Biblia Todo Logo
Bib sou entènèt

- Piblisite -




ଯିଶାଇୟ 26:3 - ପବିତ୍ର ବାଇବଲ (Re-edited) - (BSI)

3 ଯାହାର ମନ ତୁମ୍ଭଠାରେ ସ୍ଥିର ଥାଏ, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ; କାରଣ ସେ ତୁମ୍ଭଠାରେ ନିର୍ଭର ରଖେ।

Gade chapit la Kopi

ଓଡିଆ ବାଇବେଲ

3 ଯାହାର ମନ ତୁମ୍ଭଠାରେ ସ୍ଥିର ଥାଏ, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ; କାରଣ ସେ ତୁମ୍ଭଠାରେ ନିର୍ଭର ରଖେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଯାହାର ମନ ତୁମ୍ଭଠାରେ ସ୍ଥିର ଥାଏ, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ; କାରଣ ସେ ତୁମ୍ଭଠାରେ ନିର୍ଭର ରଖେ।

Gade chapit la Kopi

ପବିତ୍ର ବାଇବଲ

3 ହେ ସଦାପ୍ରଭୁ, ଯେଉଁମାନେ ତୁମ୍ଭ ଉପରେ ନିର୍ଭର କରନ୍ତି ଓ ବିଶ୍ରାମ କରନ୍ତି, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ।

Gade chapit la Kopi




ଯିଶାଇୟ 26:3
34 Referans Kwoze  

ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ଵରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ।


ତୁମ୍ଭେମାନେ ଯେପରି ମୋʼଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।


ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ କି ଭୟଗ୍ରସ୍ତ ନ ହେଉ।


ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ଵାସ କରିବେ; କାରଣ ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନ୍ଵେଷଣ-କାରୀମାନଙ୍କୁ ପରିତ୍ୟାଗ କରି ନାହଁ।


ଅତଏବ, ବିଶ୍ଵାସ ଦ୍ଵାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଈଶ୍ଵରଙ୍କ ସହିତ ଶାନ୍ତିରେ ଅଛୁନ୍ତ


ଯେଉଁମାନେ ସାହାଯ୍ୟ ନିମନ୍ତେ ମିସରକୁ ଯାଆନ୍ତି ଓ ଅଶ୍ଵଗଣରେ ନିର୍ଭର କରନ୍ତି ଓ ରଥ ଅନେକ ହେବାରୁ, ଆଉ ଅଶ୍ଵାରୋହୀଗଣ ଅତି ବଳବାନ ହେବାରୁ ସେମାନଙ୍କ ଉପରେ ବିଶ୍ଵାସ କରନ୍ତି; ମାତ୍ର ଇସ୍ରାଏଲର ଧର୍ମସ୍ଵରୂପଙ୍କ ପ୍ରତି ନ ଅନାନ୍ତି, କିଅବା ସଦାପ୍ରଭୁଙ୍କର ଅନ୍ଵେଷଣ ନ କରନ୍ତି , ସେମାନେ ସନ୍ତାପର ପାତ୍ର !


ଆଉ, ଏହି ମନୁଷ୍ୟ ଆମ୍ଭମାନଙ୍କର ଶାନ୍ତିସ୍ଵରୂପ ହେବେନ୍ତ ଯେଉଁ ସମୟରେ ଅଶୂର ଆମ୍ଭମାନଙ୍କ ଦେଶକୁ ଆସିବ ଓ ଆମ୍ଭମାନଙ୍କ ଅଟ୍ଟାଳିକା-ମାନରେ ପଦାର୍ପଣ କରିବ, ସେସମୟରେ ଆମ୍ଭେମାନେ ତାହା ବିରୁଦ୍ଧରେ ସାତ ଜଣ ପଲରକ୍ଷକ ଓ ଆଠ ଜଣ ପ୍ରଧାନ ଲୋକ ଉତ୍ଥାପନ କରିବା।


କୂଶୀୟ ଓ ଲୂବୀୟମାନେ ଅପାର ଅପାର ରଥ ଓ ଅଶ୍ଵାରୂଢ଼ ସହିତ କି ଏକ ମହାସୈନ୍ୟ ନ ଥିଲେ? ତଥାପି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବାରୁ ସେ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲେ।


ଏହିରୂପେ ସେହି ସମୟରେ ଇସ୍ରାଏଲ-ସନ୍ତାନମାନେ ଅବନତ ହେଲେ ଓ ଯିହୁଦାର ସନ୍ତାନମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ଵରଙ୍କ ଉପରେ ନିର୍ଭର ରଖିବାରୁ ଜୟଯୁକ୍ତ ହେଲେ।


