Biblia Todo Logo
Bib sou entènèt

- Piblisite -




ଯିଶାଇୟ 2:2 - ପବିତ୍ର ବାଇବଲ (Re-edited) - (BSI)

2 ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ,ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।

Gade chapit la Kopi

ଓଡିଆ ବାଇବେଲ

2 ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।

Gade chapit la Kopi

ପବିତ୍ର ବାଇବଲ

2 ଶେଷ ଦିନରେ ଏହା ହିଁ ଘଟିବ। ସଦାପ୍ରଭୁଙ୍କର ମନ୍ଦିରର ପର୍ବତ ଉଚ୍ଚତମ ଶିଖରରେ ହେବ। ଏହା ଅନ୍ୟ ସମସ୍ତ ପାହାଡ଼ଗୁଡ଼ିକ ମଧ୍ୟରେ ଉଚ୍ଚତର ହେବ। ସମସ୍ତ ଗୋଷ୍ଠୀର ଲୋକମାନେ ସ୍ରୋତ ସଦୃଶ ସେଠାକୁ ଧାବିତ ହେବେ।

Gade chapit la Kopi




ଯିଶାଇୟ 2:2
56 Referans Kwoze  

ସେସମସ୍ତଙ୍କୁ ଆମ୍ଭେ ଆପଣା ପବିତ୍ର ପର୍ବତକୁ ଆଣିବା ଓ ଆମ୍ଭର ପ୍ରାର୍ଥନା-ଗୃହରେ ସେମାନଙ୍କୁ ଆନନ୍ଦିତ କରିବା; ସେମାନଙ୍କର ହୋମବଳି ଓ ପ୍ରାୟଶ୍ଚିତ୍ତ ବଳିସବୁ ଆମ୍ଭ ଯଜ୍ଞବେଦି ଉପରେ ଗ୍ରାହ୍ୟ ହେବ ; କାରଣ ଆମ୍ଭର ଗୃହ ସର୍ବଗୋଷ୍ଠୀୟ ଲୋକଙ୍କର ପ୍ରାର୍ଥନା-ଗୃହ ବୋଲି ବିଖ୍ୟାତ ହେବ।


ଆଉ, ସେହି ଦିନରେ ଏକ ବୃହତ ତୂରୀ ବାଜିବ; ପୁଣି, ଅଶୂର ଦେଶରେ ନଷ୍ଟକଳ୍ପ ଓ ମିସର ଦେଶରେ ତାଡ଼ିତ ଲୋକମାନେ ଆସିବେ ; ପୁଣି, ସେମାନେ ଯିରୂଶାଲମର ପବିତ୍ର ପର୍ବତରେ ସଦାପ୍ରଭୁଙ୍କୁ ପ୍ରଣାମ କରିବେ।


ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ସିୟୋନକୁ ଫେରି ଆସିଅଛୁ ଓ ଯିରୂଶାଲମ ମଧ୍ୟରେ ବାସ କରିବା; ଆଉ, ଯିରୂଶାଲମ ସତ୍ୟନଗରୀ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ପର୍ବତ ପବିତ୍ର ପର୍ବତଜ ରୂପେ ବିଖ୍ୟାତ ହେବ।


ସପ୍ତମ ଦୂତ ତୂରୀଧ୍ଵନୀ କରନ୍ତେ ସ୍ଵର୍ଗରେ ମହାଶଦ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ଵ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ଵ କରିବେଙ୍କ।


ପ୍ରଥମେ ଏହା ଜ୍ଞାତ ହୁଅ ଯେ, ଶେଷକାଳରେ ଆପଣା ଆପଣା ଅଭିଳାଷାନୁସାରେ ଆଚରଣକାରୀ ପରିହାସକ ଲୋକେ ଉପସ୍ଥିତ ହୋଇ ପରିହାସ କରି କହିବେ,


କିନ୍ତୁ ଏହା ଜାଣିଥାଅ ଯେ, ଶେଷକାଳରେ ଭୀଷଣ ସମୟ ଉପସ୍ଥିତ ହେବ,


କାରଣ ପର୍ବତରୁ ହସ୍ତ ବିନା ଛେଦିତ ଏକ ପ୍ରସ୍ତର ଯେ ସେହି ଲୌହ, ପିତ୍ତଳ, ମୃତ୍ତିକା, ରୂପା ଓ ସୁନାକୁ ଚୂର୍ଣ୍ଣ କଲା, ଏହା ଆପଣ ଦେଖିଲେ; ଯାହା ଏଥି ଉତ୍ତାରେ ଘଟିବ, ତାହା ମହାନ ପରମେଶ୍ଵର ମହାରାଜାଙ୍କୁ ଜ୍ଞାତ କରାଇ ଅଛନ୍ତି; ପୁଣି, ଏହି ସ୍ଵପ୍ନ ନିଶ୍ଚିତ ଓ ତହିଁର ଅର୍ଥ ସତ୍ୟ।


