Biblia Todo Logo
Bib sou entènèt

- Piblisite -




ଯିରିମୀୟ 1:16 - ପବିତ୍ର ବାଇବଲ (Re-edited) - (BSI)

16 ତହିଁରେ ସେମାନେ ଆମ୍ଭକୁ ପରିତ୍ୟାଗ କରିବାରେ ଓ ଅନ୍ୟ ଦେବତାମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇବାରେ ଓ ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ପ୍ରଣାମ କରିବାରେ ଯେଉଁ ଯେଉଁ ଦୁଷ୍ଟତା କରିଅଛନ୍ତି; ସେସକଳର ବିରୁଦ୍ଧରେ ଆମ୍ଭେ ଆପଣା ବିଚାର ପ୍ରକାଶ କରିବା।

Gade chapit la Kopi

ଓଡିଆ ବାଇବେଲ

16 ତହିଁରେ ସେମାନେ ଆମ୍ଭକୁ ପରିତ୍ୟାଗ କରିବାରେ ଓ ଅନ୍ୟ ଦେବତାମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାରେ ଓ ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ପ୍ରଣାମ କରିବାରେ ଯେଉଁ ଯେଉଁ ଦୁଷ୍ଟତା କରିଅଛନ୍ତି; ସେସକଳର ବିରୁଦ୍ଧରେ ଆମ୍ଭେ ଆପଣା ବିଚାର ପ୍ରକାଶ କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହିଁରେ ସେମାନେ ଆମ୍ଭକୁ ପରିତ୍ୟାଗ କରିବାରେ ଓ ଅନ୍ୟ ଦେବତାମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାରେ ଓ ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ପ୍ରଣାମ କରିବାରେ ଯେଉଁ ଯେଉଁ ଦୁଷ୍ଟତା କରିଅଛନ୍ତି; ସେସକଳର ବିରୁଦ୍ଧରେ ଆମ୍ଭେ ଆପଣା ବିଚାର ପ୍ରକାଶ କରିବା।

Gade chapit la Kopi

ପବିତ୍ର ବାଇବଲ

16 ଆଉ ଆମ୍ଭେ ଆପଣା ଲୋକମାନଙ୍କ ବିରୁଦ୍ଧରେ ଆମ୍ଭର ବିଗ୍ଭର ପ୍ରକାଶ କରିବା କାରଣ ସେମାନେ ଦୁଷ୍ଟ ପ୍ରକୃତିର ଲୋକ। ସେମାନେ ଆମ୍ଭକୁ ପରିତ୍ୟାଗ କରିଛନ୍ତି, ସେମାନେ ଅନ୍ୟ ଦେବତାମାନଙ୍କ ନିକଟରେ ଧୂପ ଉତ୍ସର୍ଗ କରିଛନ୍ତି ଓ ଆପଣା ହସ୍ତକୃତ ପ୍ରତିମାଗୁଡ଼ିକ ନିକଟରେ ପ୍ରଣାମ କରିଛନ୍ତି।

Gade chapit la Kopi




ଯିରିମୀୟ 1:16
44 Referans Kwoze  

କାରଣ ସେମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଏହି ସ୍ଥାନକୁ ପରର ସ୍ଥାନ ବୋଲି ଜ୍ଞାନ କରି ତହିଁ ମଧ୍ୟରେ ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଓ ଯିହୁଦାର ରାଜାମାନେ ଯେଉଁ ଅନ୍ୟ ଦେବଗଣକୁ ଜାଣିଲେ ନାହିଁ, ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇ ଅଛନ୍ତି ଓ ଏହି ସ୍ଥାନକୁ ନିର୍ଦ୍ଦୋଷମାନଙ୍କ ରକ୍ତରେ ପରିପୂର୍ଣ୍ଣ କରିଅଛନ୍ତି।


ତୁମ୍ଭେମାନେ କି ଚୋରି, ନରହତ୍ୟା ଓ ବ୍ୟଭିଚାର ଓ ମିଥ୍ୟା ଶପଥ ଓ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପଦାହ ଓ ତୁମ୍ଭମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ପଶ୍ଚାଦ୍ଗମନ କରିବ,