ସେମାନେ ସେମାନଙ୍କ ପ୍ରତିକୂଳରେ ସାହାଯ୍ୟ ପାଇଲେ, ତହିଁରେ ହାଗରୀୟମାନେ ଓ ସେମାନଙ୍କ ସଙ୍ଗୀ ସମସ୍ତ ଲୋକ ସେମାନଙ୍କ ହସ୍ତରେ ସମର୍ପିତ ହେଲେ; କାରଣ ସେମାନେ ଯୁଦ୍ଧରେ ପରମେଶ୍ଵରଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସେ ସେମାନଙ୍କ ପ୍ରାର୍ଥନା ଶୁଣିଲେ; ଯେହେତୁ ସେମାନେ ତାହାଙ୍କଠାରେ ବିଶ୍ଵାସ କଲେ।


କାରଣ ସେମାନେ ଆପଣାମାନଙ୍କୁ ପବିତ୍ର ନଗରର ଲୋକ ବୋଲି ଖ୍ୟାତ କରନ୍ତି ଓ ଇସ୍ରାଏଲର ପରମେଶ୍ଵରଙ୍କ ଉପରେ ନିର୍ଭର ରଖନ୍ତି; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।


ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯେଉଁ ପତ୍ର ଦ୍ଵାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ? ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା।


ତୁମ୍ଭ ବ୍ୟବସ୍ଥା ସ୍ନେହକାରୀମାନେ ମହାଶାନ୍ତି ପ୍ରାପ୍ତ ହୁଅନ୍ତି; ପୁଣି, ସେମାନଙ୍କର ଝୁଣ୍ଟିବାର କୌଣସି କାରଣ ଘଟେ ନାହିଁ।


ଦେଖ, ପରମେଶ୍ଵର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ଵାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।


ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଶାନ୍ତି ନିରୂପଣ କରିବ; କାରଣ ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କର ସକଳ କାର୍ଯ୍ୟ ସାଧନ କରିଅଛ।


ନତୁବା ଆମ୍ଭ ସଙ୍ଗେ ମିଳନ କରିବା ପାଇଁ ସେ ଆମ୍ଭ ପରାକ୍ରମର ଅବଲମ୍ଵନ କରୁ; ହଁ, ସେ ଆମ୍ଭ ସଙ୍ଗେ ମିଳନ କରୁ।


ପୁଣି, ମୋହର ଲୋକମାନେ ଶାନ୍ତିମୟ ବସତି ସ୍ଥାନରେ, ଦୃଢ଼ ଆବାସରେ ଓ ସୁସ୍ଥିର ବିଶ୍ରାମ ସ୍ଥାନରେ ବାସ କରିବେ।


ଆମ୍ଭେ ସଦାପ୍ରଭୁ, ଧର୍ମରେ ତୁମ୍ଭକୁ ଆହ୍ଵାନ କରିଅଛୁ ଓ ତୁମ୍ଭର ହସ୍ତ ଧରି ତୁମ୍ଭକୁ ରକ୍ଷା କରିବୁ, ଆଉ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରିବା ପାଇଁ , ବନ୍ଦୀମାନଙ୍କୁ କାରାକୂପରୁ ଓ ଅନ୍ଧକାରରେ ବସିଥିବା ଲୋକମାନଙ୍କୁ ବନ୍ଦୀଗୃହରୁ ବାହାର କରି ଆଣିବା ପାଇଁଜ,


ଆମ୍ଭର ଦାସ ଛଡ଼ା ଅନ୍ଧ କିଏ? ଅବା ଆମ୍ଭ ପ୍ରେରିତ ଦୂତ ପରି ବଧିର କିଏ? ଆମ୍ଭ ସଙ୍ଗେ ମିଳନରେ ଥିବା ଲୋକ ପରି ଅନ୍ଧ ଓ ସଦାପ୍ରଭୁଙ୍କର ଦାସ ପରି ଅନ୍ଧ କିଏ?


ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଗ୍ରାହ୍ୟ ସମୟରେ ତୁମ୍ଭକୁ ଉତ୍ତର ଦେଇଅଛୁ ଓ ପରିତ୍ରାଣ ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କରିଅଛୁ; ପୁଣି, ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ଦେଶର ଉନ୍ନତି ସାଧନ ନିମନ୍ତେ, ଲୋକମାନଙ୍କୁ ସେମାନଙ୍କର ଧ୍ଵଂସିତ ଉତ୍ତରାଧିକାର ଭୋଗ କରାଇବା ନିମନ୍ତେ ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ଵରୂପ ନିଯୁକ୍ତ କରିବା;


କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତାହା ଆଡ଼କୁ ନଦୀ ତୁଲ୍ୟ ଶାନ୍ତି ଓ ଉଚ୍ଛୁଳିବା ସ୍ରୋତ ତୁଲ୍ୟ ନାନା ଦେଶୀୟମାନଙ୍କ ଐଶ୍ଵର୍ଯ୍ୟ ବହାଇବା, ପୁଣି ତୁମ୍ଭେମାନେ ତହିଁରୁ ସ୍ତନ୍ୟ ପାନ କରିବ ଓ ତୁମ୍ଭେମାନେ କକ୍ଷରେ ବୁହାଯିବ ଓ ଆଣ୍ଠୁ ଉପରେ ନଚାଯିବ।


ଯେବେ ସେପରି ହୁଏ, ତେବେ ଆମ୍ଭେମାନେ ଯାହାଙ୍କର ସେବା କରୁ, ଆମ୍ଭମାନଙ୍କର ସେହି ପରମେଶ୍ଵର ଆମ୍ଭମାନଙ୍କୁ ପ୍ରଜ୍ଵଳିତ ଅଗ୍ନିକୁଣ୍ତରୁ ରକ୍ଷା କରିବାକୁ ସମର୍ଥ ଅଟନ୍ତି; ଆଉ ହେ ମହାରାଜ, ସେ ଆପଣଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।


ନବୂଖଦ୍ନିତ୍ସର କହିଲା, ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପରମେଶ୍ଵର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ତାହାଙ୍କର ଯେଉଁ ଦାସମାନେ ତାହାଙ୍କଠାରେ ବିଶ୍ଵାସ କଲେ ଓ ଆପଣାମାନଙ୍କର ପରମେଶ୍ଵର ଭିନ୍ନ ଯେପରି ଅନ୍ୟ କୌଣସି ଦେବତାକୁ ସେବା କିମ୍ଵା ପ୍ରଣାମ ନ କରିବେ, ଏଥିପାଇଁ ରାଜବାକ୍ୟ ଅନ୍ୟଥା କରି ଆପଣା ଆପଣା ଶରୀର ସମର୍ପଣ କଲେ, ସେ ସେମାନଙ୍କୁ ଉଦ୍ଧାର କଲେ।


ତହିଁରେ ରାଜା ଅତିଶୟ ଆନନ୍ଦିତ ହୋଇ ଦାନିୟେଲଙ୍କୁ ଗର୍ତ୍ତରୁ ଉଠାଇ ଆଣିବାକୁ ଆଜ୍ଞା ଦେଲା। ତହୁଁ ଦାନିୟେଲ ଗର୍ତ୍ତରୁ ଉଠାଗଲେ ଓ ତାଙ୍କ ଶରୀରରେ କୌଣସି ପ୍ରକାର କ୍ଷତ ଦେଖା ନ ଗଲା, କାରଣ ସେ ଆପଣା ପରମେଶ୍ଵରଙ୍କଠାରେ ବିଶ୍ଵାସ କରିଥିଲେ।


ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ।


ପୁଣି, ଧାର୍ମିକତାର କାର୍ଯ୍ୟ ଶାନ୍ତିମୟ ହେବନ୍ତ ଆଉ, ଧାର୍ମିକତାର ଫଳ ନିତ୍ୟ ସୁସ୍ଥିରତା ଓ ନିର୍ଭୟତା ହେବ।


ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାହାଙ୍କ ସେବକର ବାକ୍ୟ ପାଳନ କରେ, ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି? ଯେଉଁ ଲୋକ ଅନ୍ଧକାରରେ ଗମନ କରେ ଓ ଦୀପ୍ତିପ୍ରାପ୍ତ ନ ହୁଏ, ସେ ସଦାପ୍ରଭୁଙ୍କ ନାମରେ ବିଶ୍ଵାସ କରୁ ଓ ଆପଣା ପରମେଶ୍ଵରଙ୍କ ଉପରେ ନିର୍ଭର ଦେଉ।


କାରଣ ଆମ୍ଭେ ନିଶ୍ଚୟ ତୁମ୍ଭକୁ ରକ୍ଷା କରିବା, ତୁମ୍ଭେ ଖଡ଼୍‍ଗରେ ପତିତ ହେବ ନାହିଁ, ମାତ୍ର ତୁମ୍ଭ ପ୍ରାଣ ତୁମ୍ଭ ପ୍ରତି ଲୁଟିତ ଦ୍ରବ୍ୟ ସ୍ଵରୂପ ହେବ: ଯେହେତୁ ତୁମ୍ଭେ ଆମ୍ଭଠାରେ ବିଶ୍ଵାସ କରିଅଛ, ଏହା ସଦାପ୍ରଭୁ କହନ୍ତି।


Swiv nou:

Piblisite


Piblisite