Biblia Todo Logo
Bib sou entènèt

- Piblisite -




ଯିଶାଇୟ 4:4 - ପବିତ୍ର ବାଇବଲ (Re-edited) - (BSI)

4 ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଓ ଯିରୂଶାଲମରେ ରହେ, ଅର୍ଥାତ୍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ।

Gade chapit la Kopi

ଓଡିଆ ବାଇବେଲ

4 ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଓ ଯିରୂଶାଲମରେ ରହେ, ଅର୍ଥାତ୍‍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଓ ଯିରୂଶାଲମରେ ରହେ, ଅର୍ଥାତ୍‍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ।

Gade chapit la Kopi

ପବିତ୍ର ବାଇବଲ

4 ସଦାପ୍ରଭୁ ସିୟୋନର ନାରୀମାନଙ୍କର ମଇଳାକୁ ଧୌତ କରିବେ। ସେ ଯିରୁଶାଲମର ସମସ୍ତ ରକ୍ତକୁ ଧୋଇ ଦେବେ। ପରମେଶ୍ୱର ତାଙ୍କର ନ୍ୟାୟ ଆତ୍ମାକୁ ପ୍ରୟୋଗ କରିବେ। ଆଉ ମଧ୍ୟ ସେ ତାଙ୍କର ଜ୍ୱଳନ୍ତ ଆତ୍ମାକୁ ବ୍ୟବହାର କରିବେ।

Gade chapit la Kopi




ଯିଶାଇୟ 4:4
29 Referans Kwoze  

ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ସିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା।


ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁବର୍ଣ୍ଣ ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ଏମାନେ ଆମ୍ଭର ଲୋକ; ଆଉ, ସେମାନେ କହିବେ, ସଦାପ୍ରଭୁ ଆମ୍ଭର ପରମେଶ୍ଵର ଅଟନ୍ତି।


ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀ-ମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।


ଆଉ, ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ସକଳ ଅଶୌଚରୁ ପରିତ୍ରାଣ କରିବା ଓ ଆମ୍ଭେ ଶସ୍ୟକୁ ଆହ୍ଵାନ କରି ତାହା ବୃଦ୍ଧି କରିବା ଓ ତୁମ୍ଭମାନଙ୍କ ଉପରେ ଦୁର୍ଭିକ୍ଷ ପକାଇବା ନାହିଁ।


ପୁଣି, ବିଚାର କରିବା ନିମନ୍ତେ ଉପବିଷ୍ଟ ଲୋକ ପ୍ରତି ବିଚାରଜନକ ଆତ୍ମା ଓ ଯେଉଁମାନେ ନଗର-ଦ୍ଵାରରେ ଯୁଦ୍ଧ ଫେରାଇ ଦିଅନ୍ତି, ସେମାନଙ୍କ ପ୍ରତି ବଳ ସ୍ଵରୂପ ହେବେ।


କାରଣ ଦେଖ, ସେଦିନ ଆସୁଅଛି, ତାହା ତୁନ୍ଦୁର ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ , ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ସେଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀ- ଗଣର ପ୍ରତି ଏକ ନିର୍ଝର ଖୋଲାଯିବ।


ପୁଣି, ଆମ୍ଭେ ସେମାନଙ୍କର ଯେଉଁ ରକ୍ତ ପରିଷ୍କାର କରି ନାହୁଁ, ତାହା ପରିଷ୍କାର କରିବା; କାରଣ ସଦାପ୍ରଭୁ ସିୟୋନରେ ବାସ କରନ୍ତି।


ପୁଣି, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନ-ଭିନ୍ନ କରିବା ଓ ନାନା ଦେଶରେ ତୁମ୍ଭକୁ ନିକ୍ଷେପ କରିବା; ଆଉ, ଆମ୍ଭେ ତୁମ୍ଭର ଅଶୁଚିତା ତୁମ୍ଭଠାରୁ ନାଶ କରିବା।


ତାହାର ଅଶୌଚ ତାହାର ବସ୍ତ୍ରର ଅଞ୍ଚଳରେ ଥିଲା; ସେ ଆପଣାର ଶେଷ ଦଶା ସ୍ମରଣ କଲା ନାହିଁ; ଏଥିପାଇଁ ସେ ଆଶ୍ଚର୍ଯ୍ୟଜନକ ରୂପେ ଅଧଃପତିତ ହୋଇଅଛି; ତାହାର ସାନ୍ତ୍ଵନାକାରୀ କେହି ନାହିଁ। ହେ ସଦାପ୍ରଭୁ, ମୋହର ଦୁଃଖ ଦେଖ, କାରଣ ଶତ୍ରୁ ଆପଣାକୁ ବଡ଼ କରିଅଛି।


