Biblia Todo Logo
Bib sou entènèt

- Piblisite -




ଯିରିମୀୟ 10:10 - ପବିତ୍ର ବାଇବଲ (Re-edited) - (BSI)

10 ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ଵର ଅଟନ୍ତି; ସେ ଜୀବତ ପରମେଶ୍ଵର ଓ ଅନ; କାଳସ୍ଥାୟୀ ରାଜା; ତାହାଙ୍କ କୋପରେ ପୃଥିବୀ କମ୍ପିତ ହୁଏ, ପୁଣି ସର୍ବଦେଶୀୟମାନେ ତାହାଙ୍କର କ୍ରୋଧ ସହି ପାରନ୍ତି ନାହିଁ।

Gade chapit la Kopi

ଓଡିଆ ବାଇବେଲ

10 ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି; ସେ ଜୀବିତ ପରମେଶ୍ୱର ଓ ଅନନ୍ତ କାଳସ୍ଥାୟୀ ରାଜା; ତାହାଙ୍କ କୋପରେ ପୃଥିବୀ କମ୍ପିତ ହୁଏ, ପୁଣି ସର୍ବଦେଶୀୟମାନେ ତାହାଙ୍କର କ୍ରୋଧ ସହି ପାରନ୍ତି ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି; ସେ ଜୀବିତ ପରମେଶ୍ୱର ଓ ଅନନ୍ତକାଳସ୍ଥାୟୀ ରାଜା; ତାହାଙ୍କ କୋପରେ ପୃଥିବୀ କମ୍ପିତ ହୁଏ, ପୁଣି ସର୍ବଦେଶୀୟମାନେ ତାହାଙ୍କର କ୍ରୋଧ ସହି ପାରନ୍ତି ନାହିଁ।

Gade chapit la Kopi

ପବିତ୍ର ବାଇବଲ

10 ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି। ସେ ଜୀବନ୍ତ ପରମେଶ୍ୱର ଓ ଅନନ୍ତକାଳସ୍ଥାୟୀ ରାଜା। ଯେତେବେଳେ ସେ କୋପ କରନ୍ତି ପୃଥିବୀ କମ୍ପିତ ହୁଏ। ବିଦେଶୀ ରାଷ୍ଟ୍ର ତାଙ୍କ କ୍ରୋଧ ସହ୍ୟ କରି ପାରିବେ ନାହିଁ।

Gade chapit la Kopi




ଯିରିମୀୟ 10:10
69 Referans Kwoze  

ସେ ତ ଶୈଳ, ତାହାଙ୍କ କର୍ମ ସିଦ୍ଧ; କାରଣ ତାହାଙ୍କର ସକଳ ପଥ ନ୍ୟାୟ; ସେ ବିଶ୍ଵସ୍ତ ଓ ଅଧର୍ମରହିତ ପରମେଶ୍ଵର; ସେ ଧାର୍ମିକ ଓ ସରଳ ଅଟନ୍ତି।


କାରଣ ଯେ ଅନ; କାଳନିବାସୀ, ଯାହାଙ୍କର ନାମ ଧର୍ମମୟ, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; ଆମ୍ଭେ ଊର୍ଦ୍ଧ୍ଵ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।


ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର ଓ ତୁମ୍ଭେ ଥରେ କ୍ରୁଦ୍ଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ?


ତାହାଙ୍କ କ୍ରୋଧ ସମ୍ମୁଖରେ କିଏ ଠିଆ ହୋଇପାରେ? ଓ ତାହାଙ୍କ କ୍ରୋଧର ପ୍ରଚଣ୍ତତାରେ କିଏ ରହିପାରେ? ତାହାଙ୍କ କୋପ ଅଗ୍ନି ତୁଲ୍ୟ ଢଳାଯାଏ ଓ ତାହାଙ୍କ ଦ୍ଵାରା ଶୈଳସବୁ ବିଦୀର୍ଣ୍ଣ ହୁଏ।


ପରମେଶ୍ଵରଙ୍କ ନିମନ୍ତେ, ଜୀବିତ ପରମେଶ୍ଵରଙ୍କ ନିମନ୍ତେ ମୋʼ ପ୍ରାଣ ତୃଷିତ; ମୁଁ କେବେ ଆସି ପରମେଶ୍ଵରଙ୍କ ଛାମୁରେ ଉପସ୍ଥିତ ହେବି?


କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; ଆଉ, ତାହାଙ୍କର ବିଶ୍ଵସ୍ତତା ପୁରୁଷାନୁକ୍ରମରେ ଥାଏ।


ତତ୍ପରେ ମୁଁ ଗୋଟିଏ ବୃହତ୍ ଶ୍ଵେତବର୍ଣ୍ଣ ସିଂହାସନ ଓ ତଦୁପବିଷ୍ଟ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ତଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ,।


ମୁଁ ତୁମ୍ଭ ହସ୍ତରେ ଆପଣା ଆତ୍ମା ସମର୍ପଣ କରେ; ହେ ସଦାପ୍ରଭୋ, ସତ୍ୟମୟ ପରମେଶ୍ଵର, ତୁମ୍ଭେ ମୋତେ ମୁକ୍ତ କରିଅଛ।


ସଦାପ୍ରଭୁ ଅନନ୍ତକାଳ ରାଜା ଅଟନ୍ତି; ଅନ୍ୟ ଦେଶୀୟମାନେ ତାହାଙ୍କ ଦେଶରୁ ଲୁପ୍ତ ହୋଇଅଛନ୍ତି।


ସେତେବେଳେ ପୃଥିବୀ ଟଳଟଳ ଓ କମ୍ପିତ ହେଲା, ପର୍ବତଗଣର ଭିତ୍ତିମୂଳ ମଧ୍ୟ ବିଚଳିତ ହେଲା ଓ ତାହାଙ୍କ କୋପ ସକାଶୁ ଟଳଟଳ ହେଲା।


ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ଵରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ଵର ଓ ଅନ; ଜୀବନ ଅଟନ୍ତି।


ଜୀବିତ ଈଶ୍ଵରଙ୍କ ହସ୍ତରେ ପଡ଼ିବା ଭୟଙ୍କର ବିଷୟ।


ଅକ୍ଷୟ, ଅଦୃଶ୍ୟ, ଅଦ୍ଵିତୀୟ ଈଶ୍ଵର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍।


ଯେଣୁ ଲୋକେ ନିଜେ ନିଜେ ଆମ୍ଭମାନଙ୍କ ସମ୍ଵନ୍ଧରେ କହିଥାଆନ୍ତି ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ସମୟରେ କଅଣ ଘଟିଥିଲା, ଆଉ କିପରି ତୁମ୍ଭେମାନେ ପ୍ରତିମାସବୁ ପରିତ୍ୟାଗ କରି ଜୀବିତ ଓ ସତ୍ୟ ଈଶ୍ଵରଙ୍କ ସେବା କରିବା ନିମନ୍ତେ,


ହେ ମହାଶୟମାନେ, କାହିଁକି ଏସମସ୍ତ କରୁଅଛନ୍ତି? ଆମ୍ଭେମାନେ ମଧ୍ୟ ଆପଣମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ, ଆପଣମାନଙ୍କ ନିକଟରେ ଏହି ସୁସମାଚାର ପ୍ରଚାର କରୁଅଛୁ, ଯେପରି ଆପଣମାନେ ଏହିସବୁ ଅସାର ବସ୍ତୁଠାରୁ ବିମୁଖ ହୋଇ ଜୀବନ୍ତ ଈଶ୍ଵରଙ୍କ ପ୍ରତି ଫେରନ୍ତି। ସେ ଆକାଶମଣ୍ତଳ, ପୃଥିବୀ, ସମୁଦ୍ର ଓ ସେସବୁରେ ଥିବା ସମସ୍ତ ସୃଷ୍ଟି କରିଅଛନ୍ତି;


