Biblia Todo Logo
Bib sou entènèt

- Piblisite -




ଯିଶାଇୟ 7:2 - ପବିତ୍ର ବାଇବଲ (Re-edited) - (BSI)

2 ଅନନ୍ତର ଦାଉଦ-ବଂଶକୁ ଜ୍ଞାତ କରାଗଲା ଯେ, ଅରାମ ଇଫ୍ରୟିମର ସହାୟ ହୋଇଅଛି। ଏଥିରେ ତାହାର ହୃଦୟ ଓ ତାହାର ଲୋକମାନଙ୍କ ହୃଦୟ ବାୟୁରେ କମ୍ପିତ ଓ ବନବୃକ୍ଷ ତୁଲ୍ୟ କମ୍ପିତ ହେଲା।

Gade chapit la Kopi

ଓଡିଆ ବାଇବେଲ

2 ଏଥିଉତ୍ତାରେ ଦାଉଦବଂଶକୁ ଜ୍ଞାତ କରାଗଲା ଯେ, ଅରାମ ଇଫ୍ରୟିମର ସହାୟ ହୋଇଅଛି। ଏଥିରେ ତାହାର ହୃଦୟ ଓ ତାହାର ଲୋକମାନଙ୍କ ହୃଦୟ ବାୟୁରେ କମ୍ପିତ ଓ ବନବୃକ୍ଷ ତୁଲ୍ୟ କମ୍ପିତ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏଥିଉତ୍ତାରେ ଦାଉଦ-ବଂଶକୁ ଜ୍ଞାତ କରାଗଲା ଯେ, ଅରାମ ଇଫ୍ରୟିମର ସହାୟ ହୋଇଅଛି। ଏଥିରେ ତାହାର ହୃଦୟ ଓ ତାହାର ଲୋକମାନଙ୍କ ହୃଦୟ ବାୟୁରେ କମ୍ପିତ ଓ ବନବୃକ୍ଷ ତୁଲ୍ୟ କମ୍ପିତ ହେଲା।

Gade chapit la Kopi

ପବିତ୍ର ବାଇବଲ

2 ଅନନ୍ତର ଦାଉଦ ବଂଶକୁ ଏକ ବାର୍ତ୍ତା ପଠାଗଲା। ସେହି ବାର୍ତ୍ତାଟି ହେଲା, “ଅରାମ ଓ ଇସ୍ରାଏଲ ସୈନ୍ୟମାନେ ଏକତ୍ରିତ ହୋଇଛନ୍ତି ଏବଂ ସେମାନେ ଏକତ୍ର ଶିବିର ସ୍ଥାପନ କରିଛନ୍ତି।” ଯେତେବେଳେ ରାଜା ଆହସ ଏହି କଥା ଶୁଣିଲେ ସେ ଏବଂ ତାଙ୍କର ଲୋକମାନେ ଭୟଭୀତ ହୋଇପଡ଼ିଲେ। ପବନରେ ବୃକ୍ଷଗୁଡ଼ିକ ଦୋହଲିଲା ପରି ସେମାନେ ଭୟରେ କମ୍ପିତ ହେଲେ।

Gade chapit la Kopi




ଯିଶାଇୟ 7:2
28 Referans Kwoze  

ଏହି ଲୋକମାନେ ଯେଉଁସବୁ ବିଷୟକୁ ଚକ୍ରା; ବୋଲି କହିବେ; ତୁମ୍ଭେମାନେ ସେସବୁକୁ ଚକ୍ରା; ବୋଲି କୁହ ନାହିଁ; କିଅବା ସେମାନଙ୍କର ଭୟ ବିଷୟକୁ ତୁମ୍ଭେମାନେ ଭୟ କର ନାହିଁ, ଅବା ତହିଁ ବିଷୟରେ ତ୍ରାସଯୁକ୍ତ ହୁଅ ନାହିଁ।


ଏଥିରେ ସେ କହିଲେ, ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟକୁ କ୍ଳା; କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋʼ ପରମେଶ୍ଵରଙ୍କୁ ହିଁ କ୍ଳା; କରିବ?


