Biblia Todo Logo
Bib sou entènèt

- Piblisite -




ଯିରିମୀୟ 12:2 - ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେ ସେମାନଙ୍କୁ ରୋପଣ କରିଅଛ, ସେମାନେ ବଦ୍ଧମୂଳ ହୋଇଅଛନ୍ତି; ସେମାନେ ବଢ଼ନ୍ତି, ହଁ, ସେମାନେ ଫଳ ଫଳନ୍ତି; ତୁମ୍ଭେ ସେମାନଙ୍କ ମୁଖର ନିକଟରେ ଓ ସେମାନଙ୍କ ଅନ୍ତଃକରଣରୁ ଦୂରରେ ଅଛ।

Gade chapit la Kopi

ଓଡିଆ ବାଇବେଲ

2 ତୁମ୍ଭେ ସେମାନଙ୍କୁ ରୋପଣ କରିଅଛ, ସେମାନେ ବଦ୍ଧମୂଳ ହୋଇଅଛନ୍ତି; ସେମାନେ ବଢ଼ନ୍ତି, ହଁ, ସେମାନେ ଫଳ ଫଳନ୍ତି; ତୁମ୍ଭେ ସେମାନଙ୍କ ମୁଖର ନିକଟରେ ଓ ସେମାନଙ୍କ ଅନ୍ତଃକରଣରୁ ଦୂରରେ ଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତୁମ୍ଭେ ସେମାନଙ୍କୁ ରୋପଣ କରିଅଛ, ସେମାନେ ବଦ୍ଧମୂଳ ହୋଇଅଛନ୍ତି; ସେମାନେ ବଢ଼ନ୍ତି, ହଁ, ସେମାନେ ଫଳ ଫଳନ୍ତି; ତୁମ୍ଭେ ସେମାନଙ୍କ ମୁଖର ନିକଟରେ ଓ ସେମାନଙ୍କ ଅନ୍ତଃକରଣରୁ ଦୂରରେ ଅଛ।

Gade chapit la Kopi

ପବିତ୍ର ବାଇବଲ

2 ତୁମ୍ଭେ ସେମାନଙ୍କୁ ରୋପଣ କରିଅଛ, ସେମାନଙ୍କର ମୂଳ ଦୃଢ଼ ହୋଇଅଛି। ସେମାନେ ବଡ଼ ଫୁଲ ଫଳ ଦିଅନ୍ତି। ସେମାନେ ଯଦିଓ ମୁହଁରେ କହନ୍ତି, ତୁମ୍ଭେ ଆମ୍ଭର ଅତିପ୍ରିୟ, ମାତ୍ର ପ୍ରକୃତରେ ସେମାନେ ଅନ୍ତଃକରଣରେ ତୁମ୍ଭଠାରୁ ଦୂରରେ ଥା’ନ୍ତି।

Gade chapit la Kopi




ଯିରିମୀୟ 12:2
15 Referans Kwoze  

ଆହୁରି, ପ୍ରଭୁ କହିଲେ, ଏହି ଲୋକମାନେ ଆମ୍ଭର ନିକଟବର୍ତ୍ତୀ ହୁଅନ୍ତି ଓ ସେମାନେ ଆପଣା ଆପଣା ମୁଖରେ ଓ ଓଷ୍ଠାଧରରେ ଆମ୍ଭର ସମ୍ମାନ କରନ୍ତି, ମାତ୍ର ସେମାନେ ଆପଣା ଆପଣା ଅନ୍ତଃକରଣ ଆମ୍ଭଠାରୁ ଦୂରରେ ରଖିଅଛନ୍ତି ଓ ଆମ୍ଭ ବିଷୟକ ସେମାନଙ୍କର ଯେଉଁ ଭୟ, ତାହା ମନୁଷ୍ୟଠାରୁ ଶିକ୍ଷିତ ଆଜ୍ଞା ଅଟେ।


ସେମାନେ ଈଶ୍ଵରଙ୍କୁ ଜାଣନ୍ତି ବୋଲି ସ୍ଵୀକାର କରନ୍ତି, କିନ୍ତୁ ସେମାନଙ୍କ କର୍ମ ଦ୍ଵାରା ତାହାଙ୍କୁ ଅସ୍ଵୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି ସମସ୍ତ ସତ୍କର୍ମର ଅଯୋଗ୍ୟ।


ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ।


ଯେହେତୁ ତୁମ୍ଭର ରୋପଣକର୍ତ୍ତା ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳର କଥା କହିଅଛନ୍ତି; ଇସ୍ରାଏଲ-ବଂଶର ଓ ଯିହୁଦା-ବଂଶର ଦୁଷ୍ଟତା ଏଥିର କାରଣ, ସେମାନେ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇ ଆମ୍ଭକୁ ବିରକ୍ତ କରିବା ସକାଶୁ ଆପଣାମାନଙ୍କ ନିମନ୍ତେ ଆପେ ତାହା ସମ୍ପନ୍ନ କରିଅଛନ୍ତି।