ମାତ୍ର ତାହାଙ୍କର ଆଗମନ ଦିନ କିଏ ସହି ପାରେ? ଆଉ, ସେ ଦର୍ଶନ ଦେବା ବେଳେ କିଏ ଠିଆ ହେବ? କାରଣ ସେ ପରିଷ୍କାରକାରୀର ଅଗ୍ନି ତୁଲ୍ୟ ଓ ରଜକର କ୍ଷାର ସ୍ଵରୂପ;


ସେ ଠିଆ ହୋଇ ପୃଥିବୀର ପରିମାଣ କଲେ। ସେ ଦୃଷ୍ଟିପାତ କରି ଗୋଷ୍ଠୀଗଣକୁ ଭିନ୍ନଭିନ୍ନ କରି ତଡ଼ି ଦେଲେ; ଆଉ, ଚିରସ୍ଥାୟୀ ପର୍ବତଗଣ ଛିନ୍ନଭିନ୍ନ କରାଗଲେ, ନିତ୍ୟସ୍ଥାୟୀ ଉପପର୍ବତଗଣ ନତ ହେଲେ; ତାହାଙ୍କର ଗତି ପୁରାତନ କାଳର ଗତି ତୁଲ୍ୟ ଥିଲା।


ତହିଁରେ ଅଗ୍ନି ଆଗରେ ଯେପରି ମହମ ତରଳି ଯାଏ ଓ ଗଡ଼ନ୍ତି ସ୍ଥାନରେ ଜଳ ଗଡ଼ିପଡ଼େ, ସେପରି ତାହାଙ୍କ ପଦ ତଳେ ପର୍ବତଗଣ ତରଳି ଯିବେ ଓ ତଳଭୂମିସକଳ ବିଦୀର୍ଣ୍ଣ ହେବ।


ସେ ଆକାଶମଣ୍ତଳ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ନିର୍ମାଣ କଲେ; ସେ ସଦାକାଳ ସତ୍ୟ ପାଳନ କରନ୍ତି;


ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ ଓ ତୁମ୍ଭର କର୍ତ୍ତୃତ୍ଵସକଳ ପୁରୁଷାନୁକ୍ରମସ୍ଥାୟୀ।


ହେ ପୃଥିବୀ, ତୁମ୍ଭେ ପ୍ରଭୁଙ୍କ ଛାମୁରେ, ଯାକୁବର ପରମେଶ୍ଵରଙ୍କ ଛାମୁରେ କମ୍ପିତ ହୁଅ;


ସେ ପୃଥିବୀକି ଅନାଇଲେ, ତାହା କମ୍ପିତ ହୁଏ, ସେ ପର୍ବତଗଣକୁ ଛୁଇଁଲେ, ସେମାନେ ଧୂମ ଉଦ୍ଗାର କରନ୍ତି।


ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା; ପୃଥିବୀ ଦେଖି କମ୍ପିଲା।


ତୁମ୍ଭ ସିଂହାସନ ପୂର୍ବଠାରୁ ସ୍ଥାପିତ; ତୁମ୍ଭେ ଅନାଦି କାଳରୁ ବିଦ୍ୟମାନ।


ତୁମ୍ଭ କ୍ରୋଧର ପ୍ରବଳତା ଓ ତୁମ୍ଭ ପ୍ରତି ଉପଯୁକ୍ତ ଭୟ ପ୍ରମାଣେ ତୁମ୍ଭର କୋପ କିଏ ବୁଝେ?


ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ; ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ଵରଙ୍କ ନିମନ୍ତେ ଡକା ଛାଡ଼ଇ।


ଘୂର୍ଣ୍ଣିବାୟୁରେ ତୁମ୍ଭର ବଜ୍ରଧ୍ଵନି ହେଲା; ବିଜୁଳି ଜଗତକୁ ଆଲୁଅମୟ କଲା; ପୃଥିବୀ କମ୍ପିତ ଓ ଥରହର ହେଲା।


ସେ ପୃଥିବୀକି ସ୍ଵସ୍ଥାନରୁ ହଲାଇ ଦିଅନ୍ତି ଓ ତହିଁର ସ୍ତମ୍ଭମାନ ଟଳଟଳ ହୁଏ।


ଇସ୍ରାଏଲ ବହୁ କାଳ ପର୍ଯ୍ୟନ୍ତ ସତ୍ୟ ପରମେଶ୍ଵର-ବିହୀନ ଓ ଶିକ୍ଷାଦାୟୀ-ଯାଜକ-ବିହୀନ ଓ ବ୍ୟବସ୍ଥା-ବିହୀନ ହୋଇଥିଲେ ।


ଏଥିରେ ସମଗ୍ର ଲୋକ ଏହା ଦେଖି ମୁହଁ ମାଡ଼ି ପଡ଼ି କହିଲେ, ସଦାପ୍ରଭୁ ହିଁ ପରମେଶ୍ଵର, ସଦାପ୍ରଭୁ ହିଁ ପରମେଶ୍ଵର ଅଟନ୍ତି।


ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ଵରଙ୍କ ସୈନ୍ୟଶ୍ରେଣୀକି ତୁଚ୍ଛ କରିଅଛି।


ସେତେବେଳେ ଦାଉଦ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କୁ ପଚାରିଲେ, ଯେଉଁ ଜନ ଏହି ପଲେଷ୍ଟୀୟକୁ ବଧ କରି ଇସ୍ରାଏଲର ଅପମାନ ଦୂର କରିବ, ତାହା ପ୍ରତି କʼଣ କରାଯିବ? କାରଣ ଏହି ଅସୁନ୍ନତ ପଲେଷ୍ଟୀୟ କିଏ ଯେ, ସେ ଜୀବିତ ପରମେଶ୍ଵରଙ୍କ ସୈନ୍ୟଶ୍ରେଣୀକି ତୁଚ୍ଛ କରିବ?


ହେ ସଦାପ୍ରଭୁ, ତୁମ୍ଭେ ସେୟୀରରୁ ବାହାରିବା ବେଳେ, ତୁମ୍ଭେ ଇଦୋମ କ୍ଷେତ୍ରରୁଯାତ୍ରା କରିବା ବେଳେ ପୃଥିବୀ କମ୍ପିଲା, ଆକାଶ ମଧ୍ୟ ବିନ୍ଦୁପାତ କଲା, ହଁ, ମେଘମାଳା ଜଳପାତ କଲା।


କାରଣ ଆମ୍ଭେମାନେ ଯେପରି ଜୀବିତ ପରମେଶ୍ଵରଙ୍କ ରବ ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଅଛୁ, ପ୍ରାଣୀମାନଙ୍କ ମଧ୍ୟରେ କିଏ ଏପରି ହୋଇଅଛି?


ଯେଉଁମାନେ ଇହକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୁଅନ୍ତି ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରନ୍ତି, ବରଞ୍ଚ ଭୋଗ ନିମନ୍ତେ ସକଳ ବିଷୟ ପ୍ରଚୁର ରୂପେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ଵର,, ତାହାଙ୍କ ଉପରେ ନିର୍ଭର କରନ୍ତି,


ଆଉ, ଏକମାତ୍ର ସତ୍ୟ ଈଶ୍ଵର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନ; ଜୀବନ ଅଟେ।


କିନ୍ତୁ ଯୀଶୁ ମୌନ ହୋଇ ରହିଲେ। ସେଥିରେ ମହାଯାଜକ ତାହାଙ୍କୁ କହିଲେ, ଆମ୍ଭେ ତୁମ୍ଭକୁ ଜୀବନ୍ତ ଈଶ୍ଵରଙ୍କ ନାମରେ ଶପଥ ଦେଉଅଛୁ, ଆମ୍ଭମାନଙ୍କୁ କୁହ, ତୁମ୍ଭେ କି ଈଶ୍ଵରଙ୍କ ପୁତ୍ର ଖ୍ରୀଷ୍ଟ?