ପୁଣି ସମସ୍ତ ଲୋକ, ଇଫ୍ରୟିମ ଓ ଶମରୀୟାର ନିବାସୀମାନେ ହିଁ ତାହା ଜାଣିବେ; ସେମାନେ ଅହଙ୍କାରରେ ଓ ଦର୍ପଚିତ୍ତରେ କହନ୍ତି,


କେହି ନ ଗୋଡ଼ାଇଲେ ହେଁ ଦୁଷ୍ଟ ପଳାଏ; ମାତ୍ର ଧାର୍ମିକମାନେ ସିଂହ ପରି ସାହସିକ।


ଏହା ଶୁଣି ହେରୋଦ ରାଜା ଓ ତାଙ୍କ ସହିତ ସମୁଦାୟ ଯିରୂଶାଲମ ନିବାସୀ ଉଦ୍ବିଗ୍ନ ହେଲେ;


ଇଫ୍ରୟିମ ବାୟୁ ଭୋଜନ କରେ ଓ ପୂର୍ବୀୟ ବାୟୁର ପଛେ ପଛେ ଗମନ କରେ; ସେ ସର୍ବଦା ମିଥ୍ୟା କଥା ଓ ଉପଦ୍ରବ ବୃଦ୍ଧି କରେ ଓ ସେମାନେ ଅଶୂରର ସହିତ ନିୟମ କରନ୍ତି ଓ ମିସରକୁ ତୈଳ ବହାଯାଏ।


ହେ ଦାଉଦ-ବଂଶ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପ୍ରଭାତରେ ବିଚାର ନିଷ୍ପତ୍ତି କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର, ନୋହିଲେ ତୁମ୍ଭମାନଙ୍କ ଦୁଷ୍ଟାଚରଣ ହେତୁରୁ ଆମ୍ଭର ପ୍ରଚଣ୍ତ କ୍ରୋଧ ଅଗ୍ନି ତୁଲ୍ୟ ବାହାରି ଦଗ୍ଧ କରିବ ଓ କେହି ତାହା ନିର୍ବାଣ କରି ପାରିବ ନାହିଁ।


କାରଣ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରକୁ ରକ୍ଷା କରିବା ପାଇଁ ସପକ୍ଷ ହେବା।


ଏହେତୁ ତନ୍ନିବାସୀମାନେ ଅଳ୍ପ ଶକ୍ତିବିଶିଷ୍ଟ ହେଲେ, ସେମାନେ ହତାଶ ଓ ଉଦ୍ବିଗ୍ନ ହେଲେ; ସେମାନେ କ୍ଷେତ୍ରର ଘାସ ଓ ନବୀନ ତୃଣ, ଗୃହ-ଛାତର ଉପରିସ୍ଥ ଘାସ ଓ ଅପକ୍ଵ ଶସ୍ୟକ୍ଷେତ୍ର ତୁଲ୍ୟ ହେଲେ।


ପୁଣି, ଆମ୍ଭେ ଦାଉଦ-ବଂଶର ଚାବି ତାହାର ସ୍କନ୍ଧରେ ରଖିବା, ସେ ଫିଟାଇଲେ, କେହି ବନ୍ଦ କରିବ ନାହିଁ ଓ ସେ ବନ୍ଦ କଲେ, କେହି ଫିଟାଇବ ନାହିଁ।


ଆହୁରି, ଇଫ୍ରୟିମର ଈର୍ଷା ଦୂର ହେବ ଓ ଯିହୁଦାକୁ କ୍ଳେଶ ଦେବା ଲୋକମାନେ ଉଚ୍ଛିନ୍ନ ହେବେ; ଇଫ୍ରୟିମ ଯିହୁଦାକୁ ଈର୍ଷା କରିବ ନାହିଁ ଓ ଯିହୁଦା ଇଫ୍ରୟିମକୁ କ୍ଳେଶ ଦେବ ନାହିଁ।


ଇଫ୍ରୟିମ ଯିହୁଦାଠାରୁ ପୃଥକ ହେବା ଦିନଠାରୁ ଯେପ୍ରକାର ସମୟ କେବେ ହୋଇ ନାହିଁ, ସେପ୍ରକାର ସମୟ ସଦାପ୍ରଭୁ ତୁମ୍ଭ ପ୍ରତି ଓ ତୁମ୍ଭ ଲୋକମାନଙ୍କ ପ୍ରତି ଓ ତୁମ୍ଭ ପିତୃବଂଶ ପ୍ରତି ଘଟାଇବେ; ଅର୍ଥାତ୍, ଅଶୂରର ରାଜାକୁ ଆଣିବେ।


ଆଉ, ଯଦିବା ତହିଁରେ ଦଶମାଂଶ ରହେ, ତଥାପି ତାହା ପୁନର୍ବାର ବିନଷ୍ଟ ହେବ; ଏଲା ଓ ଅଲୋନ ବୃକ୍ଷ ହଣା ଗଲେ ହେଁ ଯେପରି ତାହାର ଗଣ୍ତି ରହେ; ସେପରି ସେହି ପବିତ୍ର ବଂଶ ଏହି ଗୋଷ୍ଠୀର ଗଣ୍ତିସ୍ଵରୂପ ଅଟେ।


ମୁଁ ସଦାପ୍ରଭୁଙ୍କର ଶରଣାଗତ; ତୁମ୍ଭେମାନେ କିରୂପେ ମୋʼ ପ୍ରାଣକୁ କହୁଅଛ, ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?


