Biblia Todo Logo
Bib sou entènèt

- Piblisite -




ଯିରିମୀୟ 10:25 - ପବିତ୍ର ବାଇବଲ (Re-edited) - (BSI)

25 ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ଗୋଷ୍ଠୀସକଳ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ତୁମ୍ଭେ ଆପଣା କୋପ ଢାଳିଦିଅ; କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି, ହଁ, ସେମାନେ ତାହାକୁ ଗ୍ରାସ କରି ସଂହାର କରିଅଛନ୍ତି ଓ ତାହାର ବାସସ୍ଥାନ ଉଚ୍ଛିନ୍ନ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

25 ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ଗୋଷ୍ଠୀସକଳ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ତୁମ୍ଭେ ଆପଣା କୋପ ଢାଳିଦିଅ; କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି, ହଁ, ସେମାନେ ତାହାକୁ ଗ୍ରାସ କରି ସଂହାର କରିଅଛନ୍ତି ଓ ତାହାର ବାସସ୍ଥାନ ଉଚ୍ଛିନ୍ନ କରିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ଗୋଷ୍ଠୀସକଳ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ତୁମ୍ଭେ ଆପଣା କୋପ ଢାଳିଦିଅ; କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି, ହଁ, ସେମାନେ ତାହାକୁ ଗ୍ରାସ କରି ସଂହାର କରିଅଛନ୍ତି ଓ ତାହାର ବାସସ୍ଥାନ ଉଚ୍ଛିନ୍ନ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

25 ଯଦି ତୁମ୍ଭେ ଆପଣା କୋପ ଢାଳୁଅଛ, ତେବେ ଅନ୍ୟ ଦେଶୀୟମାନଙ୍କ ଉପରେ ଢାଳିଦିଅ। କାରଣ ସେମାନେ ତୁମ୍ଭକୁ ଜାଣନ୍ତି ନାହିଁ କି ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ। ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି ଓ ସେମାନେ ଇସ୍ରାଏଲ ବଂଶକୁ ବିନାଶ କରିଅଛନ୍ତି ଓ ତାହାର ବାସସ୍ଥାନ ଉଚ୍ଛିନ୍ନ କରିଛନ୍ତି।

Gade chapit la Kopi




ଯିରିମୀୟ 10:25
28 Referans Kwoze  

ଦାନ୍ ନଗରଠାରୁ ତାହାର ଅଶ୍ଵଗଣର ନାସା ଶଦ୍ଦ ଶୁଣା ଯାଉଅଛି; ତାହାର ବଳିଷ୍ଠ ଅଶ୍ଵଗଣର ହିଁ ହିଁ ଶଦ୍ଦରେ ସମୁଦାୟ ଦେଶ କମ୍ପୁଅଛି; କାରଣ ସେମାନେ ଆସିଅଛନ୍ତି, ଆଉ ଦେଶ ଓ ତନ୍ମଧ୍ୟସ୍ଥିତ ସକଳ ନଗର ଓ ତନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି;


ଅଧର୍ମାଚାରୀ ସମସ୍ତଙ୍କର କି କିଛି ଜ୍ଞାନ ନାହିଁ? ସେମାନେ ମୋʼ ଲୋକମାନଙ୍କୁ ଆହାର ପରି ଗ୍ରାସ କରନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି ନାହିଁ।


ନିଶ୍ଚୟ ଅଧାର୍ମିକର ବସତି ଏହିପରି ଓ ପରମେଶ୍ଵରଙ୍କୁ ନ ଜାଣିବା ଲୋକର ସ୍ଥାନ ଏହି।


ଯେଉଁମାନେ ଈଶ୍ଵରଙ୍କୁ ଜାଣନ୍ତି ନାହିଁ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ତ ଦେବେ,


ପ୍ରତ୍ୟେକେ ପବିତ୍ର ଓ ସମାଦର ଭାବରେ ଆପଣା ଆପଣା ନିମନ୍ତେ ଭାର୍ଯ୍ୟା ଗ୍ରହଣ କରିବାକୁ ଜାଣ,


ଆଉ, ଯେଉଁ ଗୋଷ୍ଠୀଗଣ ନିଶ୍ଚିନ୍ତରେ ଅଛନ୍ତି, ସେମାନଙ୍କ ପ୍ରତି ଆମ୍ଭେ ଅତ୍ୟ; ବିରକ୍ତ ଅଛୁ; କାରଣ ଆମ୍ଭେ ଅଳ୍ପମାତ୍ର ବିରକ୍ତ ହୁଅନ୍ତେ, ସେମାନେ କ୍ଳେଶ ବୃଦ୍ଧିର ସାହାଯ୍ୟ କଲେ।


