚାର, ବେଶ୍ୟାଗମନ, ଚୌର୍ଯ୍ୟ, ମିଥ୍ୟାସାକ୍ଷ୍ୟ ଓ ନିନ୍ଦା ବାହାରେ;


ଆମ୍ଭେ ତାହାକୁ ମନ ପରିବର୍ତ୍ତନ କରିବାକୁ ସମୟ ଦେଲେ ହେଁ ସେ ଆପଣା ବେଶ୍ୟାବୃତ୍ତିରୁ ମନ ପରିବର୍ତ୍ତନ କରିବାକୁ ଇଚ୍ଛୁକ ହେଉ ନାହିଁ।


ଯେପରି ସେମାନଙ୍କ ମଧ୍ୟରେ କେତେକ ବ୍ୟଭିଚାର କରି ଏକ ଦିନରେ ତେଇଶ ହଜାର ମରିଗଲେ, ସେପରି ଆମ୍ଭେମାନେ ବ୍ୟଭିଚାର ନ କରୁ।


କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ।


କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ଵାସୀ, ଘୃଣ୍ୟ-କଳଙ୍କିତ, ନରଘାତକ, ବ୍ୟଭିଚାରୀ, ମାୟାବୀ ଓ ପ୍ରତିମା-ପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ ଅଗ୍ନି ଓ ଗନ୍ଧକ ପ୍ରଜ୍ଵଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ଵିତୀୟ ମୃତ୍ୟୁ।


କିନ୍ତୁ ତୁମ୍ଭ ବିରୁଦ୍ଧରେ ଆମ୍ଭର କିଛି କଥା ଅଛି, ଯେଉଁ ବିଲୀୟାମ ଦେବପ୍ରସାଦ ଭୋଜନ ଓ ବେଶ୍ୟାଗମନରୂପ ଫାନ୍ଦ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପକାଇବାକୁ ବାଲାକକୁ ଶିକ୍ଷା ଦେଇଥିଲା, ତାହାର ମତାବଲମ୍ଵୀ କେତେକ ଜଣ ତୁମ୍ଭ ମଧ୍ୟରେ ସେଠାରେ ଅଛନ୍ତି।


ପ୍ରକୃତରେ ଶୁଣାଯାଉଅଛି ଯେ, ତୁମ୍ଭମାନଙ୍କ ମଧ୍ୟରେ ବ୍ୟଭିଚାର ଅଛି, ଆଉ ଏପରି ବ୍ୟଭିଚାର, ଯାହାକି ବିଜାତିମାନଙ୍କ ମଧ୍ୟରେ ସୁଦ୍ଧା ହୁଏ ନାହିଁ, ଏପରିକି ଜଣେ ଆପଣା ପିତାର ଭାର୍ଯ୍ୟାକୁ ରଖିଅଛି।


ପୁଣି, ସେମାନେ ଲୋକମାନଙ୍କ ପରି ତୁମ୍ଭ ନିକଟକୁ ଆସନ୍ତି ଓ ଆମ୍ଭ ଲୋକଙ୍କ ପରି ତୁମ୍ଭ ସମ୍ମୁଖରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି, ମାତ୍ର ତାହା ପାଳନ କରନ୍ତି ନାହିଁ; କାରଣ ସେମାନେ ମୁଖରେ ବହୁତ ପ୍ରେମ ଦେଖାନ୍ତି, ମାତ୍ର ସେମାନଙ୍କର ଅନ୍ତଃକରଣ ସେମାନଙ୍କର ଲାଭର ଅନୁଗାମୀ ହୁଏ।


ତୁମ୍ଭେ ଆପଣା ପ୍ରତିବାସୀର ଗୃହକୁ ଲୋଭ କରିବ ନାହିଁ, ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟା, କି ଦାସ, କି ଦାସୀ, କି ତାହାର ଗୋରୁ, କି ଗଧ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।


ଆଉ ସେମାନେ ଆପଣାମାନଙ୍କର ନରହତ୍ୟା, କୁହୁକ, ବ୍ୟଭିଚାର ଓ ଚୌର୍ଯ୍ୟକର୍ମରୁ ମନ ପରିବର୍ତ୍ତନ କଲେ ନାହିଁ।


ସେମାନେ ଧନଲୋଭରେ ଛଳବାକ୍ୟ ଦ୍ଵାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ତ ଅନେକ କାଳରୁ ଘଟିଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ଵ ହେବ ନାହିଁ।


