Biblia Todo Logo
Bib sou entènèt

- Piblisite -




ଯିରିମୀୟ 10:14 - ପବିତ୍ର ବାଇବଲ (Re-edited) - (BSI)

14 ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ଓ ଜ୍ଞାନହୀନ ହୋଇଅଛି; ପ୍ରତ୍ୟେକ ସ୍ଵର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ଵାରା ଲଜ୍ଜିତ ହୋଇଅଛି ; କାରଣ ତାହାର ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ।

Gade chapit la Kopi

ଓଡିଆ ବାଇବେଲ

14 ପ୍ରତ୍ୟେକ ମନୁଷ୍ୟ ପଶୁବତ୍‍ ଓ ଜ୍ଞାନହୀନ ହୋଇଅଛି; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପ୍ରତ୍ୟେକ ମନୁଷ୍ୟ ପଶୁବତ୍‍ ଓ ଜ୍ଞାନହୀନ ହୋଇଅଛି; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ।

Gade chapit la Kopi

ପବିତ୍ର ବାଇବଲ

14 ସମସ୍ତ ମୂର୍ତ୍ତିପୂଜକ ନିର୍ବୋଧ ଓ ଅଜ୍ଞାନୀ ବୋଲି ଜଣା ପଡ଼ିବେ। ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ମୂର୍ତ୍ତିଗୁଡ଼ିକ ପାଇଁ ଲଜ୍ଜିତ। କାରଣ ତାଙ୍କର ମୂର୍ତ୍ତିଗୁଡ଼ିକ ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ।

Gade chapit la Kopi




ଯିରିମୀୟ 10:14
20 Referans Kwoze  

ସେସମସ୍ତେ ପଶୁବତ୍ ଓ ଅଜ୍ଞାନ; ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।


ଯେଉଁମାନେ ଖୋଦିତ ପ୍ରତିମାଗଣରେ ନିର୍ଭର କରନ୍ତି ଓ ଛାଞ୍ଚରେ ଢଳା ପ୍ରତିମାଗଣକୁ ତୁମ୍ଭେମାନେ ଆମ୍ଭମାନଙ୍କର ଈଶ୍ଵର ବୋଲି କୁହନ୍ତି, ସେମାନେ ବିମୁଖ ଓ ଅତିଶୟ ଲଜ୍ଜିତ ହେବେ।


ସେମାନେ ଲଜ୍ଜିତ ହେବେ, ହଁ, ସେସମସ୍ତେ ଘାବରା ହେବେ; ପ୍ରତିମା ନିର୍ମାଣକାରୀ ସମସ୍ତେ ଏକାସଙ୍ଗେ ଅପମାନଗ୍ରସ୍ତ ହେବେ।


ଖୋଦିତ ପ୍ରତିମାଗଣର ସେବକସମସ୍ତେ ଓ ଦେବତାଗଣର ଦର୍ପକାରୀସମସ୍ତେ ଲଜ୍ଜିତ ହେଉନ୍ତୁ; ହେ ଦେବସବୁ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର।


ଦେଖ, ତାହାର ସହାୟ ସମସ୍ତେ ଲଜ୍ଜିତ ହେବେ; ପୁଣି, ଶିଳ୍ପକାରୀମାନେ ମନୁଷ୍ୟମାତ୍ର; ସେସମସ୍ତେ ଏକତ୍ର ହେଉନ୍ତୁ, ସେମାନେ ଛିଡ଼ା ହେଉନ୍ତୁ; ସେମାନେ କମ୍ପିତ ହେବେ, ସେମାନେ ଏକା ବେଳେ ଲଜ୍ଜିତ ହେବେ।


ବିବେଚକ ଓ ପରମେଶ୍ଵରଙ୍କ ଅନ୍ଵେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ସଦାପ୍ରଭୁ ସ୍ଵର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ।


ପଶୁବତ୍ ଲୋକ ଜାଣେ ନାହିଁ; କିଅବା ନିର୍ବୋଧ ଲୋକ ଏହା ବୁଝେ ନାହିଁ;


ହେ ଲୋକଙ୍କ ମଧ୍ୟରେ ପଶୁବତ୍ ଲୋକେ, ତୁମ୍ଭେମାନେ ବିବେଚନା କର; ହେ ମୂଢ଼ଗଣ, ତୁମ୍ଭେମାନେ କେବେ ଜ୍ଞାନବାନ ହେବ?


ଅବଶ୍ୟ ମୁଁ ମନୁଷ୍ୟ ଅପେକ୍ଷା ପଶୁବତ୍, ପୁଣି ମୋʼଠାରେ ମନୁଷ୍ୟର ବିବେଚନା ନାହିଁ।


କାରଣ ସେମାନେ ଈଶ୍ଵରଙ୍କ ସତ୍ୟ ପରିବର୍ତ୍ତେ ମିଥ୍ୟା ଗ୍ରହଣ କଲେ ଓ ସ୍ରଷ୍ଟାଙ୍କ ପରିବର୍ତ୍ତେ ସୃଷ୍ଟ ବସ୍ତୁର ପୂଜା ଓ ସେବା କଲେ; ସେ ଯୁଗେ ଯୁଗେ ଧନ୍ୟ। ଆମେନ୍।


ସେସବୁ ତାଳଗଛ ତୁଲ୍ୟ, କୁନ୍ଦା କର୍ମ ଓ କଥା କହନ୍ତି ନାହିଁ; ସେମାନେ ଚାଲି ପାରନ୍ତି ନାହିଁ, ଏଥିପାଇଁ ସେମାନଙ୍କୁ ବହିବାକୁ ହୁଏ। ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ; କାରଣ ସେମାନେ ଅମଙ୍ଗଳ କରି ପାରନ୍ତି ନାହିଁ କିଅବା ମଙ୍ଗଳ କରିବାକୁ ହିଁ ସେମାନଙ୍କର ସାଧ୍ୟ ନାହିଁ ।


ପୁଣି ସେମାନେ ତହିଁ ଆରଦିନ ପ୍ରଭାତରେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି; ପୁଣି ଦାଗୋନ୍ର ମୁଣ୍ତ ଓ ହାତର ଦୁଇ ପାପୁଲି କଟା ହୋଇ ଦ୍ଵାରବନ୍ଧ ଉପରେ ପଡ଼ିଅଛି; କେବଳ ତାହାର ମତ୍ସ୍ୟାକାର ବାକୀ ରହିଅଛି।


ଆମ୍ଭେ ତୁମ୍ଭର ଧାର୍ମିକତା ପ୍ରକାଶ କରିବା; ପୁଣି, ତୁମ୍ଭର କର୍ମସକଳ ତୁମ୍ଭର ଉପକାରୀ ନୋହିବ।


Swiv nou:

Piblisite


Piblisite