ଶିମୋନ ପିତର ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ, ଜୀବନ୍ତ ଈଶ୍ଵରଙ୍କ ପୁତ୍ର।


ପର୍ବତଗଣ ତୁମ୍ଭଙ୍କୁ ଦେଖି ଭୀତ ହେଲେ; ପ୍ରଚଣ୍ତ ଜଳରାଶି ବହିଗଲା; ବାରିଧି ଆପଣା ରବ ଶୁଣାଇଲା ଓ ଆପଣା ହସ୍ତ ଉଚ୍ଚକୁ ଉଠାଇଲା।


ପୁଣି, ସଦାପ୍ରଭୁ ଆପଣା ସୈନ୍ୟସାମ; ସମ୍ମୁଖରେ ଆପଣା ରବ ଉଚ୍ଚାରଣ କରନ୍ତି; କାରଣ ତାହାଙ୍କର ଛାଉଣୀ ଅତି ବଡ଼; କାରଣ ତାହାଙ୍କର ବାକ୍ୟ ଯେ ସାଧନ କରେ, ସେ ବଳବାନ। କାରଣ ସଦାପ୍ରଭୁଙ୍କର ଦିନ ମହତ୍ ଓ ଅତି ଭୟାନକ।; ଆଉ କିଏ ତାହା ସହ୍ୟ କରି ପାରେ?


ପୁଣି, ସମୁଦାୟ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ଯେପରି ତାହାଙ୍କର ସେବା କରିବେ, ଏଥିପାଇଁ ତାହାଙ୍କୁ କର୍ତ୍ତୃତ୍ଵ, ମହିମା ଓ ରାଜ୍ୟ ଦତ୍ତ ହେଲା; ତାହାଙ୍କର କର୍ତ୍ତୃତ୍ଵ ଅନନ୍ତକାଳୀନ କର୍ତ୍ତୃତ୍ଵ , ତାହା ଲୁପ୍ତ ହେବ ନାହିଁ, ଆଉ ତାହାଙ୍କର ରାଜ୍ୟ ଅବିନାଶ୍ୟ।


ମୁଁ ଏହି ଆଜ୍ଞା କରୁଅଛି ଯେ, ମୋର ରାଜ୍ୟସ୍ଥ ସମୁଦାୟ ପ୍ରଦେଶର ଲୋକମାନେ ଦାନିୟେଲଙ୍କର ପରମେଶ୍ଵରଙ୍କ ଛାମୁରେ କମ୍ପିତ ଓ ଭୀତ ହେଉନ୍ତୁ; କାରଣ ସେ ଜୀବିତ ପରମେଶ୍ଵର ଓ ନିତ୍ୟସ୍ଥାୟୀ ଅଟନ୍ତି ଓ ତାହାଙ୍କର ରାଜ୍ୟ ଅବିନାଶ୍ୟ ଅଟେ, ପୁଣି ତାହାଙ୍କର କର୍ତ୍ତୃତ୍ଵ ଶେଷ ପର୍ଯ୍ୟନ୍ତ ହିଁ ଥିବ;


ଅନନ୍ତର ସମୟର ଶେଷରେ ମୁଁ ନବୂଖଦ୍ନିତ୍ସର ସ୍ଵର୍ଗ ଆଡ଼େ ଊର୍ଦ୍ଧ୍ଵ ଦୃଷ୍ଟି କଲି, ତହିଁରେ ମୋର ବୁଦ୍ଧି ମୋʼ କତିକୁ ଫେରି ଆସିଲା, ତହୁଁ ମୁଁ ସର୍ବୋପରିସ୍ଥଙ୍କର ଧନ୍ୟବାଦ କଲି ଓ ଯେ ଅନନ୍ତଜୀବୀ, ତାହାଙ୍କର ପ୍ରଶଂସା ଓ ସମାଦର କଲି; କାରଣ ତାହାଙ୍କର କର୍ତ୍ତୃତ୍ଵ ଅନନ୍ତକାଳୀନ ଓ ତାହାଙ୍କର ରାଜ୍ୟ ପୁରୁଷାନୁକ୍ରମେ ଥାଏ।