ଏଥିରେ ଲୌହ, ମୃତ୍ତିକା, ପିତ୍ତଳ, ରୂପା ଓ ସୁନା ଏକ ସଙ୍ଗରେ ଖଣ୍ତ ଖଣ୍ତ ହୋଇ ଭଙ୍ଗା ଗଲା, ଆଉ ଗ୍ରୀଷ୍ମକାଳୀନ ଖଳାର ତୁଷ ପରି ହେଲା; ଆଉ, ବାୟୁ ସେସବୁକୁ ଉଡ଼ାଇ ନେଇଗଲା ଓ ସେସବୁର ପାଇଁ ଆଉ ସ୍ଥାନ ମିଳିଲା ନାହିଁ; ପୁଣି, ସେହି ପ୍ରତିମାକୁ ଆଘାତ କଲା ଯେଉଁ ପ୍ରସ୍ତର, ତାହା ବଢ଼ି ଏକ ମହାପର୍ବତ ହେଲା, ଆଉ ସମୁଦାୟ ପୃଥିବୀକି ପରିପୂର୍ଣ୍ଣ କଲା।


ପୁଣି, ସଦାପ୍ରଭୁ କହନ୍ତି, ଇସ୍ରାଏଲର ସନ୍ତାନଗଣ ଯେପରି ଶୁଚି-ପାତ୍ରରେ ସଦାପ୍ରଭୁଙ୍କ ଗୃହକୁ ଉପହାର ଆଣନ୍ତି, ସେପରି ସେମାନେ ତୁମ୍ଭମାନଙ୍କର ଭ୍ରାତା ସମସ୍ତଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ନିମନ୍ତେ, ସର୍ବଦେଶୀୟମାନଙ୍କ ମଧ୍ୟରୁ ସେମାନଙ୍କୁ ଅଶ୍ଵ, ରଥ ଓ ଚୌଦଳ, ଖଚର ଓ ଦ୍ରୁତଗାମୀ ପଶୁମାନଙ୍କ ଉପରେ ଆମ୍ଭର ପବିତ୍ର ପର୍ବତ ଯିରୂଶାଲମକୁ ଆଣିବେ।


ଆଉ, ସେଦିନରେ ଗୋଷ୍ଠୀଗଣର ଧ୍ଵଜା ରୂପେ ସ୍ଥାପିତ ଯେ ଯିଶୟର ମୂଳ, ନାନା ଦେଶୀୟମାନେ ତାହାଙ୍କର ଅନ୍ଵେଷଣ କରିବେ; ଆଉ, ତାହାଙ୍କର ବିଶ୍ରାମ ସ୍ଥାନ ଗୌରବାନ୍ଵିତ ହେବ।


ହେ ପ୍ରଭୋ, ତୁମ୍ଭର ସୃଷ୍ଟ ସକଳ ଦେଶୀୟ ଲୋକ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ ଓ ସେମାନେ ତୁମ୍ଭ ନାମର ଗୌରବ କରିବେ।


ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ଵରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକଚ୍ଛେଦନ ହୋଇଥିଲା, ପୁଣି ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ। ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କର ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ଵ କଲେ।


ଏହି ଶେଷକାଳରେ ପୁତ୍ରଙ୍କ ଦ୍ଵାରା ଆମ୍ଭମାନଙ୍କୁ କଥା କହିଅଛନ୍ତି; ତାହାଙ୍କୁ ସେ ସମସ୍ତ ବିଷୟର ଅଧିକାରୀ କରି ନିଯୁକ୍ତ କଲେ, ତାହାଙ୍କ ଦ୍ଵାରା ମଧ୍ୟ ସମସ୍ତ ବିଶ୍ଵ ସୃଷ୍ଟି କଲେ;