କିଅବା କେହି ପାରଦାରିକ, ବା ଥରକର ଖାଦ୍ୟ ନିମନ୍ତେ ଆପଣା ଜ୍ୟେଷ୍ଠାଧିକାର ବିକ୍ରୟକାରୀ ଯେ ଏଷୌ, ତାହା ପରି ବିଧର୍ମାଚାରୀ ହୁଏ, ଏ ବିଷୟରେ ଅତି ଜାଗ୍ରତ ହୁଅ।


କାଳେ ମୁଁ ପୁନର୍ବାର ଉପସ୍ଥିତ ହେଲେ ମୋହର ଈଶ୍ଵର ତୁମ୍ଭମାନଙ୍କ ସମ୍ଵନ୍ଧରେ ମୋତେ ପୁନର୍ବାର ଅବନତ କରନ୍ତି, ପୁଣି, ଯେଉଁମାନେ ପୂର୍ବରେ ପାପ କରିଅଛନ୍ତି, ଆଉ ଆପଣା ଆପଣା କୃତ ଅଶୁଚିତା, ବ୍ୟଭିଚାର ଓ କାମୁକତା ସକାଶେ ଅନୁତାପ କରି ନାହାନ୍ତି, ଏପରି ଅନେକ ଲୋକଙ୍କ ନିମନ୍ତେ ମୁଁ ଶୋକ କରେ।


ପୁଣି ବୟୋଧିକା ସ୍ତ୍ରୀମାନଙ୍କୁ ସେହିପରି ପରନିନ୍ଦୁକା ଓ ମଦ୍ୟପାନରେ ଆସକ୍ତା ନ ହୋଇ ଶୁଦ୍ଧାଚାରିଣୀ ହେବାକୁ ଓ ସୁଶିକ୍ଷା ଦେବାକୁ ଅନୁରୋଧ କର;


କାରଣ ଲୋକମାନେ ଆତ୍ମପ୍ରିୟ, ଧନଲୋଭୀ, ଆତ୍ମଗର୍ବୀ, ଅହଂକାରୀ, ନିନ୍ଦକ, ପିତାମାତାଙ୍କର ଅବାଧ୍ୟ,


କିନ୍ତୁ ପ୍ରତିମା ସମ୍ଵନ୍ଧୀୟ ଅଶୁଚିତା, ପରଦାର, ଶ୍ଵାସରୋଧ ଦ୍ଵାରା ମୃତ ପ୍ରାଣୀ ଓ ରକ୍ତରୁ ପୃଥକ୍ ରହିବା ନିମନ୍ତେ ଆମ୍ଭେମାନେ ସେମାନଙ୍କୁ ଲେଖୁ।


ଆହୁରି, ତୁମ୍ଭେ ଏହି ଲୋକମାନଙ୍କ ମଧ୍ୟରୁ କର୍ମକ୍ଷମ, ଅର୍ଥାତ୍, ପରମେଶ୍ଵରଙ୍କ ପ୍ରତି ଭୟକାରୀ, ସତ୍ୟବାଦୀ, ଓ ଅନ୍ୟାୟ-ଲାଭ ଘୃଣାକାରୀ ଲୋକଙ୍କୁ ମନୋନୀତ କର; ପୁଣି ସେମାନଙ୍କୁ ଲୋକମାନଙ୍କ ଉପରେ ସହସ୍ରପତି, ଶତପତି, ପଚାଶତ୍ପତି ଓ ଦଶପତି ରୂପେ ନିଯୁକ୍ତ କର।


ସେମାନଙ୍କର ଚକ୍ଷୁ ବ୍ୟଭିଚାରରେ ପରିପୂର୍ଣ୍ଣ ହୋଇ ପାପରୁ କ୍ଷା; ହୁଏ ନାହିଁ, ସେମାନେ ଚଞ୍ଚଳମତି ଲୋକମାନଙ୍କୁ ପ୍ରଲୋଭିତ କରନ୍ତି, ସେମାନଙ୍କର ହୃଦୟ ଧନଲୋଭରେ ଅଭ୍ୟସ୍ତ, ସେମାନେ ଅଭିଶାପର ସନ୍ତାନ,


ସେମାନେ ଦୁଃସାହସୀ ଓ ସ୍ଵେଚ୍ଛାଚାରୀ ହୋଇ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରିବାକୁ ଭୟ କରନ୍ତି ନାହିଁ,


