Biblia Todo Logo
Bib sou entènèt

- Piblisite -




ଯିଶାଇୟ 1:3 - ପବିତ୍ର ବାଇବଲ (Re-edited) - (BSI)

3 ଗୋରୁ ଆପଣା ଖାଉନ୍ଦକୁ ଓ ଗର୍ଦ୍ଦଭ ଆପଣା କର୍ତ୍ତାର କୁଣ୍ତକୁ ଚିହ୍ନେ; ମାତ୍ର ଇସ୍ରାଏଲ ଜାଣେ ନାହିଁ, ଆମ୍ଭର ଲୋକମାନେ ବିବେଚନା କରନ୍ତି ନାହିଁ।

Gade chapit la Kopi

ଓଡିଆ ବାଇବେଲ

3 ଗୋରୁ ଆପଣା ଖାଉନ୍ଦକୁ ଓ ଗର୍ଦ୍ଦଭ ଆପଣା କର୍ତ୍ତାର କୁଣ୍ଡକୁ ଚିହ୍ନେ; ମାତ୍ର ଇସ୍ରାଏଲ ଜାଣେ ନାହିଁ, ଆମ୍ଭର ଲୋକମାନେ ବିବେଚନା କରନ୍ତି ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଗୋରୁ ଆପଣା ଖାଉନ୍ଦକୁ ଓ ଗର୍ଦ୍ଦଭ ଆପଣା କର୍ତ୍ତାର କୁଣ୍ଡକୁ ଚିହ୍ନେ; ମାତ୍ର ଇସ୍ରାଏଲ ଜାଣେ ନାହିଁ, ଆମ୍ଭର ଲୋକମାନେ ବିବେଚନା କରନ୍ତି ନାହିଁ।”

Gade chapit la Kopi

ପବିତ୍ର ବାଇବଲ

3 ଗାଈ ତା'ର ମୁନିବକୁ ଜାଣେ, ଗଧ ନିଜର ମୁନିବର ସଂଗ୍ଭଳକଙ୍କୁ ଜାଣେ, ମାତ୍ର ଇସ୍ରାଏଲ ଲୋକମାନେ ମୋତେ ଚିହ୍ନି ପାରିଲେ ନାହିଁ। ମୋର ଲୋକମାନେ ମୋତେ ବୁଝୁ ନାହାନ୍ତି।”

Gade chapit la Kopi




ଯିଶାଇୟ 1:3
24 Referans Kwoze  

ହଁ, ଆକାଶଗାମିନୀ ଚରଳ ଆପଣାର ନିରୂପିତ ସମୟ ଜାଣେ; ଆଉ, ଘୁଘୁ ଓ ତାଳଚୋଞ୍ଚ ଓ ସାରସ ଆପଣା ଆପଣାର ଆସିବାର କାଳ ରକ୍ଷା କରନ୍ତି; ମାତ୍ର ଆମ୍ଭର ଲୋକମାନେ ସଦାପ୍ରଭୁଙ୍କର ନିୟମ ଜାଣନ୍ତି ନାହିଁ।


କାରଣ ଆମ୍ଭର ଲୋକମାନେ ଅଜ୍ଞାନ, ସେମାନେ ଆମ୍ଭକୁ ଚିହ୍ନନ୍ତି ନାହିଁ; ସେମାନେ ନିର୍ବୋଧ ବାଳକ, ସେମାନଙ୍କର କିଛି ବିବେଚନା ନାହିଁ; ସେମାନେ କୁକର୍ମ କରିବାକୁ ପଟୁ, ମାତ୍ର ସୁକର୍ମ କରିବାକୁ ସେମାନଙ୍କର କିଛି ଜ୍ଞାନ ନାହିଁ।


ସେମାନେ ଜାଣନ୍ତି ନାହିଁ, କିଅବା ବିବେଚନା କରନ୍ତି ନାହିଁ, କାରଣ ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଓ ସେମାନେ ଯେପରି ବୁଝି ନ ପାରିବେ, ଏଥିପାଇଁ ସେମାନଙ୍କର ଚିତ୍ତ ସେ ମୁଦ୍ରିତ କରିଅଛନ୍ତି।