ଈଶ୍ଵର କହନ୍ତି, ଶେଷକାଳରେ ଏପରି ଘଟିବ ଯେ, ଆମ୍ଭେ ସମସ୍ତ ମର୍ତ୍ତ୍ୟ ଉପରେ ଆପଣା ଆତ୍ମା ବୃଷ୍ଟି କରିବା, ସେଥିରେ ତୁମ୍ଭମାନଙ୍କର ପୁତ୍ରକନ୍ୟାମାନେ ଭାବବାଣୀ କହିବେ , ଆଉ ତୁମ୍ଭମାନଙ୍କର ଯୁବାମାନେ ଦର୍ଶନ ପାଇବେ, ତୁମ୍ଭମାନଙ୍କର ପ୍ରାଚୀନମାନେ ସ୍ଵପ୍ନ ଦେଖିବେ।


ଯାବତୀୟ ଗୋଷ୍ଠୀ ତୁମ୍ଭମାନଙ୍କୁ ସୁଖୀ କହିବେ; କାରଣ ତୁମ୍ଭେମାନେ ଏକ ମନୋହର ଦେଶ ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ଏବେ, ଶେଷ କାଳରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭକୁ ବୁଝାଇ ଦେବା ପାଇଁ ଆମ୍ଭେ ଆସିଅଛୁ; କାରଣ ଦର୍ଶନ ଆହୁରି ଅନେକ କାଳ ପର୍ଯ୍ୟନ୍ତ ଅଛି।


ମାତ୍ର ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ଏପରି ଏକ ପରମେଶ୍ଵର ସ୍ଵର୍ଗରେ ଅଛନ୍ତି, ଆଉ ଅନ୍ତିମ କାଳରେ ଯାହା ଯାହା ଘଟିବ, ତାହା ସେ ମହାରାଜା ନବୂଖଦ୍ନିତ୍ସରଙ୍କୁ ଜଣାଇଅଛନ୍ତି। ଆପଣଙ୍କ ସ୍ଵପ୍ନ ଓ ଶଯ୍ୟା ଉପରେ ଆପଣଙ୍କ ମନର ଦର୍ଶନ ଏହି;


ସେସମୟରେ ଲୋକମାନେ ଯିରୂଶାଲମକୁ ସଦାପ୍ରଭୁଙ୍କର ସିଂହାସନ ବୋଲି କହିବେ; ଆଉ, ସବୁ ଦେଶୀୟ ଲୋକମାନେ ତହିଁ ନିକଟରେ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯିରୂଶାଲମରେ ସଂଗୃହୀତ ହେବେ; ପୁଣି, ସେମାନେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତା ଅନୁସାରେ ଆଉ ଗମନ କରିବେ ନାହିଁ।


ପବିତ୍ର ଉତ୍ସବ ପାଳନର ରାତ୍ରିରେ ଯେପରି, ସେପରି ତୁମ୍ଭେମାନେ ଗାନ କରିବ; ପୁଣି, ଲୋକେ ଯେପରି ସଦାପ୍ରଭୁଙ୍କ ପର୍ବତକୁ, ଇସ୍ରାଏଲର ଶୈଳ ନିକଟକୁ ଯିବା ପାଇଁ ବଂଶୀ ବଜାଇ ଗମନ କରନ୍ତି, ସେପରି ତୁମ୍ଭମାନଙ୍କର ଚିତ୍ତ ଆନନ୍ଦିତ ହେବ।


ଆମ୍ଭ ନିକଟରେ ମାଗ, ତେବେ ଆମ୍ଭେ ତୁମ୍ଭର ଉତ୍ତରାଧିକାର ନିମନ୍ତେ ଗୋଷ୍ଠୀୟମାନଙ୍କୁ ଓ ତୁମ୍ଭର ଅଧିକାର ନିମନ୍ତେ ପୃଥିବୀର ପ୍ରାନ୍ତଭାଗସବୁ ତୁମ୍ଭକୁ ଦେବା।


ଏବେ ଦେଖ, ମୁଁ ଆପଣା ଲୋକମାନଙ୍କ ନିକଟକୁ ଯାଉଅଛି; ଆସ, ଏହି ଲୋକମାନେ ଭବିଷ୍ୟତରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା କରିବେ, ତାହା ମୁଁ ତୁମ୍ଭକୁ ଜ୍ଞାତ କରାଇବି।


