Biblia Todo Logo
Bib sou entènèt

- Piblisite -




ଯିରିମୀୟ 10:19 - ପବିତ୍ର ବାଇବଲ (Re-edited) - (BSI)

19 ହାୟ ହାୟ, ମୋହର ଦୁଃଖ ! ମୋହର କ୍ଷତ ଅତି ବେଦନାଯୁକ୍ତ; ତଥାପି ମୁଁ କହିଲି, ଏହି ମୋହର ବେଦନା, ମୋତେ ଏହା ସହିବାକୁ ହେବ ।

Gade chapit la Kopi

ଓଡିଆ ବାଇବେଲ

19 ହାୟ ହାୟ, ମୋହର ଦୁଃଖ! ମୋହର କ୍ଷତ ଅତି ବେଦନାଯୁକ୍ତ; ତଥାପି ମୁଁ କହିଲି, “ଏହି ମୋହର ବେଦନା, ମୋତେ ଏହା ସହିବାକୁ ହେବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ହାୟ ହାୟ, ମୋହର ଦୁଃଖ! ମୋହର କ୍ଷତ ଅତି ବେଦନାଯୁକ୍ତ; ତଥାପି ମୁଁ କହିଲି, “ଏହି ମୋହର ବେଦନା, ମୋତେ ଏହା ସହିବାକୁ ହେବ।”

Gade chapit la Kopi

ପବିତ୍ର ବାଇବଲ

19 ହାୟ, ମୁଁ ଯିରିମିୟ ଅତ୍ୟନ୍ତ କ୍ଷତ ଓ ବେଦନାଗ୍ରସ୍ତ ତଥାପି ମୁଁ କହିଲି, “ଏହା ମୋହର ବେଦନା ଓ ମୋତେ ଏହା ସହିବାକୁ ହେବ।”

Gade chapit la Kopi




ଯିରିମୀୟ 10:19
17 Referans Kwoze  

ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି, ଏଥିପାଇଁ ଯେପର୍ଯ୍ୟନ୍ତ ସେ ମୋʼ ବିବାଦର ସପକ୍ଷବାଦୀ ହୋଇ ମୋର ବିଚାର ନିଷ୍ପତ୍ତି ନ କରନ୍ତି, ସେପର୍ଯ୍ୟନ୍ତ ମୁଁ ତାହାଙ୍କ କ୍ରୋଧରୂପ ଭାର ବହିବି; ସେ ମୋତେ ବାହାର କରି ଆଲୁଅକୁ ଆଣିବେ ଓ ମୁଁ ତାହାଙ୍କର ଧାର୍ମିକତା ଦେଖିବି।


ଆଉ, ତୁମ୍ଭେ ସେମାନଙ୍କୁ ଏହି କଥା କହିବ, ଦିବାରାତ୍ର ଆମ୍ଭ ଚକ୍ଷୁରୁ ଜଳଧାରା ବହୁ, ତାହା ନିବୃତ୍ତ ନ ହେଉ; କାରଣ ଆମ୍ଭ ଲୋକମାନଙ୍କର ଅନୂଢ଼ା କନ୍ୟା, ମହା କ୍ଷତରେ, ମହା ଦୁଃଖଦାୟକ ଆଘାତରେ ଭଗ୍ନ ହୋଇଅଛି।


କାରଣ ପ୍ରସବକାରିଣୀ ସ୍ତ୍ରୀର ରବ ପରି, ପ୍ରଥମ ସନ୍ତାନ ପ୍ରସବକାରିଣୀର ବେଦନା ପରି ସିୟୋନ କନ୍ୟାର ରବ ଆମ୍ଭେ ଶୁଣିଅଛୁ, ସେ ଦୀର୍ଘନିଶ୍ଵାସ ଛାଡ଼ି ଓ ଆପଣା ହାତ ପ୍ରସାରି କହୁଅଛି, ହାୟ ହାୟ ! ହତ୍ୟାକାରୀମାନଙ୍କ ଆଗରେ ମୋʼ ପ୍ରାଣ ମୂର୍ଚ୍ର୍ଛିତ ହେଲା।