ଆଉ, ସେହି ସମୟରେ ସେମାନେ ଗୋଟିଏ ଗୋବତ୍ସ ନିର୍ମାଣ କଲେ ଏବଂ ସେହି ପ୍ରତିମା ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରି ଆପଣା ଆପଣା ହସ୍ତନିର୍ମିତ ବସ୍ତୁରେ ଆନନ୍ଦ କରିବାକୁ ଲାଗିଲେ।


ସେମାନଙ୍କ ଦେଶ ମଧ୍ୟ ପ୍ରତିମାରେ ପରିପୂର୍ଣ୍ଣ; ସେମାନେ ଆପଣାମାନଙ୍କ ଅଙ୍ଗୁଳିନିର୍ମିତ ସ୍ଵହସ୍ତକୃତ ବସ୍ତୁକୁ ପ୍ରଣାମ କରନ୍ତି।


ତୁମ୍ଭେ ଆପଣାର ଯେଉଁ ମନ୍ଦ କର୍ମ ଦ୍ଵାରା ମୋତେ ତ୍ୟାଗ କଲ, ତହିଁ ହେତୁ ତୁମ୍ଭର ସଂହାର ଓ ଶୀଘ୍ର ବିନାଶ ହେବା ପର୍ଯ୍ୟନ୍ତ ତୁମ୍ଭ ହସ୍ତର ସମସ୍ତ କର୍ମରେ ସଦାପ୍ରଭୁ ତୁମ୍ଭ ପ୍ରତି ଅଭିଶାପ, ବ୍ୟାକୁଳତା ଓ ଭର୍ତ୍ସନା ପଠାଇବେ।


ସେମାନେ ଯେତେ ସେମାନଙ୍କୁ ଡାକିଲେ, ସେତେ ସେମାନେ ସେମାନଙ୍କଠାରୁ ଦୂରକୁ ଗଲେ; ସେମାନେ ବାଲ୍ଦେବଗଣ ଉଦ୍ଦେଶ୍ୟରେ ବଳିଦାନ କଲେ ଓ ଖୋଦିତ ପ୍ରତିମାଗଣ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇଲେ।


କାରଣ ଏହା ହିଁ ଇସ୍ରାଏଲଠାରୁ ହୋଇଅଛି, ଶିଳ୍ପକର ଏହା ନିର୍ମାଣ କରିଅଛି, ତାହା ଈଶ୍ଵର ନୁହେଁ; ହଁ, ଶମରୀୟାର ଗୋବତ୍ସ ଖଣ୍ତ ଖଣ୍ତ ହୋଇ ଭଗ୍ନ ହେବ।


ମାତ୍ର ଆମ୍ଭମାନଙ୍କ ମୁଖରୁ ଯେପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶ-ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇବୁ ଓ ପେୟ-ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ।


ହେ ଇସ୍ରାଏଲର ପ୍ରତ୍ୟାଶାଭୂମି ସଦାପ୍ରଭୁ, ଯେଉଁମାନେ ତୁମ୍ଭଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତେ ଲଜ୍ଜିତ ହେବେ; ଯେଉଁମାନେ ମୋʼ ନିକଟରୁ ପ୍ରସ୍ଥାନ କରନ୍ତି, ସେମାନଙ୍କର ନାମ ଧୂଳିରେ ଲିଖିତ ହେବ , କାରଣ ସେମାନେ ଅମୃତ ଜଳର ନିର୍ଝରସ୍ଵରୂପ ସଦାପ୍ରଭୁଙ୍କୁ ତ୍ୟାଗ କରିଅଛନ୍ତି।


ସେହିସବୁ ସ୍ଥାନରୁ ଘୂର୍ଣ୍ଣିବାୟୁ ଆମ୍ଭ ସପକ୍ଷରେ ଆସିବ; ଏବେ ଆମ୍ଭେ ହିଁ ଲୋକମାନଙ୍କ ବିରୁଦ୍ଧରେ ଦଣ୍ତାଜ୍ଞା ପ୍ରକାଶ କରିବା।