ଆଉ, ତୁମ୍ଭେ ଦେଶକୁ ମେଘ ତୁଲ୍ୟ ଆଚ୍ଛାଦନ କରିବା ପାଇଁ ଆମ୍ଭ ଇସ୍ରାଏଲ ଲୋକଙ୍କ ବିରୁଦ୍ଧରେ ଆସିବ; ହେ ଗୋଗ୍, ଶେଷ କାଳରେ ଏହା ଘଟିବ ଯେ, ଗୋଷ୍ଠୀୟମାନେ ଯେପରି ଆମ୍ଭକୁ ଜାଣିବେ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଆମ୍ଭ ଦେଶ ବିରୁଦ୍ଧରେ ଆଣିବା, ସେତେବେଳେ ଆମ୍ଭେ ଗୋଷ୍ଠୀୟମାନଙ୍କ ଦୃଷ୍ଟିରେ ତୁମ୍ଭ ମଧ୍ୟରେ ପବିତ୍ରୀକୃତ ହେବା।


ମାତ୍ର ଶେଷ କାଳରେ ଆମ୍ଭେ ଏଲମକୁ ବନ୍ଦୀତ୍ଵାବସ୍ଥାରୁ ଫେରାଇ ଆଣିବା, ଏହା ସଦାପ୍ରଭୁ କହନ୍ତି।


ତଥାପି ସଦାପ୍ରଭୁ କହନ୍ତି, ଆମ୍ଭେ ଶେଷ କାଳରେ ପୁନର୍ବାର ମୋୟାବକୁ ବନ୍ଦୀତ୍ଵାବସ୍ଥାରୁ ଫେରାଇ ଆଣିବା। ମୋୟାବର ବିଚାର କଥା ଏତିକି।


ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରିବା ପର୍ଯ୍ୟନ୍ତ ତାହାଙ୍କର ପ୍ରଜ୍ଵଳିତ କ୍ରୋଧ ନିବୃତ୍ତ ନୋହିବ; ତୁମ୍ଭେମାନେ ଅନ୍ତିମ କାଳରେ ଏହା ବୁଝିବ।


ଯେପର୍ଯ୍ୟନ୍ତ ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରନ୍ତି, ସେପର୍ଯ୍ୟନ୍ତ ତାହାଙ୍କ କ୍ରୋଧ ଫେରିବ ନାହିଁ ତୁମ୍ଭେମାନେ ଶେଷ କାଳରେ ତାହା ସମ୍ପୂର୍ଣ୍ଣ ରୂପେ ବୁଝିବ।


ଏଣୁ ସେ କହନ୍ତି, ତୁମ୍ଭେ ଯେ ଯାକୁବର ଗୋଷ୍ଠୀବର୍ଗକୁ ଉତ୍ଥାପନ କରିବା ପାଇଁ ଓ ଇସ୍ରାଏଲର ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ, ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ପୃଥିବୀର ସୀମା ପର୍ଯ୍ୟନ୍ତ ଯେପରି ଆମ୍ଭର କୃତ ପରିତ୍ରାଣ ସ୍ଵରୂପ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀୟମାନଙ୍କର ଦୀପ୍ତି ସ୍ଵରୂପ ମଧ୍ୟ କରିବା।


ମଧ୍ୟ ସେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରା; ପର୍ଯ୍ୟନ୍ତ କର୍ତ୍ତୃତ୍ଵ କରିବେ।


ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ ସମ୍ମୁଖରେ ପ୍ରଣାମ କରିବେ।


ମାତ୍ର ମୁଁ ଜାଣେ ଯେ, ମୋହର ମୁକ୍ତିକର୍ତ୍ତା ଜୀବିତ ଅଟନ୍ତି ଓ ଶେଷରେ ସେ ପୃଥିବୀ ଉପରେ ଠିଆ ହେବେ;


ଅନନ୍ତର ଯାକୁବ ଆପଣା ପୁତ୍ରମାନଙ୍କୁ ଡାକି କହିଲେ, ତୁମ୍ଭେମାନେ ଏକତ୍ର ହୁଅ; ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭମାନଙ୍କୁ କହୁଅଛି।


ପୁଣି, ସୈନ୍ୟାଧିପତି ସଦାପ୍ରଭୁ ଏହି ପର୍ବତରେ ଯାବତୀୟ ଗୋଷ୍ଠୀ ନିମନ୍ତେ ଉତ୍ତମ ଉତ୍ତମ ଖାଦ୍ୟଦ୍ରବ୍ୟର ଏକ ଭୋଜ, ପୁରାତନ ଦ୍ରାକ୍ଷାରସର, ମେଦପୂର୍ଣ୍ଣ ଉତ୍ତମ ଖାଦ୍ୟଦ୍ରବ୍ୟର, ସୁନିର୍ମଳୀକୃତ ପୁରାତନ ଦ୍ରାକ୍ଷାରସର ଏକ ଭୋଜ ପ୍ରସ୍ତୁତ କରିବେ।


