Biblia Todo Logo
Bib sou entènèt

- Piblisite -




ଯିଶାଇୟ 9:3 - ପବିତ୍ର ବାଇବଲ (Re-edited) - (BSI)

3 ତୁମ୍ଭେ ସେହି ଦେଶୀୟ ଲୋକଙ୍କୁ ବହୁସଂଖ୍ୟକ କରି ସେମାନଙ୍କର ଆନନ୍ଦ ବୃଦ୍ଧି କରିଅଛ; ସେମାନେ ଶସ୍ୟ ଛେଦନର ଆନନ୍ଦ ପ୍ରାୟ ଆନନ୍ଦ କରନ୍ତି, ଲୁଟ ବିଭାଗ କରିବା ସମୟର ତୁଲ୍ୟ ଉଲ୍ଲାସିତ ହୁଅନ୍ତି,

Gade chapit la Kopi

ଓଡିଆ ବାଇବେଲ

3 ତୁମ୍ଭେ ସେହି ଦେଶୀୟ ଲୋକଙ୍କୁ ବହୁସଂଖ୍ୟକ କରି ସେମାନଙ୍କର ଆନନ୍ଦ ବୃଦ୍ଧି କରିଅଛ; ସେମାନେ ଶସ୍ୟ ଛେଦନର ଆନନ୍ଦ ପ୍ରାୟ ଆନନ୍ଦ କରନ୍ତି, ଲୁଟିତ ବିଭାଗ କରିବା ସମୟର ତୁଲ୍ୟ ଉଲ୍ଲାସିତ ହୁଅନ୍ତି,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତୁମ୍ଭେ ସେହି ଦେଶୀୟ ଲୋକଙ୍କୁ ବହୁସଂଖ୍ୟକ କରି ସେମାନଙ୍କର ଆନନ୍ଦ ବୃଦ୍ଧି କରିଅଛ; ସେମାନେ ଶସ୍ୟ ଛେଦନର ଆନନ୍ଦ ପ୍ରାୟ ଆନନ୍ଦ କରନ୍ତି, ଲୁଟିତ ବିଭାଗ କରିବା ସମୟର ତୁଲ୍ୟ ଉଲ୍ଲାସିତ ହୁଅନ୍ତି,

Gade chapit la Kopi

ପବିତ୍ର ବାଇବଲ

3 ହେ ପରମେଶ୍ୱର, ତୁମ୍ଭେ ସେହି ଗୋଷ୍ଠୀର ବୁଦ୍ଧିର କାରଣ ହେବ। ତୁମ୍ଭେ ସେହି ଲୋକମାନଙ୍କୁ ସୁଖୀ କରିବ ଏବଂ ସେହି ଲୋକମାନେ ତୁମ୍ଭକୁ ସେମାନଙ୍କର ଆନନ୍ଦ ଦେଖାଇବେ। ଏହି ଆନନ୍ଦ ଶସ୍ୟ ସମୟରେ ଉଲ୍ଲାସ ପରି ହେବ। ପୁଣି ଏହି ଆନନ୍ଦ ଉଲ୍ଲାସ ଲୁଣ୍ଠନ ଦ୍ରବ୍ୟକୁ ଭାଗ କଲାବେଳେ ଯେପରି ହୁଏ ସେହିପରି ହେବ।

Gade chapit la Kopi




ଯିଶାଇୟ 9:3
38 Referans Kwoze  

କେହି ପ୍ରଚୁର ଲୁଟଧନ ପାଇବା ପରି ମୁଁ ତୁମ୍ଭ ବାକ୍ୟରେ ଆନନ୍ଦ କରେ।


ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେହେଁ ତାହାଙ୍କଠାରେ ବିଶ୍ଵାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ ପ୍ର.ଯୋହ. ୪:୨୦ ଯୋହ. ୨୦:୨୯


ତୁମ୍ଭେ ଏ ଦେଶୀୟ ଲୋକଙ୍କୁ ବୃଦ୍ଧି କରିଅଛ, ହେ ସଦାପ୍ରଭୋ, ତୁମ୍ଭେ ଏହି ଦେଶୀୟ ଲୋକଙ୍କୁ ବୃଦ୍ଧି କରିଅଛ; ତୁମ୍ଭେ ଗୌରବାନ୍ଵିତ ହୋଇଅଛ; ତୁମ୍ଭେ ଦେଶର ସୀମାସକଳ ବିସ୍ତାର କରିଅଛ।


ହେ ଯିରୂଶାଲମକୁ ପ୍ରେମକାରୀ ସମସ୍ତେ, ତୁମ୍ଭେମାନେ ତାହା ସହିତ ଆନନ୍ଦ କର ଓ ତାହା ନିମନ୍ତେ ଉଲ୍ଲାସ କର; ତାହା ବିଷୟରେ ଶୋକକାରୀ ସମସ୍ତେ, ତୁମ୍ଭେମାନେ ଆନନ୍ଦ ସକାଶୁ ତାହା ସହିତ ଉଲ୍ଲାସ କର;