ତାହାଙ୍କର ଚିହ୍ନସକଳ କିପରି ମହତ ! ଓ ତାହାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ କିପରି ପ୍ରଭାବିଶିଷ୍ଟ ! ତାହାଙ୍କର ରାଜ୍ୟ ଅନନ୍ତକାଳୀନ ରାଜ୍ୟ ଓ ତାହାଙ୍କର କର୍ତ୍ତୃତ୍ଵ ପୁରୁଷାନୁକ୍ରମେ ଥାଏ।


ପୁଣି, ସଦାପ୍ରଭୁଙ୍କର ଭାରୋକ୍ତି ବୋଲି ଆଉ ଉଚ୍ଚାରଣ କରିବ ନାହିଁ; କାରଣ ପ୍ରତ୍ୟେକ ମନୁଷ୍ୟର ନିଜ କଥା ତାହାର ଭାରୋକ୍ତି ହେବ; ଯେହେତୁ ତୁମ୍ଭେମାନେ ଜୀବିତ ପରମେଶ୍ଵରଙ୍କର, ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କର ବାକ୍ୟସକଳ ବିପରୀତ କରିଅଛ।


ହେ ସଦାପ୍ରଭୋ, ଆପଣା କର୍ଣ୍ଣ ଡେରି ଶୁଣନ୍ତ ହେ ସଦାପ୍ରଭୋ, ଆପଣା ଚକ୍ଷୁ ଫିଟାଇ ଦେଖ; ପୁଣି, ଜୀବିତ ପରମେଶ୍ଵରଙ୍କୁ ଧିକ୍କାର କରିବା ପାଇଁ ସନ୍ହେରୀବ୍ ଯାହା କହି ପଠାଇଅଛି, ତାହାର ସେହିସବୁ କଥା ଶୁଣ।


ହୋଇପାରେ, ଜୀବିତ ପରମେଶ୍ଵରଙ୍କୁ ଧିକ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ଵାରା ପ୍ରେରିତ ରବଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।


ପ୍ରଭୁ ବାକ୍ୟ ପ୍ରଦାନ କରନ୍ତି; ଶୁଭବାର୍ତ୍ତା ପ୍ରଚାରିକା ସ୍ତ୍ରୀଗଣ ମହାବାହିନୀ ଅଟନ୍ତି।


ଅନନ୍ତର ଅବ୍ରହାମ ସେହି ବେର୍ଶେବା ନିକଟରେ ଏକ ଝାଉଁ ବୃକ୍ଷ ରୋପଣ କରି ସେହି ସ୍ଥାନରେ ଅନାଦି ଅନ; ପରମେଶ୍ଵର ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।


ତହିଁରେ ସଦାପ୍ରଭୁ ଯେ ପରମେଶ୍ଵର, ତାହାଙ୍କ ଛଡ଼ା ଅନ୍ୟ ନାହିଁ, ଏହା ପୃଥିବୀସ୍ଥ ସମୁଦାୟ ଗୋଷ୍ଠୀ ଜ୍ଞାତ ହେବେ।


ସଦାପ୍ରଭୁ ଜଳପ୍ଲାବନରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ; ହଁ, ସଦାପ୍ରଭୁ ଅନନ୍ତକାଳ ରାଜା ତୁଲ୍ୟ ଉପବିଷ୍ଟ ଅଟନ୍ତି।


ପୃଥିବୀ କମ୍ପିଲା, ପରମେଶ୍ଵରଙ୍କ ସାକ୍ଷାତରେ ଆକାଶମଣ୍ତଳ ହିଁ ବିନ୍ଦୁପାତ କଲା; ସେହି ସୀନୟ ପରମେଶ୍ଵରଙ୍କର, ଇସ୍ରାଏଲର ପରମେଶ୍ଵରଙ୍କ ସାକ୍ଷାତରେ କମ୍ପିଲା।


ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ଵାରା ପୃଥିବୀ ଓ ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ଵର ଅଟ।


ଦେଖ, ଗୋଷ୍ଠୀୟମାନେ କଳସର ଜଳବିନ୍ଦୁ ପରି ଓ ନିକ୍ତିର ଧୂଳି କଣିକା ତୁଲ୍ୟ ଗଣ୍ୟ ଅଟନ୍ତି; ଦେଖ, ସେ ଦ୍ଵୀପସମୂହକୁ ଅତି କ୍ଷୁଦ୍ର ଦ୍ରବ୍ୟ ତୁଲ୍ୟ ଉଠାନ୍ତି।


ତହିଁରେ ଯେଉଁ ଲୋକ ପୃଥିବୀରେ ଆପଣାକୁ ଆଶୀର୍ବାଦ କରେ, ସେ ସତ୍ୟ ପରମେଶ୍ଵରରେ ଆପଣାକୁ ଆଶୀର୍ବାଦ କରିବ ଓ ଯେଉଁ ଲୋକ ପୃଥିବୀରେ ଶପଥ କରେ, ସେ ସତ୍ୟ ପରମେଶ୍ଵରଙ୍କ ଦ୍ଵାରା ଶପଥ କରିବ; ଯେହେତୁ ପୂର୍ବକାଳର ସଙ୍କଟସବୁ ବିସ୍ମୃତ ହୋଇଅଛି ଓ ତାହାସବୁ ଆମ୍ଭ ଦୃଷ୍ଟିରୁ ଗୁପ୍ତ ହୋଇଅଛି।


ଆଉ, ତୁମ୍ଭେ ସତ୍ୟରେ ଓ ନ୍ୟାୟରେ ଓ ଧାର୍ମିକତାରେ ଜୀବତ ସଦାପ୍ରଭୁଙ୍କ ନାମରେ ଶପଥ କରିବ; ତହିଁରେ ନାନା ଦେଶୀୟମାନେ ତାହାଙ୍କଠାରେ ଆପଣାମାନଙ୍କୁ ଆଶୀର୍ବାଦର ପାତ୍ର କରିବେ ଓ ତାହାଙ୍କଠାରେ ଦର୍ପ କରିବେ।


ମୁଁ ପର୍ବତମାଳାକୁ ଅନାଇଲି, ଆଉ ଦେଖ, ସେସବୁ କମ୍ପିଲେ ଓ ଉପପର୍ବତସବୁ ଏଣେତେଣେ ଦୋହଲିଲେ।


ବାବିଲ ଶତ୍ରୁହସ୍ତଗତ ହେବାର ଶଦ୍ଦରେ ପୃଥିବୀ କମ୍ପୁଅଛି ଓ ଗୋଷ୍ଠୀଗଣ ମଧ୍ୟରେ କ୍ରନ୍ଦନର ଶଦ୍ଦ ଶୁଣା ଯାଉଅଛି।


ପୁଣି, ଦେଶ କମ୍ପିତ ଓ ବେଦନାଗ୍ରସ୍ତ ହେଉଅଛି, କାରଣ ବାବିଲ ଦେଶକୁ ଧ୍ଵଂସିତ ଓ ନିବାସୀଶୂନ୍ୟ କରିବା ପାଇଁ ବାବିଲ ବିରୁଦ୍ଧରେ ସଦାପ୍ରଭୁଙ୍କର ସଙ୍କଳ୍ପ ସଫଳ ହେଉଅଛି।


