Biblia Todo Logo
Bib sou entènèt

- Piblisite -




ଯିରିମୀୟ 10:9 - ପବିତ୍ର ବାଇବଲ (Re-edited) - (BSI)

9 ତର୍ଶୀଶ୍ରୁ ପିଟା ରୂପାପାତ୍ର ଓ ଉଫସରୁ ସୁନା ଅଣାଯାଏ, ତାହା କାରିଗରର କର୍ମ ଓ ସ୍ଵର୍ଣ୍ଣକାରର ହସ୍ତନିର୍ମିତ; ସେମାନଙ୍କର ବସ୍ତ୍ର ନୀଳ ଓ ଧୂମ୍ରବର୍ଣ୍ଣ, ସେସବୁ ନିପୁଣ ଶିଳ୍ପକରମାନଙ୍କର କୃତକର୍ମ।

Gade chapit la Kopi

ଓଡିଆ ବାଇବେଲ

9 ତର୍ଶୀଶ୍‍ରୁ ପିଟା ରୂପାପାତ୍ର ଓ ଉଫସରୁ ସୁନା ଅଣାଯାଏ, ତାହା କାରିଗରର କର୍ମ ଓ ସ୍ୱର୍ଣ୍ଣକାରର ହସ୍ତ ନିର୍ମିତ; ସେମାନଙ୍କର ବସ୍ତ୍ର ନୀଳ ଓ ଧୂମ୍ରବର୍ଣ୍ଣ, ସେସବୁ ନିପୁଣ ଶିଳ୍ପକରମାନଙ୍କର କୃତକର୍ମ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତର୍ଶୀଶରୁ ପିଟା ରୂପାପାତ୍ର ଓ ଉଫସରୁ ସୁନା ଅଣାଯାଏ, ତାହା କାରିଗରର କର୍ମ ଓ ସ୍ୱର୍ଣ୍ଣକାରର ହସ୍ତନିର୍ମିତ; ସେମାନଙ୍କର ବସ୍ତ୍ର ନୀଳ ଓ ଧୂମ୍ରବର୍ଣ୍ଣ, ସେସବୁ ନିପୁଣ ଶିଳ୍ପକରମାନଙ୍କର କୃତ କର୍ମ।

Gade chapit la Kopi

ପବିତ୍ର ବାଇବଲ

9 ସେମାନେ ତର୍ଶୀଶରୁ ପିଟା ରୂପାପାତ୍ର ଓ ଉଫସରୁ ସୁନା ଆଣି କାରିଗର ଓ ସ୍ୱର୍ଣ୍ଣକାର ହସ୍ତରେ “ପ୍ରତିମାମାନ” ନିର୍ମାଣ କରାନ୍ତି। ସେଗୁଡ଼ିକ ନୀଳ ଓ ଧୂମ୍ରବର୍ଣ୍ଣ ବସ୍ତ୍ରରେ ଆଚ୍ଛାଦନ କରନ୍ତି। ସେଗୁଡ଼ିକ “ନିପୁଣ ଶିଳ୍ପୀମାନଙ୍କର” କୃତ କର୍ମ।

Gade chapit la Kopi




ଯିରିମୀୟ 10:9
12 Referans Kwoze  

ସେମାନଙ୍କର ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ।


ମୁଁ ଚକ୍ଷୁ ମେଲି ଦୃଷ୍ଟି କଲି, ଆଉ ଦେଖ, ଶୁକ୍ଳ ବସ୍ତ୍ର ପରିହିତ ଏକ ମନୁଷ୍ୟ, ତାଙ୍କ କଟୀ ଉଫସର ନିର୍ମଳ ସୁବର୍ଣ୍ଣ ବନ୍ଧନୀରେ ବଦ୍ଧ ହୋଇଥିଲା;


ଶିଳ୍ପକର ପ୍ରତିମା ଛାଞ୍ଚରେ ଢାଳେ ଓ ସ୍ଵର୍ଣ୍ଣକାର ସୁବର୍ଣ୍ଣରେ ତାହା ମଣ୍ତନ କରେ, ଆଉ ତହିଁ ନିମନ୍ତେ ରୂପା ଜଞ୍ଜିର ପ୍ରସ୍ତୁତ କରେ।