ମାତ୍ର ଯାହା ଆମ୍ଭେ ସୃଷ୍ଟି କରୁ, ତୁମ୍ଭେମାନେ ସଦାକାଳ ତହିଁରେ ଆନନ୍ଦିତ ହୋଇ ଉଲ୍ଲାସ କର; କାରଣ ଦେଖ, ଆମ୍ଭେ ଯିରୂଶାଲମକୁ ଉଲ୍ଲାସ ସ୍ଵରୂପ ଓ ତହିଁର ଲୋକମାନଙ୍କୁ ଆନନ୍ଦର ପାତ୍ର କରି ସୃଷ୍ଟି କରୁ।


ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ଵର ଦୂରକୁ ପଳାଇ ଯିବ।


ଏଉତ୍ତାରେ ସେ ତାଙ୍କୁ ନେଇଯାʼନ୍ତେ, ଦେଖ, ପଲେଷ୍ଟୀୟମାନଙ୍କର ଓ ଯିହୁଦାର ଦେଶରୁ ପ୍ରଚୁର ଲୁଟଦ୍ରବ୍ୟ ଆଣିଥିବାରୁ ସେମାନେ ଭୂମିଯାକ ବ୍ୟାପି ଭୋଜନପାନ ଓ ଉତ୍ସବ କରୁଅଛନ୍ତି।


କିନ୍ତୁ ଯେତେବେଳେ ତାହାଠାରୁ ଅଧିକ ବଳବାନ ଲୋକ ତାହାକୁ ଆକ୍ରମଣ କରି ଜୟ କରେ, ସେତେବେଳେ ଯେଉଁ ଅସ୍ତ୍ରରେ ତାହାର ନିର୍ଭର ଥିଲା, ସେହିସବୁ ସେ ହରଣ କରିନିଏ, ପୁଣି ତାହାର ଲୁଟଦ୍ରବ୍ୟ ବାଣ୍ଟିନିଏ।


ତୁମ୍ଭେ ମୋʼ ଅନ୍ତଃକରଣରେ ଆନନ୍ଦ ଦେଇଅଛ, ତାହା ସେମାନଙ୍କ ଶସ୍ୟ ଓ ଦ୍ରାକ୍ଷାରସ ବୃଦ୍ଧିକାଳର ଆନନ୍ଦ ଅପେକ୍ଷା ଅଧିକ।


ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର।


ଆମ୍ଭେ ସେମାନଙ୍କ ପାଇଁ ଶୀଷ୍ ଶଦ୍ଦ କରି ସେମାନଙ୍କୁ ଏକତ୍ର କରିବା; କାରଣ ଆମ୍ଭେ ସେମାନଙ୍କୁ ମୁକ୍ତ କରିଅଛୁ ଓ ସେମାନେ ଯେପରି ବହୁବଂଶ ହୋଇଥିଲେ, ସେପରି ବହୁବଂଶ ହେବେ।


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ସେସମୟରେ ଏପରି ଘଟିବ ଯେ, ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ୟରୁ ଦଶ ଜଣ ପୁରୁଷ ଏକ ଯିହୁଦୀ ଲୋକର ବସ୍ତ୍ରର ଅଞ୍ଚଳ ଧରି ଏହି କଥା କହିବେ, ଆମ୍ଭେମାନେ ତୁମ୍ଭ ସଙ୍ଗରେ ଯିବୁ, କାରଣ ପରମେଶ୍ଵର ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି ବୋଲି ଆମ୍ଭେମାନେ ଶୁଣିଅଛୁ।


ପୁଣି, ସେଦିନ ଅନେକ ଗୋଷ୍ଠୀ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେବେ ଓ ମୋର ଲୋକ ହେବେ; ଆଉ, ମୁଁ ତୁମ୍ଭ ମଧ୍ୟରେ ବାସ କରିବି, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।


ସେମାନେ ବୃଦ୍ଧି ପାଇବା ପ୍ରମାଣେ ଆମ୍ଭ ବିରୁଦ୍ଧରେ ପାପ କଲେ; ଆମ୍ଭେ ସେମାନଙ୍କର ଗୌରବ ଅପମାନରେ ପରିଣତ କରିବା।