ଓ ସେମାନଙ୍କର ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ଵର ନୁହନ୍ତି, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତର ମାତ୍ର; ଏହେତୁ ସେମାନେ ସେମାନଙ୍କୁ ବିନାଶ କରିଅଛନ୍ତି।


କାରଣ ସେମାନେ ଆପଣାମାନଙ୍କ ହସ୍ତକୃତ ସମସ୍ତ କର୍ମ ଦ୍ଵାରା ଆମ୍ଭକୁ ବିରକ୍ତ କରିବା ପାଇଁ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇଅଛନ୍ତି; ଏହେତୁ ଏହି ସ୍ଥାନ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ଵଳିତ ହେବ ଓ ତାହା ନିର୍ବାଣ ନୋହିବ।


ତୁମ୍ଭେମାନେ ଯେବେ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବିଦେଶୀୟ ଦେବତାମାନଙ୍କୁ ସେବା କରିବ, ତେବେ ସେ ତୁମ୍ଭମାନଙ୍କ ପ୍ରତି ଫେରି ଅମଙ୍ଗଳ କରିବେ, ପୁଣି ତୁମ୍ଭମାନଙ୍କର ମଙ୍ଗଳ କରିଥିଲେ ହେଁ ତୁମ୍ଭମାନଙ୍କୁ ସଂହାର କରିବେ।


ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, ଦେଖ, ତୁମ୍ଭେ ଆପଣା ପିତୃଲୋକଙ୍କ ସହିତ ଶୟନ କରିବ; ତହିଁ ଉତ୍ତାରେ ଏହି ଲୋକମାନେ ଉଠିବେ, ପୁଣି ଯେଉଁ ଦେଶରେ ପ୍ରବେଶ କରିବାକୁ ଯାଉଅଛନ୍ତି, ସେହି ସ୍ଥାନର ବିଦେଶୀୟ ଦେବତାଗଣର ଅନୁଗାମୀ ହୋଇ ବ୍ୟଭିଚାର କରିବେ ଓ ଆମ୍ଭକୁ ତ୍ୟାଗ କରିବେ ଓ ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ କରିଅଛୁ, ତାହା ଲଙ୍ଘନ କରିବେ।


ଆମ୍ଭେ ସଦାପ୍ରଭୁ ଏହା କହିଅଛୁ, ଏହା ସିଦ୍ଧ ହେବ ଓ ଆମ୍ଭେ ଏହା ସାଧନ କରିବା; ଆମ୍ଭେ ଫେରି ଯିବା ନାହିଁ, କିଅବା ଆମ୍ଭେ ଚକ୍ଷୁଲଜ୍ଜା କରିବା ନାହିଁ ; ଅଥବା ଆମ୍ଭେ ଅନୁତାପ କରିବା ନାହିଁ; ତୁମ୍ଭର ଆଚରଣ ଅନୁସାରେ ଓ ତୁମ୍ଭର କ୍ରିୟାନୁସାରେ ସେମାନେ ତୁମ୍ଭର ବିଚାର କରିବେ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି।


ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ହୋଇଅଛି ଓ ଜ୍ଞାନବିହୀନ ଅଟେ; ପ୍ରତ୍ୟେକ ସ୍ଵର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ଵାରା ଲଜ୍ଜିତ ହୋଇଅଛି; କାରଣ ତାହାର ଛାଞ୍ଚରେ ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ଶ୍ଵାସବାୟୁ ନାହିଁ।


ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଅନ୍ୟ ଦେବଗଣର ପଶ୍ଚାଦ୍ଗମନ କରି ସେମାନଙ୍କର ସେବା କରିଅଛନ୍ତି ଓ ସେମାନଙ୍କର ପୂଜା କରିଅଛନ୍ତି, ଆଉ ଆମ୍ଭକୁ ପରିତ୍ୟାଗ କରି ଆମ୍ଭର ବ୍ୟବସ୍ଥା ପାଳନ କରି ନାହାନ୍ତି;