ଯିହୋଶୂୟ ଆହୁରି କହିଲେ, ଜୀବିତ ପରମେଶ୍ଵର ଯେ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ପୁଣି କିଣାନୀୟ ଓ ହିତ୍ତୀୟ ଓ ହିବ୍ବୀୟ ଓ ପିରିସୀୟ ଓ ଗିର୍ଗାସୀୟ ଓ ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ଯେ ତୁମ୍ଭମାନଙ୍କ ସମ୍ମୁଖରୁ ନିତା; ତଡ଼ିଦେବେ, ତାହା ତୁମ୍ଭେମାନେ ଏହା ଦ୍ଵାରା ଜାଣି ପାରିବ।


ହେ ସଦାପ୍ରଭୋ, ମହତ୍ତ୍ଵ ଓ ପରାକ୍ରମ ଓ ଶୋଭା ଓ ଜୟ ଓ ପ୍ରତାପ ତୁମ୍ଭର; କାରଣ ସ୍ଵର୍ଗରେ ଓ ପୃଥିବୀରେ ଥିବା ସମସ୍ତ ବିଷୟ ତୁମ୍ଭର; ହେ ସଦାପ୍ରଭୋ, ରାଜ୍ୟ ତୁମ୍ଭର ଓ ତୁମ୍ଭେ ସକଳର ଉପରେ ମସ୍ତକ ରୂପେ ଉନ୍ନତ ଅଟ।


ପୁଣି, ସେ ଧର୍ମରେ ଜଗତକୁ ବିଚାର କରିବେ, ସେ ନ୍ୟାୟରେ ଗୋଷ୍ଟୀୟମାନଙ୍କର ବିଚାର ସାଧନ କରିବେ।


ତଥାପି ପୃଥିବୀ ମଧ୍ୟରେ ପରିତ୍ରାଣ ସାଧନକାରୀ ପରମେଶ୍ଵର ପୂର୍ବରୁ ଆମ୍ଭର ରାଜା ଅଟନ୍ତି।


ତୁମ୍ଭେ ସ୍ଵର୍ଗରୁ ବିଚାରାଜ୍ଞା ଶୁଣାଇଲ; ପରମେଶ୍ଵର ପୃଥିବୀର ନମ୍ର ଲୋକମାନଙ୍କୁ ପରିତ୍ରାଣ କରିବା ପାଇଁ


ସଦାପ୍ରଭୁ ଯେ ପରମେଶ୍ଵର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ।


ତୁମ୍ଭେ କି ଜାଣି ନାହଁ? ତୁମ୍ଭେ କି ଶୁଣି ନାହଁ? ପୃଥିବୀର ପ୍ରାନ୍ତସକଳର ସୃଷ୍ଟିକର୍ତ୍ତା ଅନାଦି ଅନ; ପରମେଶ୍ଵର ସଦାପ୍ରଭୁ କ୍ଳା; ହୁଅନ୍ତି ନାହିଁ, କି ଶ୍ରା; ହୁଅନ୍ତି ନାହିଁ; ତାହାଙ୍କର ବୁଦ୍ଧି ବୋଧର ଅଗମ୍ୟ।


ସେ ଉଦ୍ଧାର କରନ୍ତି ଓ ରକ୍ଷା କରନ୍ତି, ପୁଣି ସେ ସ୍ଵର୍ଗରେ ଓ ପୃଥିବୀରେ ଚିହ୍ନ ଓ ଅଦ୍ଭୁତ କ୍ରିୟା ସାଧନ କରନ୍ତି; ସେ ଦାନିୟେଲଙ୍କୁ ସିଂହମାନଙ୍କ ବଳରୁ ଉଦ୍ଧାର କରିଅଛନ୍ତି।


ତାଙ୍କର ଆଗରେ ପର୍ବତଗଣ କମ୍ପିତ ହୁଅନ୍ତି ଓ ଉପପର୍ବତସବୁ ତରଳି ଯାʼନ୍ତି; ଆଉ, ତାହାଙ୍କ ସାକ୍ଷାତରେ ପୃଥିବୀ ଉଠିଯାଏ, ହଁ ଜଗତ ଓ ତନ୍ନିବାସୀ ସମସ୍ତେ ଉଠିଯାʼନ୍ତି।


Swiv nou:

Piblisite


Piblisite