ଏହେତୁ କଳହରେ ସଜ୍ଜିତ ଲୋକର ସମସ୍ତ ଅସ୍ତ୍ରଶସ୍ତ୍ର ଓ ରକ୍ତରେ ଜଡ଼ିତ ବସ୍ତ୍ରସବୁ ଜ୍ଵଳନୀୟ ଦ୍ରବ୍ୟ, ଅଗ୍ନି ପାଇଁ କାଷ୍ଠ ସ୍ଵରୂପ ହେବ।


ପୁଣି, ବଳବାନ ଲୋକ ଛଣପଟ ପରି ଓ ତାହାର କର୍ମ ଅଗ୍ନିକଣା ପରି ହେବ; ସେ ଦୁଇ ଏକତ୍ର ଜ୍ଵଳିବ ଓ କେହି ତାହା ନିଭାଇବ ନାହିଁ।


ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା; ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ। ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ।


ଉପଦ୍ରବକାରିଣୀ ଯେଉଁ ନଗରୀ ବିଦ୍ରୋହିଣୀ ଓ ଭ୍ରଷ୍ଟା ହୋଇଅଛି, ସେ ସନ୍ତାପର ପାତ୍ରୀ।


ମୋʼ ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର ଓ ମୋʼ ପାପରୁ ମୋତେ ଶୁଚି କର।


ଆଗୋ ସିୟୋନର କନ୍ୟାଗଣ, ତୁମ୍ଭେମାନେ ବାହାରେ ଯାଇ ମୁକୁଟଭୂଷିତ ଶଲୋମନ ରାଜାଙ୍କୁ ଦେଖ, ତାଙ୍କ ବିବାହ ଦିନରେ ଓ ତାଙ୍କ ମନର ଆନନ୍ଦ ଦିନରେ ତାଙ୍କ ମାତା ତାଙ୍କୁ ସେହି ମୁକୁଟ ପିନ୍ଧାଇଅଛନ୍ତି।


ସୈନ୍ୟାଧିପତି ସଦାପ୍ରଭୁଙ୍କ କୋପରେ ଦେଶ ଦଗ୍ଧ ହୋଇଅଛି; ମଧ୍ୟ ଲୋକମାନେ ଅଗ୍ନି ପାଇଁ କାଷ୍ଠ ତୁଲ୍ୟ ଅଟନ୍ତି; କେହି ଆପଣା ଭ୍ରାତାକୁ ଦୟା କରେ ନାହିଁ।


ପୁଣି, ଆମ୍ଭେ ତୁମ୍ଭଆଡ଼େ ଆପଣା ହସ୍ତ ଫେରାଇ ତୁମ୍ଭର ଖାଦ ସମ୍ପୂର୍ଣ୍ଣ ରୂପେ ପରିଷ୍କାର କରିବା ଓ ତୁମ୍ଭର ସୀସାସବୁ କାଢ଼ି ନେବା;


ଏହେତୁ ଏହା ଦ୍ଵାରା ଯାକୁବର ଅପରାଧ ମାର୍ଜିତ ହେବ ଓ ତାହାର ପାପ ଦୂରୀକୃତ ହେବାର ସମସ୍ତ ଫଳ ଏହି; ସେ ଯଜ୍ଞବେଦିର ପ୍ରସ୍ତର ସବୁକୁ ଚୂନର ଭଗ୍ନ ପ୍ରସ୍ତର ତୁଲ୍ୟ କଲେ, ଆଶେରା ମୂର୍ତ୍ତି ଓ ସୂର୍ଯ୍ୟ ପ୍ରତିମାସବୁ ଆଉ ଉଠିବେ ନାହିଁ।


ପ୍ରବଞ୍ଚନା ମଧ୍ୟରେ ତୁମ୍ଭର ବସତିସ୍ଥାନ ଅଛି; ସଦାପ୍ରଭୁ କହନ୍ତି, ସେମାନେ ପ୍ରବଞ୍ଚନା ସକାଶୁ ଆମ୍ଭକୁ ଜାଣିବାକୁ ଅସ୍ଵୀକାର କରନ୍ତି।


Swiv nou:

Piblisite


Piblisite