Biblia Todo Logo
Bib sou entènèt

- Piblisite -




ଯିଶାଇୟ 1:1 - ପବିତ୍ର ବାଇବଲ (Re-edited) - (BSI)

1 ଆମୋସର ପୁତ୍ର ଯିଶାଇୟଙ୍କର ଦର୍ଶନ, ସେ ଯିହୁଦା ରାଜଗଣ ଉଷୀୟ, ଯୋଥମ୍, ଆହସ୍ ଓ ହିଜକୀୟର ଅଧିକାର ସମୟରେ ଯିହୁଦା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ।

Gade chapit la Kopi

ଓଡିଆ ବାଇବେଲ

1 ଆମୋସର ପୁତ୍ର ଯିଶାଇୟଙ୍କର ଦର୍ଶନ, ସେ ଯିହୁଦା ରାଜାଗଣ ଉଷୀୟ, ଯୋଥମ୍‍, ଆହସ୍‌ ଓ ହିଜକୀୟର ରାଜତ୍ଵ ସମୟରେ ଯିହୁଦା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଆମୋସର ପୁତ୍ର ଯିଶାଇୟଙ୍କର ଦର୍ଶନ, ସେ ଯିହୁଦା-ରାଜାଗଣ ଉଷୀୟ, ଯୋଥମ୍‍, ଆହସ୍‌ ଓ ହିଜକୀୟର ରାଜତ୍ୱ ସମୟରେ ଯିହୁଦା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ।

Gade chapit la Kopi

ପବିତ୍ର ବାଇବଲ

1 ଆମୋସଙ୍କର ପୁତ୍ର ଯିଶାଇୟଙ୍କର ଦର୍ଶନ, ପରମେଶ୍ୱର ଯିହୁଦା ଓ ଯିରୁଶାଲମର ଯାହାସବୁ ଘଟିଥିଲା ସେସବୁ ଯିଶାଇୟଙ୍କୁ ଦେଖାଇଲେ ଉଷିୟ, ଯୋଥମ୍, ଆହସ୍ ଓ ହିଜକିୟଙ୍କ ରାଜତ୍ୱ କାଳରେ ଯିହୁଦାରେ ଯାହାସବୁ ଘଟିଥିଲା ଯିଶାଇୟ ଦର୍ଶନ କଲେ।

Gade chapit la Kopi




ଯିଶାଇୟ 1:1
38 Referans Kwoze  

ଏଥି ଉତ୍ତାରେ ଯିହୁଦାର ଲୋକ ସମସ୍ତେ ଷୋଳ ବର୍ଷ ବୟସ୍କ ଉଷୀୟଙ୍କୁ ନେଇ ତାଙ୍କର ପିତା ଅମତ୍ସୀୟଙ୍କର ପଦରେ ତାଙ୍କୁ ରାଜା କଲେ।


ଇସ୍ରାଏଲର ରାଜା ଏଲାଙ୍କ ପୁତ୍ର ହୋଶେୟଙ୍କର ଅଧିକାରର ତୃତୀୟ ବର୍ଷରେ ଯିହୁଦାର ରାଜା ଆହସଙ୍କର ପୁତ୍ର ହିଜକୀୟ ରାଜ୍ୟ କରିବାକୁ ଆରମ୍ଭ କଲେ।


ଯିହୁଦା-ରାଜା ଉଷୀୟର ପୌତ୍ର ଯୋଥମ୍ର ପୁତ୍ର ଆହସର ସମୟରେ ଅରାମର ରତ୍ସୀନ ରାଜା ଓ ରମଲୀୟର ପୁତ୍ର ପେକହ ନାମେ ଇସ୍ରାଏଲର ରାଜା ଯିରୂଶାଲମର ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ସେଠାକୁ ଗଲେ; ମାତ୍ର ତାହା ପରାସ୍ତ କରି ପାରିଲେ ନାହିଁ।


ଉଷୀୟ ରାଜା ମୃତ ହେବା ବର୍ଷ ମୁଁ ପ୍ରଭୁଙ୍କୁ ଏକ ଉଚ୍ଚ ଓ ଉନ୍ନତ ସିଂହାସନରେ ଉପବିଷ୍ଟ ଦେଖିଲି, ତାହାଙ୍କ ରାଜବସ୍ତ୍ରର ଅଞ୍ଚଳ ମନ୍ଦିରକୁ ପରିପୂର୍ଣ୍ଣ କଲା।


