Biblia Todo Logo
Bib sou entènèt

- Piblisite -




ଯିରିମୀୟ 10:1 - ପବିତ୍ର ବାଇବଲ (Re-edited) - (BSI)

1 ହେ ଇସ୍ରାଏଲ-ବଂଶ, ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ କଥା କହନ୍ତି, ତାହା ଶୁଣ;

Gade chapit la Kopi

ଓଡିଆ ବାଇବେଲ

1 ହେ ଇସ୍ରାଏଲ ବଂଶ, ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ କଥା କହନ୍ତି, ତାହା ଶୁଣ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ଇସ୍ରାଏଲ ବଂଶ, ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ କଥା କହନ୍ତି, ତାହା ଶୁଣ;

Gade chapit la Kopi

ପବିତ୍ର ବାଇବଲ

1 ହେ ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ବାକ୍ୟ ଶୁଣ।

Gade chapit la Kopi




ଯିରିମୀୟ 10:1
16 Referans Kwoze  

ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।


ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ଵରଙ୍କର ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ଵାରା ପ୍ରଚାରିତ ଈଶ୍ଵରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ତାହା ମନୁଷ୍ୟର ବାକ୍ୟ ସ୍ଵରୂପେ ଗ୍ରହଣ ନ କରି ବରଂ ଈଶ୍ଵରଙ୍କ ବାକ୍ୟ ସ୍ଵରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ଵରଙ୍କ ବାକ୍ୟ ଅଟେ, ପୁଣି ବିଶ୍ଵାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି।


ଏହେତୁ ଏବେ ତୁମ୍ଭେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; ତୁମ୍ଭେ କହୁଅଛ, ଇସ୍ରାଏଲ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ ଓ ଇସ୍‍ହାକ-ବଂଶ ବିରୁଦ୍ଧରେ ତୁମ୍ଭର ବାକ୍ୟ ବର୍ଷାଅ ନାହିଁ: ଣ ଯିହି. ୨୧:୨


ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ଵର ବିଷୟକ ଜ୍ଞାନ ନ ଥିବାରୁ ଦେଶନିବାସୀଗଣର ସହିତ ସଦାପ୍ରଭୁଙ୍କର ବିବାଦ ଅଛି।


ଏହେତୁ ହେ ଯିହୁଦାର ଅବଶିଷ୍ଟ ଲୋକେ, ତୁମ୍ଭେମାନେ ଏବେ ସଦାପ୍ରଭୁଙ୍କର ବାକ୍ୟ ଶୁଣ : ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେମାନେ ଯେବେ ମିସରରେ ପ୍ରବେଶ କରିବା ପାଇଁ ନିତା; ଉତ୍ସୁକ ହୁଅ ଓ ସେଠାରେ ପ୍ରବାସ କରିବା ପାଇଁ ଯାଅ;


ଯଥା, ହେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ଯିହୁଦାର ରାଜନ୍, ତୁମ୍ଭେ ତୁମ୍ଭର ଦାସଗଣ ଓ ଏହିସବୁ ଦ୍ଵାର ଦେଇ ପ୍ରବେଶକାରୀ ତୁମ୍ଭର ଲୋକମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ।


ହେ ଯାକୁବର ବଂଶ, ଆଉ ହେ ଇସ୍ରାଏଲ-ବଂଶର ଗୋଷ୍ଠୀସବୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ;


ଏହେତୁ ହେ ଯିରୂଶାଲମସ୍ଥ ଲୋକମାନଙ୍କର ଶାସନକାରୀ ନିନ୍ଦକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;


ହେ ସଦୋମର ଶାସନକର୍ତ୍ତାମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ, ହେ ହମୋରାର ଲୋକମାନେ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ବ୍ୟବସ୍ଥାରେ କର୍ଣ୍ଣପାତ କର।


ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ଵର, ତୁମ୍ଭର ପରମେଶ୍ଵର,


ପୁଣି ମୀଖାୟ କହିଲା, ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ଵର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି।


ଆମ୍ଭେ ମିସରକୁ ଓ ଯିହୁଦାକୁ, ଇଦୋମକୁ, ଅମ୍ମୋନ-ସନ୍ତାନଗଣକୁ ଓ ମୋୟାବକୁ, ଆପଣା ଆପଣା କେଶ-କୋଣ ମୁଣ୍ତନକାରୀ ପ୍ରାନ୍ତରବାସୀ ସମସ୍ତଙ୍କୁ ଦଣ୍ତ ଦେବା; କାରଣ ସକଳ ଗୋଷ୍ଠୀ ଅସୁନ୍ନତ, ପୁଣି ସମଗ୍ର ଇସ୍ରାଏଲ-ବଂଶ ଅନ୍ତଃକରଣରେ ଅସୁନ୍ନତ ଅଟନ୍ତି।


ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କର ବ୍ୟବହାର ଶିଖ ନାହିଁ ଆକାଶର ଓ ନାନା ଚିହ୍ନରେ ଭୀତ ହୁଅ ନାହିଁ, କାରଣ ଅନ୍ୟ ଦେଶୀୟ-ମାନେ ତହିଁରେ ଭୀତ ହୁଅନ୍ତି।


ତେବେ ତୁମ୍ଭେମାନେ କାହା ସଙ୍ଗେ ପରମେଶ୍ଵରଙ୍କୁ ତୁଳନା କରିବ? ଅବା କେଉଁ ମୂର୍ତ୍ତିକି ତାହାଙ୍କ ସଦୃଶ କରିବ?


ସଦାପ୍ରଭୁ, ଇସ୍ରାଏଲର ରାଜା ଓ ତାହାର ମୁକ୍ତିଦାତା ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଆଦି ଓ ଆମ୍ଭେ ଅନ୍ତ, ପୁଣି ଆମ୍ଭ ଛଡ଼ା ପରମେଶ୍ଵର ଆଉ ନାହିଁ।


Swiv nou:

Piblisite


Piblisite