ମୁଁ ଘୁଙ୍ଗା ହୋଇଥିଲି, ମୁଁ ଆପଣା ମୁଖ ଫିଟାଇଲି ନାହିଁ; କାରଣ ତୁମ୍ଭେ ତାହା କଲ।


ମୋʼ ଲୋକଙ୍କ କନ୍ୟାର ବିନାଶ ସକାଶୁ ମୋʼ ଚକ୍ଷୁରୁ ଜଳଧାରା ବହୁଅଛି।


ସେ ରାତ୍ରିରେ ଅତିଶୟ ରୋଦନ କରେ, ତାହାର ଲୋତକ ଗଣ୍ତଦେଶରେ ପଡ଼ିଅଛି; ତାହାର ସମସ୍ତ ପ୍ରେମିକଙ୍କ ମଧ୍ୟରେ ତାହାକୁ ସାନ୍ତ୍ଵନା କରିବାକୁ କେହି ନାହିଁ; ତାହାର ବନ୍ଧୁ ସମସ୍ତେ ତାହାକୁ ପ୍ରବଞ୍ଚନା କରିଅଛନ୍ତି, ସେମାନେ ତାହାର ଶତ୍ରୁ ହୋଇଅଛନ୍ତି।


ହେ ଇସ୍ରାଏଲର ପ୍ରତ୍ୟାଶାଭୂମି ସଦାପ୍ରଭୁ, ଯେଉଁମାନେ ତୁମ୍ଭଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତେ ଲଜ୍ଜିତ ହେବେ; ଯେଉଁମାନେ ମୋʼ ନିକଟରୁ ପ୍ରସ୍ଥାନ କରନ୍ତି, ସେମାନଙ୍କର ନାମ ଧୂଳିରେ ଲିଖିତ ହେବ , କାରଣ ସେମାନେ ଅମୃତ ଜଳର ନିର୍ଝରସ୍ଵରୂପ ସଦାପ୍ରଭୁଙ୍କୁ ତ୍ୟାଗ କରିଅଛନ୍ତି।


ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ଵରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରି ପାରନ୍ତି !


ମୁଁ ଆପଣା ଲୋକମାନଙ୍କ କନ୍ୟାର ଦୁଃଖ ସକାଶୁ ଦୁଃଖିତ; ମୁଁ ମଳିନ; ବିସ୍ମୟତା ମୋତେ ଆକ୍ରା; କରିଅଛି।


ହାୟ, ମୋହର ଅନ୍ତ୍ର ! ମୋହର ଅନ୍ତ୍ର ! ମୁଁ ହୃଦୟରେ ବ୍ୟଥିତ ଅଛି; ମୋର ହୃଦୟ ମୋʼ ମଧ୍ୟରେ ଅସ୍ଥିର ହେଉଅଛି; ମୁଁ ନୀରବ ରହି ନ ପାରେ; କାରଣ ହେ ମୋହର ପ୍ରାଣ, ତୁମ୍ଭେ ତୂରୀଶଦ୍ଦ ଓ ଯୁଦ୍ଧର ନାଦ ଶୁଣିଅଛ।


ପୁଣି, ଯେ ଯାକୁବ-ବଂଶଠାରୁ ଆପଣା ମୁଖ ଆଚ୍ଛାଦନ କରନ୍ତି, ମୁଁ ସେହି ସଦାପ୍ରଭୁଙ୍କର ଅପେକ୍ଷା କରିବି ଓ ତାହାଙ୍କ ପାଇଁ ଅନାଇ ରହିବି।


ତହୁଁ ମୁଁ କହିଲି, ଏହା ହିଁ ମୋହର ଦୁର୍ବଳତା; ମାତ୍ର ମୁଁ ସର୍ବୋପରିସ୍ଥଙ୍କ ଦକ୍ଷିଣ ହସ୍ତର ବର୍ଷସକଳ ସ୍ମରଣ କରିବି।


ହେ ସଦାପ୍ରଭୁ, ଯଦ୍ୟପି ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦିଏ, ତଥାପି ତୁମ୍ଭେ ଆପଣା ନାମ ସକାଶୁ କାର୍ଯ୍ୟ କର; କାରଣ ଆମ୍ଭମାନଙ୍କର ବିପଥଗମନ ଅପାର; ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।


Swiv nou:

Piblisite


Piblisite