କାରଣ ସମୁଦ୍ରରେ ହୀରମ୍ର ଜାହାଜ ସଙ୍ଗେ ରାଜାଙ୍କର ତର୍ଶୀଶଗାମୀ ଜାହାଜ ଥିଲା; ସେହି ତର୍ଶୀଶର ଜାହାଜମାନ ତିନି ବର୍ଷରେ ଥରେ ସୁନା ଓ ରୂପା, ହସ୍ତୀଦ; ଓ ବାନର ଓ ମୟୂର ନେଇ ଆସନ୍ତି।


ସବୁ ପ୍ରକାର ଧନର ବାହୁଲ୍ୟ ହେତୁରୁ ତର୍ଶୀଶ୍ ତୁମ୍ଭର ବଣିକ ଥିଲା, ସେମାନେ ରୂପା, ଲୁହା, ଦସ୍ତା ଓ ସୀସା ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।


ତର୍ଶୀଶର ଓ ଦ୍ଵୀପସମୂହର ରାଜଗଣ ଦର୍ଶନୀ ଆଣିବେ; ଶିବାର ଓ ସିବାର ରାଜଗଣ ଭେଟୀ ଦାନ କରିବେ।


ତୁମ୍ଭେମାନେ ପାର ହୋଇ ତର୍ଶୀଶକୁ ଯାଅ; ହେ ଦ୍ଵୀପନିବାସୀମାନେ, ହାହାକାର କର।


ତୁମ୍ଭର ଧ୍ଵଜା ହେବା ପାଇଁ ମିସର ଦେଶରୁ ଆନୀତ ସୂଚୀକର୍ମରେ ଚିତ୍ରିତ ଶୁଭ୍ର କ୍ଷୌମବସ୍ତ୍ରରେ ତୁମ୍ଭର ପାଲ ପ୍ରସ୍ତୁତ ହୋଇଥିଲା; ତୁମ୍ଭର ଚାନ୍ଦୁଆ ଇଲୀଶା ଦ୍ଵୀପ-ସମୂହର ନୀଳ ଓ ଧୂମ୍ର ବର୍ଣ୍ଣ ବସ୍ତ୍ରରେ ପ୍ରସ୍ତୁତ ହୋଇଥିଲା।


ମାତ୍ର ଯୂନସ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ପଳାଇ ଯିବା ନିମନ୍ତେ ଉଠିଲେ ଓ ଯାଫୋ ନଗରକୁ ଯାଇ ତର୍ଶୀଶଗାମୀ ଏକ ଜାହାଜ ପାଇଲେ; ତହୁଁ ସେ ତହିଁର ଭଡ଼ା ଦେଇ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ସେମାନଙ୍କ ସଙ୍ଗେ ଯିବା ନିମନ୍ତେ ସେହି ଜାହାଜରେ ଚଢ଼ିଲେ।


ଯେଉଁ ଜନ କାଷ୍ଠକୁ କହେ, ଜାଗ୍ରତ ହୁଅ; ମୂକ-ପ୍ରସ୍ତରକୁ କହେ ଉଠ, ସେ ସନ୍ତାପର ପାତ୍ର ! ସେ କି ଶିକ୍ଷା ଦେବ? ଦେଖ, ତାହା ସୁନା ଓ ରୂପାରେ ମଣ୍ତିତ, ତହିଁ ମଧ୍ୟରେ କିଛି ହିଁ ଶ୍ଵାସବାୟୁ ନାହିଁ।


କାରଣ ହୂରମ୍ର ଦାସମାନଙ୍କ ସଙ୍ଗେ ରାଜାଙ୍କର ତର୍ଶୀଶ୍ଗାମୀ ଜାହାଜମାନ ଥିଲେ; ସେହି ତର୍ଶୀଶ୍ର ଜାହାଜମାନ ତିନି ବର୍ଷରେ ଥରେ ସୁନା ଓ ରୂପା ଓ ହସ୍ତୀଦନ୍ତ, ପୁଣି ବାନର ଓ ମୟୂର ନେଇ ଆସନ୍ତି।


କାରଣ ଏହା ହିଁ ଇସ୍ରାଏଲଠାରୁ ହୋଇଅଛି, ଶିଳ୍ପକର ଏହା ନିର୍ମାଣ କରିଅଛି, ତାହା ଈଶ୍ଵର ନୁହେଁ; ହଁ, ଶମରୀୟାର ଗୋବତ୍ସ ଖଣ୍ତ ଖଣ୍ତ ହୋଇ ଭଗ୍ନ ହେବ।


Swiv nou:

Piblisite


Piblisite