ସେମାନଙ୍କୁ ଆମ୍ଭେ ଆମ୍ଭ ଗୃହ ମଧ୍ୟରେ ଓ ଆମ୍ଭ ପ୍ରାଚୀର ଭିତରେ ପୁତ୍ର କନ୍ୟା ଅପେକ୍ଷା ଉତ୍ତମ ସ୍ମରଣାର୍ଥକ ସ୍ତମ୍ଭ ଓ ନାମ ଦେବା; ଆମ୍ଭେ ସେମାନଙ୍କୁ ଅନନ୍ତ- କାଳସ୍ଥାୟୀ ନାମ ଦେବା, ତାହା କଟା ହେବ ନାହିଁ।


ମାତ୍ର ସଦାପ୍ରଭୁଙ୍କୁ ତ୍ୟାଗ କରୁଅଛ, ଆମ୍ଭ ପବିତ୍ର ପର୍ବତକୁ ପାସୋରୁଅଛ, ଭାଗ୍ୟଦେବ ଉଦ୍ଦେଶ୍ୟରେ ମେଜ ସଜାଉଅଛ ଓ ନିରୂପଣୀ ଦେବୀର ଉଦ୍ଦେଶ୍ୟରେ ମିଶ୍ରିତ ଦ୍ରାକ୍ଷାରସ ପୂର୍ଣ୍ଣ କରୁଅଛ ଯେ ତୁମ୍ଭେମାନେ,


ହେ ମୋର ବଳ ଓ ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟସ୍ଵରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍, ଅସାର ଓ ନିଷ୍ଫଳ ବସ୍ତୁି ଅଧିକାର କରିଅଛନ୍ତି।


ଯିହୁଦାର ରାଜା ହିଜକୀୟର ସମୟରେ ମୋରେଷ୍ଟୀୟ ମୀଖା ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା; ଆଉ, ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ସିୟୋନ କ୍ଷେତ୍ର ତୁଲ୍ୟ ଚଷା ଯିବ ଓ ଯିରୂଶାଲମ ଢିପି ହେବ, ପୁଣି ଯେଉଁ ପର୍ବତରେ ମନ୍ଦିର ଅଛି, ତାହା ବନସ୍ଥ ଉଚ୍ଚସ୍ଥଳୀର ସମାନ ହେବ।


ପୁଣି, ସେମାନେ ଆସି ସିୟୋନର ଶୃଙ୍ଗରେ ଗାନ କରିବେ ଓ ସ୍ରୋତ ତୁଲ୍ୟ ସଦାପ୍ରଭୁଙ୍କ ଉତ୍ତମତାର ନିକଟକୁ, ଶସ୍ୟ ଓ ଦ୍ରାକ୍ଷାରସ, ତୈଳ ଓ ପଲର ମେଷବତ୍ସ ଓ ଗୋପଲର ଗୋବତ୍ସ ନିକଟକୁ ବହି ଆସିବେ ଓ ସେମାନଙ୍କର ପ୍ରାଣ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ; ପୁଣି, ସେମାନେ ଆଉ କିଛି ଶୋକ କରିବେ ନାହିଁ।


ପୁଣି, ଆମ୍ଭେ ବାବିଲରେ ବେଲ ଦେବତାକୁ ପ୍ରତିଫଳ ଦେବା ଓ ଯାହା ସେ ଗିଳିଅଛି, ଆମ୍ଭେ ତାହାର ମୁଖରୁ ତାହା ବାହାର କରିବା ଓ ଗୋଷ୍ଠୀୟମାନେ ଆଉ ତାହା ନିକଟକୁ ଧାବମାନ ହେବେ ନାହିଁ; ଆହୁରି ବାବିଲର ପ୍ରାଚୀର ପଡ଼ିଯିବ।


ଈଶ୍ଵରୀୟ ଦର୍ଶନ ଯୋଗେ ସେ ମୋତେ ଇସ୍ରାଏଲ ଦେଶକୁ ଆଣି ଅତି ଉଚ୍ଚ ଏକ ପର୍ବତରେ ବସାଇଲେ, ତହିଁ ଉପରେ, ଦକ୍ଷିଣ ଦିଗରେ ଗୋଟିଏ ନଗର ତୁଲ୍ୟ ଆକୃତି ଥିଲା।