ସଦାପ୍ରଭୁ କହନ୍ତି, ତୁମ୍ଭେ ଆମ୍ଭକୁ ଅଗ୍ରାହ୍ୟ କରିଅଛ, ତୁମ୍ଭେ ପଛକୁ ହଟି ଯାଇଅଛ; ଏନିମନ୍ତେ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ତୁମ୍ଭକୁ ନଷ୍ଟ କରିଅଛୁ; ଆମ୍ଭେ କ୍ଷମା କରି କରି କ୍ଳା; ଅଛୁ।


ଯେହେତୁ ତୁମ୍ଭର ରୋପଣକର୍ତ୍ତା ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳର କଥା କହିଅଛନ୍ତି; ଇସ୍ରାଏଲ-ବଂଶର ଓ ଯିହୁଦା-ବଂଶର ଦୁଷ୍ଟତା ଏଥିର କାରଣ, ସେମାନେ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇ ଆମ୍ଭକୁ ବିରକ୍ତ କରିବା ସକାଶୁ ଆପଣାମାନଙ୍କ ନିମନ୍ତେ ଆପେ ତାହା ସମ୍ପନ୍ନ କରିଅଛନ୍ତି।


ତହୁଁ ଯିହୁଦାର ନଗରସମୂହ ଓ ଯିରୂଶାଲମ ନିବାସୀଗଣ ଯେଉଁ ଦେବଗଣ ନିକଟରେ ଧୂପ ଜ୍ଵଳାନ୍ତି, ସେମାନଙ୍କ ନିକଟକୁ ଯାଇ ଆର୍ତ୍ତସ୍ଵର କରିବେ; ମାତ୍ର ସେମାନେ ସେହି ବିପଦ ସମୟରେ ସେମାନଙ୍କୁ କିଛି ଉଦ୍ଧାର କରିବେ ନାହିଁ।


ସେସବୁ ଅସାର ଓ ଭ୍ରାନ୍ତିର କର୍ମ; ସେମାନେ ଆପଣା ପ୍ରତିଫଳ ପାଇବା ସମୟରେ ବିନଷ୍ଟ ହେବେ।


ସଦାପ୍ରଭୁ କହନ୍ତି, ଆମ୍ଭେ କି ଏହିସବୁର ପ୍ରତିଫଳ ଦେବା ନାହିଁଣ? ଆମ୍ଭର ପ୍ରାଣ କି ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ?


ସଦାପ୍ରଭୁ କହନ୍ତି, ଆମ୍ଭେ କʼଣ ଏହିସବୁର ପ୍ରତିଫଳ ଦେବା ନାହିଁ? ଆମ୍ଭର ପ୍ରାଣ କʼଣ ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ?


ଏଥି ସକାଶୁ ପୃଥିବୀ ଶୋକ କରିବ ଓ ଉପରିସ୍ଥ ଆକାଶମଣ୍ତଳ କୃଷ୍ଣବର୍ଣ୍ଣ ହେବ; କାରଣ ଆମ୍ଭେ ଏହା କହିଅଛୁ, ଆମ୍ଭେ ଏହା ମନରେ ସ୍ଥିର କରିଅଛୁ ଓ ଆମ୍ଭେ ଦୁଃଖିତ ହୋଇ ନାହୁଁ, କିଅବା ଆମ୍ଭେ ଏଥିରୁ ଫେରିବୁ ନାହିଁ ।


ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ପଥରେ କଢ଼ାଇ ଘେନି ଯିବା ସମୟରେ ତୁମ୍ଭେ ତାହାଙ୍କୁ ପରିତ୍ୟାଗ କରିବାରୁ ଏହା କି ଆପଣା ପ୍ରତି ଆପେ ଘଟାଇ ନାହଁ?