ଆମୋସର ପୁତ୍ର ଯିଶାଇୟ, ଯିହୁଦା ଓ ଯିରୂଶାଲମ ବିଷୟରେ ଯେଉଁ ଦର୍ଶନ ପାଇଲେ, ତହିଁର ବୃତ୍ତାନ୍ତ।


ସେସମୟରେ ତୁମ୍ଭେ ଆପଣା ସଦ୍ଭକ୍ତମାନଙ୍କୁ ଦର୍ଶନ ଦେଇ କଥା କହିଲ, ପୁଣି କହିଲ, ଆମ୍ଭେ ଏକ ବିକ୍ରମୀ ଉପରେ ସାହାଯ୍ୟ କରିବାର ଭାର ଦେଇଅଛୁ; ଆମ୍ଭେ ଲୋକମାନଙ୍କ ମଧ୍ୟରୁ ମନୋନୀତ ଏକ ଜଣକୁ ଉନ୍ନତ କରିଅଛୁ।


ଯେ ପରମେଶ୍ଵରଙ୍କ ବାକ୍ୟ ଶୁଣୁଅଛି ଓ ସର୍ବ-ପ୍ରଧାନଙ୍କର ତତ୍ତ୍ଵ ଜାଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନଚକ୍ଷୁ ହୋଇ କହୁଅଛି;


ଯିହୁଦାର ରାଜା ଉଷୀୟର ଅଧିକାର ସମୟରେଣଓ ଯୋୟାଶର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ଅଧିକାର ସମୟରେ, ଭୂମିକମ୍ପର। ଦୁଇ ବର୍ଷର ପୂର୍ବରେ ତକୋୟସ୍ଥ ଗୋପାଳକମାନଙ୍କର ମଧ୍ୟବର୍ତ୍ତୀ ଆମୋଷ ଇସ୍ରାଏଲ ବିଷୟରେ ଯେ ଯେ ଦର୍ଶନ ପାଇଲେ, ତଦ୍ବିଷୟକ ତାଙ୍କର ବାକ୍ୟ।


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର ବାକ୍ୟ ତୁମ୍ଭେମାନେ ଶୁଣ ନାହିଁ; ସେମାନେ ତୁମ୍ଭମାନଙ୍କୁ ଅସାରତା ଶିଖାନ୍ତି; ସେମାନେ ଆପଣା ହୃଦୟର ଦର୍ଶନ କଥା କହନ୍ତି ଓ ସେମାନେ ସଦାପ୍ରଭୁଙ୍କ ମୁଖର କଥା କହନ୍ତି ନାହିଁ।


ହେ ସିୟୋନ ନିକଟରେ ସୁସମାଚାର ପ୍ରଚାର-କାରିଣୀ, ତୁମ୍ଭେ ଉଚ୍ଚ ପର୍ବତକୁ ଯାଅ; ହେ ଯିରୂଶାଲମ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ବଳରେ ଉଚ୍ଚସ୍ଵର କର, ଉଚ୍ଚସ୍ଵର କର, ଭୟ କର ନାହିଁ; ଯିହୁଦାର ନଗରସମୂହକୁ କୁହ, ହେଇ ଦେଖ, ତୁମ୍ଭମାନଙ୍କ ପରମେଶ୍ଵରଣ!


ଏକ ଦୁଃଖଦାୟକ ଦର୍ଶନ ଆମ୍ଭ ପ୍ରତି ପ୍ରକାଶିତ ହୋଇଅଛି; ବିଶ୍ଵାସଘାତକ ବିଶ୍ଵାସଘାତକତା କରୁଅଛି ଓ ଲୁଟକାରୀ ଲୁଟୁଅଛି। ହେ ଏଲମ୍, ଉପରକୁ ଯାଅ; ହେ ମାଦୀୟେ, ଅବରୋଧ କର; ମୁଁ ତହିଁର ହାହାକାର ଧ୍ଵନିସବୁ ନିବୃତ୍ତ କରିଅଛି।


ବାବିଲ ବିଷୟକ ଭାରୋକ୍ତି, ଆମୋସର ପୁତ୍ର ଯିଶାଇୟ ଏହି ଦର୍ଶନ ପାଇଲେ।


ଇସ୍ରାଏଲର ରାଜା ରମଲୀୟଙ୍କର ପୁତ୍ର ପେକହଙ୍କର ଅଧିକାରର ଦ୍ଵିତୀୟ ବର୍ଷରେ ଯିହୁଦାର ରାଜା ଉଷୀୟଙ୍କର ପୁତ୍ର ଯୋଥମ୍ ରାଜ୍ୟ କରିବାକୁ ଆରମ୍ଭ କଲେ।