କାରଣ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯାକୁବ ନିମନ୍ତେ ଆନନ୍ଦରେ ଗାନ କର ଓ ଗୋଷ୍ଠୀବର୍ଗର ଅଗ୍ରଗଣ୍ୟ ନିମନ୍ତେ ଜୟଧ୍ଵନି କରନ୍ତ ତୁମ୍ଭେମାନେ ପ୍ରଚାର କରି, ପ୍ରଶଂସା କରି କୁହ, ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକ ଇସ୍ରାଏଲର ଅବଶିଷ୍ଟାଂଶକୁ ପରିତ୍ରାଣ କର।


ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋʼ ପରମେଶ୍ଵରଙ୍କଠାରେ ଉଲ୍ଲସିତ ହେବନ୍ତ କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରନିରେ ଆପଣାକୁ ଭୂଷିତା କରେ, ସେପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ଵିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି ।


ତୁମ୍ଭେମାନେ ଲଜ୍ଜାର ପରିବର୍ତ୍ତେ ଦୁଇ ଗୁଣ ସମ୍ମାନ ପାଇବ; ପୁଣି, ଅପମାନର ପରିବର୍ତ୍ତେ ସେମାନେ ଆପଣା ଆପଣା ଅଧିକାରରେ ଆନନ୍ଦ କରିବେ; ଏନିମନ୍ତେ ସେମାନେ ଆପଣାମାନଙ୍କ ଦେଶରେ ଦୁଇ ଗୁଣ ଅଂଶ ପାଇବେ; ସେମାନଙ୍କର ଅନନ୍ତକାଳସ୍ଥାୟୀ ଆହ୍ଲାଦ ହେବ।


ଏଣୁ ତୁମ୍ଭେମାନେ ଆନନ୍ଦରେ ବାହାର ହୋଇ ଶାନ୍ତିରେ ଆଗେ ଆଗେ ନିଆଯିବ; ପର୍ବତ ଓ ଉପପର୍ବତ-ଗଣ ତୁମ୍ଭମାନଙ୍କ ସମ୍ମୁଖରେ ଉଚ୍ଚସ୍ଵରରେ ଗାନ କରିବେ ଓ କ୍ଷେତ୍ରସ୍ଥ ବୃକ୍ଷସକଳ କରତାଳି ଦେବେ।


ଆଗୋ ବନ୍ଧ୍ୟେ, ଅପ୍ରସୂତେ, ତୁମ୍ଭେ ଗାନ କର, ଆଗୋ ଗର୍ଭବ୍ୟଥାରହିତେ, ତୁମ୍ଭେ ଉଚ୍ଚ- ସ୍ଵରରେ ଗାନ କରି ଆନନ୍ଦଧ୍ଵନି କର, କାରଣ ସଦାପ୍ରଭୁ କହନ୍ତି, ବିବାହିତା ଭାର୍ଯ୍ୟାର ସନ୍ତାନ ଅପେକ୍ଷା ଅନାଥାର ସନ୍ତାନ ଅଧିକ।


ତାହା ଅତିଶୟ ପ୍ରଫୁଲ୍ଲ ହେବ, ପୁଣି ଆନନ୍ଦ ଓ ଗାନ କରି ଉଲ୍ଲସିତ ହେବ; ଲିବାନୋନର ପ୍ରତାପ, କର୍ମିଲ୍ ଓ ଶାରୋଣର ଶୋଭା ତାହାକୁ ଦତ୍ତ ହେବ; ସେମାନେ ସଦାପ୍ରଭୁଙ୍କର ପ୍ରତାପ ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କର ଶୋଭା ଦେଖିବେ।


ପୁଣି, ସେଦିନ ଏହି କଥା କୁହାଯିବ, ଦେଖ, ଏହି ଆମ୍ଭମାନଙ୍କର ପରମେଶ୍ଵର; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ ଓ ସେ ଆମ୍ଭମାନଙ୍କୁ ଉଦ୍ଧାର କରିବେ; ଏ ସଦାପ୍ରଭୁ ଅଟନ୍ତି; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ, ଆମ୍ଭେମାନେ ତାହାଙ୍କ କୃତ ପରିତ୍ରାଣରେ ଆନନ୍ଦିତ ହୋଇ ଉଲ୍ଲାସ କରିବୁ।


ସେହି ଦିନରେ ତୁମ୍ଭେ କହିବ, ହେ ସଦାପ୍ରଭୋ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ଵନା କରୁଅଛ।


ଆହୁରି, ସେ ସେମାନଙ୍କୁ ଆଶୀର୍ବାଦ କରନ୍ତି, ତହିଁରେ ସେମାନେ ଅତିଶୟ ବୃଦ୍ଧି ପାଆନ୍ତି; ପୁଣି, ସେ ସେମାନଙ୍କ ପଶୁପଲ ଊଣା ହେବାକୁ ଦିଅନ୍ତି ନାହିଁ।