କାରଣ ଆମ୍ଭର ଲୋକମାନେ ଦୁଇଟି ଦୋଷ କରି ଅଛନ୍ତି; ସେମାନେ ଅମୃତ ଜଳର ନିର୍ଝର ସ୍ଵରୂପ ଯେ ଆମ୍ଭେ, ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଆପଣା-ମାନଙ୍କ ନିମନ୍ତେ ନାନା କୂପ ଖୋଳିଅଛନ୍ତି, ସେସବୁ ଭଗ୍ନ କୂପ, ଜଳଧାରଣ କରି ନ ପାରେ।


ସେହି ଲୋକମାନେ ଉଦ୍ୟାନରେ ବଳିଦାନ କରି ଓ ଗୁଡ଼ିଏ ଇଟା ଉପରେ ଧୂମ ଜ୍ଵଳାଇ ଆମ୍ଭ ମୁଖ ଆଗରେ ନିତ୍ୟ ନିତ୍ୟ ଆମ୍ଭକୁ ବିରକ୍ତ କରନ୍ତି;


ଏଉତ୍ତାରେ ତାହା ମନୁଷ୍ୟର ଜାଳେଣି କାଷ୍ଠ ହୁଏ; ସେ ତହିଁରୁ କିଛି ନେଇ ଅଗ୍ନି ତାପ ନିଏ; ଆଉ, ସେ ତାହା ଜାଳି ରୁଟୀ ପାକ କରେ; ଆହୁରି, ଗୋଟିଏ ଦେବତା କରି ତାହା ପୂଜା କରେ; ସେ ଗୋଟିଏ ଖୋଦିତ ପ୍ରତିମା କରି ତାହା ଆଗରେ ଦଣ୍ତବତ କରେ।


କାରଣ ସେମାନେ ଆପଣାମାନଙ୍କ ହସ୍ତକୃତ ସକଳ କର୍ମ ଦ୍ଵାରା ଆମ୍ଭକୁ ବିରକ୍ତ କରିବା ପାଇଁ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇଅଛନ୍ତି; ଏହେତୁ ଏହି ସ୍ଥାନ ଉପରେ ଆମ୍ଭର କୋପାନଳ ବର୍ଷିଅଛି ଓ ତାହା ନିର୍ବାଣ ନୋହିବ।


ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ, ତୁମ୍ଭେମାନେ ମୋʼ କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବା ଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯେବେ ତୁମ୍ଭେମାନେ ତାହାଙ୍କ ଅନ୍ଵେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯେବେ ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।


ମାତ୍ର ଯେବେ ତୁମ୍ଭେମାନେ ବିମୁଖ ହେବ ଓ ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭର ସ୍ଥାପିତ ବିଧି ଓ ଆଜ୍ଞାସବୁ ପରିତ୍ୟାଗ କରିବ, ପୁଣି ଯାଇ ଅନ୍ୟ ଦେବଗଣକୁ ସେବା ଓ ପ୍ରଣାମ କରିବ;


ପୁଣି, ସଦାପ୍ରଭୁ ଆପଣା ସୈନ୍ୟସାମ; ସମ୍ମୁଖରେ ଆପଣା ରବ ଉଚ୍ଚାରଣ କରନ୍ତି; କାରଣ ତାହାଙ୍କର ଛାଉଣୀ ଅତି ବଡ଼; କାରଣ ତାହାଙ୍କର ବାକ୍ୟ ଯେ ସାଧନ କରେ, ସେ ବଳବାନ। କାରଣ ସଦାପ୍ରଭୁଙ୍କର ଦିନ ମହତ୍ ଓ ଅତି ଭୟାନକ।; ଆଉ କିଏ ତାହା ସହ୍ୟ କରି ପାରେ?


ଯେଉଁ ଅବଶିଷ୍ଟ ମନୁଷ୍ୟମାନେ ଏହିସମସ୍ତ କ୍ଳେଶ ଦ୍ଵାରା ବଧ କରାଯାଇ ନ ଥିଲେ, ସେମାନେ ଆପଣା ଆପଣା ହସ୍ତକୃତ କର୍ମରୁ ମନ ପରିବର୍ତ୍ତନ କଲେ ନାହିଁ, ଅର୍ଥାତ୍, ଭୂତମାନଙ୍କ ପୂଜା, ପୁଣି ଦର୍ଶନ, ଶ୍ରବଣ ଓ ଗମନ କରିବାକୁ ଅସମର୍ଥ ସୁବର୍ଣ୍ଣ, ରୌପ୍ୟ, ପିତ୍ତଳ, ପ୍ରସ୍ତର ଓ କାଷ୍ଠ ନିର୍ମିତ ପ୍ରତିମାର ପୂଜା ପରିତ୍ୟାଗ କଲେ ନାହିଁ,


