Biblia Todo Logo
Bib sou entènèt

- Piblisite -




ଯିରିମୀୟ 11:21 - ପବିତ୍ର ବାଇବଲ (Re-edited) - (BSI)

21 ଏହେତୁ ଅନାଥୋତ୍ ଲୋକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, ସେମାନେ ତୁମ୍ଭର ପ୍ରାଣ ଅନ୍ଵେଷଣ କରି କହନ୍ତି, ତୁମ୍ଭେ ଯେପରି ଆମ୍ଭମାନଙ୍କ ହସ୍ତରେ ହତ ନ ହୁଅ, ଏଥିପାଇଁ ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ

Gade chapit la Kopi

ଓଡିଆ ବାଇବେଲ

21 ଏହେତୁ ଅନାଥୋତ୍‍ ଲୋକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, ସେମାନେ ତୁମ୍ଭର ପ୍ରାଣ ଅନ୍ୱେଷଣ କରି କହନ୍ତି, ତୁମ୍ଭେ ଯେପରି ଆମ୍ଭମାନଙ୍କ ହସ୍ତରେ ହତ ନ ହୁଅ, ଏଥିପାଇଁ ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏହେତୁ “ଅନାଥୋତ୍‍ ଲୋକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, ସେମାନେ ତୁମ୍ଭର ପ୍ରାଣ ଅନ୍ୱେଷଣ କରି କହନ୍ତି, ତୁମ୍ଭେ ଯେପରି ଆମ୍ଭମାନଙ୍କ ହସ୍ତରେ ହତ ନ ହୁଅ, ଏଥିପାଇଁ ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ;

Gade chapit la Kopi

ପବିତ୍ର ବାଇବଲ

21 ଅନାଥୋତର ଲୋକମାନେ ଯିରିମିୟଙ୍କୁ ହତ୍ୟା କରିବାକୁ ଯୋଜନା କରୁଥିଲେ। ସେହି ଲୋକମାନେ ଯିରିମିୟଙ୍କୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କର ନାହିଁ, କଲେ ଆମ୍ଭେମାନେ ତୁମ୍ଭକୁ ହତ୍ୟା କରିବୁ।” ତେଣୁ ସଦାପ୍ରଭୁ ସେମାନଙ୍କ ବିଷୟରେ ଏକ ସିଦ୍ଧାନ୍ତ ନେଲେ।

Gade chapit la Kopi




ଯିରିମୀୟ 11:21
22 Referans Kwoze  

ମାତ୍ର ତୁମ୍ଭେମାନେ ନାସରୀୟ ଲୋକମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦେଲ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ ଆଜ୍ଞା ଦେଇ କହିଲ, ଭବିଷ୍ୟଦ୍-ବାକ୍ୟ ପ୍ରଚାର କର ନାହିଁ।


କାରଣ ମୁଁ ଅନେକଙ୍କର ଅପବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ମୋର ଝୁଣ୍ଟିବାର ଅପେକ୍ଷାକାରୀ ଆତ୍ମୀୟ ମିତ୍ରସମସ୍ତେ କହନ୍ତି, ତୁମ୍ଭେମାନେ ଅଭିଯୋଗ କର, ଆମ୍ଭେମାନେ ହିଁ ତାହାର ଅଭିଯୋଗ କରିବା; କେଜାଣି ସେ ଭୁଲିଯିବ, ତହିଁରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାଠାରୁ ପରିଶୋଧ ନେବା।


ସେମାନେ ଦର୍ଶକଗଣକୁ କହନ୍ତି, ତୁମ୍ଭେମାନେ ଦର୍ଶନ କର ନାହିଁ ଓ ଭବିଷ୍ୟଦ୍ବକ୍ତାଗଣକୁ କହନ୍ତି, ତୁମ୍ଭେମାନେ ଆମ୍ଭମାନଙ୍କ ନିକଟରେ ଯଥାର୍ଥ ବାକ୍ୟ ପ୍ରଚାର କର ନାହିଁ, ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ୟ ପ୍ରଚାର କର;


ପୁଣି, ସେ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କୌଣସି ଭାବବାଦୀ ନିଜ ପୈତୃକ ନଗରରେ ଗ୍ରାହ୍ୟ ହୁଅନ୍ତି ନାହିଁ।


ଆଉ ଅବଶିଷ୍ଟ ଲୋକେ ତାଙ୍କ ଦାସମାନଙ୍କୁ ଧରି ଅତ୍ୟାଚାର କଲେ ଓ ବଧ କଲେ।


କିନ୍ତୁ କୃଷକମାନେ ତାଙ୍କ ଦାସମାନଙ୍କୁ ଧରି ଜଣକୁ ପ୍ରହାର କଲେ, ଅନ୍ୟ ଜଣକୁ ବଧ କଲେ, ପୁଣି ଆଉ ଜଣକୁ ପଥର ଫୋପାଡ଼ି ମାରିପକାଇଲେ।


ଭ୍ରାତା ଭ୍ରାତାକୁ ଓ ପିତା ପୁତ୍ରକୁ ମୃତ୍ୟୁ ଭୋଗ କରିବା ନିମନ୍ତେ ସମର୍ପଣ କରିବେ, ପୁଣି ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ।


କାରଣ ପୁତ୍ର ପିତାକୁ ଅମାନ୍ୟ କରେ, କନ୍ୟା ଆପଣା ମାତାର ବିରୁଦ୍ଧରେ, ପୁତ୍ରବଧୂ ଆପଣା ଶାଶୁର ବିରୁଦ୍ଧରେ ଉଠେ; ଆପଣା ପରିବାରର ଲୋକେ ମନୁଷ୍ୟର ଶତ୍ରୁ ହୁଅନ୍ତି।


ଆଉ, ଯିରିମୀୟ ସମସ୍ତ ଲୋକଙ୍କ ନିକଟରେ ସଦାପ୍ରଭୁଙ୍କର ଆଜ୍ଞାପିତ ସକଳ କଥା କହିବାର ସମାପ୍ତ କଲା ଉତ୍ତାରେ, ଯାଜକ ଓ ଭବିଷ୍ୟଦ୍ବକ୍ତାମାନେ ଓ ଲୋକ ସମସ୍ତେ ତାଙ୍କୁ ଧରି କହିଲେ, ତୁମ୍ଭେ ନିଶ୍ଚୟ ମରିବ।


ବିନ୍ୟାମୀନ ପ୍ରଦେଶୀୟ ଅନାଥୋତ୍ ନିବାସୀ ଯାଜକମାନଙ୍କର ମଧ୍ୟବର୍ତ୍ତୀ ହିଲ୍‍କୀୟଙ୍କ ପୁତ୍ର ଯିରିମୀୟଙ୍କର ବାକ୍ୟ;


ଦେଖ, ତୁମ୍ଭ ପିତୃବ୍ୟ ଶଲ୍ଲୂମର ପୁତ୍ର ହନନେଲ ତୁମ୍ଭ ନିକଟକୁ ଆସି ଏହି କଥା କହିବ, ଅନାଥୋତ୍ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ ଆପଣା ପାଇଁ କ୍ରୟ କର; କାରଣ କ୍ରୟ ଦ୍ଵାରା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି।


ଆମ୍ଭେ ସେମାନଙ୍କୁ ହିଁ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣ ନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନଙ୍କର ଶବ ଖେଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।


ପୁଣି, ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ; ମାତ୍ର ତୁମ୍ଭ ଉପରେ ଜୟଯୁକ୍ତ ହେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭର ସଙ୍ଗେ ସଙ୍ଗେ ଅଛୁ।


Swiv nou:

Piblisite


Piblisite