ଆହୁରି, ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଆକାଶର ନକ୍ଷତ୍ରଗଣ ତୁଲ୍ୟ ବହୁସଂଖ୍ୟକ କଲ ଓ ଯେଉଁ ଦେଶ ସେମାନେ ଅଧିକାର କରିବାକୁ ଯିବେ ବୋଲି ତୁମ୍ଭେ ସେମାନଙ୍କ ପିତୃଗଣକୁ କହିଥିଲ, ସେହି ଦେଶକୁ ସେମାନଙ୍କୁ ଆଣିଲ।


ହେ ରାଜଗଣ, ଶୁଣ; ହେ ଭୂପତିଗଣ, କର୍ଣ୍ଣ ଡେର; ମୁଁ, ମୁଁ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି; ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ପ୍ରଶଂସା ଗାନ କରିବି।


ସେଥିରେ ସେହି ନଗରରେ ମହା ଆନନ୍ଦ ହେଲା।


ସେ ଗୋଷ୍ଠୀୟମାନଙ୍କୁ ବୃଦ୍ଧି କରନ୍ତି ଓ ସେମାନଙ୍କୁ ବିନାଶ କରନ୍ତି; ସେ ଗୋଷ୍ଠୀୟମାନଙ୍କୁ ବାହାରେ ବିସ୍ତୀର୍ଣ୍ଣ କରନ୍ତି ଓ ସେମାନଙ୍କୁ ଭିତରେ ଆଣନ୍ତି।


ଦେଖ, ଆମ୍ଭର ଦାସମାନେ ଚିତ୍ତର ସୁଖ ସକାଶୁ ଗାନ କରିବେ, ମାତ୍ର ତୁମ୍ଭେମାନେ ଚିତ୍ତର ଦୁଃଖ ସକାଶୁ କ୍ରନ୍ଦନ କରିବ ଓ ଆତ୍ମାର ବିରକ୍ତି ସକାଶୁ ହାହାକାର କରିବ।


ତୁମ୍ଭେମାନେ ଯେପରି ସେମାନଙ୍କର ଦାସ ନ ହେବ, ଏଥିପାଇଁ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଆମ୍ଭେ ଅଟୁ; ଆମ୍ଭେ ତୁମ୍ଭମାନଙ୍କ ଯୁଆଳିର ଯୋତ ଭାଙ୍ଗିଅଛୁ ଓ ତୁମ୍ଭମାନଙ୍କୁ ସିଧା ଚାଲିବାକୁ ଦେଇଅଛୁ।


ପୁଣି ସେମାନେ ସେହି ତିନି ଶହ ତୂରୀ ବଜାନ୍ତେ, ସଦାପ୍ରଭୁ ପ୍ରତ୍ୟେକ ଲୋକର ଖଡ଼୍‍ଗ ଆପଣା ସଙ୍ଗୀ ଓ ସମୁଦାୟ ସୈନ୍ୟଦଳ ବିରୁଦ୍ଧରେ ଚଳାଇଲେ; ତହିଁରେ ସୈନ୍ୟଦଳ ସରୋଦା ଆଡ଼େ ବୈଥ୍-ଶିଟା ପର୍ଯ୍ୟନ୍ତ, ଟବ୍ବତ ନିକଟସ୍ଥ ଆବେଲମହୋଲାର ସୀମା ପର୍ଯ୍ୟନ୍ତ ପଳାୟନ କଲେ।


ସେତେବେଳେ ସେବହ ଓ ସଲମୁନ୍ନ ପଳାୟନ କଲେ; ଏଣୁ ସେ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ; ପୁଣି ମିଦୀୟନର ସେହି ଦୁଇ ରାଜା ସେବହ ଓ ସଲମୁନ୍ନକୁ ଧରି ସମସ୍ତ ସୈନ୍ୟଙ୍କୁ ଉଦ୍ବିଗ୍ନ କଲେ।


ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ଓରେବ ଶୈଳରେ ମିଦୀୟନର ହତ୍ୟା କାଳରେ ଯେପରି କରିଥିଲେ, ସେପରି ତାହାର ପ୍ରତିକୂଳରେ ଆପଣା କୋରଡ଼ା ହଲାଇବେ; ଆଉ, ତାହାଙ୍କର ଦଣ୍ତ ସାଗର ଉପରେ ରହିବ ଓ ମିସରର ରୀତି ଅନୁସାରେ ସେ ତାହା ଉଠାଇବେ।


ଯେଉଁମାନେ କୋପରେ ନାନା ଗୋଷ୍ଠୀକି ଅନବରତ ଆଘାତ କଲେ ଓ ନାନା ଦେଶୀୟ ଲୋକଙ୍କୁ କ୍ରୋଧରେ ଶାସନ କରି ଅନିବାରିତ ରୂପେ ତାଡ଼ନା କଲେ,


Swiv nou:

Piblisite


Piblisite