ତୁମ୍ଭମାନଙ୍କ ତତ୍ତ୍ଵାବଧାନରେ ଥିବା ଈଶ୍ଵରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଈଶ୍ଵରଙ୍କ ଇଚ୍ଛାନୁଯାୟୀ ସ୍ଵଚ୍ଛନ୍ଦ ମନରେ, କୁତ୍ସିତ ଲାଭ ନିମନ୍ତେ ନୁହେଁ,, କିନ୍ତୁ ଆଗ୍ରହ ସହକାରେ ତାହା କର;


ସେମାନଙ୍କର ମୁଖ ବନ୍ଦ କରିବାର ଆବଶ୍ୟକ। ସେମାନେ କୁତ୍ସିତ ଧନଲାଭ ନିମନ୍ତେ ଅନୁପଯୁକ୍ତ ଶିକ୍ଷା ଦେଇ ଗୋଟିଏ ଗୋଟିଏ ପରିବାରକୁ ସମ୍ପୂର୍ଣ୍ଣ ରୂପେ ପଥଭ୍ରଷ୍ଟ କରନ୍ତି।


କାରଣ ଅଧ୍ୟକ୍ଷ, ଈଶ୍ଵରଙ୍କର ବେବର୍ତ୍ତା ସ୍ଵରୂପେ ନିର୍ଦ୍ଦୋଷ ହେବା ଆବଶ୍ୟକ; ସେ ସ୍ଵେଚ୍ଛାଚାରୀ କି ଆଶୁକ୍ରୋଧୀ କି ମଦ୍ୟପାୟୀ କି ବିବାଦପ୍ରିୟ କି କୁତ୍ସିତ ଧନଲାଭର ଅଭିଳାଷୀ ନ ହୋଇ ଆତିଥ୍ୟପ୍ରିୟ,


ମଦ୍ୟପାୟୀ କି ବିବାଦପ୍ରିୟ ନ ହୋଇ ବରଂ ମୃଦୁଶୀଳ, ନିର୍ବିରୋଧ ଓ ନିର୍ଲୋଭ ହେବେ,


ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ସତ୍କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ।


ମୋହର ଏହିମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ଵରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ଵାସ ନିମନ୍ତେ ଏକ ପ୍ରାଣରେ ଏକ ସଙ୍ଗରେ ଉଦ୍ୟମ କରୁଅଛ,


ତୁମ୍ଭେମାନେ ସାଧୁମାନଙ୍କ ଯଥାଯୋଗ୍ୟ ଭାବରେ ତାଙ୍କୁ ପ୍ରଭୁଙ୍କ ନାମରେ ଗ୍ରହଣ କରିବ, ଆଉ ଯେକୌଣସି ବିଷୟରେ ତୁମ୍ଭମାନଙ୍କଠାରୁ ତାଙ୍କର ସାହାଯ୍ୟ ଆବଶ୍ୟକ ହେବ, ସେବିଷୟରେ ତାଙ୍କୁ ସାହାଯ୍ୟ କରିବ; କାରଣ ସେ ନିଜେ ମଧ୍ୟ ଅନେକଙ୍କର ଓ ମୋʼ ନିଜର ଉପକାର କରିଅଛନ୍ତି।


କିମ୍ଵା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଈଶ୍ଵରଙ୍କ ନିକଟରେ ସମର୍ପଣ କର, ପୁଣି ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ଵରଙ୍କ ନିକଟରେ ସମର୍ପଣ କର।


ସେମାନେ ସର୍ବପ୍ରକାର ଅଧର୍ମ, ଦୁଷ୍ଟତା, ଲୋଭ, ହିଂସା, ଈର୍ଷା, ବଧ, ବିବାଦ, ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ;


ମୁଁ କାହାରି ରୂପା କି ସୁନା କି ବସ୍ତ୍ର ଲୋଭ କରି ନ ଥିଲି।


ଏହିସବୁ କଥା ଶୁଣି ଧନଲୋଭୀ ଫାରୂଶୀମାନେ ତାହାଙ୍କୁ ବିଦ୍ରୂପ କରିବାକୁ ଲାଗିଲେ।


ଆଉ, ସେମାନେ କ୍ଷେତ୍ରକୁ ଲୋଭ କରନ୍ତି ଓ ବଳରେ ତାହା ଛଡ଼ାଇ ନିଅନ୍ତି ଓ ଗୃହକୁ ଲୋଭ କରି ତାହା ହରଣ କରି ନିଅନ୍ତି; ଆଉ, ସେମାନେ ପୁରୁଷ ଓ ତାହାର ଗୃହ ପ୍ରତି, ହଁ, ମନୁଷ୍ୟ ଓ ତାହାର ପୈତୃକ ଅଧିକାର ପ୍ରତି ଦୌରାତ୍ମ୍ୟ କରନ୍ତି।