ପୁଣି, ସେମାନେ ଲୋକମାନଙ୍କ ପରି ତୁମ୍ଭ ନିକଟକୁ ଆସନ୍ତି ଓ ଆମ୍ଭ ଲୋକଙ୍କ ପରି ତୁମ୍ଭ ସମ୍ମୁଖରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି, ମାତ୍ର ତାହା ପାଳନ କରନ୍ତି ନାହିଁ; କାରଣ ସେମାନେ ମୁଖରେ ବହୁତ ପ୍ରେମ ଦେଖାନ୍ତି, ମାତ୍ର ସେମାନଙ୍କର ଅନ୍ତଃକରଣ ସେମାନଙ୍କର ଲାଭର ଅନୁଗାମୀ ହୁଏ।


ତୁମ୍ଭେ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯାହା ନିର୍ମାଣ କରିଅଛୁ, ତାହା ଆମ୍ଭେ ଭାଙ୍ଗି ପକାଇବା ଓ ଯାହା ରୋପଣ କରିଅଛୁ, ତାହା ଆମ୍ଭେ ଉପାଡ଼ି ପକାଇବା, ଆଉ, ସମୁଦାୟ ଦେଶରେ ଏହା କରିବା।


ଯୀଶୁ ସେମାନଙ୍କୁ କହିଲେ, ରେ କପଟୀମାନେ, ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଯଥାର୍ଥ ରୂପେ ଭାବବାଣୀ କହିଅଛନ୍ତି, ଯେପରି ଲେଖାଅଛି, ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ।


ପୁଣି, ଏସବୁ ହେଲେ ହେଁ ତାହାର ବିଶ୍ଵାସଘାତିନୀ ଭଗିନୀ ଯିହୁଦା ଆପଣା ସର୍ବାନ୍ତଃକରଣ ସହିତ ନୁହେଁ, ମାତ୍ର କପଟ ଭାବରେ ଆମ୍ଭ ପ୍ରତି ଫେରିଅଛି, ଏହା ସଦାପ୍ରଭୁ କହନ୍ତି।


ଅଜ୍ଞାନର ଚେର ମାଡ଼ିବାର ମୁଁ ଦେଖିଅଛି; ମାତ୍ର ହଠାତ୍ ତାହାର ବାସସ୍ଥାନକୁ ମୁଁ ଶାପ ଦେଲି।


ମୁଁ ଦୁଷ୍ଟକୁ ମହାକ୍ଷମତାପନ୍ନ ଓ ସ୍ଵଭୂମିରେ ସତେଜ ବୃକ୍ଷ ତୁଲ୍ୟ ଆପଣାକୁ ପ୍ରସାରିବାର ଦେଖିଅଛି।


ତୁମ୍ଭେ ତ ଏପରି ନିର୍ମଳ ଚକ୍ଷୁ ଯେ, ମନ୍ଦ ଦେଖି ନ ପାର ଓ ତୁମ୍ଭେ କୁଟିଳାଚରଣ ପ୍ରତି ଦୃଷ୍ଟି କରି ନ ପାର, ତେବେ ଯେଉଁମାନେ ବିଶ୍ଵାସଘାତକତା କରନ୍ତି, ସେମାନଙ୍କ ପ୍ରତି କାହିଁକି ଦୃଷ୍ଟିପାତ କରୁଅଛ? ଓ ଦୁଷ୍ଟ ଲୋକ ଆପଣା ଅପେକ୍ଷା ଧାର୍ମିକ ଲୋକକୁ ଗ୍ରାସ କଲା ବେଳେ କାହିଁକି ନୀରବ ହୋଇ ରହୁଅଛ?


ଜନପୂର୍ଣ୍ଣ ନଗରରୁ ଲୋକେ କାତରୋକ୍ତି କରନ୍ତି, ଆହତ ଲୋକର ପ୍ରାଣ ଡାକ ପକାଏ; ତଥାପି ପରମେଶ୍ଵର ଏହା ଦୋଷ ରୂପେ ଗଣନା କରନ୍ତି ନାହିଁ।


ପୁଣି, ସେମାନେ ଅନ୍ତଃକରଣ ସହିତ ଆମ୍ଭ ନିକଟରେ କ୍ରନ୍ଦନ କରି ନାହାନ୍ତି; ମାତ୍ର ସେମାନେ ଆପଣା ଶଯ୍ୟାରେ ହାହାକାର କରନ୍ତି; ସେମାନେ ଶସ୍ୟ ଓ ଦ୍ରାକ୍ଷାରସର ନିମନ୍ତେ ଆପଣାମାନଙ୍କୁ ଏକତ୍ର କରନ୍ତି , ସେମାନେ ଆମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କରନ୍ତି।


Swiv nou:

Piblisite


Piblisite