Biblia Todo Logo
Bib sou entènèt

- Piblisite -




ଯିଶାଇୟ 26:2 - ପବିତ୍ର ବାଇବଲ (Re-edited) - (BSI)

2 ସତ୍ୟପାଳନକାରୀ ଧାର୍ମିକ ଗୋଷ୍ଠୀ ଯେପରି ପ୍ରବେଶ କରି ପାରିବେ, ଏଥିପାଇଁ ତୁମ୍ଭେମାନେ ନଗରର ଦ୍ଵାରସବୁ ମୁକ୍ତ କର।

Gade chapit la Kopi

ଓଡିଆ ବାଇବେଲ

2 ସତ୍ୟପାଳନକାରୀ ଧାର୍ମିକ ଗୋଷ୍ଠୀ ଯେପରି ପ୍ରବେଶ କରି ପାରିବେ, ଏଥିପାଇଁ ତୁମ୍ଭେମାନେ ନଗରର ଦ୍ୱାରସବୁ ମୁକ୍ତ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସତ୍ୟପାଳନକାରୀ ଧାର୍ମିକ ଗୋଷ୍ଠୀ ଯେପରି ପ୍ରବେଶ କରି ପାରିବେ, ଏଥିପାଇଁ ତୁମ୍ଭେମାନେ ନଗରର ଦ୍ୱାରସବୁ ମୁକ୍ତ କର।

Gade chapit la Kopi

ପବିତ୍ର ବାଇବଲ

2 ସେହି ଦ୍ୱାର ଉନ୍ମୁକ୍ତ କର ଯେପରି ଧାର୍ମିକ ଓ ପରମେଶ୍ୱରଙ୍କ ଶିକ୍ଷାସମୂହ ପାଳନକାରୀ ପ୍ରବେଶ କରି ପାରିବେ।

Gade chapit la Kopi




ଯିଶାଇୟ 26:2
25 Referans Kwoze  

ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି ଆପଣା ରକ୍ତ ଦ୍ଵାରା ସମସ୍ତ ଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଈଶ୍ଵରଙ୍କ ନିମନ୍ତେ ଲୋକମାନଙ୍କୁ କ୍ରୟ କରିଅଛ,


ଏହି ସଦାପ୍ରଭୁଙ୍କ ଦ୍ଵାର; ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରିବେ।


କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ଵାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି ଈଶ୍ଵରଙ୍କ ନିଜସ୍ଵ ପ୍ରଜା ହୋଇଅଛ।


ଅନ୍ୟ ଦେଶୀୟମାନଙ୍କର ସମ୍ପତ୍ତି ଓ ତହିଁ ସଙ୍ଗେ ସେମାନଙ୍କର ରାଜଗଣ ଯେପରି ତୁମ୍ଭ ନିକଟକୁ ଅଣାଯିବେ, ଏଥିପାଇଁ ତୁମ୍ଭ ନଗରର ଦ୍ଵାରସକଳ ନିରନ୍ତର ମୁକ୍ତ ଥିବ, ଦିବାରାତ୍ର ସେସବୁ ବନ୍ଦ ନୋହିବ।


ତୁମ୍ଭେମାନେ ଅଗ୍ରସର ହୁଅ, ନଗର-ଦ୍ଵାର ମଧ୍ୟ ଦେଇ ଅଗ୍ରସର ହୁଅ; ଲୋକମାନଙ୍କର ପଥ ପ୍ରସ୍ତୁତ କର; ଉଚ୍ଚ କର, ରାଜପଥ ଉଚ୍ଚ କର; ପ୍ରସ୍ତରସବୁ ବାହାର କରି ସଂଗ୍ରହ କର; ଗୋଷ୍ଠୀସମୂହ ନିମନ୍ତେ ଏକ ଧ୍ଵଜା ଉଠାଅ।


ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଧର୍ମ ଓ ସକଳ ରାଜା ତୁମ୍ଭର ପ୍ରତାପ ଦେଖିବେ; ଆଉ, ତୁମ୍ଭେ ସଦାପ୍ରଭୁଙ୍କ ମୁଖ ଦ୍ଵାରା ଏକ ନୂତନ ନାମରେ ଖ୍ୟାତ ହେବ ।


ଏବଂ ସମସ୍ତ ଲୋକଙ୍କର ପ୍ରିୟପାତ୍ର ହେଉଥିଲେ। ପୁଣି, ପ୍ରଭୁ ପରିତ୍ରାଣ ପ୍ରାପ୍ତ ହେଉଥିବା ଲୋକଙ୍କୁ ପ୍ରତିଦିନ ମଣ୍ତଳୀ ସହିତ ସଂଯୁକ୍ତ କରିବାକୁ ଲାଗିଲେ।


ମଧ୍ୟ ତୁମ୍ଭର ଲୋକ ସମସ୍ତେ ଧାର୍ମିକ ହେବେ, ସେମାନେ ଅନ; କାଳଯାଏ ଦେଶ ଅଧିକାର କରିବେ, ସେମାନେ ଆମ୍ଭର ଗୌରବାର୍ଥେ ଆମ୍ଭର ରୋପିତ ଶାଖା ଓ ଆମ୍ଭର ହସ୍ତକୃତ କର୍ମ ଅଟନ୍ତି।


ତୁମ୍ଭେ ଧାର୍ମିକତାରେ ସ୍ଥିରୀକୃତ ହେବ; ତୁମ୍ଭେ ଉପଦ୍ରବଠାରୁ ଦୂରରେ ରହିବ, କାରଣ ତୁମ୍ଭେ ଭୀତ ନୋହିବ; ପୁଣି ତ୍ରାସଠାରୁ ଦୂରରେ ରହିବ, କାରଣ ତାହା ତୁମ୍ଭ ନିକଟକୁ ଆସିବ ନାହିଁ।


ତହିଁରେ ମୁଁ ତୁମ୍ଭ ମନୋନୀତ ଲୋକଙ୍କର ସମୃଦ୍ଧି ଦେଖିବି, ତୁମ୍ଭ ଲୋକମାନଙ୍କ ଆନନ୍ଦରେ ଆନନ୍ଦ କରିବି, ତୁମ୍ଭ ଅଧିକାର ସହିତ ଦର୍ପ କରିବି।


ପୁଣି ତୁମ୍ଭେମାନେ ଆମ୍ଭ ନିମନ୍ତେ ଯାଜକମାନଙ୍କର ଏକ ରାଜବଂଶଓ ଏକ ପବିତ୍ର ଗୋଷ୍ଠୀ ହେବନ୍ତଏହିସବୁ କଥା ତୁମ୍ଭେ ଇସ୍ରାଏଲ-ସନ୍ତାନମାନଙ୍କୁ କୁହ।


ସେଥିର ଆଲୋକରେ ଜାତିସମୂହ ଗମନାଗମନ କରିବେ, ପୁଣି ପୃଥିବୀର ରାଜାମାନେ ଆପଣା ଆପଣା ଐଶ୍ଵର୍ଯ୍ୟ ତାହା ମଧ୍ୟକୁ ଆଣିବେ।


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ନାନାଗୋଷ୍ଠୀ ଓ ଅନେକ ନଗରର ନିବାସୀମାନେ ଆସିବେ;


ଏହା କଲେ, ଅରୁଣ ତୁଲ୍ୟ ତୁମ୍ଭର ଦୀପ୍ତି ପ୍ରକାଶ ପାଇବ ଓ ତୁମ୍ଭର ଆରୋଗ୍ୟ ଶୀଘ୍ର ଅଙ୍କୁରିତ ହେବ; ପୁଣି, ତୁମ୍ଭର ଧର୍ମ ତୁମ୍ଭର ଅଗ୍ରବର୍ତ୍ତୀ ହେବ; ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭର ପଶ୍ଚାଦ୍ବର୍ତ୍ତୀ ହେବ।