ତହିଁ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ।


ହଁ, ଅନେକ ଦେଶର ଲୋକେ ଓ ବଳବାନ ଗୋଷ୍ଠୀଗଣ ଯିରୂଶାଲମରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଓ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆସିବେ।


ଆଉ, ସଦାପ୍ରଭୁ ସମୁଦାୟ ପୃଥିବୀ ଉପରେ ରାଜା ହେବେ; ସେଦିନ ସଦାପ୍ରଭୁ ଅଦ୍ଵିତୀୟ ହେବେ ଓ ତାହାଙ୍କର ନାମ ଅଦ୍ଵିତୀୟ ହେବ।


ଗେବାଠାରୁ ଯିରୂଶାଲମର ଦକ୍ଷିଣସ୍ଥ ରିମ୍ମୋନ ପର୍ଯ୍ୟନ୍ତ ସମସ୍ତ ଦେଶ ଆରବା ତୁଲ୍ୟ ପରିବର୍ତ୍ତିତ ହେବ; ଆଉ,ନଗର ଉନ୍ନତ ହୋଇ ବିନ୍ୟାମୀନର ଦ୍ଵାରଠାରୁ ପ୍ରଥମ ଦ୍ଵାରର ସ୍ଥାନ, ଅର୍ଥାତ୍, କୋଣର ଦ୍ଵାର ପର୍ଯ୍ୟନ୍ତ ଓ ହନନେଲର ଦୁର୍ଗଠାରୁ ରାଜାର ଦ୍ରାକ୍ଷାଯନ୍ତ୍ର ପର୍ଯ୍ୟନ୍ତ ଆପଣା ସ୍ଥାନରେ ବାସ କରିବ।


କାରଣ ରାଜ୍ୟ ସଦାପ୍ରଭୁଙ୍କର ଅଟେ; ପୁଣି, ସେ ଗୋଷ୍ଠୀୟମାନଙ୍କର ଶାସନକର୍ତ୍ତା ଅଟନ୍ତି।


ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର, ସମଗ୍ର ପୃଥିବୀର ଆନନ୍ଦଜନକ, ମହାରାଜଙ୍କର ନଗର।


ପରମେଶ୍ଵରଙ୍କର ରଥ ଅୟୁତ ଅୟୁତ ଓ ଲକ୍ଷ ଲକ୍ଷ; ଯେପରି ପ୍ରଭୁ ଆପଣା ପବିତ୍ରସ୍ଥାନ ସୀନୟରେ, ସେପରି ସେସବୁର ମଧ୍ୟରେ ଅଛନ୍ତି।


ତାହାଙ୍କ ଭିତ୍ତିମୂଳ ପବିତ୍ର ପର୍ବତ- ଶ୍ରେଣୀରେ ସ୍ଥାପିତ।


ସଦାପ୍ରଭୁ ଯାକୁବର ସମସ୍ତ ବାସସ୍ଥାନ ଅପେକ୍ଷା ସିୟୋନର ଦ୍ଵାରସମୂହକୁ ଅଧିକ ସ୍ନେହ କରନ୍ତି।


ସେ ପଥ ମଧ୍ୟରେ ମୋର ବଳ ହ୍ରାସ କଲେ, ସେ ମୋହର ଆୟୁ ଊଣା କଲେ।


ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଦୀପ୍ତି ନିକଟକୁ ଓ ରାଜଗଣ ତୁମ୍ଭ ଅରୁଣୋଦୟର ଆଲୁଅ ନିକଟକୁ ଆସିବେ।


ଆଉ, ଏକ ଅମାବାସ୍ୟାଠାରୁ ଅନ୍ୟ ଅମାବାସ୍ୟା ପର୍ଯ୍ୟନ୍ତ ଓ ଏକ ବିଶ୍ରାମବାରଠାରୁ ଅନ୍ୟ ବିଶ୍ରାମବାର ପର୍ଯ୍ୟନ୍ତ ଯାବତୀୟ ମର୍ତ୍ତ୍ୟ ଆମ୍ଭ ସମ୍ମୁଖରେ ଭଜନା କରିବା ପାଇଁ ଆସିବେ, ଏହା ସଦାପ୍ରଭୁ କହନ୍ତି।


Swiv nou:

Piblisite


Piblisite