ଅନନ୍ତର ଅସରୀୟ ଆପଣା ପିତୃଗଣ ସହିତ ଶୟନ କଲେ; ତହିଁରେ ଲୋକମାନେ ତାଙ୍କୁ ଦାଉଦ-ନଗରରେ ତାଙ୍କର ପିତୃଗଣ ସହିତ କବର ଦେଲେ; ତହୁଁ ତାଙ୍କର ପୁତ୍ର ଯୋଥମ୍ ତାଙ୍କର ପଦରେ ରାଜ୍ୟ କଲେ।


ଇସ୍ରାଏଲର ରାଜା ଯାରବୀୟାମ୍ଙ୍କର ଅଧିକାରର ସତାଇଶ ବର୍ଷରେ ଯିହୁଦାର ରାଜା ଅମତ୍ସୀୟଙ୍କର ପୁତ୍ର ଅସରୀୟ ରାଜ୍ୟ କରିବାକୁ ଆରମ୍ଭ କଲେ।


ଅତଏବ, ହେ ରାଜନ୍ ଆଗ୍ରିପ୍‍ପା, ମୁଁ ସେହି ସ୍ଵର୍ଗୀୟ ଦର୍ଶନର ଅବାଧ୍ୟ ହେଲି ନାହିଁ,


ପିତର ଯେଉଁ ଦର୍ଶନ ପାଇଥିଲେ, ସେଥିର ଅର୍ଥ କଅଣ, ତାହା ଭାବି ସେ ହତବୁଦ୍ଧି ହେଉଥିବା ସମୟରେ, ଦେଖ, କର୍ଣ୍ଣିଲୀୟଙ୍କ ପ୍ରେରିତ ଲୋକମାନେ ଶିମୋନଙ୍କ ଗୃହର ଅନୁସନ୍ଧାନ କରି ଦ୍ଵାର ନିକଟରେ ଠିଆ ହୋଇ,


ସେମାନେ ପର୍ବତରୁ ଓହ୍ଳାଇବା ସମୟରେ ଯୀଶୁ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ମନୁଷ୍ୟପୁତ୍ର ମୃତମାନଙ୍କ ମଧ୍ୟରୁ ଉତ୍ଥିତ ନ ହେବା ପର୍ଯ୍ୟନ୍ତ ଏ ଦର୍ଶନର କଥା କାହାରିକି କୁହ ନାହିଁ।


ଅନନ୍ତର ସଦାପ୍ରଭୁ ମୋତେ ଉତ୍ତର ଦେଇ କହିଲେ, ଏହି ଦର୍ଶନର କଥା ଲେଖ ଓ ଯେ ପାଠ କରେ, ସେ ଯେପରି ଦୌଡ଼ି ପାରିବ, ଏଥିପାଇଁ ପଟାରେ ସୁସ୍ପଷ୍ଟ କରି ଖୋଳ।


ନୀନିବୀ ବିଷୟକ ଭାରୋକ୍ତି। ଇଲକୋଶୀୟ ନାହୂମଙ୍କର ଦର୍ଶନ ପୁସ୍ତକ।


ଯିହୁଦା ଦେଶୀୟ ଯୋଥମ୍, ଆହସ ଓ ହିଜକୀୟ ରାଜାମାନଙ୍କର ଅଧିକାର ସମୟରେ, ମୋରେଷ୍ଟୀୟ ମୀଖାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ସେ ଶମରୀୟା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ।


ଯିହୁଦାର ରାଜଗଣ ଉଷୀୟ, ଯୋଥମ, ଆହସ ଓ ହିଜକୀୟର ଅଧିକାର ସମୟରେ ଯୋୟାସର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ସମୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ବେରିଙ୍କ ପୁତ୍ର ହୋଶେୟଙ୍କର ନିକଟରେ ଉପସ୍ଥିତ ହେଲା।


ଯେ ପରମେଶ୍ଵରଙ୍କ ବାକ୍ୟ ଶୁଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନଚକ୍ଷୁ ହୋଇ କହୁଅଛି।


କାରଣ କୌଣସି ଭାବବାଣୀ କେବେ ହେଁ ମନୁଷ୍ୟର ଇଚ୍ଛାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ଈଶ୍ଵର ପ୍ରେରିତ ମନୁଷ୍ୟମାନେ ପବିତ୍ର ଆତ୍ମାଙ୍କ ଦ୍ଵାରା ଚାଳିତ ହୋଇ କଥା କହିଥିଲେ।


ଯଦ୍ୟପି ଦର୍ପ କରିବା ହିତକର ନୁହେଁ, ତଥାପି ମୋତେ ଦର୍ପ କରିବାକୁ ପଡ଼ୁଅଛି; ମୁଁ ପ୍ରଭୁଙ୍କ ଦର୍ଶନ ଓ ପ୍ରକାଶିତ ବିଷୟ କହିବି।