ହେ ପ୍ରିୟମାନେ, ମୁଁ ଆମ୍ଭମାନଙ୍କର ସାଧାରଣ ପରିତ୍ରାଣ ସମ୍ଵନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାକୁ ବିଶେଷ ଯନିଶୀଳ ହୋଇ ସାଧୁମାନଙ୍କ ନିକଟରେ ଏକାଥରକେ ସମର୍ପିତ ବିଶ୍ଵାସ ସପକ୍ଷରେ ପ୍ରାଣପଣରେ ଯୁଦ୍ଧ କରିବା ପାଇଁ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ଲେଖିବା ଆବଶ୍ୟକ ମନେ କଲି।


ଆମ୍ଭେମାନେ ତାହାଙ୍କ ପ୍ରତିଜ୍ଞାନୁସାରେ ଗୋଟିଏ ନୂତନ ଆକାଶମଣ୍ତଳ ଓ ନୂତନ ପୃଥିବୀର ଅପେକ୍ଷାରେ ଅଛୁ, ଯାହା ଧାର୍ମିକତାର ଆବାସସ୍ଥଳ ହେବ।


ହେ ନଗରଦ୍ଵାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ଟେକି ହୁଅ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।


ମୋʼ ପାଇଁ ଧର୍ମର ଦ୍ଵାରସବୁ ଫିଟାଅ; ମୁଁ ତହିଁ ମଧ୍ୟରେ ପ୍ରବେଶ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।


ଇସ୍ରାଏଲର ସମୁଦାୟ ବଂଶ ସଦାପ୍ରଭୁରେ ଧାର୍ମିକୀକୃତ ହେବେ ଓ ଦର୍ପ କରିବେ।


ଯେକୌଣସି ଅସ୍ତ୍ର ତୁମ୍ଭ ପ୍ରତିକୂଳରେ ନିର୍ମିତ ହୁଏ, ତାହା ସାର୍ଥକ ହେବ ନାହିଁ ଓ ଯେ ପ୍ରତ୍ୟେକ ଜିହ୍ଵା ବିଚାରରେ ତୁମ୍ଭ ବିରୁଦ୍ଧରେ ଉଠେ, ତୁମ୍ଭେ ତାହାକୁ ଦୋଷୀ କରିବ। ସଦାପ୍ରଭୁଙ୍କ ଦାସମାନଙ୍କର ଅଧିକାର ଓ ଆମ୍ଭ ଦତ୍ତ ସେମାନଙ୍କର ଧାର୍ମିକତା ଏହି, ଏହା ସଦାପ୍ରଭୁ କହନ୍ତି।


ତୁମ୍ଭ ଦେଶରେ ଦୌରାତ୍ମ୍ୟର କଥା ଓ ତୁମ୍ଭର ସୀମା ମଧ୍ୟରେ ଉଚ୍ଛିନ୍ନତା ଓ ବିନାଶର କଥା ଆଉ ଶୁଣାଯିବ ନାହିଁ; ମାତ୍ର ତୁମ୍ଭେ ଆପଣା ପ୍ରାଚୀରସମୂହର ନାମ ପରିତ୍ରାଣ ଓ ଆପଣା ନଗର-ଦ୍ଵାରସକଳର ନାମ ପ୍ରଶଂସା ରଖିବ।


ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ଵିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।


ଯେପର୍ଯ୍ୟନ୍ତ ସିୟୋନର ଧର୍ମ ଦୀପ୍ତିର ନ୍ୟାୟ ଓ ତାହାର ପରିତ୍ରାଣ ଜ୍ଵଳ; ପ୍ରଦୀପର ନ୍ୟାୟ ପ୍ରକଟ ନ ହୁଏ, ସେପର୍ଯ୍ୟନ୍ତ ଆମ୍ଭେ ତାହା ନିମନ୍ତେ ନୀରବ ହେବା ନାହିଁ ଓ ଯିରୂଶାଲମ ନିମନ୍ତେ ବିଶ୍ରାମ କରିବା ନାହିଁ।


Swiv nou:

Piblisite


Piblisite