ସେମାନଙ୍କ ଭୋଜିରେ ବୀଣା ଓ ନେବଲ, ତବଲା ଓ ବଂଶୀ ଓ ଦ୍ରାକ୍ଷାରସ ଥାଏନ୍ତ ମାତ୍ର ସେମାନେ ସଦାପ୍ରଭୁଙ୍କର କାର୍ଯ୍ୟ ନିରୀକ୍ଷଣ କରନ୍ତି ନାହିଁ କିଅବା ତାହାଙ୍କର ହସ୍ତର କର୍ମ ସେମାନେ ବିବେଚନା କରି ନାହାନ୍ତି।


ଆଉ, ଯେପରି ସେମାନେ ଈଶ୍ଵର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ଵୀକୃତ ହେଲେ, ସେହିପରି ଈଶ୍ଵର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ।


ହେ ଲୋକଙ୍କ ମଧ୍ୟରେ ପଶୁବତ୍ ଲୋକେ, ତୁମ୍ଭେମାନେ ବିବେଚନା କର; ହେ ମୂଢ଼ଗଣ, ତୁମ୍ଭେମାନେ କେବେ ଜ୍ଞାନବାନ ହେବ?


ତହିଁର ଡାଳସବୁ ଶୁଷ୍କ ହେଲେ ଭଙ୍ଗା ଯିବ; ସ୍ତ୍ରୀମାନେ ଆସି ତହିଁରେ ଅଗ୍ନି ଲଗାଇବେ; କାରଣ ସେହି ଲୋକମାନେ ବୁଦ୍ଧିହୀନ; ଏହେତୁ ଯେ ସେମାନଙ୍କୁ ନିର୍ମାଣ କଲେ, ସେ ସେମାନଙ୍କ ପ୍ରତି ଦୟା କରିବେ ନାହିଁ ଓ ଯେ ସେମାନଙ୍କୁ ଗଢ଼ିଲେ, ସେ ସେମାନଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ।


ସେମାନେ ଜାଣି ଜାଣି ଭୁଲିଯାଆନ୍ତି ଯେ, ପୁରାକାଳରେ ଆକାଶମଣ୍ତଳ ଓ ଈଶ୍ଵରଙ୍କ ବାକ୍ୟ ଦ୍ଵାରା ଜଳରୁ ନିର୍ଗତ ଓ ଜଳରେ ଅବସ୍ଥିତ ପୃଥିବୀ ଥିଲା


ହେ ଅଳସୁଆ, ତୁମ୍ଭେ ପିମ୍ପୁଡ଼ି ପାଖକୁ ଯାଅ, ତାହାର କ୍ରିୟା ବିବେଚନା କର ଓ ଜ୍ଞାନୀ ହୁଅ।


ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ଓ ଜ୍ଞାନହୀନ ହୋଇଅଛି; ପ୍ରତ୍ୟେକ ସ୍ଵର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ଵାରା ଲଜ୍ଜିତ ହୋଇଅଛି ; କାରଣ ତାହାର ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ।


ସେସମସ୍ତେ ପଶୁବତ୍ ଓ ଅଜ୍ଞାନ; ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।


ଯେକେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ, ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା, ତାହା ହରଣ କରିନିଏ, ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ।


ଏହି ହେତୁ ମୋହର ଲୋକମାନେ ଜ୍ଞାନ ଅଭାବରୁ ବନ୍ଦୀ ହୋଇ ଯାଇଅଛନ୍ତି; ପୁଣି, ସେମାନଙ୍କର ସମ୍ଭ୍ରାନ୍ତ ଲୋକମାନେ କ୍ଷୁଧାର୍ତ୍ତ ଓ ସେମାନଙ୍କର ଲୋକାରଣ୍ୟ ତୃଷାରେ ଶୁଷ୍କ ହେଉଅଛନ୍ତି।


ଆହୁରି, ସେହି କୁକ୍କୁରମାନେ ପେଟୁକ, ସେମାନେ କେବେ ତୃପ୍ତ ନୁହନ୍ତି; ଆଉ, ଏମାନେ ବିବେଚନାଶକ୍ତିଶୂନ୍ୟ ପାଳକ; ସେସମସ୍ତେ ଚାରିଆଡ଼ରୁ ଆପଣା ଆପଣା ଲାଭ ଚେଷ୍ଟାରେ ଆପଣା ଆପଣା ବାଟ ଆଡ଼େ ଫେରିଅଛନ୍ତି।