ମାତ୍ର ତୁମ୍ଭର ଚକ୍ଷୁ ଓ ତୁମ୍ଭର ଅନ୍ତଃକରଣ, ଆପଣାର ଲୋଭ, ନିର୍ଦ୍ଦୋଷର ରକ୍ତପାତ, ଉପଦ୍ରବ ଓ ଦୌରାତ୍ମ୍ୟ କରିବା ଛଡ଼ା ଆଉ କାହିଁରେ ନାହିଁ।


ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟ; ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି।


ଯେହେତୁ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟ; ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍-ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି।


ଯେଉଁ ଅଧ୍ୟକ୍ଷ ବୁଦ୍ଧିହୀନ, ସେ ମଧ୍ୟ ଅତି ଉପଦ୍ରବୀ ହୁଏ, ମାତ୍ର ଯେ ଲୋଭକୁ ଘୃଣା କରେ, ସେ ଆପଣା ଦିନ ବଢ଼ାଇବ।


ଲୋଭ ପ୍ରତି ନୁହେଁ, ମାତ୍ର ତୁମ୍ଭ ପ୍ରମାଣ-ବାକ୍ୟ ପ୍ରତି ମୋʼ ଚିତ୍ତର ସ୍ନେହ ଜନ୍ମାଅ।


କାରଣ ଦୁଷ୍ଟ ଆପଣା ମନୋବାଞ୍ଛା ବିଷୟରେ ଦର୍ପ କରେ; ଆଉ, ଲୋଭୀ ସଦାପ୍ରଭୁଙ୍କୁ ତ୍ୟାଗ କରେ, ମଧ୍ୟ ତାହାଙ୍କୁ ଅବଜ୍ଞା କରେ।


ମାତ୍ର ତାଙ୍କର ପୁତ୍ରମାନେ ତାଙ୍କର ପଥରେ ନ ଚାଲି ଅନ୍ୟାୟଲାଭର ଅନୁଗାମୀ ହେଲେ ଓ ଲାଞ୍ଚ ନେଇ ବିଚାର ବିପରୀତ କଲେ।


ମୁଁ ଲୁଟିତ ଦ୍ରବ୍ୟ ମଧ୍ୟରେ ଖଣ୍ତିଏ ସୁନ୍ଦର ବାବିଲୀୟ ବସ୍ତ୍ର ଓ ଦୁଇଶହ ଶେକଲ ରୂପା ଓ ପଚାଶ ଶେକଲ ପରିମିତ ଏକ ସୁନାମୁଣ୍ତା ଦେଖି ଲୋଭ କରି ତାହା ନେଲି; ଆଉ ଦେଖ, ସେସବୁ ମୋʼ ତମ୍ଵୁ ମଧ୍ୟରେ ଭୂମିରେ ପୋତା ଅଛି, ଆଉ ରୂପା ତହିଁ ତଳେ ଅଛି।


ଅନନ୍ତର ଇସ୍ରାଏଲ ଶିଟୀମରେ ବାସ କଲେ, ପୁଣି ଲୋକମାନେ ମୋୟାବର କନ୍ୟାଗଣ ସହିତ ବ୍ୟଭିଚାର କରିବାକୁ ଲାଗିଲେ।


ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା କହିଅଛୁ, ସେସମସ୍ତ ବିଷୟରେ ସାବଧାନ ହୁଅ; ଅନ୍ୟ ଦେବଗଣର ନାମ ସ୍ମରଣ କରାଅ ନାହିଁ, କିଅବା ତୁମ୍ଭମାନଙ୍କ ମୁଖରୁ ତାହା ଶୁଣା ନ ଯାଉ।


କାରଣ ଧନଲୋଭ ସମସ୍ତ ଅନିଷ୍ଟର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ଵାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି ବହୁ ଦୁଃଖରେ ଆପଣା ଆପଣା ହୃଦୟ ବିଦୀର୍ଣ୍ଣ କରିଅଛନ୍ତି।


ପୁଣି, ସେ ସେମାନଙ୍କୁ କହିଲେ, ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ସମ୍ପତ୍ତିର ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ।


ମଧ୍ୟ ସେ ସ୍ତ୍ରୀ, ଯାହା ସଙ୍ଗେ ସ୍ଖଳିତ-ବୀର୍ଯ୍ୟ ପୁରୁଷ ଶୟନ କରିବ, ସେ ଦୁହେଁ ଜଳରେ ସ୍ନାନ କରିବେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବେ।


Swiv nou:

Piblisite


Piblisite