ଆଉ, ଯେଉଁମାନେ ସଦାପ୍ରଭୁଙ୍କ ପଶ୍ଚାତ୍ଗମନରୁ ବିମୁଖ ହୋଇଅଛନ୍ତି; ପୁଣି, ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି, କିଅବା ତାହାଙ୍କର ଅନୁସନ୍ଧାନ କରି ନାହାନ୍ତି, ସେସମସ୍ତଙ୍କୁ ଆମ୍ଭେ ଉଚ୍ଛିନ୍ନ କରିବା।


ଇସ୍ରାଏଲ ଛିନ୍ନଭିନ୍ନ ମେଷ ସ୍ଵରୂପ; ସିଂହମାନେ ତାହାକୁ ତଡ଼ି ଦେଇଅଛନ୍ତି; ପ୍ରଥମରେ ଅଶୂରର ରାଜା ତାହାକୁ ଗ୍ରାସ କଲା; ଆଉ, ଶେଷରେ ବାବିଲର ରାଜା ଏହି ନବୂଖଦ୍ନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଅଛି।


ଯେଉଁମାନେ ସେମାନଙ୍କୁ ପାଇଲେ, ସେସମସ୍ତେ ସେମାନଙ୍କୁ ଗ୍ରାସ କରିଅଛନ୍ତି ଓ ସେମାନଙ୍କର ବିପକ୍ଷମାନେ କହିଲେ, ଆମ୍ଭେମାନେ ଦୋଷ କରୁ ନାହୁଁ , କାରଣ ସେମାନେ ଧର୍ମନିବାସ ସଦାପ୍ରଭୁଙ୍କର, ଆପଣା-ମାନଙ୍କର ପିତୃପୁରୁଷଗଣର ଆଶାଭୂମି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି।


ଦୁଷ୍କର୍ମକାରୀଗଣ ମୋହର ମାଂସ ଗ୍ରାସ କରିବା ପାଇଁ ମୋତେ ଆକ୍ରମଣ କରିବା ବେଳେ ମୋହର ସେହି ବିପକ୍ଷ ଓ ଶତ୍ରୁମାନେ ଝୁଣ୍ଟି ପତିତ ହେଲେ।


ଯଥାର୍ଥ ରୂପେ ଜାଗ୍ରତ ହୁଅ, ପାପ ନ କର; କାରଣ କାହାରି କାହାରି ଈଶ୍ଵରଙ୍କ ବିଷୟରେ ଜ୍ଞାନ ନାହିଁ; ମୁଁ ତୁମ୍ଭମାନଙ୍କ ଲଜ୍ଜା ନିମନ୍ତେ ଏହି କଥା କହୁଅଛି।


କାରଣ ମୁଁ ଭ୍ରମଣ କରିବା ସମୟରେ ଆପଣମାନଙ୍କର ପୂଜ୍ୟ ବସ୍ତୁସମସ୍ତ ଦେଖୁ ଦେଖୁ ଗୋଟିଏ ବେଦି ମଧ୍ୟ ଦେଖିଲି, ଯାହା ଉପରେ ଏହି କଥା ଲେଖା ହୋଇଅଛି, ‘ଅଜ୍ଞାତ ଦେବତାଙ୍କ ଉଦ୍ଦେଶ୍ୟରେ।ʼ ଅତଏବ, ଆପଣମାନେ ନ ଜାଣି ଯାହାଙ୍କର ପୂଜା କରୁଅଛନ୍ତି, ମୁଁ ତାଙ୍କୁ ଆପଣମାନଙ୍କ ନିକଟରେ ପ୍ରଚାର କରୁଅଛି।


ହେ ଧାର୍ମିକ ପିତା, ଜଗତ ତୁମ୍ଭକୁ ଜାଣି ନାହିଁ, କିନ୍ତୁ ମୁଁ ତୁମ୍ଭକୁ ଜାଣିଅଛି; ଆଉ, ତୁମ୍ଭେ ଯେ ମୋତେ ପ୍ରେରଣ କଲ, ତାହା ଏମାନେ ଜାଣିଅଛନ୍ତି;


ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ତ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; କାରଣ ଆମ୍ଭର ଅନ୍ତର୍ଜ୍ଵାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ।


ତୁମ୍ଭେ ମୋର ଚତୁର୍ଦ୍ଦିଗସ୍ଥ ଆଶଙ୍କାସକଳକୁ ମହାସଭା ଦିନର ନ୍ୟାୟ ଆହ୍ଵାନ କରିଅଛ। ସଦାପ୍ରଭୁଙ୍କ କ୍ରୋଧର ଦିନରେ କେହି ରକ୍ଷା ପାଇଲେ ନାହିଁ, କି ଅବଶିଷ୍ଟ ରହିଲେ ନାହିଁ; ଯେଉଁମାନଙ୍କୁ ମୁଁ ଲାଳନ ପାଳନ କଲି, ସେମାନଙ୍କୁ ମୋର ଶତ୍ରୁ ସଂହାର କରିଅଛି।


ପୁଣି, ଯେ ତୁମ୍ଭ ନାମରେ ପ୍ରାର୍ଥନା କରେ, ଯେ ତୁମ୍ଭକୁ ଧରିବା ପାଇଁ ଆପଣାକୁ ଉତ୍ତେଜିତ କରେ, ଏପରି କେହି ନାହିଁ; କାରଣ ତୁମ୍ଭେ ଆମ୍ଭମାନଙ୍କଠାରୁ ଆପଣା ମୁଖ ଲୁଚାଇଅଛ ଓ ଆମ୍ଭମାନଙ୍କର ଅପରାଧ ଦ୍ଵାରା ଆମ୍ଭମାନଙ୍କୁ କ୍ଷୟ କରିଅଛ।


ତଥାପି ହେ ଯାକୁବ, ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କରି ନାହଁ; ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ବିଷୟରେ କ୍ଳା; ହୋଇଅଛ।


ତତ୍ପରେ ମୁଁ ମନ୍ଦିର ମଧ୍ୟରୁ ଗୋଟିଏ ଉଚ୍ଚ ସ୍ଵର ଶୁଣିଲି, ତାହା ସପ୍ତ ଦୂତଙ୍କୁ କହିଲା, ଯାଅ, ଈଶ୍ଵରଙ୍କ କ୍ରୋଧର ସପ୍ତ ପାତ୍ର ପୃଥିବୀ ଉପରେ ଢାଳ।


ତୁମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳି ଦିଅ ଓ ତୁମ୍ଭ କ୍ରୋଧର ପ୍ରଚଣ୍ତତା ସେମାନଙ୍କୁ ଧରୁ।


ସେ କୌଣସି ଗୋଷ୍ଠୀ ପ୍ରତି ଏପରି ବ୍ୟବହାର କରି ନାହାନ୍ତି; ତାହାଙ୍କ ଶାସନ ବିଷୟ କହିବାକୁ ଗଲେ, ସେମାନେ ତାହା ଜାଣି ନାହାନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।


ସମ୍ମୁଖରେ ଅରାମୀୟମାନେ ଓ ପଶ୍ଚାତରେ ପଲେଷ୍ଟୀୟମାନେ ହେବେ; ଆଉ, ସେମାନେ ପ୍ରସାରିତ ମୁଖରେ ଇସ୍ରାଏଲକୁ ଗ୍ରାସ କରିବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।


ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ଯଥା,


ଏହେତୁ ଯେଉଁମାନେ ତୁମ୍ଭକୁ ଗ୍ରାସ କରନ୍ତି, ସେମାନେ ଗ୍ରାସିତ ହେବେ ଓ ତୁମ୍ଭର ବିପକ୍ଷ ସମସ୍ତେ ସେମାନଙ୍କର ପ୍ରତ୍ୟେକ ଜଣର ବନ୍ଦୀତ୍ଵ ସ୍ଥାନକୁ ଯିବେ ଓ ଯେଉଁମାନେ ତୁମ୍ଭକୁ ଲୁଟନ୍ତି, ସେମାନେ ଲୁଟିତ ହେବେ; ଯେଉଁମାନେ ତୁମ୍ଭର ଦ୍ରବ୍ୟ ହରଣ କରନ୍ତି, ସେସମସ୍ତଙ୍କର ଦ୍ରବ୍ୟ ଆମ୍ଭେ ହରଣ କରାଇବା।


Swiv nou:

Piblisite


Piblisite