ମାତ୍ର ତୁମ୍ଭେ ନିଜ ପାଇଁ ଯେଉଁ ଦେବତାମାନଙ୍କୁ ନିର୍ମାଣ କରିଅଛ, ସେମାନେ କାହାନ୍ତି? ସେମାନେ ଉଠନ୍ତୁ, ଯେବେ ପାରନ୍ତି, ତେବେ ତୁମ୍ଭ ବିପଦ ସମୟରେ ତୁମ୍ଭକୁ ଉଦ୍ଧାର କରନ୍ତୁ; କାରଣ ହେ ଯିହୁଦା, ତୁମ୍ଭ ନଗରସମୂହର ସଂଖ୍ୟା ପ୍ରମାଣେ ତୁମ୍ଭର ଦେବତାମାନେ ଅଛନ୍ତି ।


ଅନ୍ୟ ଦେଶୀୟମାନଙ୍କର ବିଧିସକଳ ଅସାର; ଯେହେତୁ ବନରୁ ଜଣେ ବୃକ୍ଷ ଛେଦନ କରେ, ତାହା ଅସ୍ତ୍ର ଦ୍ଵାରା କାରିଗରର ହସ୍ତକୃତ କର୍ମ।


ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ମଧ୍ୟ ବାଲ୍ ଦେବଗଣ ଉଦ୍ଦେଶ୍ୟରେ ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କଲେ।


ତୁମ୍ଭ ନିଜର ଦୁଷ୍ଟତା ତୁମ୍ଭକୁ ଶାସ୍ତି ଦେବ ଓ ତୁମ୍ଭର ବିପଥଗାମୀତ୍ଵ ତୁମ୍ଭକୁ ଅନୁଯୋଗ କରିବ; ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କୁ ପରିତ୍ୟାଗ କରିବାର ଓ ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାର ଯେ ମନ୍ଦ ଓ ତିକ୍ତ ବିଷୟ, ଏହା ଜ୍ଞାତ ହୋଇ ବୁଝ।


ସେମାନେ ଯିହୁଦାର ନଗର ଓ ଯିରୂଶାଲମର ସଡ଼କସବୁରେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖୁ ନାହଁ?


ଆମ୍ଭକୁ ବିରକ୍ତ କରିବା ପାଇଁ ଚନ୍ଦ୍ରମାର ଉଦ୍ଦେଶ୍ୟରେ ପିଷ୍ଟକ ପାକ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ବାଳକମାନେ କାଠ ସାଉଣ୍ଟନ୍ତି, ପିତୃଗଣ ଅଗ୍ନି ଜ୍ଵଳାନ୍ତି, ସ୍ତ୍ରୀମାନେ ମଇଦା ଚକଟନ୍ତି।


ମାତ୍ର ଆମ୍ଭର ଲୋକମାନେ ଆମ୍ଭକୁ ପାସୋରି ଅସାର (ଦେବଗଣର) ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇ ଅଛନ୍ତି, ଆଉ ସେମାନେ ଅପ୍ରସ୍ତୁତ ମାର୍ଗର ନାନା ଉପପଥରେ ସେମାନଙ୍କୁ ଗମନ କରାଇବା ନିମନ୍ତେ ସେମାନଙ୍କ ପଥରେ, ପୁରାତନ ପଥରେ ସେମାନଙ୍କର ବିଘ୍ନ ଜନ୍ମାଇ ଅଛନ୍ତି;


ପୁଣି, ତୁମ୍ଭେ ଆପଣା ବିଚିତ୍ର ବସ୍ତ୍ରସବୁ ନେଇ ସେମାନଙ୍କୁ ପିନ୍ଧାଇଲ ଓ ସେମାନଙ୍କ ସମ୍ମୁଖରେ ଆମ୍ଭର ତୈଳ ଓ ଆମ୍ଭର ଧୂପ ରଖିଲ।


Swiv nou:

Piblisite


Piblisite