ତେବେ ସେ କହିଲେ, ଆମ୍ଭର ବାକ୍ୟ ଶୁଣ; ଯେବେ ତୁମ୍ଭମାନଙ୍କ ମଧ୍ୟରେ କେହି ଭବିଷ୍ୟଦ୍ବକ୍ତା ଥାଏ, ତେବେ ଆମ୍ଭେ ସଦାପ୍ରଭୁ କୌଣସି ଦର୍ଶନ ଦ୍ଵାରା ତାହା ପ୍ରତି ଆପଣାକୁ ପ୍ରକାଶ କରିବା, ଆମ୍ଭେ ସ୍ଵପ୍ନ ଦ୍ଵାରା ତାହା ସହିତ କଥା କହିବା।


ଯିହୁଦାର ରାଜା ଉଷୀୟଙ୍କର ଅଧିକାରର ଅଣଚାଳିଶ ବର୍ଷରେ ଯାବେଶଙ୍କର ପୁତ୍ର ଶଲ୍ଲୁମ୍ ରାଜ୍ୟ କରିବାକୁ ଆରମ୍ଭ କଲେ; ଆଉ ସେ ଶମରୀୟାରେ ଏକ ମାସ କାଳ ରାଜ୍ୟ କଲେ।


ପୁଣି ରାଜଗୃହାଧ୍ୟକ୍ଷ ଇଲୀୟାକୀମ୍କୁ ଓ ଶିବ୍ନ ଲେଖକକୁ ଓ ଯାଜକମାନଙ୍କ ପ୍ରାଚୀନବର୍ଗକୁ ଅଖା ଘୋଡ଼ାଇ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ପଠାଇଲେ।


ଏହି ଉଷୀୟଙ୍କର ଆଦ୍ୟ; ଅବଶିଷ୍ଟ ବୃତ୍ତା; ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତା ଲେଖିଲା।


ଯୋଥମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିରୁଶା, ସେ ସାଦୋକର କନ୍ୟା ଥିଲେ।


ଆହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ। ପୁଣି, ସେ ଆପଣା ପୁର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ।


ପୁଣି ଛଅ ଶହ ବୃଷ ଓ ତିନି ସହସ୍ର ମେଷ ପବିତ୍ରୀକୃତ ହେଲେ।


ସେହି ସମୟରେ ଆମୋସର ପୁତ୍ର ଯିଶାଇୟ ଦ୍ଵାରା ସଦାପ୍ରଭୁ ଏହି କଥା କହିଲେ, ଯାଅ, ତୁମ୍ଭ କଟିଦେଶରୁ ଚଟବସ୍ତ୍ର ଫିଟାଅ ଓ ତୁମ୍ଭ ପାଦରୁ ପାଦୁକା କାଢ଼, ତହିଁରେ ସେ ତାହା କରି ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କଲା।


ପୁଣି, ସେ ରାଜଗୃହାଧ୍ୟକ୍ଷ ଇଲୀୟାକୀମ୍କୁ ଓ ଶୀବ୍ନ ଲେଖକକୁ ଓ ଯାଜକମାନଙ୍କର ପ୍ରାଚୀନବର୍ଗଙ୍କୁ ଅଖା ଘୋଡ଼ାଇ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ପଠାଇଲା।


ସେସମୟରେ ହିଜକୀୟର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତା ତାହା ନିକଟକୁ ଆସି କହିଲେ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ।


ତିରିଶ ବର୍ଷର ଚତୁର୍ଥ ମାସର ପଞ୍ଚମ ଦିନରେ କବାର ନଦୀ କୂଳରେ ବନ୍ଦୀମାନଙ୍କ ମଧ୍ୟରେ ମୁଁ ଥିବା ସମୟରେ ସ୍ଵର୍ଗ ମୁକ୍ତ ହେଲା, ତହିଁରେ ମୁଁ ଈଶ୍ଵରୀୟ ଦର୍ଶନମାନ ପାଇଲି।


ପୁଣି, ପ୍ରଶଂସାର୍ଥକ ବଳି ନିମନ୍ତେ ତାଡ଼ିମିଶ୍ରତ ଦ୍ରବ୍ୟ ଉତ୍ସର୍ଗ କର ଓ ସ୍ଵେଚ୍ଛାଦତ୍ତ ଉପହାର ବିଷୟ ଘୋଷଣା କରି ପ୍ରକାଶ କର; କାରଣ, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଏପରି କରିବାକୁ ଭଲ ପାଅ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି।


Swiv nou:

Piblisite


Piblisite