ଏଥିରେ ଯିହୋହାନନର ପୁତ୍ର ଅସରୀୟ, ମଶିଲ୍ଲୋମୋତ୍ର ପୁତ୍ର ବେରିଖୀୟ ଓ ଶଲ୍ଲୁମର ପୁତ୍ର ଯିହିଷ୍କିୟ ଓ ହଦ୍ଲୟର ପୁତ୍ର ଅମାସା, ଏହି କେତେକ ଇଫ୍ରୟିମ-ସନ୍ତାନଗଣର ପ୍ରଧାନ ଲୋକ ଯୁଦ୍ଧରୁ ଆଗତ ଲୋକମାନଙ୍କ ବିରୁଦ୍ଧରେ ଠିଆ ହୋଇ ସେମାନଙ୍କୁ କହିଲେ,


ତହୁଁ ଅମତ୍ସୀୟ ଇଫ୍ରୟିମରୁ ଆପଣା ନିକଟକୁ ଆଗତ ସୈନ୍ୟଦଳକୁ ସେମାନଙ୍କ ଗୃହକୁ ପୁନର୍ବାର ଯିବା ପାଇଁ ପୃଥକ କଲେ; ଏଣୁ ଯିହୁଦା ପ୍ରତିକୂଳରେ ସେମାନଙ୍କର କ୍ରୋଧ ଅତି ପ୍ରଜ୍ଵଳିତ ହେଲା ଓ ସେମାନେ ପ୍ରଚଣ୍ତ କ୍ରୋଧରେ ଗୃହକୁ ଫେରିଗଲେ।


ପୁଣି ସେ ସଦାପ୍ରଭୁଙ୍କ ବାକ୍ୟ ଦ୍ଵାରା ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚୈଃସ୍ଵର କରି କହିଲା, ହେ ଯଜ୍ଞବେଦି, ଯଜ୍ଞବେଦି, ସଦାପ୍ରଭୁ ଏହିପରି କହନ୍ତି; ଦେଖ, ଦାଉଦ-ବଂଶରେ ଯୋଶୀୟ ନାମରେ ଏକ ସନ୍ତାନ ଜନ୍ମିବ; ପୁଣି ଉଚ୍ଚସ୍ଥଳୀର ଯେଉଁ ଯାଜକମାନେ ତୁମ୍ଭ ଉପରେ ଧୂପ ଜ୍ଵଳାଉଅଛନ୍ତି, ସେମାନଙ୍କୁ ତୁମ୍ଭ ଉପରେ ସେ ବଳିଦାନ କରିବ ଓ ଲୋକମାନେ ମନୁଷ୍ୟର ଅସ୍ଥି ତୁମ୍ଭ ଉପରେ ଦଗ୍ଧ କରିବେ।


ଯେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ, ରାଜା ସେମାନଙ୍କ କଥା ଶୁଣିଲେ ନାହିଁ, ସେତେବେଳେ ଲୋକମାନେ ରାଜାଙ୍କୁ ଉତ୍ତର କରି କହିଲେ, ଦାଉଦଙ୍କଠାରେ ଆମ୍ଭମାନଙ୍କର କି ଅଂଶ ଅଛି? ଏଣିକି ଯିଶୀର ପୁତ୍ରଠାରେ; ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ଆପଣା ଆପଣା ତମ୍ଵୁକୁ ଯାଅ; ହେ ଦାଉଦ, ତୁମ୍ଭେ ଏବେ ଆପଣା ଘର କଥା ବୁଝ। ତହୁଁ ଇସ୍ରାଏଲୀୟମାନେ ଆପଣା ଆପଣା ତମ୍ଵୁକୁ ଚାଲିଗଲେ।


ମାତ୍ର ଆମ୍ଭ ଦାସ ଦାଉଦ ସକାଶୁ ଓ ଇସ୍ରାଏଲର ସମସ୍ତ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ନଗର ଯିରୂଶାଲମ ସକାଶୁ ସେ ଏକ ଗୋଷ୍ଠୀ ପାଇବ।


ପୁଣି ତୁମ୍ଭ ବଂଶ ଓ ତୁମ୍ଭ ରାଜତ୍ଵ ତୁମ୍ଭ ସମ୍ମୁଖରେ ଅନ; କାଳ ସ୍ଥିରିକୃତ ହେବ; ତୁମ୍ଭର ସିଂହାସନ ଅନ; କାଳସ୍ଥାୟୀ ହେବ।


କାରଣ ଅରାମ, ମଧ୍ୟ ଇଫ୍ରୟିମ ଓ ରମଲୀୟର ପୁତ୍ର ତୁମ୍ଭ ବିରୁଦ୍ଧରେ କୁମନ୍ତ୍ରଣା କରି କହୁଅଛନ୍ତି,


Swiv nou:

Piblisite


Piblisite