ପ୍ରଭୁ ସଦାପ୍ରଭୁ କହନ୍ତି, ତୁମ୍ଭର ହୃଦୟ କିପରି ଦୁର୍ବଳ, ଏଥିପାଇଁ ତୁମ୍ଭେ ସ୍ଵେଚ୍ଛାଚାରିଣୀ ବେଶ୍ୟା ସ୍ତ୍ରୀ ପରି ଏହିସବୁ କାର୍ଯ୍ୟ କରିଅଛ;


ହଁ, ସମୁଦାୟ ଇସ୍ରାଏଲ ତୁମ୍ଭର ବ୍ୟବସ୍ଥା ଲଙ୍ଘନ କରିଅଛନ୍ତି, ତୁମ୍ଭର ରବରେ ଯେପରି ସେମାନେ ମନୋଯୋଗ ନ କରିବେ, ଏଥିପାଇଁ ସେମାନେ ବିପଥଗାମୀ ହୋଇଅଛନ୍ତି, ଏହି କାରଣରୁ ଅଭିଶାପ ଓ ପରମେଶ୍ଵରଙ୍କ ସେବକ ମୋଶାଙ୍କ ବ୍ୟବସ୍ଥାରେ ଲିଖିତ ଶପଥ ଆମ୍ଭମାନଙ୍କ ଉପରେ ଢଳା ଯାଇଅଛି; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ପାପ କରିଅଛୁ।


ଯେହେତୁ ଆମ୍ଭେ ଯେ ତାହାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଲୁ ଓ ତାହାର ରୂପା, ସୁନା, ବୃଦ୍ଧି କଲୁ, ଏହା ସେ ଜାଣିଲା ନାହିଁ, ସେମାନେ ସେହି ରୂପା, ସୁନା ବାଲ୍ଦେବ ଉଦ୍ଦେଶ୍ୟରେ ବ୍ୟୟ କଲେ।


ମନ୍ଦ ଲୋକମାନେ ନ୍ୟାୟ ବୁଝନ୍ତି ନାହିଁ, ମାତ୍ର ସଦାପ୍ରଭୁଙ୍କ ଅନ୍ଵେଷଣକାରୀମାନେ ସବୁ ବିଷୟ ବୁଝନ୍ତି।


ତୁମ୍ଭେ ଅନେକ ବିଷୟ ଦେଖୁଅଛ, ମାତ୍ର ମନୋଯୋଗ କରୁ ନାହଁନ୍ତ ତାହାର କର୍ଣ୍ଣ ମୁକ୍ତ ଅଛି, ମାତ୍ର ସେ ଶୁଣୁ ନାହିଁ।


ରେଖବର ପୁତ୍ର ଯିହୋନାଦବ୍ର ସନ୍ତାନଗଣ ସେମାନଙ୍କ ପ୍ରତି ଆଜ୍ଞାପିତ ପିତୃପୁରୁଷର ଆଜ୍ଞା ପ୍ରତିପାଳନ କରିଅଛନ୍ତି, ମାତ୍ର ଏହି ଲୋକମାନେ ଆମ୍ଭ କଥାରେ ମନୋଯୋଗ କରି ନାହାନ୍ତି;


ଆମ୍ଭର ଲୋକମାନେ ହଜିଲା ମେଷ ହୋଇଅଛନ୍ତି, ସେମାନଙ୍କର ପାଳକମାନେ ସେମାନଙ୍କୁ ବିପଥରେ ଗମନ କରାଇଅଛନ୍ତି, ନାନା ପର୍ବତରେ ସେମାନଙ୍କୁ ପଥ ହୁଡ଼ାଇ ଭ୍ରମଣ କରାଇ ଅଛନ୍ତି; ସେମାନେ ପର୍ବତରୁ ଉପପର୍ବତକୁ ଗମନ କରିଅଛନ୍ତି, ସେମାନେ ଆପଣାମାନଙ୍କର ବିଶ୍ରାମ-ସ୍ଥାନ ପାସୋରିଅଛନ୍ତି।


Swiv nou:

Piblisite


Piblisite